କ୍ଷେତମୁଣ୍ଡଳି ରାସ୍ତାରେ ୨ କଲରାପତରିଆ ବାଘ ଛୁଆ: ଘୁମୁସର ଉତ୍ତର ବନଖଣ୍ଡରେ ବଢ଼ୁଛି ବନ୍ୟପ୍ରାଣୀଙ୍କ ଚଳପ୍ରଚଳ

ଭଞ୍ଜନଗର, ୨୧।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ଅନ୍ତର୍ଗତ କ୍ଷେତମୁଣ୍ଡଳି-ତିରିକୁପା ରାସ୍ତାରେ ଶୁକ୍ରବାର ସନ୍ଧ୍ୟାରେ ଦୁଇଟି କଲରାପତରିଆ ବାଘ ଛୁଆ ରାସ୍ତା ପାର ହେଉଥିବା ଦେଖିବାକୁ ମିଳିଛି। ଏହାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚା ଜୋର ଧରିଛି।

ସୂଚନା ଅନୁଯାୟୀ, ଜଗନ୍ନାଥପ୍ରସାଦ ବ୍ଲକ ଉପାଧ୍ୟକ୍ଷ ନୀଳାଞ୍ଚଳ ଖିଲାର ଶୁକ୍ରବାର ସନ୍ଧ୍ୟା ପ୍ରାୟ ସାଢ଼େ ୭ଟା ସମୟରେ ବିଭିନ୍ନ ଅଞ୍ଚଳ ପରିଦର୍ଶନ କରି କ୍ଷେତମୁଣ୍ଡଳିସ୍ଥିତ ନିଜ ଘରକୁ କାର୍‌ ଯୋଗେ ଫେରୁଥିଲେ। ଏହି ସମୟରେ ଉକ୍ତ ଅଞ୍ଚଳରେ ବାଘ ଚଳପ୍ରଚଳ କରୁଥିବା ଜାଣି ସେ ନିଜ ମୋବାଇଲ୍‌ ଫୋନ୍‌ରେ ଦୃଶ୍ୟ ରେକର୍ଡ କରୁଥିଲେ।

ହଠାତ୍‌ ତାଙ୍କ ଗାଡ଼ି ସମ୍ମୁଖ ଦେଇ ଦୁଇଟି କଲରାପତରିଆ ବାଘ ଛୁଆ ରାସ୍ତା ପାର ହୋଇ ଜଙ୍ଗଲ ଆଡ଼କୁ ଚାଲିଯାଇଥିବା ଜଣାପଡ଼ିଛି। ଘଟଣାଟି ସେ ନିଜ ମୋବାଇଲ୍‌ରେ ରେକର୍ଡ କରିଥିବା କୁହାଯାଉଛି। ଘଟଣା ସମ୍ପର୍କରେ ଖବର ପାଇବା ପରେ ବନ ବିଭାଗର କର୍ମଚାରୀଙ୍କ ସହ ରେଞ୍ଜର ପୃଥ୍ୱୀରାଜ ପ୍ରଧାନ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି। ନିକଟସ୍ଥ ଜଙ୍ଗଲରେ ମା’ ବାଘର ଉପସ୍ଥିତି ରହିଛି କି ନାହିଁ, ସେନେଇ ମଧ୍ୟ ବନ ବିଭାଗ ପକ୍ଷରୁ ଯାଞ୍ଚ କରାଯାଉଛି। ଘୁମୁସର ଉତ୍ତର ବନଖଣ୍ଡରେ ଜଙ୍ଗଲର ପରିମାଣ ବୃଦ୍ଧି ସହ ବନ୍ୟପ୍ରାଣୀ ସୁରକ୍ଷା ନେଇ ଲୋକଙ୍କ ମଧ୍ୟରେ ସଚେତନତା ବଢ଼ିଥିବାରୁ ପୂର୍ବାପେକ୍ଷା ବନ୍ୟପ୍ରାଣୀଙ୍କ ଚଳପ୍ରଚଳ ଅଧିକ ଦେଖିବାକୁ ମିଳୁଥିବା କୁହାଯାଉଛି। ଏ ସମ୍ପର୍କରେ ବନ ବିଭାଗର ଜଣେ ଅଧିକାରୀଙ୍କ ସହ ଯୋଗାଯୋଗ କରିବାରୁ ଘଟଣାର ତଦନ୍ତ ଚାଲିଥିବା ସେ କହିଛନ୍ତି। ତଦନ୍ତ ପରେ ଘଟଣାର ପ୍ରକୃତ ସତ୍ୟତା ଜଣାପଡ଼ିବ ବୋଲି ସେ ସୂଚନା ଦେଇଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ହାଇଜମ୍ପରେ ସ୍ବର୍ଣ୍ଣପଦକ ଜିତିଲେ ରୁକ୍ମିଣୀ: ଛୁଟୁଛି ଶୁଭେଚ୍ଛାର ସୁଅ

ଭଞ୍ଜନଗର,୬।୧୦ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଅନ୍ତର୍ଗତ ବାହାଡ଼ାପଦର ଉଚ୍ଚ ବିଦ୍ୟାଳୟର ନବମ ଶ୍ରେଣୀ ଛାତ୍ରୀ ରୁକ୍ମିଣୀ ବିଷୋୟୀ ରାଜ୍ୟସ୍ତରୀୟ ହାଇଜମ୍ପ ପ୍ରତିଯୋଗିତାରେ ସ୍ବର୍ଣ୍ଣପଦକ…

ସେଣ୍ଟ୍ରାଲ ମୁମ୍ବାଇର ବସ୍‌ ଡିପୋରେ ଭୟଙ୍କର ଅଗ୍ନିକାଣ୍ଡ

ମୁମ୍ବାଇ,୧୦।୫: ସେଣ୍ଟ୍ରାଲ ମୁମ୍ବାଇର ଏକ ବସ୍‌ ଡିପୋରେ ସୋମବାର ଏକ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡlରେ ଗୋଟିଏ କି ଦୁଇଟି ନୁହେଁ, ୧୦ଟି ବସ୍‌ ପୋଡ଼ି ପାଉଁଶ…

ହୋଟେଲରୁ ଫିଲ୍ମ ନିର୍ଦ୍ଦେଶକଙ୍କ ମୃତଦେହ ଜବତ, ପୋଲିସର ତଦନ୍ତ ଜାରି

ଭୁବନେଶ୍ୱର,୫।୧୦(ତ୍ରିନାଥ ମହାନ୍ତି): ଭରତପୁର ଥାନା ଅଧୀନ କଳିଙ୍ଗ ବିହାର ଅଞ୍ଚଳରେ ଥିବା ଏକ ହୋଟେଲ୍‌ରୁ ଫିଲ୍ମ ନିର୍ଦ୍ଦେଶକ ଏସ୍‌.କେ. ମୂରଲୀଧରନଙ୍କ ସନ୍ଦେହଜନକ ଅବସ୍ଥାରେ ମୃତ୍ୟୁ ଘଟିଛି। ଖବର…

ଥାଇଲାଣ୍ଡରେ ବନ୍ୟା, ୩୧ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା

ବ୍ୟାଙ୍କକ୍‌, ୫।୧୦: ଥାଇଲାଣ୍ଡରେ ପ୍ରବଳ ବର୍ଷା ଏବଂ ଆକସ୍ମିକ ବନ୍ୟା ଆସିବା ନେଇ ଚେତାବନୀ ଜାରି କରାଯାଇଛି। ସେପ୍ଟେମ୍ବର ୧୬ରୁ ଦେଶବ୍ୟାପୀ ବନ୍ୟା ଯୋଗୁ ମୃତ୍ୟୁସଂଖ୍ୟା ୩୧କୁ…

ଛାତ୍ର ସଂସଦ ନିର୍ବାଚନ ଘୋଷଣା: ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟରେ ଉତ୍ସବର ମାହୋଲ

ଭବାନୀପାଟଣା, ୫।୧୦ (ଉତ୍ତମ କୁମାର ଦାଶ): ଦୀର୍ଘ ୮ ବର୍ଷର ଅପେକ୍ଷାର ଅନ୍ତ ଘଟାଇ ରାଜ୍ୟରେ ଛାତ୍ର ସଂସଦ ନିର୍ବାଚନ ପାଇଁ ଆନୁଷ୍ଠାନିକ ଘୋଷଣା ହେବା ପରେ…

ମୋବାଇଲ୍‌ଠାରୁ ଦୂରେଇ ରହିବାକୁ ଛାତ୍ରୀଛାତ୍ରଙ୍କୁ ପରାମର୍ଶ ଦେଲେ ସିଦ୍ଧାନ୍ତ ମହାପାତ୍ର

ଦିଗପହଣ୍ଡି, ୫।୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଡିଗ୍ରୀ କଲେଜ ପରିସରରେ ସେବା ସଂକଳ୍ପ ଅଭିଯାନ ଆନୁକୂଲ୍ୟରେ ଯୁକ୍ତ ୩ ଛାତ୍ରୀଛାତ୍ରଙ୍କୁ ନେଇ…

ଟିମ ଇଣ୍ଡିଆରୁ ବାଦ ପଡ଼ିବା ପରେ ବଡ଼ ନିଷ୍ପତ୍ତି ନେଲେ ସୂର୍ଯ୍ୟକୁମାର: ଏବେ କରିବେ ଏହି କାମ

ମୁମ୍ବାଇ,୫।୧୦: ଭାରତୀୟ ଟି-୨୦ ଦଳର ଅଧିନାୟକ ପଦ ହରାଇବା ସହ ଜାତୀୟ ଦଳରୁ ବାଦ ପଡ଼ିବା ପରେ ନିଜ ଫର୍ମ ଫେରାଇବା ପାଇଁ ଘରୋଇ କ୍ରିକେଟକୁ ଫେରୁଛନ୍ତି…

ଗାଁରେ ଚାଲିଥିଲା ଜୁଆ ଖେଳ: ମାଡ଼ିବସିଲା ପୋଲିସ, ଆଉ ତା’ପରେ…

ଦିଗପହଣ୍ଡି,୫।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ଗାଁରେ ଜୁଆ ଖେଳ ଚାଲିଥିଲା। ଖବର ପାଇ ଦିଗପହଣ୍ଡି ପୋଲିସର ଏକ ଟିମ୍‌ ଚଢ଼ାଉ କରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?