ରାଜଧାନୀରେ ଚାଞ୍ଚଲ୍ୟ: ମା’ଙ୍କୁ ଶାବଳରେ ପିଟି ପିଟି ହତ୍ୟା କଲେ ଦୁଇ ନାବାଳକ ପୁଅ

ଭୁବନେଶ୍ୱର,୧୭।୯(ବ୍ୟୁରୋ)- ରାଜଧାନୀ ଏୟାରଫିଲ୍ଡ ଥାନା ବେହେରାସାହି ଅର୍କିଡ ଆପାଟମେଣ୍ଟରେ ଗୁରୁବାର ଏକ ଚାଞ୍ଚଲ୍ୟକର ହତ୍ୟାକାଣ୍ଡ ଘଟିଛି। ମୃତ ମହିଳା ହେଲେ ବିନୋଦିନୀ ମିଶ୍ର । ଘରୋଇ କଳିରୁ ଦୁଇ ନାବାଳକ ପୁଅ ବିନୋଦିନୀଙ୍କୁ ପିଟି ପିଟି ହତ୍ୟା କରିଛନ୍ତି। ଖବର ପାଇ ଏୟାରଫିଲ୍ଡ ଥାନା ଅଧିକାରୀ ଦୀପକ ମିଶ୍ର ଏବଂ ସ୍ପେଶାଲ ସ୍କ୍ବାର୍ଡ ଟିମ୍‌ର ଅଧିକାରୀମାନେ ପହଞ୍ଚି ଗାଧୁଆଘରୁ ମୃତଦେହ ଜବତ କରି ବ୍ୟଛେଦ ପାଇଁ କ୍ୟାପିଟାଲ ହସ୍ପିଟାଲ ପଠାଇଛି। ଏଥିସହ ସାଇଣ୍ଟିଫିକ ଟିମ୍‌ ମଧ୍ୟ ଉକ୍ତ ଆପାଟ୍‌ମେଣ୍ଟରେ ପହଞ୍ଚି ଏକାଧିକ ନମୁନା ସଂଗ୍ରହ କରିଛନ୍ତି। ଅପରପକ୍ଷେ ଦୁଇ ନାବାଳକଙ୍କୁ ପୋଲିସ ଅଟକ ରଖି ପଚରାଉଚରା କରିବା ସହ ଏକ ହତ୍ୟା ମାମଲା ରୁଜୁ କରି ତଦନ୍ତ କରୁଛି।

ମିଳିଥିବା ସୂଚନା ଅନୁଯାୟୀ, ମହିଳାଙ୍କ ଘର ପୁରୁଣା ଭୁବନେଶ୍ୱର ହୋଇଥିବା ବେଳେ ଦୁଇ ନାବାଳକ ପୁଅଙ୍କ ସହ ଉକ୍ତ ଆପାର୍ଟମେଣ୍ଟରେ ସେ ଭଡା ନେଇ ରହୁଥିଲେ। ସବୁବେଳେ ବିନୋଦିନୀ ନିଶା ଖାଇ ଦୁଇ ପୁଅଙ୍କୁ ନିର୍ଯାତନା ଦେଉଥିଲେ। ସବୁଦିନ ପରି ବୁଧବାର ରାତିରେ ବିନୋଦିନୀ ନିଶା ପିଇ ୨ ପୁଅଙ୍କୁ ମାରପିଟ କରିଥିଲେ। ଏଥିରେ ସେମାନେ ଉତକ୍ଷିପ୍ତ ହୋଇ ଘରେ ଥିବା ଏକ ସାବଳରେ ମା’ଙ୍କୁ ପିଟି ପିଟି ହତ୍ୟା କରିଥିଲେ। ବିନୋଦିନୀଙ୍କ ମୃତ୍ୟୁ ଘଟିବା ପରେ ତାଙ୍କୁ ବାଥରୁମ୍‌ରେ ଫିଙ୍ଗି ଦେଇ ଘରେ ଥିବା ପୋଷା କୁକୁରକୁ ନେଇ ଫେରାର ହୋଇଯାଇଥିଲେ। ଦୁଇ ଭାଇ ହତ୍ୟା କରିବା ପରେ ଆପାର୍ଟମେଣ୍ଟର ସୁରକ୍ଷା କର୍ମୀଙ୍କୁ ମା’ଙ୍କୁ କେହି ରାତିରେ ଘରେ ପଶି ହତ୍ୟା କରିଥିବା କହିଥିଲେ। ସୁରକ୍ଷାକର୍ମୀଜଣଙ୍କ ସୂଚନା ଦେବାପରେ ପୋଲିସ ପହଞ୍ଚି ମୃତଦେହ ଜବତ କରିଥିଲା। ଏହାସହ ଉକ୍ତ ଅଞ୍ଚଳରେ ଲୁଚିଥିବା ୨ ଭାଇଙ୍କୁ କାବୁ କରିଥିବା ସୂଚନା ମିଳିଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀ ହାଇକୋର୍ଟରେ ହାଜର ହେବେ ଅମିତାଭ, ବଢ଼ିଲା ଚର୍ଚ୍ଚା…

ନୂଆଦିଲ୍ଲୀ: ବଲିଉଡ଼ର ମହାନାୟକ ଅମିତାଭ ବଚ୍ଚନ ନିଜର ନାମ, ଫଟୋ ଏବଂ କଣ୍ଠସ୍ୱରର ଅନଧିକୃତ ବ୍ୟବହାରକୁ ରୋକିବା ପାଇଁ ଦୀର୍ଘ ଦିନ ହେବ ଆଇନଗତ ଲଢ଼େଇ ଜାରି…

ମୁମ୍ବାଇ ପୋଲିସ ଦ୍ୱାରା ବଲିଉଡ୍ ଅଭିନେତା ଇମ୍ରାନ୍ ଅଟକ; ଭିଡିଓ ଭାଇରାଲ୍

ମୁମ୍ବାଇ: ବଲିଉଡ୍ ଅଭିନେତା ଇମ୍ରାନ୍ ଖାନ୍‌ଙ୍କୁ ଶନିବାର ମୁମ୍ବାଇ ପୋଲିସ ହେପାଜତକୁ ନେଇଛି। ମୁଖ୍ୟ ନିର୍ବାଚନ ଆୟୋଗ (CEC) ଜ୍ଞାନେଶ କୁମାରଙ୍କ ବିରୋଧରେ ଦିଲ୍ଲୀରେ ହେବାକୁ ଥିବା…

କଂଗ୍ରେସ କରିବ ପୁଣି ବଡ଼ ଆନ୍ଦୋଳନ, କେବେ ଜାଣନ୍ତୁ…

ନୂଆଦିଲ୍ଲୀ,୧୦।୧୦: ଲୋକଙ୍କ ଭୋଟ ଅଧିକାରକୁ ସୁରକ୍ଷା ଦେବା ପାଇଁ ଚାଲିଥିବା ଅଭିଯାନର ଏକ ଅଂଶ ଭାବରେ ଆସନ୍ତା ସୋମବାର ଦିଲ୍ଲୀରେ ଏକ ବଡ଼ ଧରଣର ବିକ୍ଷୋଭ ପ୍ରଦର୍ଶନ…

ଫେରୁଛି ମୌସୁମୀ: କାଲି ଗୁଳୁଗୁଳି ସହ ଝଡ଼ବର୍ଷା ନେଇ ୧୩ ଜିଲାକୁ ଓ୍ବାର୍ନିଂ, ଉପକୂଳ ଜିଲାରେ…

ଭୁବନେଶ୍ୱର, ୧୦ା୧୦(ବନ୍ଦନା ସେଠୀ) – ରାଜ୍ୟରେ ଏବେ ମୌସୁମୀ ଫେରିବା ପ୍ରକ୍ରିୟା ଜାରି ରହିଥିବାବେଳେ ଓଡ଼ିଶା ଦେଇ ଏକ ଟ୍ରଫ୍‌ ଲାଇନ୍‌ (ମୌସୁମୀ ରେଖା) ବଙ୍ଗୋପସାଗର ପର୍ଯ୍ୟନ୍ତ…

ବୋଲେରୋରେ ଚାଲାଣ ହେଉଥିଲା କଫ୍‌ ସିରପ୍‌: ବରଗଡ଼ରେ ପୋଲିସର ଚଢ଼ାଉ, ୧୨୦୦ ବୋତଲ ସହ ଧରାପଡ଼ିଲେ…

ବରଗଡ଼,୧୦ା୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ସଦର ଥାନା ପୋଲିସକୁ କଫ୍‌ ସିରପ୍‌ ଚୋରା କାରବାର ବିରୋଧରେ ଶନିବାର ସକାଳେ ଏକ ବଡ଼ ସଫଳତା ମିଳିଛି। ବେଆଇନ କଫ୍‌ ସିରପ୍‌…

ପ୍ରକାଶ ପାଇଲା ଚୂଡାନ୍ତ ପ୍ରାର୍ଥୀ ତାଲିକା, ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟରେ ୧୩ ପ୍ରାର୍ଥୀ 

ବଲାଙ୍ଗୀର, ୧୦ା୧୦ (ବୀରେନ୍ଦ୍ର କୁମାର ଝାଙ୍କର): କଲେଜ ଛାତ୍ର ସଂସଦ ନିର୍ବାଚନକୁ ନେଇ କ୍ୟାମ୍ପସ ରାଜନୀତି ସରଗରମ ରହିଛି। ଶନିବାର ପ୍ରାର୍ଥୀ ପ୍ରତ୍ୟାହାର ସମୟ ସୀମା ଅତିକ୍ରାନ୍ତ…

ପର୍ତ୍ତୁଗାଲରୁ ରୋନାଲ୍ଡୋ ସସ୍‌ପେଣ୍ଡ

ଲିସ୍‌ବନ,୧୦ା୧୦: ପର୍ତ୍ତୁଗୀଜ ସକର ଫେଡେରେଶନ ପକ୍ଷରୁ ଦେଶର ଫୁଟବଲ ଆଇକନ କ୍ରିଷ୍ଟିଆନୋ ରୋନାଲ୍ଡୋଙ୍କୁ ସସ୍‌ପେଣ୍ଡ କରାଯାଇଛି। ଏଥିସହିତ ଦଳ ଛାଡ଼ି ଚାଲି ଯିବା ପାଇଁ ତାଙ୍କ ବିରୋଧରେ…

ଜମି ପାଣି ବିବାଦରୁ ସାଂଘାତିକ ଆକ୍ରମଣ: ସରପଞ୍ଚଙ୍କ ସ୍ୱାମୀଙ୍କୁ ହାଣିଥିବା ୩ ଦୁର୍ବୃତ୍ତଙ୍କୁ କୋର୍ଟଚାଲାଣ କଲା ଦିଗପହଣ୍ଡି ପୋଲିସ

ଦିଗପହଣ୍ଡି,୧୦।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ବନ୍ଥପଲ୍ଲୀ ପଞ୍ଚାୟତ ସରପଞ୍ଚ କାମିନୀ ନାୟକଙ୍କ ସ୍ୱାମୀ ଟୁନା ନାୟକଙ୍କୁ ଯୋଜନାବଦ୍ଧ ଭାବେ ଖଣ୍ଡାରେ ହାଣି ହତ୍ୟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?