୨ ଡାକ୍ତରଙ୍କୁ କାରଣ ଦର୍ଶାଅ ନୋଟିସ୍‌

ଚିକିଟି,୨୩ା୬ (ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଅନୁପସ୍ଥିତ ୨ ଡାକ୍ତରଙ୍କ ପାଇଁ ମହଙ୍ଗା ସାବ୍ୟସ୍ତ ହୋଇଛି। ବିଧାୟକଙ୍କ ଅଭିଯୋଗ ପରେ ଜିଲା ମୁଖ୍ୟ ଚିକିତ୍ସାଧିକାରୀ ୨ ଡାକ୍ତରଙ୍କୁ କାରଣ ଦର୍ଶାଅ ନୋଟିସ ଜାରି କରିଛନ୍ତି। ୩ଦିନ ଭିତରେ ନୋଟିସର ଉତ୍ତର ଦେବାକୁ କୁହାଯାଇଛି। ଦୀର୍ଘଦିନ ହେଲା ଏଠାକାର ଡାକ୍ତରମାନେ ପାଳି କରି ଆସୁଥିବା ନେଇ ଚିକିଟି ନିର୍ବାଚନ ମଣ୍ଡଳୀର ନୂଆ ବିଧାୟକ ମନୋରଞ୍ଜନ ଦ୍ୟାନ ସାମନ୍ତରାଙ୍କ ନିକଟରେ ଅଭିଯୋଗ ହୋଇଆସୁଥିଲା। ଫଳରେ ବିଧାୟକ ସାମନ୍ତରା ଶୁକ୍ରବାର ମଧ୍ୟାହ୍ନରେ ଡାକ୍ତରଖାନାକୁ ଅଚାନକ ପରିଦର୍ଶନ କରିଥିଲେ। ରୋଗୀଙ୍କ ଚିକିତ୍ସା ବ୍ୟବସ୍ଥା ସମ୍ପର୍କରେ ପଚାରି ବୁଝିବା ସହ ଭାରପ୍ରାପ୍ତ ଚିକିତ୍ସା ଅଧିକାରୀ ଡକ୍ଟର ମନୋଜ କୁମାର ପାଢ଼ୀଙ୍କ ସହ ସମସ୍ୟା ସମ୍ପର୍କରେ ଆଲୋଚନା କରିଥିଲେ। ଚିକିଟି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ୭ଜଣ ଡାକ୍ତରଙ୍କ ଜାଗାରେ କେବଳ ୪ଜଣ ଅଛନ୍ତି। ଫଳରେ ଚିକିତ୍ସା ସେବା ଯୋଗାଇବା ବେଳେ ସମସ୍ୟା ଉପୁଜୁଥିବା ଜାଣିବାକୁ ପାଇଥିଲେ। ପରେ ଡାକ୍ତରଙ୍କ ନିୟମିତ ଉପସ୍ଥାନ ରେଜିଷ୍ଟରକୁ ତନଖି କରିଥିଲେ। ତନଖି ବେଳେ ଡା. ସତ୍ୟଜିତ ସେଠୀ, ଡା. ସୁନୀଲ ଚନ୍ଦ୍ର ସାହୁ ଗତ ୧୩ ତାରିଖରୁ ନିୟମିତ ଆସୁନଥିବା ଜାଣିବାକୁ ପାଇଥିଲେ। ଏନେଇ ଚିକିଟି ସ୍ବାସ୍ଥ୍ୟକେନ୍ଦ୍ର ଅଧିକାରୀ ଡ଼ଃ ମନୋଜ ପାଢ଼ୀ ଡାକ୍ତର ନିୟମିତ ଆସୁଛନ୍ତି କିନ୍ତୁ ଉପସ୍ଥାନ ଖାତାରେ ବ୍ୟସ୍ତତା କାରଣରୁ ଦସ୍ତଖତ କରି ନଥିବା କହିଥିଲେ। ବିଧାୟକ ଏ ନେଇ ଜିଲା ମୁଖ୍ୟ ଚିକିତ୍ସା ଅଧିକାରୀଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ। ପରେ ସିଡିଏମଓ ଡା. ଉମାଶଙ୍କର ମିଶ୍ର ବିନା ସୂଚନାରେ ଅନୁପସ୍ଥିତ ୨ ଡାକ୍ତରଙ୍କ ବିରୋଧରେ ଏଭଳି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୁଣ୍ଡା ସାହୁ ଅପହରଣ ମାମଲା: ଗିରଫ ୪ ଅଭିଯୁକ୍ତ କୋର୍ଟ ଚାଲାଣ , ଜାମିନ ନାମଞ୍ଜୁର ହେବାରୁ

ବଲାଙ୍ଗୀର, ୧୭।୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀରର ବ୍ୟବସାୟୀ ନରେନ୍ଦ୍ର ଓରଫ୍ ଗୁଣ୍ଡା ସାହୁ ଅପହରଣ ମାମଲାରେ ଗିରଫ ହୋଇଥିବା ୪ ଜଣ ଅଭିଯୁକ୍ତଙ୍କୁ ବଲାଙ୍ଗୀର ପୋଲିସ…

୨ ବର୍ଷର ବନବାସର ଘଟିଲା ଅନ୍ତ: ସ୍ମୃତିଙ୍କୁ ମିଳିଲା…

ନୂଆଦିଲ୍ଲୀ,୧୭।୮: ଭାରତୀୟ ଜନତା ପାର୍ଟି (ଭାଜପା)ର ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନଙ୍କ ଦ୍ୱାରା ଘୋଷଣା କରାଯାଇଥିବା ନୂତନ ଦଳରେ, ପୂର୍ବତନ ଏମ୍‌ପି ଏବଂ କେନ୍ଦ୍ରମନ୍ତ୍ରୀ ସ୍ମୃତି ଇରାନୀ…

ନୂଆ ଟିମ୍‌ ଘୋଷଣା ପରେ ପ୍ରତିକ୍ରିୟା ରଖିଲେ ନୀତିନ ନବୀନ, କହିଲେ…

ନୂଆଦିଲ୍ଲୀ,୧୭।୮: ନୂଆ ଟିମ୍‌ ଘୋଷଣା କରିବା ପରେ ଭାଜପା ସଭାପତି ନୀତିନ ନବୀନ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ପ୍ରକାଶ କରିଛନ୍ତି। ସଭାପତି ନବନିଯୁକ୍ତ ଭାଜପା କାର୍ଯ୍ୟକର୍ତ୍ତାଙ୍କୁ…

ପିଉସାଙ୍କୁ ହତ୍ୟା କରି ପୋଡିଦେବା ଘଟଣା: ଜମି ବିବାଦ ନା ଗୁଣି ଗାରେଡି, ୨ ଜଣଙ୍କୁ…

ଦାରିଙ୍ଗବାଡି,୧୭।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ବାଡାବାଙ୍ଗା ପଞ୍ଚାୟତ ସିକନବାଡି ଗାଁରେ ଏକ ହତ୍ୟା ଘଟଣାର ପୋଲିସ ଖୁଲାସା କରିଛି। ହତ୍ୟାର ଶିକାର ହୋଇଛନ୍ତି ଉକ୍ତ…

ବ୍ରାହ୍ମଣୀରେ ଭୟଙ୍କର ବନ୍ୟା: ବିପଦ ସଙ୍କେତ ଡେଇଁ ୨୦ ଫୁଟରେ ପ୍ରବାହିତ ଜଳ, ଅଳଭା ଠାରେ ଘଳିଆ

ପଟ୍ଟାମୁଣ୍ଡାଇ,୧୭।୮ (କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଦେଇ ପ୍ରବାହିତ ବ୍ରାହ୍ମଣୀ ନଦୀରେ ବନ୍ୟା ପରିସ୍ଥିତି ଅତ୍ୟନ୍ତ ଗମ୍ଭୀର ରୂପ ଧାରଣ କରିଛି। ବ୍ରାହ୍ମଣୀ ନଦୀର ବିପଦ…

ନୂଆ ଟିମ୍ ଘୋଷଣା କଲେ ନୀତିନ ନବୀନ; କିଏ ଏହି ଦୀପକ ମହସ୍କେ, ଯାହାଙ୍କୁ ମିଳିଲା ବଡ଼ ଦାୟିତ୍ବ

ନୂଆଦିଲ୍ଲୀ,୧୭।୮: ନୀତିନ ନବୀନ ତାଙ୍କ ନୂଆ ଟିମ୍‌ ଘୋଷଣା କରିଛନ୍ତି । ଏଥିରେ ସବୁଠାରୁ ବଡ଼ ଚର୍ଚ୍ଚାର ବିଷୟ ହୋଇଛି ଦଳର ଆଇଟି ସେଲ୍‌ ମୁଖ୍ୟ ପଦରେ…

ପବିତ୍ର ଶ୍ରାବଣ ସୋମବାରକୁ ସଂକ୍ରାନ୍ତି ସଂଯୋଗ: ବିଭିନ୍ନ ମନ୍ଦିରରେ କାଉଡ଼ିଆଙ୍କ ପାଇଁ….

କଲ୍ୟାଣସିଂହପୁର, ୧୭।୮ (ଦୀପକ କୁମାର ପରିଡ଼ା): ପବିତ୍ର ଶ୍ରାବଣ ମାସର ତୃତୀୟ ସୋମବାର ତଥା ସିଂହ ସଂକ୍ରାନ୍ତି ଅବସରରେ କଲ୍ୟାଣସିଂହପୁର ବ୍ଲକର ବିଭିନ୍ନ ପ୍ରମୁଖ ଶୈବପୀଠ ଓ…

ବନ୍ୟାପାଣିରେ ଭାସିଯାଇଥିଲେ ଯୁବକ, ୪ଦିନ ପରେ ମୃତଦେହ ଉଦ୍ଧାର

ଧାମନଗର,୧୭।୮(ଦେବେନ୍ଦ୍ର ଆନ୍ଦିଆ): ଧାମନଗର ବ୍ଲକ ଦିହୁଡ଼ି-ଆନନ୍ଦପୁର ପଞ୍ଚାୟତ ପାହଡ଼ପୁର ଯେନାସାହି ଗ୍ରାମର ଗଣେଶ ଜେନା (୫୨)ଙ୍କ ମୃତଦେହ ଉଦ୍ଧାର କରାଯାଇଛି । ନିଖୋଜର ୪ଦିନ ପରେ ଜଙ୍ଗଲରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri