ଏସିଡ୍‌ ମାଡ଼ରେ ୨ ଗୁରୁତର

ଜୁନାଗଡ଼,୨୩।୬(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଜୁନାଗଡ଼ ସହର ଗୋତିପଡ଼ା ରାମମନ୍ଦିର ଛକନିକଟରେ ଏସ୍‌ିଡ ମାଡ଼ରେ ୨ଜଣ ବ୍ୟକ୍ତି ଗୁରୁତର ଆହତ ହୋଇଛନ୍ତି। ସେମାନେ ହେଲେ ଗୋତିପଡ଼ାର ମୋହନଲାଲ ବିଶି ଓ ନିଳାମ୍ବର ମାଝୀ। ଘଟଣାରେ ସମ୍ପୃକ୍ତ ଥିବା ଅଭିଯୁକ୍ତ ସାନ୍ତନୁ ବିଶିଙ୍କୁ ପୋଲିସ ଗିରଫ କରି ଗୁରୁବାର କୋର୍ଟ ଚାଲାଣ କରିଛି।

ମିଳିଥିବା ସୂଚନା ଅନୁଯାୟୀ, ଜୁନାଗଡ଼ ସହର ଗୋତିପଡ଼ାର ମୋହନଲାଲ, ନିଳାମ୍ବର ଓ ଅଭିଯୁକ୍ତ ଶାନ୍ତନୁ ସାଙ୍ଗରେ ପ୍ଲମ୍ବର କାମ କରନ୍ତି। ହେଲେ ବିଭିନ୍ନ ସମୟରେ ଶାନ୍ତନୁ ମଦ୍ୟ ପାନ କରି ମୋହନଲାଲ ଓ ନିଳାମ୍ବରଙ୍କ ସହ ପାଟିତୁଣ୍ଡ କରୁଥିଲେ। ଏଥିଯୋଗୁ ଶାନ୍ତନୁଙ୍କୁ ସେମାନେ ସାଙ୍ଗରେ ନେବାକୁ ମନା କରିଦେଇଥିଲେ।

ଏଥିରେ ଉତ୍‌କ୍ଷିପ୍ତ ହୋଇ ଶାନ୍ତନୁ ବୁଧବାର ପୂର୍ବାହ୍ନରେ ଗୋତିପଡ଼ା ରାମମନ୍ଦିର ଛକ ନିକଟରେ ମୋହନଲାଲ ଓ ନିଳାାମ୍ବରଙ୍କୁ ଏସ୍‌ଡି ମାଡ କରିଥିଲେ। ଫଳରେ ଉଭୟେ ଗୁରୁତର ଆହତ ହୋଇଛନ୍ତି। ସେମାନଙ୍କୁ ଜୁନାଗଡ଼ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ସେଠାରେ ଚିକତ୍ସିତ ହେବା ପରେ ସେମାନେ ଏବେ ଘରକୁ ଫେରିଥିବା ଜଣାପଡିଛି। ଏସିଡ୍‌ ମାଡରେ ମୋହନଲାଲଙ୍କ ମୁହଁ ଓ ହାତ ପୋଡିଯାଇଥିବା ବେଳେ ନିଳାମ୍ବରଙ୍କ ପିଠି ପୋଡିଯାଇଛି। ସେହି ସମୟରେ ତାଙ୍କ ନିକଟରେ ଥିବା ଅନ୍ୟଜଣେ ବ୍ୟକ୍ତି ଅଶୋକ ବୈଠାରୁଙ୍କ ଗୋଡରେ ମଧ ଏସିଡ୍‌ ପଡି ଗୁରୁତର ଆହତ ହୋଇଛନ୍ତି। ଏନେଇ ଥାନାରେ ଏକ ଅଭିଯୋଗ ହୋଇଛି। ପୋଲିସ ଏକ ମାମଲା(ନଂ.୨୭୭/୨୨) ରୁଜୁ କରି ଘଟଣାରେ ସମ୍ପୃକ୍ତ ଥିବା ଶାନ୍ତନୁଙ୍କୁ ଗିରଫ କରି କୋର୍ଟ ଚାଲାଣ କରାଯାଇଛି ବୋଲି ଥାନା ଏସ୍‌ଆଇ ସୋନୁ ଖାଲୋକୋ କହିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ବାରବାଟୀ ମ୍ୟାଚ ଭିତରେ ବଡ଼ ଘୋଷଣା, ପୁଣି T20 ପାଇଁ ଟିମ୍‌ ଇଣ୍ଡିଆର ଟିମ୍‌ ଘୋଷଣା, ଦଳରେ ଅଛନ୍ତି…

ନୂଆଦିଲ୍ଲୀ,୯।୧୨: ବିଶ୍ୱ ଚାମ୍ପିଅନ ଟିମ ଇଣ୍ଡିଆ ଖୁବଶୀଘ୍ର ପଡ଼ିଆକୁ ଫେରିବାକୁ ଯାଉଛି। ପ୍ରଥମ ଥର ପାଇଁ ICC ମହିଳା ବିଶ୍ୱକପ ଜିତିଥିବା ଭାରତୀୟ କ୍ରିକେଟ ଦଳ...

India vs South Africa: ବାରବାଟୀରେ କେତେଥର ଜିତିଛି ଭାରତ? ଶୁଣିଲେ ତାଜୁବ ହେବେ

କଟକ,୯ା୧୨: ବାରବାଟୀ ବ୍ୟାଟଲ୍‌ ପାଇଁ ମୈଦାନ ତୟାର । ଖଚାଖଚ୍ ଦର୍ଶକ ଭରା ଷ୍ଟାଡିୟମରେ ଫଟାଫଟ କ୍ରିକେଟର ମଜା । ଭାରତ ଏବଂ ଦକ୍ଷିଣ ଆଫ୍ରିକା...

ପୁଣି ଭାଗ ଭାଗ ହୋଇଯିବ ପାକିସ୍ତାନ: ସ୍ୱତନ୍ତ୍ର ସିନ୍ଧୁଦେଶ ଦାବି କରାଚୀରେ ହିଂସା

ନୂଆଦିଲ୍ଲୀ,୮।୧୨: ୧୯୭୧ ମସିହାରେ ପୂର୍ବ ପାକିସ୍ତାନକୁ ହରାଇବା ପରେ ପାକିସ୍ତାନରେ ପୁଣି ଥରେ ପ୍ରାଦେଶିକ ବିଭାଜନ ନେଇ ଜୋରଦାର ଆଲୋଚନା ଚାଲିଛି। ଦେଶରେ ଉତ୍ତମ ଶାସନ...

ମାଲକାନଗିରିରେ ବଢ଼ିଲା ଇଣ୍ଟରନେଟ କଟକଣା

ମାଲକାନଗିରି,୯।୧୨: ମାଲକାନଗିରି ଜିଲା କୋରୁକୋଣ୍ଡା ଥାନା ଅଧୀନ ଡୁଡ଼ାମେଟଲା ନଦୀ ନିକଟରୁ ଜଣେ ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ଜବତ ଘଟଣା ପରେ ରାଖେଲଗୁଡ଼ା ଏବଂ ଏମ୍‌ଭି...

ଆର୍‌ଡିଙ୍କ ଅଚାନକ କଲେଜ ପରିଦର୍ଶନ

ଭଞ୍ଜନଗର,୯।୧୨(ବାବୁଲା ପ୍ରଧାନ): ବ୍ରହ୍ମପୁର ଆଞ୍ଚଳିକ ଉଚ୍ଚ ଶିକ୍ଷା ନିର୍ଦ୍ଧେଶକ(ଆର୍‌ଡି) ପ୍ରଫେସର ଡ.ନାରାୟଣ ବେହେରା ମଙ୍ଗଳବାର ଅଚାନକ ଭଞ୍ଜନଗର ସହରରେ ଥିବା ୩ ପ୍ରମୁଖ କଲେଜ କବି...

୩ ଦିନ ହେଲା ଅଟକି ରହିଛି ଟ୍ରକ୍‌, ବାହାରୁଛି ପଚା ଦୁର୍ଗନ୍ଧ, ରକ୍ତ: ଅଞ୍ଚଳରେ ଚାଞ୍ଚଲ୍ୟ

ନୟାଗଡ଼,୯।୧୨(ଲୋକନାଥ ମିଶ୍ର ମିଶ୍ର): ଟ୍ରକରୁ ବାହାରୁଛି ପଚା ଦୁର୍ଗନ୍ଧ ଏବଂ ରକ୍ତ। ନୟାଗଡ଼ ବ୍ଲକ ଶାଳଭଙ୍ଗା ଜଙ୍ଗଲ ଫରେଷ୍ଟ ଟାୱାର ନିକଟରେ ଟ୍ରକଟି ଅଟକି ରହିଛି।...

ସରପଞ୍ଚଙ୍କ ଘରୁ ଲୁଟ୍‌

ନୟାଗଡ଼,୯।୧୨(ଲୋକନାଥ ମିଶ୍ର ମିଶ୍ର): ନୟାଗଡ଼ ଜିଲା ଦଶପଲ୍ଲା ଥାନା ଭୋଗବାଡ଼ି ସରପଞ୍ଚ ନିିର୍ମଳା ସାହୁଙ୍କ ଘରୁ ଚୋରି ହୋଇଛି। ଦୁର୍ବୃତ୍ତମାନେ ସୋମବାର ରାତିରେ ସରପଞ୍ଚଙ୍କ ଘରେ...

ମନ୍ଦିର ନିକଟରେ କୁଟୁରାକୁ ଧକ୍କା ଦେଲା ବାଇକ୍‌: ଆଉ ତା’ପରେ ଘଟିଗଲା…

ଭଞ୍ଜନଗର,୯।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଦୁର୍ଗାପ୍ରାସାଦ ମୁଖ୍ୟ ରାସ୍ତାର ସୋରଦେବୀ ମନ୍ଦିର ନିକଟରେ ମଙ୍ଗଳବାର ସକାଳେ ବାଇକ ଧକ୍କାରେ ଏକ କୁଟୁରା ମୃତ୍ୟୁବରଣ କରିଛି। ଏଥିରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri