ମାଛ ଗଦିରୁ ୨ ଶାଙ୍କୁଚ ଜବତ, ୨ ଗିରଫ

ରାଜନଗର, ୧୩।୧୧(ଡି.ଏନ.ଏ.): ସିଡ୍ୟୁଲ-୧ ଶ୍ରେଣୀ ଭୁକ୍ତ ବିରଳ ଶାଙ୍କୁଚକୁ ବେଧଡକ ଭାବେ ନଦୀ ଓ ମୁହାଣରୁ ଧରାଯାଇ ରାଜ୍ୟ ବାହାରକୁ ଚାଲାଣ କରାଯାଉଛି। ରାଜନଗର ଅଞ୍ଚଳରେ ଥିବା ମାଛ ଗଦିରେ ଏପରି ବେଆଇନ କାରବାର ଚାଲିଥିବା ନେଇ ପୂର୍ବରୁ ଅଭିଯୋଗ ହୋଇ ଆସୁଥିଲା। ଶୁକ୍ରବାର ବନ ବିଭାଗ ପକ୍ଷରୁ ଚଢାଉ କରାଯାଇ ମାଛ ଗଦିରୁ ୨ଟି ବିରଳ ପ୍ରଜାତିର ଶାଙ୍କୁଚ ଜବତ କରାଯିବା ସହ ଗଦିର ମାଲିକ ମାଲିକ ଶଙ୍ଖାଳି ଚରଣ ମାଝି ଓ ପୁଅ ସୁଶାନ୍ତଙ୍କୁ ଗିରଫ କରାଯାଇ କୋର୍ଟ ଚାଲାଣ କରାଯାଇଥିଲା। ଜାମିନ ନାମଞ୍ଜୁର ପରେ କେନ୍ଦ୍ରାପଡ଼ା ବାରିମୂଳ ଜେଲ ହାଜତକୁ ପଠାଇ ଦିଆଯାଇଛି।
ରାଜନଗର ବ୍ଲକ ସାନବଡଗୋପାଳପୁର ପଞ୍ଚାୟତ ଗର୍ଜନପୁର ରାସ୍ତାରେ ଥିବା ମାଛ ଗଦିରେ ଶାଙ୍କୁଚ ରାଜ୍ୟ ବାହାରକୁ ଚାଲାଣ ପାଇଁ ରଖାଯାଇଥିବା ନେଇ ବନ ବିଭାଗକୁ ଖବର ମିଳିଥିଲା। ରାଜନଗର ଡିଏଫ୍‌ଓ ଯଜ୍ଞଦତ୍ତ ପତିଙ୍କ ନିର୍ଦ୍ଦେଶକ୍ରମେ ରେଞ୍ଜ ଅଫିସର ଧନେଶ୍ୱର ରଥ, ଫରେଷ୍ଟର ତ୍ରିଦିପ ପ୍ରଧାନ, ନିରୁପମା ଷଡଙ୍ଗୀ ପ୍ରମୁଖ ମାଛ ଗଦି ଉପରେ ଚଢାଉ କରିଥିଲେ। ଗଦିରେ ଥିବା ମାଛ ପେଟି ମଧ୍ୟରୁ ଗୋଟିଏ ପେଟିରେ ଦୁଇଟି ଶାଙ୍କୁଚ କଲିକତା ଚାଲାଣ ପାଇଁ ରଖାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଆଜିଠୁ ବରଗଡ଼ ଧନୁଯାତ୍ରା: ବରଗଡ଼ ହେବ ମଥୁରା ନଗରୀ, ଅମ୍ବାପାଲି ପାଲଟିବ ଗୋପପୁର

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାରରୁ ଆରମ୍ଭ ହେବ। ପରମ୍ପରା ଅନୁଯାୟୀ, ବରଗଡ଼ ଏମ୍‌ପି ପ୍ରଦୀପ କୁମାର ପୁରୋହିତ ଏବଂ...

ଆସାମର ହାତୀ-ଟ୍ରେନ୍‌ ଧକ୍କା

ଶନିବାର(୨୦-୧୨-୨୫) ବିଳମ୍ବିତ ରାତିରେ ଆସାମରେ ଘଟିଥିବା ହାତୀ-ଟ୍ରେନ୍‌ ଧକ୍କା ଏକ ବଡ଼ ଘଟଣା। ଗୋଟିଏ ଧକ୍କାରେ ୮ଟି ହାତୀଙ୍କ ମୃତ୍ୟୁ ହୋଇଛି। ଆସାମରେ ଏହା ଏପର୍ଯ୍ୟନ୍ତ...

ଟ୍ୟୁସନ ସାରି ଫେରୁଥିଲେ ନାବାଳିକା, ବଳାତ୍କାର ପରେ ବୁଦା ମୂଳେ କରିଦେଲେ…

ଭଦ୍ରକ, ୨୪।୧୨(ଅଶୋକ ପଣ୍ଡା/ସନାତନ ରାଉତ): ଭଦ୍ରକ ଜିଲା ଚାନ୍ଦବାଲିରେ ଏକ ଲଜ୍ୟାଜନକ ଘଟଣା ଘଟିଯାଇଛି l ଜଣେ ୧୧ ବର୍ଷୀୟା ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା...

ସମସ୍ୟା ଘେରରେ ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ, ଶ୍ରେଣୀଗୃହ ଅଭାବ

ନୂଆପଡ଼ା/କୋମନା,୨୪ା୧୨ (ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ବ୍ଲକ ଅନ୍ତର୍ଗତ ସିଆଲଲଟି ପଞ୍ଚାୟତ ହଲୁଆପାଲି ପ୍ରାଥମିକ ବିଦ୍ୟାଳୟ ସମ୍ପ୍ରତି ବିଭିନ୍ନ ସମସ୍ୟା ମଧ୍ୟରେ ଗତିକରୁଛି।...

ବଡ଼ଦିନରୁ ଥରିବ ଓଡ଼ିଶା

ଭୁବନେଶ୍ୱର,୨୪।୧୨: ରାଜ୍ୟକୁ ଫେରିବ ହାଡ଼ଭଙ୍ଗା ଶୀତ। ବଡ଼ଦିନରୁ ଥରିବ ଓଡ଼ିଶା। ଶୀତ ପ୍ରକୋପରେ କଲବଲ ହେବେ ରାଜ୍ୟବାସୀ। କାଲିଠୁ ହାଡ଼ଭଙ୍ଗା ଶୀତ ସହିତ ଆଗାମୀ ୫ଦିନ...

ଟ୍ୟୁଶନ ହେବେ ରାଜସ୍ବ ବାବୁ: ଯୋଜନାର କାର୍ଯ୍ୟକାରିତା ଉପରେ ସରକାରଙ୍କ ଫୋକସ୍‌

ଭୁବନେଶ୍ୱର,୨୪।୧୨(ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପକ୍ଷରୁ ଗତ ୧୮ ମାସ ମଧ୍ୟରେ ରାଜସ୍ବସେବାକୁ ଲୋକଙ୍କ ନିକଟତର କରିବା ପାଇଁ ଭୂ-ବନ୍ଦୋବସ୍ତ ଆଇନଠାରୁ ଆରମ୍ଭକରି ଜମି ପଞ୍ଜୀକରଣ...

ମାସେ ପରେ ବି ତୁଟିନି ଧାନ କିଣାବିକା ସମସ୍ୟା: ପୋଲିସ-ଚାଷୀ ଧସ୍ତାଧସ୍ତି

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟାକୁ ଏକମାସରୁ ଊଦ୍ଧର୍‌ବ ବିତିଗଲାଣି। ଏହାସତ୍ତ୍ୱେ ଧାନ କିଣାବିକା ନେଇ ନାନା ସମସ୍ୟା ଅସମାହିତ ରହିଛି। ଧାନ...

୬ ବଲ୍‌ରେ ୫ ଉଇକେଟ…ଇତିହାସ ରଚିଲେ ୨୮ ବର୍ଷୀୟ ଏହି ବୋଲର୍‌; ପ୍ରଥମ ଥର…

ନୂଆଦିଲ୍ଲୀ,୨୩।୧୨: ଟି୨୦ଆଇ କ୍ରିକେଟ୍‌ରେ ଏକ ଓଭରରେ ୫ ଉଇକେଟ୍ ନେବା ପ୍ରତ୍ୟେକ ବୋଲରଙ୍କ ସ୍ୱପ୍ନ ଅଟେ। ୪ ଓଭରର ସ୍ପେଲ୍‌ରେ ଏହି କାରନାମା କରିବା ବହୁତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri