ଅନ୍‌ଲାଇନରେ ହେବ ଯୁକ୍ତ ୨ ସ୍ପଟ୍‌ ଆଡ୍‌ମିଶନ

ଭୁବନେଶ୍ୱର,୨୨ା୫(ବ୍ୟୁରୋ): ଚଳିତ ବର୍ଷଠାରୁ ଅନ୍‌ଲାଇନରେ ଯୁକ୍ତ ୨ ସ୍ପଟ୍‌ ଆଡ୍‌ମିଶନ ହେବ। ମେରିଟ୍‌ ଲିଷ୍ଟ ଆଧାରରେ ଛାତ୍ରୀଛାତ୍ରମାନେ ସିଟ୍‌ ପାଇବେ। ସ୍ପଟ୍‌ ଆଡ୍‌ମିଶନ ପାଇଁ ସିଲେକ୍ସନ ହୋଇଥିବା ଛାତ୍ରୀଛାତ୍ରଙ୍କ ପଞ୍ଜୀକୃତ ମୋବାଇଲ୍‌ ନମ୍ବରକୁ ହ୍ବାଟ୍ସଆପ୍‌ କିମ୍ବା ଏସ୍‌ଏମ୍‌ଏସ୍‌ରେ ମେସେଜ୍‌ ପଠାଯିବ। କାଗଜପତ୍ରରେ ଅନିୟମିତତା ରୋକିବାକୁ ସାମ୍ସ ପକ୍ଷରୁ ଚଳିତ ଶିକ୍ଷାବର୍ଷଠାରୁ ଏହି ବ୍ୟବସ୍ଥା କରାଯାଇଛି। ଏନେଇ ଉଚ୍ଚଶିକ୍ଷା ବିଭାଗ ନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପକ୍ଷରୁ ଚଳିତ ମାସ ୧୭ ତାରିଖରେ ନିର୍ଦ୍ଦେଶନାମା ଜାରି ହୋଇଛି। ସେହିପରି ଦଶମ ପାସ୍‌ କରିଥିବା ଛାତ୍ରୀଛାତ୍ର ଯେଉଁମାନେ ଅନ୍‌ଲାଇନ ଦ୍ୱାରା ଆଡ୍‌ମିଶନ କରିବାକୁ ଅବେଦନ କରି ନ ଥିବେ, ସେମାନଙ୍କ ମୋବାଇଲ ଫୋନ୍‌କୁ ଏସ୍‌ଏମ୍‌ଏସ୍‌ ଜରିଆରେ ମେସେଜ୍‌ ପଠାଯାଇ ଇ-ଆଡ୍‌ମିଶନ ଜରିଆରେ ନାମ ଲେଖାଇବାକୁ ସଚେତନ କରାଯିବ। ଯୁକ୍ତ ୨ ନାମଲେଖା ପାଇଁ ଛାତ୍ରୀଛାତ୍ରମାନେ ଅପେକ୍ଷା କରିରହିଥିବାବେଳେ ବର୍ତ୍ତମାନ ସୁଦ୍ଧା ନାମଲେଖା ପ୍ରକ୍ରିୟା କେବେ ଆରମ୍ଭ ହେବ ସେ ନେଇ ବିଭାଗ ପକ୍ଷରୁ କୌଣସି ସ୍ପଷ୍ଟ ସୂଚନା ମିଳିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଚଳନ୍ତା ଅଟୋ ଉପରେ ପଡ଼ିଲା ଗଛ, ଆଉ ତା‘ପରେ…

ପାରଳାଖେମୁଣ୍ଡି,୨୨ା୫(ଗିରିଧାରୀ ପରିା): ଗଜପତି ଜିଲା ଗୋଷାଣି ବ୍ଲକ୍‌ ସୀମାନ୍ତ ଆନ୍ଧ୍ର ପ୍ରଦେଶର ପାଟପୁର ଗ୍ରାମ ନିକଟରେ ଶୁକ୍ରବାର ଏକ ଗଛ ପଡ଼ି ଅଟୋ ଚୁର୍‌ମାର୍‌ ହୋଇଯାଇଛି। ହେଲେ…

ପ୍ରକଳ୍ପ ଅଚଳ: ଚୁଆଁ ପାଣି ଭରସାରେ ସାହିବାସୀ

ଖଜୁରିପଡ଼ା,୨୨ା୫ (ବିଦୁର ବେହେରା): କନ୍ଦମାଳ ଜିଲା ଖଜୁରିପଡ଼ା ବ୍ଲକ୍‌ ଗୁଦାରୀ ପାୟତ ୪ ନମ୍ବର ୱାର୍ଡ ଅନ୍ତର୍ଗତ ମଲିକ ସାହିରେ ପାନୀୟ ଜଳ ସମସ୍ୟା ଉଟ ରୂପ…

ଲ୍ୟାମ୍ପ MDଙ୍କ ଘରେ ଭିଜିଲାନ୍ସ ଚଢ଼ାଉ: କୋଟି ଟଙ୍କାର ଅର୍ଥ ହେରଫେର କରି ଗଲେ ଜେଲ୍

କଲ୍ୟାଣସିଂହପୁର, ୨୨।୫ (ଦୀପକ କୁମାର ପରିଡା): ରାୟଗଡ଼ା ଜିଲାର କଲ୍ୟାଣସିଂହପୁର ସମବାୟ ସମିତି (ଲ୍ୟାମ୍ପ)ରେ ଘଟିଥିବା କୋଟି କୋଟି ଟଙ୍କାର ଅର୍ଥ ହେରଫେର ଘଟଣାରେ ନୂଆ ମୋଡ଼…

ପାରାଦୀପରେ ମାଟି ତଳ ପାଇପ୍ ଲାଇନ୍‌ରୁ ତେଲ ଲିକ୍, ବିପୁଳ ପରିମାଣର ପେଟ୍ରୋଲ ନଷ୍ଟ

ପାରାଦୀପ,୨୨।୫ (ଶରତ ରାଉତ): ପାରାଦୀପ ବନ୍ଦର ନିଷିଦ୍ଧାଞ୍ଚଳର ୧ ନଂ ଗେଟ୍ ନିକଟରେ ଶୁକ୍ରବାର ଏକ ଅଘଟଣ ଘଟିଛି। ସାଉଥ୍ ଅଏଲ ବର୍ଥ ଜେଟିରୁ ଆଇଓସିଏଲ ଟର୍ମିନାଲ…

ବିଶ୍ୱର ସବୁଠାରୁ ଉତ୍ତପ୍ତ ୧୦୦ ସହର ମଧ୍ୟରେ ଭାରତର ୯୭! ୪୮ ଡିଗ୍ରୀ ଟପିଲାଣି ଓଡ଼ିଶାର ତାପମାତ୍ରା

ନୂଆଦିଲ୍ଲୀ,୨୨।୫: ଭାରତର ଅଧିକାଂଶ ରାଜ୍ୟର ଲୋକମାନେ ପ୍ରବଳ ଗରମ ଯୋଗୁ ନାନା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଶୁକ୍ରବାର ଅପରାହ୍ନରେ ପ୍ରକାଶିତ ତଥ୍ୟ ବିଶ୍ୱକୁ ଆଶ୍ଚର୍ଯ୍ୟ କରିଛି; ବିଶ୍ୱର…

ତିଲକ ବର୍ମାଙ୍କ ପରେ, ଏବେ ଏହି ଖେଳାଳିଙ୍କ ମଜା ଉଡାଇଲେ ଅର୍ଶଦୀପ ସିଂହ; ଭିଡିଓ ଭାଇରାଲ ପରେ ତୀବ୍ର ହେଲାଣି ବିବାଦ

ନୂଆଦିଲ୍ଲୀ,୨୨।୫: ଅର୍ଶଦୀପ ସିଂହ ପୁଣି ଥରେ ବିବାଦରେ ଫସିଥିବା ଦେଖାଯାଉଛି। IPL 2026 ରେ ପଞ୍ଜାବ କିଙ୍ଗସ ପାଇଁ ଖେଳୁଥିବା ଏହି ଭାରତୀୟ ଦ୍ରୁତ ବୋଲର ପୂର୍ବରୁ…

ଥୁଆମୂଳ ରାମପୁରରେ ତୈଳ ସଙ୍କଟ:  ପମ୍ପ ବନ୍ଦ, ‘ଲୋକ ଦେଖି’ ତେଲ ବଣ୍ଟନ ଅଭିଯୋଗ; ବାସ୍ତବତାକୁ ଏଡ଼ାଇ ସବୁ ସ୍ୱାଭାବିକ ଥିବା….

ଥୁଆମୂଳ ରାମପୁର, ୨୨/୦୫ (ଦୁର୍ଗା କୀର୍ତ୍ତି): ବିଶ୍ୱ ବଜାରରେ ତୈଳ ଅସ୍ଥିରତା ଓ ଆନ୍ତର୍ଜାତିକ ସ୍ତରରେ ଇରାନ-ଆମେରିକା ଯୁଦ୍ଧକାଳୀନ ସ୍ଥିତି ଯୋଗୁ ସୁଦୂର ଗ୍ରାମାଞ୍ଚଳରେ ଇନ୍ଧନ ସଙ୍କଟ…

ଲୁଚିଛପି ବିବାହ କରିଦେଲେ କି କଙ୍ଗନା: ମଙ୍ଗଳସୁତ୍ର ପିନ୍ଧି…

ହିମାଚଳ ପ୍ରଦେଶର ମଣ୍ଡିର ଭାଜପା ଏମ୍‌ପି ତଥା ବଲିଉଡ ଅଭିନେତ୍ରୀ କଙ୍ଗନା ରାଣାୱତଙ୍କୁ ଏକ ଭିନ୍ନ ଲୁକ୍‌ରେ ଦେଖାଯାଇଛି। ଅଭିନେତ୍ରୀ ବିବାହିତ ମହିଳାଙ୍କ ପରି ବେକରେ ମଙ୍ଗଳସୁତ୍ର,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri