ଜାତୀୟ ସ୍ତରୀୟ ବକ୍ସିଂ ଖେଳିବେ ସୋନପୁରର ୨ ଛାତ୍ରୀ: ଚାରିଆଡ଼ୁ ଶୁଭେଚ୍ଛା

ଅମରପାଲି,୨୯/୭(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକର ଦୁଇ ଜଣ ଛାତ୍ରୀ ଜାତୀୟ ସ୍ତରୀୟ ବକ୍ସିଂ ପ୍ରତିଯୋଗିତାରେ ଅଂଶ ଗ୍ରହଣ କରିବା ପାଇଁ ଚୟନ ହୋଇଛନ୍ତି। ଚଳିତ ଜୁଲାଇ ୨୬ ଓ ୨୭ ତାରିଖରେ ଦୁଇ ଦିନ ଧରି ରାଉରକେଲା ସ୍ଥିତ ବିଜୁ ପଟ୍ଟନାୟକ ହକି ଷ୍ଟାଡିୟମରେ ଅନୁଷ୍ଠିତ ହୋଇଥିଲା ରାଜ୍ୟ ସ୍ତରୀୟ ବକ୍ସିଂ ଚୟନ ପ୍ରତିଯୋଗିତା। ଏଥିରେ ସୁବର୍ଣ୍ଣପୁର ଜିଲା ଦୌଡ଼କୁଦ ସଂଘ ତରଫରୁ ବକ୍ସିଂ ପ୍ରତିଯୋଗିତା ରେ ତିନି ଜଣ ପ୍ରତିଯୋଗୀ ଉପ କନିଷ୍ଠ ବିଭାଗ ପାଇଁ ଅଂଶ ଗ୍ରହଣ କରିଥିଲେ।
ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ସଂଗ୍ରାମପୁର ପଞ୍ଚାୟତର ସାନକିରାସିରା ଗ୍ରାମର ଝରଣା ନାଏକ ଓ ନିବେଦିତା ବେହେରା ଏବଂ ଉକ୍ତ ପଞ୍ଚାୟତର ଯୁବରାଜପୁର ଗ୍ରାମର ସ୍ମୁତିମୟୀ ସାହୁ ଏହି ରାଜ୍ୟ ସ୍ତରୀୟ ଚୟନ ପ୍ରତିଯୋଗିତାରେ ଅଂଶ ଗ୍ରହଣ କରିଥିଲେ। ଏମାନଙ୍କ ମଧ୍ୟରୁ ଝରଣା ନାଏକ ୪୩ କିଗ୍ରା ବର୍ଗରେ ଓ ନିବେଦିତା ବେହେରା ୪୩ କିଗ୍ରା ବର୍ଗରେ ଅଂଶ ଗ୍ରହଣ କରି ପ୍ରଥମ ସ୍ଥାନ ଅଧିକାର କରି ଜାତୀୟ ସ୍ତରୀୟ ପ୍ରତିଯୋଗିତାରେ ଅଂଶ ଗ୍ରହଣ କରିବା ପାଇଁ ଯୋଗ୍ୟ ବିବେଚିତ ହୋଇ ସୁବର୍ଣ୍ଣପୁର ଜିଲା ପାଇଁ ଗୌରବ ଆଣିଛନ୍ତି।
ଚୟନ ହୋଇଥିବା ଦୁଇ ଜଣ ଛାତ୍ରୀ ଆସନ୍ତା ଅଗଷ୍ଟ ଦିତୀୟ ସପ୍ତାହରେ ଦିଲ୍ଲୀ ଗ୍ରେଟର ନୋଏଡାରେ ହେବାକୁ ଥିବା ଜାତୀୟସ୍ତରୀୟ ବକ୍ସିଂ ପ୍ରତିଯୋଗିତାରେ ଅଂଶ ଗ୍ରହଣ କରିବେ ବୋଲି ତାଙ୍କର କୋଚ ରାଜେଶ ମେଣ୍ଡିଲୀ ପ୍ରକାଶ କରିଛନ୍ତି। ଉଭୟ କ୍ରୀଡାବିତ ତାଙ୍କ ଏହି ସଫଳତା ପାଇଁ ଏବେ ସମଗ୍ର ସୁବର୍ଣ୍ଣପୁର ଜିଲ୍ଲାର ବିଭିନ୍ନ କ୍ରୀଡ଼ା ସଙ୍ଗଠନ ଓ ବ୍ୟକ୍ତିବିଶେଷଙ୍କ ଠାରୁ ପ୍ରଶଂସା ପାଉଛନ୍ତି।

ଏହି ଦୁଇ ପ୍ରତିଯୋଗୀଙ୍କ ସଫଳତା ପାଇଁ ବୀରମହାରାଜପୁର ବିଧାୟକ ଇଂ ରଘୁନାଥ ଜଗଦଲା, ଜିଲା ଦୌଡକୁଦ ସଂଘର ସମ୍ପାଦକ ପୀୟୂଷ ପଣ୍ଡା, ଜିଲା ଆମେଚର ବକ୍ସିଂ ସଂଘ ସଭପତି ରାମ କୁମାର ସାହୁ ଓ ସମ୍ପାଦକ ବ୍ରଜ ଗୋପାଳ ପଣ୍ଡା ଏବଂ ଟିମ ମ୍ୟାନେଜର ରାଜେଶ ମେଣ୍ଡିଲି ଶୁଭେଚ୍ଛା ଜ୍ଞାପନ କରିଛନ୍ତି l ଉକ୍ତ ଚୟନ ପ୍ରତି ଯୋଗୀତା ସୃତିମୟୀ ସାହୁ ଯୋଗ ଦେଇ ତୃତୀୟ ସ୍ଥାନ ହାସଲ କରିଥିଲେ l ଜାତୀୟ ସ୍ତରୀୟ ବକ୍ସିଂ ପାଇଁ ଚୟନ ହୋଇଥିବା ଝରଣା ନାଏକ ଏବେ କମିରାସ୍ଥିତ ବାପୁଜୀ ହାଇସ୍କୁଲରେ ନବମ ଶ୍ରେଣୀରେ ପଢ଼ୁଥିବାବେଳେ ନିବେଦିତା ବଡକିରାସିରା ଉନ୍ନୀତ ଉଚ୍ଚ ବିଦ୍ୟାଳୟରେ ଦଶମ ଶ୍ରେଣୀରେ ପଢୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୋତାଗଡ଼ରେ ନାହିଁ ପାନୀୟ ଜଳ ବ୍ୟବସ୍ଥା, ପର୍ଯ୍ୟଟକ ହନ୍ତସନ୍ତ

ଗଞ୍ଜାମ,୨୭।୯(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ଠାରୁ କିଛି ଦୂରରେ ରହିଛି ଐତିହାସିକ ପୋତାଗଡ଼ । ଏହି ପୁରାତନ ବ୍ରିଟିଶ ଅମଳର ପୋତାଗଡ଼ ଦୁର୍ଗକୁ ଦେଖିବା ପାଇଁ…

ପିକଅପ୍ ଧକ୍କାରେ ଶିଶୁଙ୍କ ମୃତ୍ୟୁ; କ୍ଷତିପୂରଣ ଦାବିରେ ରାସ୍ତା ଅବରୋଧ, ଟାୟାର ଜାଳି ଆନ୍ଦୋଳନ

ପୁରୁଷୋତ୍ତମପୁର,୨୭।୯(ସବିତା ମିଶ୍ର): ମେକ୍ସପିକଅପ୍ ଧକ୍କାରେ ୪ ବର୍ଷର ଶିଶୁର ମୃତ୍ୟୁକୁ ନେଇ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରରେ ରବିବାର ସଂଧ୍ଯ୍ଯାରେ ଉତ୍ତେଜନା ଦେଖାଦେଇଛି । ଚାଙ୍ଗୁଡ଼ିଆପଦର ସାହିର…

ଭିଜିଲାନ୍ସ ଜାଲରେ ଯନ୍ତ୍ରୀ: ବାବୁଙ୍କ କୋଠା ସଉକ, ଚଢ଼ାଉରେ ମିଳିଲା…

ମାଲକାନଗିରି,୨୭।୯(ଦୁର୍ଯ୍ୟୋଧନ ପାତ୍ର): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ କରିଥିବା ଅଭିଯୋଗରେ ମାଲକାନଗିରି ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ଅଧୀନ ମାଥିଲି ବ୍ଲକରେ କାର୍ଯ୍ୟରତ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ…

ଗାଡ଼ି ଚାଳକଙ୍କ ପାଇଁ ଆସିଲା କଡ଼ା ନିୟମ, ଏହା ନଥିଲେ ୧ ଅକ୍ଟୋବରଠୁ ମିଳିବନି ପେଟ୍ରୋଲ-ଡିଜେଲ

ନୂଆଦିଲ୍ଲୀ,୨୭।୯: ଦିଲ୍ଲୀ-NCRରେ ବଢ଼ୁଥିବା ବାୟୁ ପ୍ରଦୂଷଣକୁ ନିୟନ୍ତ୍ରଣ କରିବାକୁ ପ୍ରଶାସନ ଓ ପରିବହନ ବିଭାଗ ପକ୍ଷରୁ ଅକ୍ଟୋବର ୧ରୁ କଡ଼ା ନିୟମ ଲାଗୁ କରାଯିବାକୁ ଯାଉଛି ।…

ଏସୀୟ କ୍ରୀଡ଼ା: ଭାରତୀୟ ମହିଳା ହକି ଦଳର ବଡ଼ ବିଜୟ, ସିଙ୍ଗାପୁରକୁ ହରାଇ ସେମିରେ ସ୍ଥାନ ପକ୍କା

କାକାମିଗାହାରା,୨୭ା୯: ସୁନେଲିତା ଟପ୍ପୋଙ୍କ ଡବଲ ଗୋଲ ବଳରେ ଭାରତୀୟ ମହିଳା ହକି ଦଳ ୭-୦ ଗୋଲରେ ସିଙ୍ଗାପୁରକୁ ହରାଇ ସେମିଫାଇନାଲରେ ପ୍ରବେଶ କରିଛି। ଭାରତ ପାଇଁ ଅଧିନାୟିକା…

ଏହି ୫ ରାଶି ସବୁଠୁ ଦୁଃଖୀ ରାଶି, ଅଧିକ ପାଇବା ଆଶାରେ ରହନ୍ତି ଅସନ୍ତୁଷ୍ଟ, ପଢନ୍ତୁ ଆପଣଙ୍କ ରାଶି ଅଛି କି…

ଶାସ୍ତ୍ରରେ କୁହାଯାଇଛି, ଯେଉଁ ବ୍ୟକ୍ତି ସନ୍ତୁଷ୍ଟ ରହନ୍ତି ସେ ସବୁବେଳେ ସୁଖୀ ରହନ୍ତି। ସନ୍ତୋଷକୁ ମଣିଷର ସବୁଠାରୁ ବଡ଼ ଶକ୍ତି ବୋଲି ମଧ୍ୟ କୁହାଯାଏ। କିନ୍ତୁ ଏପରି…

‘ବହୁତ କଥା ହେଉଛୁ ତୁ…’: କ୍ୟାମେରା ଆଗରେ ନିୟନ୍ତ୍ରଣ ହରାଇଲେ ରଣବୀର! କାହାକୁ ଏମିତି କହିଲେ ଜାଣନ୍ତୁ

ମୁମ୍ବାଇ,୨୭।୯: ବଲିଉଡ୍‌ ଅଭିନେତା ରଣବୀର କପୁର, ଆଲିଆ ଭଟ୍ଟ ଓ ବିକି କୌଶଲ୍‌ ଖୁବଶୀଘ୍ର ନିର୍ଦ୍ଦେଶକ ସଞ୍ଜୟ ଲୀଲା ଭନ୍‌ସାଲୀଙ୍କ ଫିଲ୍ମ ‘ଲଭ୍‌ ଆଣ୍ଡ ୱାର୍‌’ରେ ଏକାଠି…

‘ଘର ଭାଙ୍ଗୁଥିବାଙ୍କୁ ପ୍ରୋତ୍ସାହନ ଦିଅନି’, ଗୋବିନ୍ଦା-କୋମଲଙ୍କୁ ନେଇ ବିସ୍ଫୋରକ ବୟାନ ଦେଲେ…

ମୁମ୍ବାଇ: ବଲିଉଡ ଅଭିନେତା ଗୋବିନ୍ଦାଙ୍କୁ ଲାଲବାଗଚା ରାଜାଙ୍କ ଦର୍ଶନ କରି ଆଶୀର୍ବାଦ ନେଉଥିବା ବେଳେ ତାଙ୍କ କଥିତ ଗର୍ଲଫ୍ରେଣ୍ଡ ଓ କୋ-ଷ୍ଟାର୍‌ କୋମଲ ରାଣୀ ସ୍ବର୍ଣ୍ଣକାରଙ୍କ ସହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?