ଚଳିତବର୍ଷ ୨ ସୂର୍ଯ୍ୟୋପରାଗ, ୨ ପୂର୍ଣ୍ଣ ଚନ୍ଦ୍ରଗ୍ରହଣ: ଜାଣନ୍ତୁ କେଉଁ କେଉଁ ତାରିଖରେ ପଡ଼ିବ

ଭୁବନେଶ୍ୱର, ୨।୧(ସୁଚିସ୍ମିତା ସାହୁ): ଚଳିତବର୍ଷ ମୋଟ ଚାରୋଟି ପରାଗ ଓ ଗ୍ରହଣ ସଂଗଠିତ ହେବ। ସେଥିରୁ ଦୁଇଟି ଆଶିଂକ ସୂର୍ଯ୍ୟାପରାଗ ଏବଂ ଦୁଇଟି ପୂର୍ଣ୍ଣ ଚନ୍ଦ୍ରଗ୍ରହଣ। ସେଥିମଧ୍ୟରୁ କେବଳ ଗୋଟିଏ ପୂଣ୍ଣର୍ର୍ ଚନ୍ଦ୍ରଗ୍ରହଣ ଭାରତରୁ ଦେଖିହେବ ବୋଲି ଜନବିଜ୍‌ୟାନୀ ଡ. ଶୁଭେନ୍ଧୁ ପଟ୍ଟନାୟକ ସୂଚନା ଦେଇଛନ୍ତି।
ଚଳିତବର୍ଷର ପ୍ରଥମ ପୂର୍ଣ୍ଣ ଚନ୍ଦ୍ରଗ୍ରହଣ ମାର୍ଚ୍ଚ ୧୪ରେ ଆମେରିକା, ପଶ୍ଚିମ ୟୁରୋପ, ପଶ୍ଚିମ ଆଫ୍ରିକା ଏବଂ ଉତ୍ତର ଏବଂ ଦକ୍ଷିଣ ଆଟଲାଣ୍ଟିକ ମହାସାଗର ପରି ଅଞ୍ଚଳରେ ଦେଖାଯିବ।
ସେହିପରି ଆଂଶିକ ସୂର୍ଯ୍ୟାପରାଗ ମାର୍ଚ୍ଚ ମାସ ୨୯ ତାରିଖରେ ଉତ୍ତର ଆମେରିକା, ଗ୍ରୀନଳ୍ୟାଣ୍ଡ, ଆଇସଲ୍ୟାଣ୍ଡ, ଉତ୍ତର ଆଟଲାଣ୍ଟିକ ମହାସାଗର, ୟୁରୋପ ଏବଂ ଉତ୍ତର-ପଶ୍ଚିମ ଋଷରେ ଦୃଶ୍ୟମାନ ହେବ। ପୂର୍ଣ୍ଣଚନ୍ଦ୍ରଗ୍ରହଣ ସେପ୍ଟେମ୍ବର ୭ ଓ ୮ ତାରିଖରେ ସମଗ୍ର ଭାରତ ସହ ଏସିଆର ଅନ୍ୟ ଦେଶ ତଥା ୟୁରୋପ, ଆଣ୍ଟାର୍ଟିକା, ପଶ୍ଚିମ ପ୍ରଶାନ୍ତ ମହାସାଗର, ଅଷ୍ଟ୍ରେଲିଆ ଏବଂ ଭାରତ ମହାସାଗରର କିଛି ଅଞ୍ଚଳରେ ମଧ୍ୟ ଦୃଶ୍ୟମାନ ହେବ। ଚନ୍ଦ୍ରଗ୍ରହଣ ସେପ୍ଟେମ୍ବର ୭ରେ ରାତି ୮.୫୮ ରୁ ୨.୨୫ ପର୍ଯ୍ୟାନ୍ତ ରହିବ । ପୂର୍ଣ୍ଣଗ୍ରହଣ ରାତି ୧୦.୦୦ରୁ ରାତି ୧୨.୨୨ ଦୀର୍ଘ ୨ ଘଣ୍ଟା ୨୨ ମିନିଟ ପର୍ଯ୍ୟାନ୍ତ ଦେଖାଯିବ। ସେ ସମୟରେ ଚନ୍ଦ୍ର ସଂପୂର୍ଣ୍ଣ ରକ୍ତ ବର୍ଣ୍ଣ ଧାରଣ କରିବ । ସେହିପରି ବର୍ଷର ଅନ୍ତିମ ଆଂଶିକ ସୂର୍ଯ୍ୟପରାଗ ସେପ୍ଟେମ୍ବର ୨୧-୨୨ ତାରିଖରେ ନ୍ୟୁଜିଲାଣ୍ଡ, ଇଷ୍ଟର୍ଣ୍ଣ ମେଲାନେସିଆ ଏବଂ ପଶ୍ଚିମ ଆଣ୍ଟାର୍ଟିକାରେ ଦୃଶ୍ୟମାନ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କୁ ପିଟିପିଟି ମାରିଲେ ପୁଅ: ଘରୋଇ ଝଗଡା ହେଲା କାଳ

ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ଥାନା ଅଧିନ ବ୍ରାହ୍ମଣଗାଁ ଗ୍ରାମପଞ୍ଚାୟତ ତାଳବନ୍ଦ ବୁରୁଡି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଘରୋଇ କଳିକୁ ନେଇ…

ଶୋକାକୁଳ ପରିବେଶରେ ଅବକାରୀ ବିଭାଗର ଅଧିକାରୀଙ୍କୁ ଶେଷ ବିଦାୟ: ବଜ୍ରପାତରେ…

ଦାରିଙ୍ଗବାଡି, ୨୧।୯ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଶ୍ରାନିକେତା ଗାଁର ଯୁବ ସରକାରୀ ଅଧିକାରୀ ବୌଦ୍ଧ ଜିଲାରେ ରବିବାର ବଜ୍ରପାତରେ ମୃତ୍ୟୁବରଣ କରିଥିଲେ। ସୋମବାର ତାଙ୍କ…

ଏହି ଜିଲାରେ ୨୪ ଯାଏ ସ୍କୁଲ ଛୁଟି ଘୋଷଣା: ଆଲର୍ଟ ରହିବାକୁ ନିର୍ଦ୍ଦେଶ

ଗଜପତି,୨୧।୯: ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ଧୀରେ ଧୀରେ ଗଭୀର ଅବପାତର ରୂପ ନେଇଛି। ଫଳରେ ରାଜ୍ୟରେ ପ୍ରବଳ ବର୍ଷା ଲାଗି ରହିଛି। ଆସନ୍ତା ୨୩ ଏବଂ ୨୪…

ପିଲାଙ୍କୁ ଖଡ଼ି ଧରି ପାଠ ପଢ଼ାଇଲେ ସରପଞ୍ଚ: ସବୁଠି ହେଉଛି ଚର୍ଚ୍ଚା

ଦାରିଙ୍ଗବାଡି, ୨୧।୯ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ପଞ୍ଚାୟତର ନାଏବ ସରପଞ୍ଚ ଦୀପକ ପ୍ରଧାନଗତ କିଛି ଦିନ ହେଲା ସରପଞ୍ଚ ଦାୟିତ୍ୱ ସମ୍ଭାଳିବା ପରେ ପ୍ରଥମଥର ପାଇଁ…

ପୋଲିସ ଯାଞ୍ଚ୍‌ ନାଁରେ ଲୋକଙ୍କୁ ହଇରାଣ: ଥାନା ଏଏସଆଇଙ୍କ ଦାଦାଗିରି

ରିଷିଡା,୨୧।୯(ସୁଶାନ୍ତ ମଲ୍ଲିକ): ଗତକିଛି ଦିନ ହେଲା ମ.ରାମପୁର ଥାନା ଅଧିନ ବିଭିନ୍ନ ଅଞ୍ଚଳରେ ସନ୍ଧ୍ୟା ସମୟରେ ପୋଲିସ ଯାଞ୍ଚ୍‌ ନାଁରେ ଜନୈକ ଏଏସଆଇ ଦାଦାଗିରି ଚଲାଇଥିବା ଅଭିଯୋଗ…

ବୈଶିଙ୍ଗାରେ ଲଜ୍ଜା: ଶିଶୁ କନ୍ୟାକୁ ଜଙ୍ଗଲକୁ ନେଇ ଯୌନ ନିର୍ଯାତନା

ବୈଶିଙ୍ଗା,୨୧।୯(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅଞ୍ଚଳରେ ଜଣେ ୬ ବର୍ଷୀୟା ଶିଶୁ କନ୍ୟାଙ୍କୁ ୧୩ ବର୍ଷିୟ ସମ୍ପର୍କୀୟ ନାବାଳକ ଭାଇ ଯୌନ ନିର୍ଯାତନା ଦେଇଥିବା…

ବାତ୍ୟା ଆସିଲେ ଭୂସ୍ଖଳନ ଭୟ: ୨ ଦିନ ବନ୍ଦ ରହିବ କଳିଙ୍ଗା ଘାଟି

ଜି.ଉଦୟଗିରି,୨୧।୯(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): କନ୍ଧମାଳ ଓ ଗଞ୍ଜାମ ସୀମାନ୍ତବର୍ତ୍ତୀ କଳିଙ୍ଗା ଘାଟି ଦେଇ ବିଜୟୱାଡ଼ା ରାଞ୍ଚିକୁ ସଂଯୋଗ କରୁଥିବା ୧୫୭ ନମ୍ବର ଜାତୀୟ ରାଜପଥ ଏବେ…

ଭଞ୍ଜନଗରରେ ଅଧିକ ବର୍ଷା ଆଶଙ୍କା: ତଳିଆ ଅଞ୍ଚଳବାସୀଙ୍କ ପାଇଁ ସତର୍କ ସୂଚନା ଜାରି

ଭଞ୍ଜନଗର,୨୧।୯(ବାବୁଲା ପ୍ରଧାନ): ଭଞ୍ଜନଗର ଜଳଭଣ୍ଡାରରେ ବର୍ତ୍ତମାନ ପ୍ରାୟ ୮୬ ପ୍ରତିଶତ ଜଳ ସଞ୍ଚିତ ଥିବାବେଳେ ଆଗାମୀ ଦିନରେ ଅଧିକ ବର୍ଷାର ସମ୍ଭାବନା ଅଛି । ତେଣୁ ଭଞ୍ଜନଗର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?