ବିଶ୍ୱବିଦ୍ୟାଳୟ ପାଇଁ ଗୌରବ ଆଣିଲେ ୨ ଛାତ୍ରୀ: ଚାରିଆଡ଼ୁ ଶୁଭେଚ୍ଛା

ଭବାନୀପାଟଣା,୩୧ା୩(ଉତ୍ତମ କୁମାର ଦାଶ):ମାଇଁ ଭାରତ ଓ ଜାତୀୟ ସେବା ଯୋଜନାର ମିଳିତ ଆନୁକୂଲ୍ୟରେ ବିକଶିତ ଭାରତ ଯୁବ ପାର୍ଲାମେଣ୍ଟ ପାଇଁ କଳାହାଣ୍ଡି ଜିଲାରେ ବକ୍ତୃତା ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା। ଏଥିରେ କୃତିତ୍ୱ ଅର୍ଜନ କରିଥିବା ୫ ଛାତ୍ରୀଛାତ୍ର ଭାରତ ସରକାରଙ୍କ କ୍ରୀଡ଼ା ଓ ଯୁବ ବ୍ୟାପାର ମନ୍ତ୍ରଣାଳୟ ଦ୍ୱାରା ଗତ ଦୁଇ ଦିନ ଧରି ଭୁବନେଶ୍ୱର କଳିଙ୍ଗ ଷ୍ଟାଡିୟମରେ ଅନୁଷ୍ଠିତ ବକ୍ତୃତା ପ୍ରତିଯୋଗିତାରେ ଅଂଶଗ୍ରହଣ କରିଥିଲେ। ଯୁବଶକ୍ତିଙ୍କ ନେତୃତ୍ୱରେ ଦେଶର ଭବିଷ୍ୟତ ଉଜ୍ଜ୍ୱଳ ହୋଇପାରିବ, ସେଥିପାଇଁ ଏହି ବକ୍ତବ୍ୟର ପରିକଳ୍ପନା କରାଯାଇଛି। ଏହି ବକ୍ତୃତାରେ ଭବାନୀପାଟଣା ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟର ସ୍ନାତକ ଦ୍ୱିତୀୟ ବର୍ଷ ରାଜନୀତି ବିଜ୍ଞାନ ବିଭାଗ ଛାତ୍ରୀ ସୁଶ୍ରୀ ସ୍ମୃତି ରଥ ଦ୍ୱିତୀୟ ଓ ସମାଜବିଜ୍ଞାନ ବିଭାଗର ପ୍ରାକ୍ତନ ଛାତ୍ରୀ ସୁଶ୍ରୀ ଝାନ୍‌ସୀ ମିଶ୍ର ତୃତୀୟ ସ୍ଥାନ ଅଧିକାର କରିଛନ୍ତି। ଉଭୟେ ଜାତୀୟ ସ୍ତରୀୟ ବିକଶିତ ଭାରତ ଯୁବ ପାର୍ଲାମେଣ୍ଟ ୨୦୨୬ ପାଇଁ ମନୋନୀତ ହୋଇଛନ୍ତି। ଓଡିଶାରୁ ତିନିଜଣ ଛାତ୍ରୀଛାତ୍ର ମଧ୍ୟରୁ କଳାହାଣ୍ଡିରୁ ଦୁଇଜଣ ଛାତ୍ରୀ ସଂସଦ ଭବନରେ ବକ୍ତୃତା ପ୍ରଦାନ କରିବେ। ଯାହାକି ଜିଲା ପାଇଁ ଏକ ଗୌରବର ବିଷୟ। ଫଳାଫଳ ପ୍ରକାଶିତ ହେବାପରେ ୨ ଛାତ୍ରୀଙ୍କୁ ବିଶ୍ୱବିଦ୍ୟାଳୟର କୁଳପତି ଡ. ନିବେଦନ ନାଥଙ୍କ ସମେତ ସମସ୍ତ କର୍ମଚାରୀ ଓ ଛାତ୍ରୀଛାତ୍ର ଶୁଭେଚ୍ଛା ଜଣାଇଛନ୍ତି ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଘରେ ପଶି ମହିଳାଙ୍କୁ ଅସଦାଚରଣ ମାମଲା: ଅଭିଯୁକ୍ତଙ୍କୁ ଏମିତି ରାୟ ଶୁଣାଇଲେ….

ଦିଗପହଣ୍ଡି,୧୪|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ସିଭିଲ କୋର୍ଟ ସିନିୟର ଡିଭିଜନ କୋର୍ଟରେ ଏକ ମାମଲାର ଚୂଡାନ୍ତ ଶୁଣାଣି ହୋଇଛି। ଗତ ୨ ବର୍ଷ…

କାର ବାଇକ୍ ମୁହାମୁହିଁ ଧକ୍କା,ଦୁଇ ଗୁରୁତର

ଗୁଣପୁର,୧୪।୮( ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ବ୍ଲକ ଜଗନ୍ନାଥପୁର ରୋଡ ଠାରେ ବାଇକ୍ କାର ମୁହାଁ ମୁହିଁ ଯୋଗୁଁ ଦୁଇ ବାଇକ୍ ଆରୋହୀ ଗୁରୁତର ହୋଇ…

୩୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ

ମୋହନା,୧୪ା୮(ମନ୍ମଥ ମିଶ୍ର): ଗୋପଟିମା ଓ କୁଟିଗୁଡ଼ା ଗାଁ ମଧ୍ୟରେ ଥିବା ଜଙ୍ଗଲରୁ ମୋହନା ପୋଲିସ ୩ କୁଇଣ୍ଟାଲରୁ ଊର୍ଦ୍ଧ୍ୱ (୩୦୩ କିଲୋ ୬୦୦ ଗ୍ରାମ) ଗଞ୍ଜେଇ ଜବତ…

ସ୍ୱାଧୀନତା ଦିବସ ପୂର୍ବସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କଲେ ରାଷ୍ଟ୍ରପତି: ‘ସର୍ବଶ୍ରେଷ୍ଠ ଭାରତ’ ଗଠନ ପାଇଁ ରଖନ୍ତୁ ଭାବନା, ପଢ଼ନ୍ତୁ ପ୍ରମୁଖ…

ନୂଆଦିଲ୍ଲୀ,୧୪।୮: ୮୦ତମ ସ୍ୱାଧୀନତା ଦିବସର ପୂର୍ବସନ୍ଧ୍ୟାରେ ଦେଶବାସୀଙ୍କୁ ସମ୍ବୋଧନ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଏହି ଅବସରରେ ସେ ଦେଶ ଓ ବିଦେଶରେ ରହୁଥିବା ସମସ୍ତ ଭାରତୀୟଙ୍କୁ…

୧ ଟଙ୍କାରେ ମିଳୁଛି ସିମ: ନେବାକୁ ଚାହୁଁଥିଲେ…

ଭବାନୀପାଟଣା,୧୪।୮(ଉତ୍ତମ କୁମାର ଦାଶ): ଦେଶରେ ଦୁରସଞ୍ଚାର ସେବା ପ୍ରଦାନକାରୀ ସଂସ୍ଥା ଭାବରେ, ବିଏସଏନଏଲ୍ ସାରା ଦେଶରେ ନିର୍ଭରଯୋଗ୍ୟ, ସୁରକ୍ଷିତ, ସୁଲଭ ଭାବେ ଗଣନା ହେଉଥିବାବେଳେ ଏବେ ସମସ୍ତ…

ବିନୟତୋଷ ମିଶ୍ରଙ୍କୁ ମିଳିଲା ଓଡ଼ିଶାର ଅନ୍ତରୀଣ ଡିଜିପି ଦାୟିତ୍ୱ; ରଖିଲେ ଏଭଳି ପ୍ରତିକ୍ରିୟା…

ଭୁବନେଶ୍ୱର,୧୪।୮: ଓଡ଼ିଶାର ନୂତନ ଅନ୍ତରୀଣ ପୋଲିସ ମହାନିର୍ଦ୍ଦେଶକ (ଡିଜିପି) ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି ବରିଷ୍ଠ ଆଇପିଏସ୍ ଅଧିକାରୀ ବିନୟତୋଷ ମିଶ୍ର। ବର୍ତ୍ତମାନ କ୍ରାଇମବ୍ରାଞ୍ଚ ଡିଜି ଭାବେ…

ଦିଗପହଣ୍ଡି ସବଜେଲ କ୍ୱାଟର୍ସରୁ ମିଳିଲା ୱାର୍ଡରଙ୍କ ମୃତଦେହ, ଡ୍ୟୁଟିକୁ ନ ଯିବାରୁ ବଢ଼ିଲା …

ଦିଗପହଣ୍ଡି,୧୪|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାହାସପୁର ଗ୍ରାମ ନିକଟ ଦିଗପହଣ୍ଡି ସବଜେଲ କ୍ୱାଟର୍ସରୁ ଶୁକ୍ରବାର ସନ୍ଧ୍ୟାରେ ଜଣେ ଜେଲ ୱାର୍ଡରଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତକ…

ସୂର୍ଯ୍ୟ-ଗୁରୁଙ୍କ ଯୋଗରେ ୫ ରାଶି ପାଇଁ ଭାରି ଭଲ; ପ୍ରଚୁର ଧନଲାଭକୁ ଅମାପ ସମ୍ପତ୍ତି ମିଳିବ…

ଦ୍ରିକ ପାଞ୍ଜି ଅନୁସାରେ, ୨୩ ଅଗଷ୍ଟ, ୨୦୨୬ ରେ ସୂର୍ଯ୍ୟ ଏବଂ ବୃହସ୍ପତି କେବଳ ୧୮° ଦୂରତାରେ ଅବସ୍ଥିତ ହେବେ। ଜ୍ୟୋତିଷ ଶାସ୍ତ୍ରରେ ଏହାକୁ ଅଷ୍ଟଦଶ ଯୋଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri