ସହପାଠୀ, ସିନିୟରଙ୍କ ଆକ୍ରମଣରେ ଯୁକ୍ତ ଦୁଇ ଛାତ୍ର ଗୁରୁତର

ଆନନ୍ଦପୁର,୨୧ା୧୨(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହାଟଡିହୀ ଆଞ୍ଚଳିକ ମହାବିଦ୍ୟାଳୟରେ ସାମାନ୍ୟ କଥାକୁ କେନ୍ଦ୍ର କରି ଗଣ୍ଡଗୋଳ ଘଟଣାରେ ଜଣେ ଯୁକ୍ତ ୨ ଛାତ୍ର ଗୁରୁତର ହୋଇଛନ୍ତି। ତାଙ୍କୁ ପ୍ରଥମେ ଆନନ୍ଦପୁର ଉପଖଣ୍ଡ ଚିକିତ୍ସାଳୟରେ ପ୍ରାଥମିକ ଚିକିତ୍ସା ପରେ କଟକ ସ୍ଥାନାନ୍ତର କରାଯାଇଛି। ଗୁରୁତର ଛାତ୍ର ଭଦ୍ରକ ଜିଲା ଆପଣ୍ଡା ଗ୍ରାମର ସୁବ୍ରତ ପାତ୍ର। ମଙ୍ଗଳବାର ପରୀକ୍ଷା ସରିବା ପରେ ସୁବ୍ରତ ଫେରିବା ସମୟରେ ହଲରେ ପାଟିତୁଣ୍ଡ କରୁଥିବା ଜଣେ ଯୁକ୍ତ ୨ ବିଜ୍ଞାନ ଛାତ୍ରଙ୍କୁ ବାରଣ କରିଥିଲେ। ଫଳରେ ସମ୍ପୃକ୍ତ ବିଜ୍ଞାନ ଛାତ୍ରଙ୍କ ସହିତ ସୁବ୍ରତଙ୍କର କଥା କଟାକଟି ହୋଇଥିଲା। ଏହାର ଆକ୍ରୋଶରେ ବୁଧବାର ସମ୍ପୃକ୍ତ ଛାତ୍ର ଯୁକ୍ତ ୩ ଛାତ୍ରଙ୍କ ସହିତ ମିଶି ସୁବ୍ରତଙ୍କୁ ଆକ୍ରମଣ କରିଥିଲେ। ସୁବ୍ରତଙ୍କୁ ଗୁରୁତର ଅବସ୍ଥାରେ ପ୍ରଥମେ ଆନନ୍ଦପୁର ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଥିଲା। ଅବସ୍ଥା ଉଦ୍‌ବେଗ ଜନକ ହେବାରୁ ଅଧିକ ଚିକିତ୍ସା ପାଇଁ ତାଙ୍କୁ କଟକ ସ୍ଥାନାନ୍ତର କରାଯାଇଛି। ଘଟଣା ସମ୍ପର୍କରେ କଲେଜ କର୍ତ୍ତୃପକ୍ଷଙ୍କ ସହିତ ଯୋଗାଯୋଗ କରାଯାଇଥିଲେ ବି ଯୋଗାଯୋଗ ସମ୍ଭବ ହୋଇପାରିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଏପ୍ରିଲ ୨୦ରେ ଐତିହାସିକ ଚନ୍ଦନ ଯାତ୍ରା, ଠାକୁରଙ୍କ ନୌବିହାର ପାଇଁ ଆସିଲା ଡ଼ଙ୍ଗା

ଗଞ୍ଜାମ,୨ା୪(ବିଦ୍ୟାଧର ସାହୁ ): ଗଞ୍ଜାମ ଏନଏସି ଅନ୍ତର୍ଗତ କରଣ ସାହି ସ୍ଥିତ ଶ୍ରୀଶ୍ରୀ ମଦନ ମୋହନ ଗୋପାଳ ସ୍ୱାମୀଙ୍କ ପୀଠରେ ଚଳିତ ମାସ ରୁ ଆରମ୍ଭ ହେବ…

ମୁହାଁମୁହିଁ ଧକ୍କା ହୋଇ ଓଲଟିପଡିଲା ଅଟୋ, ଦୁଇ ଯାତ୍ରୀ….

ନନ୍ଦପୁର,୨।୪(ତୁଷାର କାନ୍ତ ମହାନ୍ତି): ନନ୍ଦପୁର ହାଣ୍ଡିପୁଟ ସଂଯୋଗୀ ଏମଡିଆର ୫୫ ରାସ୍ତାର ହିକିମପୁଟ-ମାରଡା ଛକ ମଧ୍ୟରେ ଗୁରୁବାର ସକାଳେ ଏପି୩୯ ଟିଏମ ୦୦୬୫ ଓ ଓଡ଼ି ୧୦…

ରାଘବ ଚଢାଙ୍କୁ ବଡ଼ ଝଟକା , ଉପନେତା ପଦରୁ ହଟାଇଲା AAP

ନୂଆଦିଲ୍ଲୀ,୨।୪: ଆମ ଆଦମୀ ପାର୍ଟି (ଏଏପି) ରାଘବ ଚଢାଙ୍କୁ ଏକ ବଡ଼ ଝଟ୍‌କା ଦେଇଛି। ଦଳ ରାଜ୍ୟ ସଭା ସଚିବାଳୟକୁ ଚିଠି ଲେଖି ତାଙ୍କୁ ଗୃହର ଉପନେତା…

ନଦୀକୁ ଡେଇଁ କରୁଥିଲେ ରିଲସ, ପାଣିରେ ବୁଡ଼ି ଯୁବକ….

ଭଦ୍ରକ,୨।୪(ସନାତନ ରାଉତ): ରିଲସ କରିବା ହେଲା କାଳ । ଗୁରୁବାର ଭଦ୍ରକ ପୁରୁଣା ବଜାର ଥାନା ସଂଥିଆ ପୋଲ ଉପରୁ ସାଳନ୍ଦୀ ନଦୀକୁ ଡେଇଁ ୨ ଯୁବକ…

ଫିଲ୍ମ ଷ୍ଟାଇଲ୍‌ରେ ଗୋରୁ ଗାଡ଼ିକୁ ୧୨ କିଲୋମିଟର ଗୋଡ଼ାଇ ଗୋଡ଼ାଇ ଶେଷରେ ପୋଲିସ…

ପରଜଙ୍ଗ,୨ା୪(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ସାଆନ୍ଦା ଫାଣ୍ଡି ପୋଲିସ ଫିଲ୍ମ ଷ୍ଟାଇଲରେ ପ୍ରାୟ ୧୨ କିଲୋମିଟର ରାସ୍ତା ଗୋଡ଼ାଇ ଗୋଡ଼ାଇ ଗୋରୁ ଗାଡ଼ି ଧରିବାରେ…

ଆନ୍ଦୋଳନରେ ସୁଇପର, ଅଳିଆ ଆବର୍ଜନାରେ ପୂରିଛି ସହର

ଗଞ୍ଜାମ,୨ା୪(ବିଦ୍ୟାଧର ସାହୁ): ୧୨ଟି ଓ୍ବାର୍ଡକୁ ନେଇ ଗଠିତ ଗଞ୍ଜାମ ଏନ୍‌ଏସି ବିଭିନ୍ନ ସମସ୍ୟା ଦେଇ ଗତି କରୁଥିବା ବେଳେ ୩ ଦିନରୁ ଊର୍ଦ୍ଧ୍ୱ ହେବ ସଫେଇ କାର୍ଯ୍ୟ…

କୋଲକାତାରୁ ଭୁବନେଶ୍ୱର ଯାଉଥିଲା ବସ୍‌, ରାସ୍ତାରେ ଫାଟିଲା ଚକା, ଆଉ ତା’ ପରେ…

ବାଲେଶ୍ୱର,୨ା୪(ବାଞ୍ଛାନିଧି ଦେ): ବାଲେଶ୍ୱର ୧୬ ନଂ ଜାତୀୟ ରାଜପଥରେ ହଳଦିପଦା ବାଇପାସ୍‌ ନିକଟରେ ଏକ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। କୋଲକାତାରୁ ସାରା ନାମକ ଏକ ଯାତ୍ରୀବାହୀ ବସ୍‌…

ଖରାଦିନେ ଆବଶ୍ୟକତାଠୁ ଅଧିକ ପାଣି ପିଉଛନ୍ତି କି? ହୋଇପାରେ ଗୁରୁତର ସମସ୍ୟା

ନୂଆଦିଲ୍ଲୀ,୨।୪: ପ୍ରଚୁର ପାଣି ପିଇବା ସ୍ୱାସ୍ଥ୍ୟ ପାଇଁ ଲାଭଦାୟକ । କାରଣ ଏହା ଶରୀରକୁ ହାଇଡ୍ରେଟ୍ ରଖେ, ଚର୍ମର ରଙ୍ଗକୁ ଉନ୍ନତ କରେ ଏବଂ ବିଷାକ୍ତ ପଦାର୍ଥ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri