ପୋଖରୀରେ ବୁଡ଼ି ୨ ଛାତ୍ରଙ୍କ ଜୀବନ ଗଲା

ଧାମନଗର,୮ା୪(ସ୍ବ.ପ୍ର./ଡି.ଏନ୍‌.ଏ.): ଭଦ୍ରକ ଜିଲା ଧାମନଗର ଏନ୍‌ଏସି ଅଧୀନ ଚିଲପଦୀ ଗ୍ରାମ ନିକଟସ୍ଥ ଏକ ପୋଖରୀରେ ବୁଡ଼ି ଶନିବାର ୨ ଛାତ୍ରଙ୍କ ମୃତ୍ୟୁ ଘଟିଛି। ମୃତକ ଦ୍ୱୟ ହେଲେ ଦକ୍ଷିଣବାଡ଼ ଗ୍ରାମର ସୁଦର୍ଶନ ମଲ୍ଲିକଙ୍କ ପୁଅ କମଳ ଲୋଚନ(୧୭) ଓ ବାଲେଶ୍ୱର ଜିଲା ସିମୁଳିଆ ଥାନା ଅଧୀନ ପଣ୍ଡୁ ଗ୍ରାମର ପ୍ରମୋଦ କୁମାର ଗିରିଙ୍କ ପୁଅ ମୁକେଶ(୧୬)। ଏନେଇ ଧାମନଗର ଥାନା ପୋଲିସ ୭/୨୩ରେ ଏକ ଅପମୃତ୍ୟୁ ମାମଲା ରୁଜୁ କରି ମୃତଦେହ ବ୍ୟବଚ୍ଛେଦ ପାଇଁ ଜିଲା ମୁଖ୍ୟ ଚିକିତ୍ସାଳୟକୁ ପଠାଇଥିଲା। କମଳ ଧାମନଗର କଲେଜର ଯୁକ୍ତ ୨ ପ୍ରଥମ ବର୍ଷ ଛାତ୍ର ଥିବା ବେଳେ ମୁକେଶ ଚଳିତବର୍ଷ ମାଟ୍ରିକ୍‌ ପରୀକ୍ଷା ଦେଇଛନ୍ତି।
ମୁକେଶ ଦକ୍ଷିଣବାଡ଼ ଗ୍ରାମରେ ତାଙ୍କ ଭଉଣୀ ଘରେ ରହି ପଢୁଥିଲେ। ସେ କମଳ ଓ ଅନ୍ୟ ଜଣେ ସାଙ୍ଗ ଜ୍ୟୋତି ପ୍ରକାଶ ଦାସ ଦିନ ପ୍ରାୟ ୨ଟା ବେଳେ ଗ୍ରାମଠାରୁ ୧ କି.ମି. ଦୂର ଉକ୍ତ ପୋଖରୀକୁ ଗାଧୋଇବାକୁ ଯାଇଥିଲେ। ଗାଧୋଇବା ସମୟରେ ମୁକେଶ ଓ କମଳ ପାଣିରେ ବୁଡ଼ିଯିବାରୁ ଜ୍ୟୋତି ଗାଁ ଲୋକଙ୍କୁ ଡାକ ପକାଇଥିଲେ। ସ୍ଥାନୀୟ ଲୋକେ ପହଞ୍ଚତ୍ ଖୋଜାଖୋଜି କରିବା ସହ ଦମକଳ ବାହିନୀ ଓ ଧାମନଗର ଥାନାକୁ ଖବର ଦେଇଥିଲେ। ଦମକଳ ବାହିନୀ ପହଞ୍ଚତ୍ ପୋଖରୀରୁ ଦୁଇଜଣଙ୍କୁ ଉଦ୍ଧାର କରି ଧାମନଗର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ସେଠାରେ ଡାକ୍ତର ଉଭୟଙ୍କୁ ମୃତ ଘୋଷଣା କରିଥିଲେ। ଏହି ଦୁଃଖଦ ଖବରପାଇ ଏନ୍‌ଏସି ଅଧ୍ୟକ୍ଷା ନିବେଦିତା ଜେନା ଓ ବିଧାୟକ ସୂର୍ଯ୍ୟବଂଶୀ ସୂରଜ ଧାମନଗର ଡାକ୍ତରଖାନାରେ ପହଞ୍ଚତ୍ ମୃତକଙ୍କ ପରିବାରକୁ ସମବେଦନା ଜଣାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?