କିଟ୍‌ର ୨ ସିକ୍ୟୁରିଟି ଗାର୍ଡ ଅଟକ

ଭୁବନେଶ୍ୱର,୧୭।୨:ଓଡ଼ିଶାର ଭୁବନେଶ୍ୱରସ୍ଥିତ KIIT ବିଶ୍ୱବିଦ୍ୟାଳୟରେ ଜଣେ ନେପାଳୀ ଛାତ୍ରୀଙ୍କ ମୃତ୍ୟୁକୁ ନେଇ ଅସନ୍ତୋଷ ପ୍ରକାଶ ପାଇଛି। କ୍ୟାମ୍ପସ ଭିତରେ ଛାତ୍ରଙ୍କୁ ମାଡ଼ ଘଟଣାରେ ୨ ସିକ୍ୟୁରିଟି ଗାର୍ଡ ଅଟକ ଅଛନ୍ତି। ଏବିଭିପି ଛାତ୍ର ସଂଘର ଅଭିଯୋଗ ପରେ ଥାନାରେ ଅଟକ ଥିବା ସୂଚନା ମିଳିଛି। ୨ ସିକ୍ୟୁରିଟି ଗାର୍ଡଙ୍କୁ ଇନ୍‌ଫୋସିଟି ଥାନା ପୋଲିସ ଅଟକ ରଖିଛି।
୨ ସିକ୍ୟୁରିଟି ଗାର୍ଡ ଛାତ୍ରଙ୍କୁ ମାଡ଼ ମାରିବାର ଭିଡିଓ ଭାଇରାଲ ହୋଇଥିଲା ପରେ ଏଭଳି କାର୍ଯ୍ୟାନୁଷ୍ଠାନ ନିଅଆଯାଇଛି।

ନେପାଳର ଅନେକ ଛାତ୍ରଙ୍କୁ ସେମାନଙ୍କ ଘରକୁ ଯିବାକୁ ନିର୍ଦ୍ଦେଶ ଦେଇ ବସ୍ କଟକ ରେଳ ଷ୍ଟେସନରେ ନେଇ ଛାଡି ଦେଇଥିଲେ। ପରେ ନେପାଳ ପ୍ରଧାନମନ୍ତ୍ରୀ ହସ୍ତକ୍ଷେପ କରିଥିଲେ। ଦିଲ୍ଲୀ ସ୍ଥିତ ଦୂତାବାସରୁ ୨ ଅଫିସର ଓଡ଼ିଶା ଆସୁଥିବା ପ୍ରଧାନମନ୍ତ୍ରୀ ସୂଚନା ଦେଇଥିଲେ। ଏହା ସହିତ, ସେମାନଙ୍କ ପସନ୍ଦ ଅନୁସାରେ ସେମାନେ ହଷ୍ଟେଲରେ ରହିବେ ନା ଘରକୁ ଫେରିବେ ବିକଳ୍ପ ନିଶ୍ଚିତ କରିବା ପାଇଁ ବ୍ୟବସ୍ଥା କରାଯାଇଛି ବୋଲି ପ୍ରଧାନମନ୍ତ୍ରୀ କହିଥିଲେ।

ଅନ୍ୟପଟେ, ଏହି ଘଟଣା ଦୁର୍ଭାଗ୍ୟଜନକ କହିଛନ୍ତି ମନ୍ତ୍ରୀ ସୂର୍ଯ୍ୟବଂଶୀ। ଏଥିସହ ସେ ମୃତ ଛାତ୍ରୀଙ୍କ ପରିବାର ପ୍ରତି ସମବେଦନା ଜଣାଇଛନ୍ତି। ମନ୍ତ୍ରୀ କହିଛନ୍ତି , ବିଶ୍ବବିଦ୍ୟାଳୟ ଓ ଭାରତୀୟ ବୈଦେଶିକ ମନ୍ତ୍ରାଳୟ ସହ ଯୋଗାଯୋଗରେ ଅଛି। ନେପାଳ ଛାତ୍ରୀଛାତ୍ରଙ୍କ ପାଇଁ ସାଇନ ଡାଏ କରିବା ଦୁର୍ଭାଗ୍ୟଜନକ। ସାଇନ ଡାଏ ଉଠିଛି, OSRTC ବସ୍‌ରେ ସେମାନଙ୍କୁ ଫେରାଇ ଅଣାଯିବ। ଭବିଷ୍ୟତରେ ଯେପରି ଧମକ ନ ମିଳେ, ସରକାର ଯତ୍ନବାନ ଅଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

IPLରେ ଇତିହାସ ରଚିଲେ ମହମ୍ମଦ ଶାମି, ୪ ଓଭରରେ…

ନୂଆଦିଲ୍ଲୀ,୫।୪: ମହମ୍ମଦ ଶାମି ୨୦୨୬ IPL ସିଜିନରେ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ (LSG) ପାଇଁ ଖେଳୁଛନ୍ତି। ବର୍ତ୍ତମାନ ଟୁର୍ଣ୍ଣାମେଣ୍ଟର ୧୦ମ ଲିଗ ମ୍ୟାଚ ହାଇଦ୍ରାବାଦର ରାଜୀବ ଗାନ୍ଧୀ…

ମଧ୍ୟପ୍ରାଚ୍ୟ ଉତ୍ତେଜନା ଉପରେ ପାକିସ୍ତାନର ‘ମଧ୍ୟସ୍ଥତା’: ଇରାନ ସ୍ପଷ୍ଟ କଲା ମତ, ଇସ୍ରାଏଲ କହିଲା – ପାକିସ୍ତାନ ଉପରେ ଭରସା ନାହିଁ

ତେହରାନ,୫।୪: ଇରାନ ଏବଂ ଆମେରିକା ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଉଥିବାବେଳେ, କୂଟନୈତିକ କାର୍ଯ୍ୟକଳାପ ତୀବ୍ର ହୋଇଛି। ଏହି ସମୟରେ, ଇରାନର ଉପ-ବୈଦେଶିକ ମନ୍ତ୍ରୀ ସେୟଦ ଆବାସ ଆରାକଚି…

ଲିଙ୍ଗରାଜଙ୍କୁ ଉଠାଇ ନେଲା ପୋଲିସ, ବିରୋଧ କରି ଏକାଠି ହେଲେ ଡଙ୍ଗରିଆ

କଲ୍ୟାଣସିଂହପୁର,୫ା୪(ଦୀପକ କୁମାର ପରିଡ଼ା): ଲିଙ୍ଗରାଜ ଆଜାଦଙ୍କୁ ପୋଲିସ ଉଠାଇ ନେଇ ଥିବାରୁ ଏହାକୁ ବିରୋଧ କରି ପୁଣି ଏକାଠି ହୋଇଛନ୍ତି ନିୟମଗିରିରେ ବସବାସ କରୁଥିବା ଦଙ୍ଗରିଆ। ରାୟଗଡ଼ା…

ଭିଡ଼ିଓ ଶେୟାର କରି ଆମେରିକାକୁ ବଡ଼ ଝଟକା ଦେଲା ଇରାନ, ପାଇଲଟଙ୍କୁ ଉଦ୍ଧାର କରିବାକୁ ଆସିଥିବା ଏୟାରକ୍ରାପ୍ଟ ଧ୍ୱଂସ!

ତେହରାନ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ସେନା ୪୮ ଘଣ୍ଟା ଧରି ଲୁଚି ରହିବା ପରେ ଏକ ଉଦ୍ଧାର କାର୍ଯ୍ୟ ପରେ ଏହାର ଜଣେ ବାୟୁସେନା…

ଟୋଲ ଗେଟରେ ଆଉ ଲାଗିବ ନାହିଁ ଲମ୍ବା ଲାଇନ, ସରକାର ବଦଳାଇବେ ପେମେଣ୍ଟ ସିଷ୍ଟମ

ନୂଆଦିଲ୍ଲୀ,୫।୪: ଯଦି ଆପଣ ପ୍ରାୟତଃ ରାଜପଥରେ ଯାତ୍ରା କରନ୍ତି, ତେବେ ଏହି ଖବର ଆପଣଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ। ସରକାର ଏବେ ଟୋଲ ପ୍ଲାଜାରେ ନଗଦ ଦେୟକୁ ସମ୍ପୂର୍ଣ୍ଣ…

ଭାଜପାରେ ଯୋଗଦେବେ ରାଘବ ଚଢା? ମୋଦିଙ୍କ ସମାଲୋଚନା କରିଥିବା ପୋଷ୍ଟ କଲେ ଡିଲିଟ୍‌, ବଢିଲା ହଲଚଲ  

ନୂଆଦିଲ୍ଲୀ,୫।୪: ଦେଶର ରାଜନୈତିକ ମହଲରେ ଏବେ ଏକ ବଡ଼ ଧରଣର ଚର୍ଚ୍ଚା ଜୋର ଧରିଛି। ଆମ ଆଦମୀ ପାର୍ଟିର ବରିଷ୍ଠ ନେତା ତଥା ଏମ୍‌ପି ରାଘବ ଚଢା…

ତାରାତାରିଣୀଙ୍କ ଦର୍ଶନ କଲେ ପ୍ରଧାନମନ୍ତ୍ରଙ୍କ ସଚିବ: ପୂଜାର୍ଚ୍ଚନା କରି ନେଲେ ଆଶୀର୍ବାଦ

ପୁରୁଷୋତ୍ତମପୁର,୫ା୪(ସବିତା ମିଶ୍ର): ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ଦିତୀୟ ପ୍ରମୁଖ ସଚିବ ତଥା ଭାରତୀୟ ରିଜର୍ଭ ବ୍ୟାଙ୍କର ପୂର୍ବତନ ଗଭର୍ଣ୍ଣର ଶକ୍ତିକାନ୍ତ ଦାଶ ଓ ତାଙ୍କ ସ୍ତ୍ରୀ ରବିବାର ଗଞ୍ଜାମ…

ଦିନରେ ନିଆଁ ବର୍ଷା, ଅପରାହ୍ନରେ ମାଡ଼ି ଆସୁଛି କାଳବୈଶାଖୀ, ଆଜି ୩ ଜିଲାରେ ହେବ…

ଭୁବନେଶ୍ୱର,୫ା୪: ରାଜ୍ୟରେ କିଛିଦିନ ହେବ ପ୍ରବଳ ଗରମ ଗୁଳୁଗୁଳି ଅନୁଭୂତ ହେଉଛି। ଫଳରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡୁଛି। ଏପରିକି ଦିନରେ ନିଆଁ ବର୍ଷା ହେଉଥିବାବେଳେ ଅପରାହ୍ନରେ ମାଡ଼ି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri