ଏସିଡ୍‌ ମାଡ଼ରେ ୨ ଗୁରୁତର

ଜୁନାଗଡ଼,୨୩।୬(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଜୁନାଗଡ଼ ସହର ଗୋତିପଡ଼ା ରାମମନ୍ଦିର ଛକନିକଟରେ ଏସ୍‌ିଡ ମାଡ଼ରେ ୨ଜଣ ବ୍ୟକ୍ତି ଗୁରୁତର ଆହତ ହୋଇଛନ୍ତି। ସେମାନେ ହେଲେ ଗୋତିପଡ଼ାର ମୋହନଲାଲ ବିଶି ଓ ନିଳାମ୍ବର ମାଝୀ। ଘଟଣାରେ ସମ୍ପୃକ୍ତ ଥିବା ଅଭିଯୁକ୍ତ ସାନ୍ତନୁ ବିଶିଙ୍କୁ ପୋଲିସ ଗିରଫ କରି ଗୁରୁବାର କୋର୍ଟ ଚାଲାଣ କରିଛି।

ମିଳିଥିବା ସୂଚନା ଅନୁଯାୟୀ, ଜୁନାଗଡ଼ ସହର ଗୋତିପଡ଼ାର ମୋହନଲାଲ, ନିଳାମ୍ବର ଓ ଅଭିଯୁକ୍ତ ଶାନ୍ତନୁ ସାଙ୍ଗରେ ପ୍ଲମ୍ବର କାମ କରନ୍ତି। ହେଲେ ବିଭିନ୍ନ ସମୟରେ ଶାନ୍ତନୁ ମଦ୍ୟ ପାନ କରି ମୋହନଲାଲ ଓ ନିଳାମ୍ବରଙ୍କ ସହ ପାଟିତୁଣ୍ଡ କରୁଥିଲେ। ଏଥିଯୋଗୁ ଶାନ୍ତନୁଙ୍କୁ ସେମାନେ ସାଙ୍ଗରେ ନେବାକୁ ମନା କରିଦେଇଥିଲେ।

ଏଥିରେ ଉତ୍‌କ୍ଷିପ୍ତ ହୋଇ ଶାନ୍ତନୁ ବୁଧବାର ପୂର୍ବାହ୍ନରେ ଗୋତିପଡ଼ା ରାମମନ୍ଦିର ଛକ ନିକଟରେ ମୋହନଲାଲ ଓ ନିଳାାମ୍ବରଙ୍କୁ ଏସ୍‌ଡି ମାଡ କରିଥିଲେ। ଫଳରେ ଉଭୟେ ଗୁରୁତର ଆହତ ହୋଇଛନ୍ତି। ସେମାନଙ୍କୁ ଜୁନାଗଡ଼ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ସେଠାରେ ଚିକତ୍ସିତ ହେବା ପରେ ସେମାନେ ଏବେ ଘରକୁ ଫେରିଥିବା ଜଣାପଡିଛି। ଏସିଡ୍‌ ମାଡରେ ମୋହନଲାଲଙ୍କ ମୁହଁ ଓ ହାତ ପୋଡିଯାଇଥିବା ବେଳେ ନିଳାମ୍ବରଙ୍କ ପିଠି ପୋଡିଯାଇଛି। ସେହି ସମୟରେ ତାଙ୍କ ନିକଟରେ ଥିବା ଅନ୍ୟଜଣେ ବ୍ୟକ୍ତି ଅଶୋକ ବୈଠାରୁଙ୍କ ଗୋଡରେ ମଧ ଏସିଡ୍‌ ପଡି ଗୁରୁତର ଆହତ ହୋଇଛନ୍ତି। ଏନେଇ ଥାନାରେ ଏକ ଅଭିଯୋଗ ହୋଇଛି। ପୋଲିସ ଏକ ମାମଲା(ନଂ.୨୭୭/୨୨) ରୁଜୁ କରି ଘଟଣାରେ ସମ୍ପୃକ୍ତ ଥିବା ଶାନ୍ତନୁଙ୍କୁ ଗିରଫ କରି କୋର୍ଟ ଚାଲାଣ କରାଯାଇଛି ବୋଲି ଥାନା ଏସ୍‌ଆଇ ସୋନୁ ଖାଲୋକୋ କହିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ସମବାୟ ସମିତିରୁ ରାତିରେ ସାର ଚାଲାଣ ଅଭିଯୋଗ, ବଢ଼ିଲା ଚାଷୀ ଅସନ୍ତୋଷ

ହାଟଡିହୀ/ଛେନାପଦୀ,୨୩।୮(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ସମଣା ସେବା ସମବାୟ ସମିତିରେ ଚାଷୀଙ୍କ ପାଇଁ ମହଜୁଦ ଥିବା ସାରକୁ ବିକ୍ରି ଉଦ୍ଦେଶ୍ୟରେ ରାତିରେ ଅନ୍ୟତ୍ର…

କୋକସରାରେ ବର୍ଷା ବିତ୍ପାତ, ଘରେ ପଶିଲା ପାଣି

କୋକସରା,୨୩।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଶନିବାରଠାରୁ ଲାଗି ରହିଥିବା ଲଗାଣ ବର୍ଷା ଯୋଗୁ କଳାହାଣ୍ଡି ଜିଲା କୋକସରା ଅଞ୍ଚଳରେ ବେହାଳ ପରିସ୍ଥିତି ସୃଷ୍ଟି ହୋଇଛି। ପ୍ରାୟ ୩୦ ଘଣ୍ଟାରୁ…

ଲୋକଙ୍କୁ ବିକୁଥିଲେ ନକଲି ବ୍ରାଣ୍ଡ୍‌ ଘଣ୍ଟା, ୪ଜଣଙ୍କୁ ବାନ୍ଧିଲା ପୋଲିସ

ରାଉରକେଲା,୨୩।୮(ସଙ୍ଗୀତା ଜେନା): ନକଲି ବ୍ରାଣ୍ଡ୍‌ ଘଣ୍ଟା ବିକ୍ରି ଅଭିଯୋଗରେ ପ୍ଲାଣ୍ଟସାଇଟ୍‌ ଥାନା ପୋଲିସ ୪ ଜଣଙ୍କୁ ରବିବାର ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ବିଶ୍ରା ଜିନତ…

ବସ୍‌ଷ୍ଟାଣ୍ଡରେ ବିକୁଥିଲେ କଫ୍‌ସିରପ୍‌, ମାଡ଼ି ବସିଲା ପୋଲିସ

ବରଗଡ଼,୨୩।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ପୋଲିସ ଶନିବାର ରାତିରେ ବେଆଇନ ଭାବେ ଚାଲିଥିବା କଫସିରପ୍‌ କାରବାରକୁ ଠାବ କରିଛି। ପୋଲିସ ଏହି କାରବାରରେ ୨ଜଣ…

ଅନଲାଇନ ପେମେଣ୍ଟ କଲେ ଦିଗପହଣ୍ଡି ଚାଷୀଙ୍କୁ ମିଳୁଛି ସାର, ହନ୍ତସନ୍ତ ହେଉଛନ୍ତି….

ଦିଗପହଣ୍ଡି,୨୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିରେ ଚଳିତବର୍ଷ ଅନଲାଇନ୍ ଜରିଆରେ ଚାଷୀଙ୍କୁ ସାର ବିକ୍ରୀ ବ୍ୟବସ୍ଥାକୁ ନେଇ…

ବସରୁ ଜବତ ହେଲା ୭ କାର୍ଟୁନ ଗୁଟଖା, ଅଡ଼ବା ପୋଲିସ…

ମୋହନା,୨୩।୮(ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ପୋଲିସ ପକ୍ଷରୁ ଅବୈଧ ଭାବେ ଗୁଟଖା ଚାଲାଣ ବିରୋଧରେ ଚଢ଼ାଉ କରାଯାଇ ୭ ଗୋଟି ଗୁଟଖା କାର୍ଟୁନ ଜବତ କରିଛି…

ଅବ୍ୟବସ୍ଥାରେ ବଡ଼ଛତ୍ରଙ୍ଗ ହାଇସ୍କୁଲ, ଛାତରୁ ଝରୁଛି ପାଣି, ନାହାନ୍ତି ଶିକ୍ଷକ

ଥୁଆମୂଳ ରାମପୁର,୨୩।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଐତିହାସିକ ସରକାରୀ ଉଚ୍ଚ ବିଦ୍ୟାଳୟ ବଡ଼ଛତ୍ରଙ୍ଗରେ ଶିକ୍ଷାବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି। ୧୯୬୬ରୁ ସ୍ଥାପିତ ଏହି…

କଲମ୍ବୋ ଟେଷ୍ଟରେ ଗିଲଙ୍କ ରେକର୍ଡ: ଭାଙ୍ଗିଲେ କୋହଲି-ଧୋନିଙ୍କ ରେକର୍ଡ

ନୂଆଦିଲ୍ଲୀ,୨୩।୮: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଚାଲିଥିବା ଟେଷ୍ଟ ସିରିଜର ଦ୍ୱିତୀୟ ମୁକାବିଲା କଲମ୍ବୋର SSC ଗ୍ରାଉଣ୍ଡରେ ଖେଳାଯାଉଛି । ଟସ୍ ଜିତି ଭାରତୀୟ ଅଧିନାୟକ ଶୁଭମନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri