ଟି-୨୦ ବିଶ଼୍ବକପ୍‌ ଆୟୋଜନକୁ ନେଇ ଉଠିଲା ପ୍ରଶ୍ନ, ଇସ୍ତଫା ଦେଲେ ଦୁଇ ବରିଷ୍ଠ ଅଧିକାରୀ

ନୂଆଦିଲ୍ଲୀ, ୧୩।୦୭: ଆଇସିସି ଟି-୨୦ ବିଶ଼୍ବକପ୍‌ ୨୦୨୪ର ଆୟୋଜନକୁ ନେଇ ଟୁର୍ଣ୍ଣାମେଣ୍ଟ ଚାଲିଥିବା ସମୟରେ ଅନେକ ଲୋକ ପ୍ରଶ୍ନ ଉଠାଇଥିଲେ । ଏନେଇ ବସିବାକୁ ଥିବା ଆଇସିସି ବୈଠକରେ ଆଲୋଚନା ହେବ ବୋଲି ଜଣାପଡ଼ିଛି । ଶ୍ରୀଲଙ୍କାରେ ବସିବାକୁ ଥିବା ଏହି ବୈଠକ ପୂର୍ବରୁ ଆଇସିସିର ଦୁଇ ବରିଷ୍ଠ ଅଧିକାରୀ ନିଜ ପଦରୁ ଇସ୍ତଫା ଦେଇଛନ୍ତି । କୁହାଯାଉଛି ଯେ, ଟି-୨୦ ବିଶ଼୍ବକପ୍‌ ଆୟୋଜନରେ ହୋଇଥିବା ଅବ୍ୟବସ୍ଥା ପାଇଁ ଏହି ଅଧିକାରୀ ଆଗୁଆ ଇସ୍ତଫା ପ୍ରଦାନ କରିଛନ୍ତି ।

ଜୁଲାଇ ୧୯ରେ ଶ୍ରୀଲଙ୍କାରେ ବସିବାକୁ ଯାଉଥିବା ଆଇସିସିର ଏହି ବୈଠକ ପୂର୍ବରୁ ବିଭିନ୍ନ ଅଧିକାରୀଙ୍କ ମଧ୍ୟରେ ଛନକା ପଶିଛି । ମିଳିଥିବା ସୂଚନା ଅନୁସାରେ ଆଇସିସିର ଇଭେଣ୍ଟ୍ସ ମୁଖ୍ୟ କ୍ରିସ୍‌ ଟେଟଲି ଏବଂ ମାର୍କେଟିଂ ଓ ଯୋଗାଯୋଗ ବିଭାଗର ଜେନେରାଲ୍‌ ମ୍ୟାନେଜର କ୍ଲେ.ର ଫୁରଲାଙ୍ଗ୍‌ ଗତମାସରେ ୱେଷ୍ଟଇଣ୍ଡିଜ୍‌ ଏବଂ ଆମେରିକାରେ ଆୟୋଜିତ ଟି-୨୦ ବିଶ଼୍ବକପ୍‌ରେ ଖରାପ ଯୋଜନାକୁ ନେଇ ପ୍ରଶ୍ନ ଉଠିବା ପରେ ପଦରୁ ଇସ୍ତଫା ଦେଇଛନ୍ତି ବୋଲି ଚର୍ଚ୍ଚା ହେଉଛି ।


Enter your email to get our daily news in your inbox.

All Right Reserved By Dharitri.Com

ଭଦ୍ରକରେ ପୁଣି ବନ୍ୟା: ବିପଦ ସଙ୍କେତ ଟପିଲା ବୈତରଣୀ, ସଙ୍କେତ ଛୁଇଁବ ସାଳନ୍ଦୀ

ଭଦ୍ରକ, ୧୬/୮ (ସନାତନ ରାଉତ): ଭଦ୍ରକ ଜିଲାକୁ ବନ୍ୟାରେ ପ୍ରଭାବିତ କରୁଥିବା ଦୁଇ ପ୍ରମୁଖ ନଦୀ ବୈତରଣୀ ଓ ସାଳନ୍ଦୀରେ ରବିବାର ପୁଣି ବନ୍ୟା ପରିସ୍ଥିତି ସୃଷ୍ଟି…

ସରକାରୀ କାର୍ଯ୍ୟାଳୟରେ ଯନ୍ତ୍ରୀ ଉଡ଼ାଇଲେ ଓଲଟା ଜାତୀୟ ପତାକା: ପ୍ରଶାସନ ପଦକ୍ଷେପକୁ ଅପେକ୍ଷା

ମହାକାଳପଡ଼ା, ୧୬।୮ (ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳରେ ଥିବା ମହାକାଳପଡ଼ା ଗ୍ରାମ୍ୟ ଉନ୍ନୟନ ଉପଖଣ୍ଡ ସ୍ତରୀୟ ସହକାରୀ ଯନ୍ତ୍ରୀଙ୍କ କାର୍ଯ୍ୟାଳୟରେ…

ରେଳବାଇରେ ସରକାରୀ ଚାକିରି ସୁଯୋଗ: ୩୯୯୩ JE ପଦବୀ ପାଇଁ ଆବେଦନ ଆରମ୍ଭ

ନୂଆଦିଲ୍ଲୀ,୧୬।୮: ରେଳବାଇରେ ସରକାରୀ ଚାକିରି ପାଇବାର ସ୍ୱପ୍ନ ଦେଖୁଥିବା ପରୀକ୍ଷାର୍ଥୀଙ୍କ ପାଇଁ ଖୁସିଖବର। ଆରଆରବି (RRB)ର ଜୁନିୟର ଇଞ୍ଜିନିୟର (JE) ନିଯୁକ୍ତି ପାଇଁ ଅନଲାଇନ୍ ଆବେଦନ ପ୍ରକ୍ରିୟା…

ଭଗବାନଙ୍କ ଭରସାରେ ପରିବାର: ୩୦ ବର୍ଷ ବିତିଗଲା, ପଲିଥିନ ତଳେ ବିତୁଛି ଜୀବନ, ପ୍ରଶାସନ ନିଦାବିଷ୍ଣୁ

କେସିଙ୍ଗା, ୧୬।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କନ୍ତେଶିର ଗ୍ରାମ ପଞ୍ଚାୟତ ଅଧୀନସ୍ଥ କୁର୍ଲୁପଡ଼ା ଗ୍ରାମ ନିକଟରେ ଥିବା କଲେକ୍ଟରପଡ଼ାରେ ବସବାସ କରୁଥିବା ରାମେଶ୍ୱର…

ଅପହୃତ ବ୍ୟବସାୟୀ ଉଦ୍ଧାର, ଅଭିଯୁକ୍ତ ଅଟକ: ମୁହାଁମୁହିଁ ଜେରା …

ବଲାଙ୍ଗୀର, ୧୬।୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀରରୁ ଅପହୃତ ବ୍ୟବସାୟୀ ନରେନ୍ଦ୍ର ସାହୁ ଓରଫ୍‌ ଗୁଣ୍ଡାଙ୍କୁ ବଲାଙ୍ଗୀର ପୋଲିସର ସ୍ୱତନ୍ତ୍ର ଟିମ୍‌ ଭୁବନେଶ୍ୱରରୁ ସୁରକ୍ଷିତ ଭାବେ ଉଦ୍ଧାର…

ନାଗ ପଞ୍ଚମୀରେ ଦୁର୍ଲଭ ଯୋଗ; ସୂର୍ଯ୍ୟ କରିବେ ଗୋଚର, ୩ ରାଶିଙ୍କ ଉପରେ ବର୍ଷିବ ଧନ ଦୌଲତ…

ଚଳିତବର୍ଷ, ପବିତ୍ର ନାଗ ପଞ୍ଚମୀ ତିଥି ଆସନ୍ତା ଅଗଷ୍ଟ ୧୭ ତାରିଖ ଅର୍ଥାତ୍ ସୋମବାରରେ ପାଳିତ ହେବାକୁ ଯାଉଛି । ଏହି ବର୍ଷ, ନାଗ ପଞ୍ଚମୀ ମଧ୍ୟ…

ଥୁଆମୂଳ ରାମପୁରରେ ସ୍ବାଧୀନତା ଦିବସ: କୋର୍ଟରେ ପତାକା ଉତ୍ତୋଳନ କଲେ ବିଚାରପତି

ଥୁଆମୂଳ ରାମପୁର,୧୫।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ବିଭିନ୍ନ ସରକାରୀ ଏବଂ ବେସରକାରୀ ଅନୁଷ୍ଠାନଗୁଡ଼ିକରେ ୮୦ତମ ସ୍ବାଧୀନତା ଦିବସ ଉତ୍ସାହ ଏବଂ ଆନନ୍ଦର ସହିତ…

କଲ୍ୟାଣସିଂହପୁର ଭିଡ଼ ହିଂସାରୁ ଯୁବତୀଙ୍କୁ ଉଦ୍ଧାର କରିଥିବା ୩ ସାହସୀ ଯୁବକଙ୍କୁ ଜିଲାସ୍ତରୀୟ ସମ୍ମାନ

​କଲ୍ୟାଣସିଂହପୁର, ୧୫/୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲାରେ ଉତ୍ସାହ ଓ ଦେଶଭକ୍ତିର ମାହୋଲ ମଧ୍ୟରେ ୮୦ତମ ସ୍ୱାଧୀନତା ଦିବସ ଅତ୍ୟନ୍ତ ଆଡ଼ମ୍ବରର ସହ ପାଳିତ ହୋଇଯାଇଛି। ସ୍ଥାନୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri