ନାଗାବାଳୀ ନଦୀରେ ବୁଡ଼ି ୨ ଛାତ୍ରଙ୍କ ମୃତ୍ୟୁ

ରାୟଗଡ଼ା,୯।୧(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହର ଉପକଣ୍ଠ ଝୁଲାପୋଲରେ ଗୁରୁବାର ପୁଣି ଏକ ଅଘଟଣ ଘଟିଛି ା ଝୁଲାପୋଲରେ ତଳେ ଥିବା ନାଗାବଳୀ ନଦୀରେ ବୁଡ଼ି ୨ ଜଣ ଛାତ୍ରଙ୍କ ମୃତ୍ୟୁ ହୋଇଛି। ମୃତକ ଦ୍ୱୟ ହେଲେ ରାଣୀଗୁଡାର ସି.ଏଚ. ଭାର୍ଗବ ଚରଣ(୧୨) ଓ ସାଇପ୍ରିୟା ନଗରର ଶ୍ରୀନୁ କୁମାର ଯାଦବ(୧୨)। ଉଭୟ ଛାତ୍ର ସ୍ଥାନୀୟ ଦୀପ୍ତି କନ୍‌ଭେଣ୍ଟ ସ୍କୁଲର ୬ଷ୍ଠ ଶ୍ରେଣୀରେ ପଢୁଥିଲେ।

ସୂଚନା ଅନୁଯାୟୀ, ପରୀକ୍ଷା ସରିବା ପରେ ୪ ଜଣ ଛାତ୍ର ଗୁରୁବାର ଅପରାହ୍ନରେ ସାଙ୍ଗ ହୋଇ ନାଗାବଳୀ ନଦୀ ଝୁଲାପୋଲ ନିକଟକୁ ବୁଲିବାକୁ ଯାଇଥିଲେ। ଝୁଲା ପୋଲରେ ଖେଳୁଥିବାବେଳେ ବଲ୍‌ ନଦୀକୂଳରେ ପଡ଼ିଯାଇଥିଲା। ଭାର୍ଗବ ବଲ୍‌ ଆଣିବାକୁ ନଦୀ ଭିତରକୁ ଯିବାବେଳେ ଗୋଡ଼ ଖସିଯିବାରୁ ସେ ପାଣିରେ ବୁଡିଯାଇଥିଲେ। ତାଙ୍କୁ ବଞ୍ଚାଇବାକୁ ଶ୍ରୀନୁ ନଦୀ ଭିତରକୁ ଯାଇଥିବାବେଳେ ପାଣି ସ୍ରୋତରେ ଉଭୟେ ଭାସି ଯାଇଥିଲେ।

ଅନ୍ୟ ୨ ଜଣ ସାଙ୍ଗ ଜନ୍ମେଞ୍ଜୟ ସାଉଁନ୍ତା ଓ ଏ. ଭବେଶ ଘଟଣା ସମ୍ପର୍କରେ ଦେଖି ନିକଟସ୍ଥ ମାରିଗୁଡା ଗ୍ରାମବାସୀଙ୍କୁ ଜଣାଇଥିଲେ। ପରେ ଗ୍ରାମବାସୀ ଅଗ୍ନିଶମ ବିଭାଗକୁ ସୂଚନା ଦେଇଥିଲେ। ଖବରପାଇ ଦମକଳ ବାହିନୀ କର୍ମଚାରୀ ପହଞ୍ଚତ୍ ବହୁ ଖୋଜାଖୋଜି କରିବା ପରେ କିଛି ଦୂରରେ ୨ ମୃତଦେହକୁ ଜବତ କରିଛନ୍ତି। ସୂଚନା ପାଇ ରାୟଗଡ଼ା ଟାଉନ ଥାନା ଏସ୍‌ଆଇ ସଞ୍ଜୟ ଛତର ପହଞ୍ଚତ୍ ଘଟଣାର ତଦନ୍ତ କରିବା ସହିତ ମୃତଦେହକୁ ଜିଲା ମୁଖ୍ୟ ଚିକିତ୍ସାଳୟକୁ ନେଇଛନ୍ତି। ସେଠାରେ ମୃତଦେହ ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯିବ ବୋଲି ପୋଲିସ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri