ଧକ୍କା ଦେଇ ଚାଲିଗଲା ଡାଲା ଅଟୋ: ଚାନ୍ଦପୁର ଗ୍ରାମର ୨ ଯୁବକ…

ଦିଗପହଣ୍ଡି, ୨୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଝାଟିପିଟିଆ ଗ୍ରାମ ହରିଜନ ସାହି ନିକଟ ମୁଖ୍ୟରାସ୍ତାରେ ଶନିବାର ସନ୍ଧ୍ୟାରେ ଏକ ଗାଡ଼ି ଧକ୍କାରେ ୨ ଜଣ ଯୁବକ ଗୁରୁତର ଆହତ ହୋଇଛନ୍ତି। ସେମାନେ ହେଲେ କେ. ନୂଆଗାଁ ଥାନା ଅର୍ନ୍ତଗତ ଚାନ୍ଦପୁର ଗ୍ରାମର ୨ ଯୁବକ ଅମର ଦାସ (୨୭) ଏବଂ ପ୍ରଶାନ୍ତ ଦାସ (୩୪)।

ସୂଚନାନୁଯାୟୀ, ଦୁହେଁ ମିଶି ଏକ ହିରୋ ଗ୍ଲାମର ବାଇକ ନଂ. (ଓଡି୦୭ଭି ୬୨୪୪) ଯୋଗେ ବ୍ରହ୍ମପୁର ଅଭିମୁଖେ ଯାଉଥିଲେ। ଏହି ସମୟରେ କୌଣସି ଏକ ଗାଡ଼ି ଧକ୍କା ଦେଇ ଚାଲି ଯାଇଥିଲା। ସ୍ଥାନୀୟ ଲୋକଙ୍କ ସହାୟତାରେ ଆହତ ଦ୍ବୟଙ୍କୁ ଉଦ୍ଧାର କରି ଦିଗପହଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ଉଭୟଙ୍କ ଅବସ୍ଥା ଗୁରୁତର ରହିଥିବା ଯୋଗୁ ପ୍ରାଥମିକ ଚିକିତ୍ସା ପରେ ଦୁହିଁଙ୍କୁ ବ୍ରହ୍ମପୁର ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି। ଗୁରୁତର ଅମର ଦାସଙ୍କ ଶ୍ବଶୁର ଘର ଚାନ୍ଦପୁର ହୋଇଥିବା ବେଳେ ନିଜ ଘର ବ୍ରହ୍ମପୁର ସଦର ଥାନା ଅନ୍ତର୍ଗତ ବାଇଗଣବାଡ଼ି ଗ୍ରାମରେ ବୋଲି ଜଣାପଡିଛି। ତେବେ ସେମାନଙ୍କୁ ଏକ ଡାଲା ଅଟୋ ଧକ୍କା ଦେଇ ଦ୍ରୁତଗତିରେ ଚାଲିଯାଇଥିବା ନେଇ ସ୍ଥାନୀୟ ଲୋକେ ସୂଚନା ଦେଇଥିଲେ। ହେଲେ ଡ୍ରାଇଭର ସେଠାରୁ ଫେରାର ହୋଇଯାଇଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଗାଧୋଇବାକୁ ଯାଇ ଆଉ ଫେରିନଥିଲେ, ଆଜି ଘୋଡ଼ାହାଡ଼ ନଦୀ ଗଣ୍ଡରୁ ମିଳିଲା ମୃତଦେହ

ଦିଗପହଣ୍ଡି,୨୫।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଗ୍ରାମ ନିକଟ ଘୋଡ଼ାହାଡ଼ ନଦୀ ଗଣ୍ଡରୁ ଜଣେ ଯୁବକଙ୍କ ମୃତଦେହକୁ ଅଗ୍ନିଶମବାହିନୀ ବୁଧବାର ଉଦ୍ଧାର କରିଛି।…

ଏପ୍ରିଲ ୬ରୁ ସକାଳୁଆ କୋର୍ଟ

କଟକ,୨୫।୩(କୁମାରଶ୍ରୀ): ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଆସନ୍ତା ଏପ୍ରିଲ ୬ରୁ ରାଜ୍ୟର ସମସ୍ତ ଜିଲା ଓ ଅଧୀନସ୍ଥ ଅଦାଲତ ସକାଳୁଆ ହେବ। ମଙ୍ଗଳବାର ଏ ନେଇ ହାଇକୋର୍ଟ…

ଡ୍ରଗ୍ସ ବେପାର ସନ୍ଦେହରେ ଚଢ଼ାଉ କରିଥିଲା ପୋଲିସ, ଘରୁ ମିଳିଲା… ଦେଖିକି ପୋଲିସ ତାଜୁବ

ଉଦଳା,୨୫।୩(ସନ୍ତୋଷ ବାଞ୍ଛିନୀ): ଆଳୁ ଖୋଳୁ ଖୋଳୁ ବାହାରିଲେ ମହାଦେବ। ଘରୁ ମିଳିଲା ବିଡା ବିଡା ଟଙ୍କା ଆଉ ଚୋରା ବିଦେଶୀ ମଦ। ଡ୍ରଗ୍ସ ବେପାର ସନ୍ଦେହରେ ପୋଲିସ…

ନଈକେରା ବାଲିଘାଟ ଟେଣ୍ଡର ନ କରିବାକୁ ଜିଲାପାଳଙ୍କ ଦ୍ୱାରସ୍ଥ ଗ୍ରାମବାସୀ

କୋରାପୁଟ,୨୪ା୩(ଅମିତାଭ ବେହେରା): କୋରାପୁଟ ଜିଲା କୁନ୍ଦୁରା ବ୍ଲକ ଭୁସଙ୍ଗଗୁଡ଼ା ପଞ୍ଚାୟତ ନଇକେରା ନଦୀଘାଟରୁ ବାଲି ଉଠାଣ ପାଇଁ ଖଣି ବିଭାଗ ପକ୍ଷରୁ ଟେଣ୍ଡର ନ କରିବାକୁ ଗ୍ରାମବାସୀ…

ଯକ୍ଷ୍ମା ରୋଗରେ ପୀଡିତ ରମେଶ, ଚିକତ୍ସା ପାଇଁ ଅର୍ଥ ସାଜିଛି ବାଧକ

ମୋହନା, ୨୫।୩(ମ୍ନମଥ ମିଶ୍ର): ମୋହନା ସହରଠାରୁ ମାତ୍ର ଦୁଇ କି.ମି. ଦୂର ଲେକାପଦର ଗାଁର ରମେଶ ମଳିକ। ଯକ୍ଷ୍ମା ରୋଗରେ ଆକ୍ରାନ୍ତ ହୋଇ ସେ ଅର୍ଥ ଅଭାବରୁ…

ଶୁଣିଲାନି ପ୍ରଶାସନ: କାଠ ପୋଲ ନିର୍ମାଣ କଲେ ଗ୍ରାମବାସୀ

ନନ୍ଦପୁର/ପାଡୁଆ,୨୫ା୩ (ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ)-କୋରାପୁଟ ଜିଲା ନନ୍ଦପୁର ବ୍ଲକ୍‌ ଗୋଲୁର ପଞ୍ଚାୟତ ଗଙ୍ଗାଗୁଡ଼ା ଗ୍ରାମବାସୀ ମିଳିତ ଭାବେ ନାଳ ଉପରେ ଏକ କାଠ ପୋଲ ନିର୍ମାଣ…

ଗନ୍ଧମାର୍ଦ୍ଦନ ଜଙ୍ଗଲରେ ନିଆଁ

ପାଇକମାଳ,୨୫ା୩(ବଡ଼ ଶତପଥୀ): ବରଗଡ଼ ଜିଲାର ନୃସିଂହନାଥ ଓ ବଲାଙ୍ଗୀର ଜିଲାର ହରିଶଙ୍କର ଅଞ୍ଚଳକୁ ଘେରି ରହିଥିବା ଭାରତ ପ୍ରସିଦ୍ଧ ଗନ୍ଧମାର୍ଦ୍ଦନ ଜଙ୍ଗଲରେ ଗତ ରବିବାରରୁ ନିଅଁା ଲାଗିଛି।…

କାଳରାତ୍ରୀ ବେଶରେ ମା’: ଦର୍ଶନ ପାଇଁ ସକାଳୁ ଭକ୍ତଙ୍କ ସମାଗମ

ବରଗଡ଼,୨୫।୩(ପ୍ରେମାନନ୍ଦ ଖମାରୀ) : ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା’ ସମଲେଇଙ୍କ ବାସନ୍ତୀକ ନବରାତ୍ର ପୂଜା ଚାଲିଛି । ସପ୍ତମ ଦିବସ ବୁଧବାର ଦେବୀ କାଳରାତ୍ରୀ ବେଶରେ ଦର୍ଶନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri