ପୋଖରୀରେ ବୁଡ଼ି ୨ ଛାତ୍ରଙ୍କ ଜୀବନ ଗଲା

ଧାମନଗର,୮ା୪(ସ୍ବ.ପ୍ର./ଡି.ଏନ୍‌.ଏ.): ଭଦ୍ରକ ଜିଲା ଧାମନଗର ଏନ୍‌ଏସି ଅଧୀନ ଚିଲପଦୀ ଗ୍ରାମ ନିକଟସ୍ଥ ଏକ ପୋଖରୀରେ ବୁଡ଼ି ଶନିବାର ୨ ଛାତ୍ରଙ୍କ ମୃତ୍ୟୁ ଘଟିଛି। ମୃତକ ଦ୍ୱୟ ହେଲେ ଦକ୍ଷିଣବାଡ଼ ଗ୍ରାମର ସୁଦର୍ଶନ ମଲ୍ଲିକଙ୍କ ପୁଅ କମଳ ଲୋଚନ(୧୭) ଓ ବାଲେଶ୍ୱର ଜିଲା ସିମୁଳିଆ ଥାନା ଅଧୀନ ପଣ୍ଡୁ ଗ୍ରାମର ପ୍ରମୋଦ କୁମାର ଗିରିଙ୍କ ପୁଅ ମୁକେଶ(୧୬)। ଏନେଇ ଧାମନଗର ଥାନା ପୋଲିସ ୭/୨୩ରେ ଏକ ଅପମୃତ୍ୟୁ ମାମଲା ରୁଜୁ କରି ମୃତଦେହ ବ୍ୟବଚ୍ଛେଦ ପାଇଁ ଜିଲା ମୁଖ୍ୟ ଚିକିତ୍ସାଳୟକୁ ପଠାଇଥିଲା। କମଳ ଧାମନଗର କଲେଜର ଯୁକ୍ତ ୨ ପ୍ରଥମ ବର୍ଷ ଛାତ୍ର ଥିବା ବେଳେ ମୁକେଶ ଚଳିତବର୍ଷ ମାଟ୍ରିକ୍‌ ପରୀକ୍ଷା ଦେଇଛନ୍ତି।
ମୁକେଶ ଦକ୍ଷିଣବାଡ଼ ଗ୍ରାମରେ ତାଙ୍କ ଭଉଣୀ ଘରେ ରହି ପଢୁଥିଲେ। ସେ କମଳ ଓ ଅନ୍ୟ ଜଣେ ସାଙ୍ଗ ଜ୍ୟୋତି ପ୍ରକାଶ ଦାସ ଦିନ ପ୍ରାୟ ୨ଟା ବେଳେ ଗ୍ରାମଠାରୁ ୧ କି.ମି. ଦୂର ଉକ୍ତ ପୋଖରୀକୁ ଗାଧୋଇବାକୁ ଯାଇଥିଲେ। ଗାଧୋଇବା ସମୟରେ ମୁକେଶ ଓ କମଳ ପାଣିରେ ବୁଡ଼ିଯିବାରୁ ଜ୍ୟୋତି ଗାଁ ଲୋକଙ୍କୁ ଡାକ ପକାଇଥିଲେ। ସ୍ଥାନୀୟ ଲୋକେ ପହଞ୍ଚତ୍ ଖୋଜାଖୋଜି କରିବା ସହ ଦମକଳ ବାହିନୀ ଓ ଧାମନଗର ଥାନାକୁ ଖବର ଦେଇଥିଲେ। ଦମକଳ ବାହିନୀ ପହଞ୍ଚତ୍ ପୋଖରୀରୁ ଦୁଇଜଣଙ୍କୁ ଉଦ୍ଧାର କରି ଧାମନଗର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ସେଠାରେ ଡାକ୍ତର ଉଭୟଙ୍କୁ ମୃତ ଘୋଷଣା କରିଥିଲେ। ଏହି ଦୁଃଖଦ ଖବରପାଇ ଏନ୍‌ଏସି ଅଧ୍ୟକ୍ଷା ନିବେଦିତା ଜେନା ଓ ବିଧାୟକ ସୂର୍ଯ୍ୟବଂଶୀ ସୂରଜ ଧାମନଗର ଡାକ୍ତରଖାନାରେ ପହଞ୍ଚତ୍ ମୃତକଙ୍କ ପରିବାରକୁ ସମବେଦନା ଜଣାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜାମ୍ମୁ-କାଶ୍ମୀର ବଜେଟକୁ ସମାଲୋଚନା କଲେ ଭାଜପା ବିଧାୟିକା; ଶାସକ ଦଳର ବିଧାୟକ କଲେ ପ୍ରଶଂସା

ଶ୍ରୀନଗର,୮ା୨: ଜାମ୍ମୁ-କାଶ୍ମୀର ବିଧାନସଭାରେ ଦେଖିବାକୁ ମିଳିଛି ଏକ ବିରଳ ଦୃଶ୍ୟ। ଭାଜପା ବିଧାୟିକା ଦେବୟାନୀ ରାଣା ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲାଙ୍କ ବଜେଟକୁ କଡ଼ା ସମାଲୋଚନା କରିଥିଲେ। ଯାହାକୁ…

ଶିକ୍ଷକ କର୍ମଶାଳା ପାଲଟିଲା ରଣାଙ୍ଗନ: ପ୍ରଧାନଶିକ୍ଷକଙ୍କ ଉନ୍ମତ୍ତ କାଣ୍ଡ, ଅଶ୍ଳୀଳ ଭାଷା କହି…

ପରଜଙ୍ଗ,୮ା୨(ନିଗମାନନ୍ଦ ଦଳବେହେରା): ବିଦ୍ୟାଳୟରେ ଚାଲିଥିଲା ପାଞ୍ଚଦିନିଆ ଶିକ୍ଷକ କର୍ମଶାଳା। ଭାଗ ନେଇଥିଲେ ୫୦ରୁ ଊର୍ଦ୍ଧ୍ୱ ଶିକ୍ଷକ ଓ ଶିକ୍ଷୟିତ୍ରୀ। କିନ୍ତୁ ହଠାତ୍‌ କର୍ମଶାଳା ପାଲଟିଲା ରଣାଙ୍ଗନ। ନିଶାସକ୍ତ…

ପ୍ରେମିକାର ନିର୍ବନ୍ଧ ଖବର ଶୁଣି ବଡିବିଲ୍ଡରଙ୍କ ଆତ୍ମହତ୍ୟା

ବେଙ୍ଗାଲୁରୁ,୮।୨: ପ୍ରେମିକାର ଅନ୍ୟତ୍ର ବିବାହ ଖବର ଶୁଣି ସହିପାରିଲେନି ବଡି ବିଲ୍ଡର ପ୍ରେମିକ। ମାତ୍ର ୨୬ ବର୍ଷ ବୟସରେ କରିଦେଲେ ଆତ୍ମହତ୍ୟା। ମୃତ ଯୁବକଙ୍କ ନାମ କିରଣ…

ମୃତକଙ୍କ ପରିବାରକୁ ୪ ଲକ୍ଷ ଟଙ୍କା ଲେଖାଏ ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୮ା୨: ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ଚିକିଟି ବ୍ଲକ ଅନ୍ତର୍ଗତ ସୁନପୂରର ୨ ମୃତକଙ୍କ ପରିବାରକୁ ୪ ଲକ୍ଷ ଲେଖାଏ ଅନୁକମ୍ପା ରାଶି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ…

ରୋଗୀଙ୍କୁ ଚିକିତ୍ସା ପାଇଁ ନେଉଥିଲେ ବିଶାଖାପାଟଣା, ବାଟରେ ଘଟିଲା ବଡ଼ ଅଘଟଣ, ଚାଲିଗଲା ୨ ଜୀବନ

ପାତ୍ରପୁର/ଚିକିଟି,୮ା୨(ଉମାଚରଣ ନେପାକ/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଲକ ଅନ୍ତର୍ଗତ ପାତିସୁନପୁର ଗ୍ରାମର ଗୋଟିଏ ପରିବାରର ୬ ଜଣ ବିଶାଖାପାଟଣା ଯାଉଥିବା ବେଳେ ରବିବାର ଅପରାହ୍ନରେ…

RSS ମୁଖ୍ୟ ପଦ ଛାଡ଼ିବା ନେଇ ମୋହନ ଭାଗବତଙ୍କ ବଡ଼ ବୟାନ, କହୁ କହୁ କହିଦେଲେ…

ମୁମ୍ବାଇ,୮।୨: ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ(ଆର୍‌ଏସ୍‌ଏସ୍‌)ର ମୁଖ୍ୟ ମୋହନ ଭାଗବତ ରବିବାର ମୁମ୍ବାଇରେ ଆୟୋଜିତ ସଂଘର ଶତବାର୍ଷିକୀ ଉତ୍ସବରେ ବଡ଼ ବୟାନ ଦେଇଛନ୍ତି। ସେ କହିଛନ୍ତି, ବୟସ ବଢ଼ିବା…

ବସ୍‌ ଇଞ୍ଜିନ୍‌ରୁ ବାହାରିଲା ନିଆଁ, ଡ୍ରାଇଭର ନେଲେ ଏମିତି ପଦକ୍ଷେପ

ଭଞ୍ଜନଗର,୮ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବସଷ୍ଟାଣ୍ଡରେ ରବିବାର ଅପରାହ୍ନରେ ଏକ ଘରୋଇ ବସ୍‌ରେ ହଠାତ୍‌ ଇଞ୍ଜିନରେ ନିଆଁ ଲାଗିଯାଇଥିଲା। ଫଳରେ ବସ୍‌ରେ ବସିଥିବା ଯାତ୍ରୀମାନେ ଭୟଭୀତ…

ବିଲ୍‌ କରିବା ଆଶାରେ ଶୀଘ୍ର ଶେଷ କରୁଛନ୍ତି କାମ: ଠିକ୍‌ ଢଙ୍ଗରେ ଲାଗୁନି ଷ୍ଟ୍ରିଟ୍‌ ଲାଇଟ 

ଧର୍ମଶାଳା,୨।୮(ଶିବ ପ୍ରଶାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ବ୍ଲକ ବିଭିନ୍ନ ଗାଁରେ ଅନ୍ଧକାର ଦୂର କରିବା ନିମନ୍ତେ ବ୍ଲକ ପ୍ରଶାସନ ପକ୍ଷରୁ ସୋଲାର ଷ୍ଟ୍ରିଟ୍‌ ଲାଇଟ ଲଗାଯିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri