ମାଛ ଗଦିରୁ ୨ ଶାଙ୍କୁଚ ଜବତ, ୨ ଗିରଫ

ରାଜନଗର, ୧୩।୧୧(ଡି.ଏନ.ଏ.): ସିଡ୍ୟୁଲ-୧ ଶ୍ରେଣୀ ଭୁକ୍ତ ବିରଳ ଶାଙ୍କୁଚକୁ ବେଧଡକ ଭାବେ ନଦୀ ଓ ମୁହାଣରୁ ଧରାଯାଇ ରାଜ୍ୟ ବାହାରକୁ ଚାଲାଣ କରାଯାଉଛି। ରାଜନଗର ଅଞ୍ଚଳରେ ଥିବା ମାଛ ଗଦିରେ ଏପରି ବେଆଇନ କାରବାର ଚାଲିଥିବା ନେଇ ପୂର୍ବରୁ ଅଭିଯୋଗ ହୋଇ ଆସୁଥିଲା। ଶୁକ୍ରବାର ବନ ବିଭାଗ ପକ୍ଷରୁ ଚଢାଉ କରାଯାଇ ମାଛ ଗଦିରୁ ୨ଟି ବିରଳ ପ୍ରଜାତିର ଶାଙ୍କୁଚ ଜବତ କରାଯିବା ସହ ଗଦିର ମାଲିକ ମାଲିକ ଶଙ୍ଖାଳି ଚରଣ ମାଝି ଓ ପୁଅ ସୁଶାନ୍ତଙ୍କୁ ଗିରଫ କରାଯାଇ କୋର୍ଟ ଚାଲାଣ କରାଯାଇଥିଲା। ଜାମିନ ନାମଞ୍ଜୁର ପରେ କେନ୍ଦ୍ରାପଡ଼ା ବାରିମୂଳ ଜେଲ ହାଜତକୁ ପଠାଇ ଦିଆଯାଇଛି।
ରାଜନଗର ବ୍ଲକ ସାନବଡଗୋପାଳପୁର ପଞ୍ଚାୟତ ଗର୍ଜନପୁର ରାସ୍ତାରେ ଥିବା ମାଛ ଗଦିରେ ଶାଙ୍କୁଚ ରାଜ୍ୟ ବାହାରକୁ ଚାଲାଣ ପାଇଁ ରଖାଯାଇଥିବା ନେଇ ବନ ବିଭାଗକୁ ଖବର ମିଳିଥିଲା। ରାଜନଗର ଡିଏଫ୍‌ଓ ଯଜ୍ଞଦତ୍ତ ପତିଙ୍କ ନିର୍ଦ୍ଦେଶକ୍ରମେ ରେଞ୍ଜ ଅଫିସର ଧନେଶ୍ୱର ରଥ, ଫରେଷ୍ଟର ତ୍ରିଦିପ ପ୍ରଧାନ, ନିରୁପମା ଷଡଙ୍ଗୀ ପ୍ରମୁଖ ମାଛ ଗଦି ଉପରେ ଚଢାଉ କରିଥିଲେ। ଗଦିରେ ଥିବା ମାଛ ପେଟି ମଧ୍ୟରୁ ଗୋଟିଏ ପେଟିରେ ଦୁଇଟି ଶାଙ୍କୁଚ କଲିକତା ଚାଲାଣ ପାଇଁ ରଖାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ନିଶା ବିନାଶର କାରଣ- ଏହିି କଥାକୁ ଭଲ ଭାବେ ହୃଦୟଙ୍ଗମ କରିଛନ୍ତି ହିମାଚଳପ୍ରଦେଶର ଲତା ଦେବୀ। ସେ ବାମସନ୍‌ ବ୍ଲକ ବାହ୍ଲୋ ପଞ୍ଚାୟତର ସରପଞ୍ଚ ଭାବେ ୫ଟି…

ନ୍ୟୁଜିଲାଣ୍ଡ ସିରିଜ ପୂର୍ବରୁ ବଡ଼ ହଲଚଲ: ବାଦ୍‌ ପଡ଼ିଲେ ଭାରତୀୟ ଅଧିନାୟକ ଶୁଭମନ ଗିଲ!

ନୂଆଦିଲ୍ଲୀ,୧୧।୧୦: ନ୍ୟୁଜିଲାଣ୍ଡ ଗସ୍ତ ପୂର୍ବରୁ ନିଜ ବ୍ୟାଟିଂ ଫର୍ମ ପରଖିବା ସହ ମ୍ୟାଚ ଅଭ୍ୟାସ ହାସଲ କରିବା ପାଇଁ ଭାରତୀୟ ଟେଷ୍ଟ ଓ ଦିନିକିଆ ଦଳର ଅଧିନାୟକ…

ଇସ୍ତଫା ଦାବିରେ ଅଟଳ ସିଜେପି, ସକାଳୁ ସକାଳୁ କଲା ବଡ଼ ଘୋଷଣା; ସରକାର ଛାନିଆ!

ନୂଆଦିଲ୍ଲୀ,୧୧।୧୦: କକ୍ରୋଚ ଜନତା ପାର୍ଟି (ସିଜେପି) ପକ୍ଷରୁ ରବିବାର ସକାଳ ୧୦ଟାରେ ଜନ୍ତରମନ୍ତରଠାରେ ପ୍ରତିବାଦ ପ୍ରଦର୍ଶନ କରିବାକୁ ଆହୱାନ ଦିଆଯାଇଛି। ଏହାକୁ ଦୃଷ୍ଟିରେ ରଖି ଦିଲ୍ଲୀ ପୋଲିସ…

ଆଜିଠୁ ନବରାତ୍ରି ଆରମ୍ଭ: ୪ ରାଶିଙ୍କ ଭାଗ୍ୟରେ ଲାଗିଲା ଚାରିଚାନ୍ଦ, ଦଶହରା ସୁଦ୍ଧା ଚାକିରି-ବ୍ୟବସାୟରେ…

ଭୁବନେଶ୍ୱର: ମା’ ଦୁର୍ଗାଙ୍କ ଆରାଧନାର ପବିତ୍ର ପର୍ବ ଶାରଦୀୟ ନବରାତ୍ରିକୁ ନେଇ ଭକ୍ତଙ୍କ ମଧ୍ୟରେ ବିଶେଷ ଉତ୍ସାହ ରହିଥାଏ। ଚଳିତ ବର୍ଷ ୨୦୨୬ ଅକ୍ଟୋବର ୧୧ ତାରିଖରୁ…

ମାନବ ଅଧିକାର ଶାନ୍ତିଦୂତ

ହନ ଦାସ କରମଚାନ୍ଦ ଗାନ୍ଧୀ ମହାତ୍ମା ଗାନ୍ଧୀରେ ପରିଣତ ହେବା ପାଇଁ ଯେଉଁ କର୍ମଭୂମି ତାଙ୍କୁ ଆଦ୍ୟ ସୁଯୋଗ ଦେଇଥିଲା, ତାହା ଥିଲା ଦକ୍ଷିଣ ଆଫ୍ରିକା। ଜଣେ…

ସିସେଲ୍ସରେ ମଣିଷକୁ ଟପିଲେଣି କଇଁଛ

ଭିକ୍ଟୋରିଆ,୧୧ା୧୦: ଦିନେ ବିଲୁପ୍ତ ହେବାକୁ ବସିଥିବା ଆଲଡାବ୍ରା କଇଁଛଙ୍କ ସଂଖ୍ୟା ବର୍ତ୍ତମାନ ମଣିଷଙ୍କୁ ମଧ୍ୟ ଟପିଗଲାଣି। ବ୍ୟାପକ ଶୋଷଣ ଏବଂ ଅତ୍ୟଧିକ ଶିକାର ଯୋଗୁଁ ଆଲଡାବ୍ରାର କଇଁଛ…

Odisha SIR Voter List Row: ୩ ଦିନରେ ୩୩,୫୧୫ ଫର୍ମ-୬ ଆବେଦନପତ୍ର ଗ୍ରହଣ

ଭୁବନେଶ୍ୱର,୧୧ା୧୦(ସୁନିତ୍‌ ମିଶ୍ର): ଭାରତର ନିର୍ୱାଚନ ଆୟୋଗ (ଇସିଆଇ)ଙ୍କ ନିର୍ଦ୍ଦେଶକ୍ରମେ ଓଡ଼ିଶାର ଭୋଟର ତାଲିକାରେ ନାମ ସାମିଲକରିବା ଉଦ୍ଦେଶ୍ୟରେ ଗତ ୭ରୁ ୯ ତାରିଖ ଯାଏ ରାଜ୍ୟବ୍ୟାପୀ ଏକ…

ଆଇପିଏଲ ୨୦୨୭ ପୂର୍ବରୁ ବଡ଼ ହଲଚଲ! ବିଦା ହୋଇପାରନ୍ତି ୧୦ ବଡ଼ ବ୍ୟାଟର୍‌, ତାଲିକାରେ ସୂର୍ଯ୍ୟଙ୍କ ସମେତ…

ନୂଆଦିଲ୍ଲୀ,୧୧।୧୦: ଆଇପିଏଲ ୨୦୨୭କୁ ନେଇ ଏବେଠାରୁ ଆରମ୍ଭ ହୋଇଗଲାଣି ଚର୍ଚ୍ଚା। ଆଗାମୀ ସିଜନ ପାଇଁ ସମସ୍ତ ୧୦ଟି ଫ୍ରାଞ୍ଚାଇଜି ନିଜ ନିଜ ଦଳକୁ ମଜଭୁତ କରିବାର ଯୋଜନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?