କୁଆଖାଇରେ ବୁଡ଼ିଗଲେ ୨ ଛାତ୍ର: ୪ ଲକ୍ଷ ଟଙ୍କା ଲେଖାଏ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୬।୨(ସୁଚିସ୍ମିତା ସାହୁ): ରାଜଧାନୀ ଉପକଣ୍ଠ ବାଲିଅନ୍ତା ବ୍ଲକ ସତ୍ୟଭାମାପୁର ପଞ୍ଚାୟତ ଅଧୀନ ରଙ୍ଗବଜାର ନିକଟ କୁଆଖାଇ ନଦୀରେ ସରସ୍ବତୀ ମୂର୍ତ୍ତି ବିସର୍ଜନ ବେଳେ ପାଣିରେ ବୁଡି ଦୁଇ ଛାତ୍ରଙ୍କ ମୃତ୍ୟୁ ଘଟିଛି। ଏହି ଘଟଣାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦୁଃଖ ପ୍ରକାଶ କରିବା ସହିତ ମୃତକଙ୍କ ପରିବାର ପ୍ରତି ସମବେଦନା ଜଣାଇଛନ୍ତି। ଏଥିସହ ରାଜ୍ୟ ସରକାରଙ୍କ ପକ୍ଷରୁ ରାଜ୍ୟ ବିପର୍ଯ୍ୟୟ ପାଣ୍ଠିରୁ ମୃତ ଛାତ୍ରଙ୍କ ପରିବାରକୁ ୪ ଲକ୍ଷ ଟଙ୍କା ଲେଖାଏ ସହାୟତା ରାଶି ଘୋଷଣା କରିଛନ୍ତି।

ବାଳକାଟୀ/ବାଲିଅନ୍ତା,୬।୨ (ମନୋଜ ମଣ୍ଡଳ/ ନୀଳମାଧବ ସାହୁ): ବାଲିଅନ୍ତା ଥାନା ଅଧୀନ ରଙ୍ଗବଜାର ନିକଟ କୁଆଖାଇ ନଦୀରେ ବୁଡ଼ି ବୁଧବାର ୨ ଜଣ ୧୦ମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ ହୋଇଛି। ମୃତକ ଦୁହେଁ ଭୁବନେଶ୍ୱର କ୍ୟାପିଟାଲ ଥାନା ଅଧୀନ ୟୁନିଟ୍‌-୬ କାଳୀ ମନ୍ଦିର ଅଞ୍ଚଳରେ ରହୁଥିବା ଦିବ୍ୟଜ୍ୟୋତି ମହାଳିକ (୧୫) ଓ ଗଙ୍ଗନଗରରେ ରହୁଥିବା ସିକୁନ ସେନାପତି (୧୫) ବୋଲି ଜଣାପଡ଼ିଛି। ବାଲିଅନ୍ତା ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ କରାଇ ପରିବାରକୁ ହସ୍ତାନ୍ତର କରିଥିବା ଜଣାପଡ଼ିଛି। ଏନେଇ ପୋଲିସ ଏକ ଅପମୃତ୍ୟୁ ମାମଲା (୪/୨୫ ଓ ୫/୨୫)ରୁଜୁ କରି ତଦନ୍ତ ଚଳାଇଛି।
ସୂଚନା ଅନୁଯାୟୀ, ଦିବ୍ୟଜ୍ୟୋତି ଓ ସିକୁନ ସରସ୍ବତୀଙ୍କ ମୂର୍ତ୍ତି ବିସର୍ଜନ ପାଇଁ ଟ୍ୟୁଶନ ସାର୍‌ଙ୍କ ସମେତ ୬ ଜଣ ସାଙ୍ଗ ମିଶି ପୂର୍ବାହ୍ନ ସମୟରେ ରଙ୍ଗବଜାର ନିକଟ କୁଆଖାଇ ନଦୀକୁ ଆସିଥିଲେ। ବିସର୍ଜନ ପାଇଁ ନଦୀ ଭିତରକୁ ଯାଇଥିବାବେଳେ ୨ ଜଣ ସାଙ୍ଗ ବୁଡ଼ି ଯାଇଥିଲେ। ଏହା ଦେଖି ଟ୍ୟୁଶନ ସାର୍‌ ସ୍ଥାନୀୟ ଲୋକଙ୍କୁ ଡାକିଥିଲେ। ସ୍ଥାନୀୟ ଲୋକେ ପହଞ୍ଚି ଖୋଜାଖୋଜି କରିବା ସହ ଅଗ୍ନିଶମ ବାହିନୀକୁ ଖବର ଦେଇଥିଲେ। ବାଲିଅନ୍ତା ଅଗ୍ନିଶମ ବିଭାଗର ଏକ ଟିମ୍‌ ସେଠାରେ ପହଞ୍ଚି ନଦୀରେ ଖୋଜାଖୋଜି କରି ଉଭୟଙ୍କୁ ଅଚେତ ଅବସ୍ଥାରେ ଉଦ୍ଧାର କରି କ୍ୟାପିଟାଲ ହସ୍ପିଟାଲ ପଠାଇଥିଲା। ସେଠାରେ ଡାକ୍ତର ଦୁହିଁଙ୍କୁ ମୃତ ଘୋଷଣା କରିଥିଲେ। ଖବର ପାଇ ବାଲିଅନ୍ତା ପୋଲିସ ଡାକ୍ତରଖାନାରେ ପହଞ୍ଚିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କଳାକାରଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଭେଟି: ବଢ଼ିଲା ସହାୟତା ଭତ୍ତା, ଉପକୃତ ହେବେ ୪୭ ହଜାର

ଭୁବନେଶ୍ୱର,୨୮ା୧୨: କେନ୍ଦୁଝର ଗସ୍ତ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର କଳାକାରମାନଙ୍କ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି। ‘ମୁଖ୍ୟମନ୍ତ୍ରୀ କଳାକାର ସହାୟତା ଯୋଜନା’ରେ...

ବାମଣ୍ଡା କପ୍‌ କ୍ରିକେଟ୍‌: ୟୁନିୟନ ସ୍ପୋର୍ଟିଂ ଚାମ୍ପିୟନ

ଦେବଗଡ଼,୨୮ା୧୨(ଶଶାଙ୍କ ଶେଖର ଝାଙ୍କର): ସ୍ଥାନୀୟ ଇନ୍ଦିରା ଗାନ୍ଧୀ ଷ୍ଟାଡିୟମରେ ଚାଲିଥିବା ୩୫ତମ ବାମଣ୍ଡା କପ୍‌ କ୍ରିକେଟ ଟୁର୍ନାମେଣ୍ଟ ରବିବାର ଉଦ୍‌ଯାପିତ ହୋଇଯାଇଛି। ଫାଇନାଲରେ କଟକର ୟୁନିୟନ...

ଇତିହାସ ରଚିଲେ ସ୍ମୃତି ମନ୍ଧାନା: ମିତାଲି ରାଜଙ୍କ ପରେ ଦ୍ୱିତୀୟ ଭାରତୀୟ ଭାବେ କଲେ ବଡ ରେକର୍ଡ

ଥିରୁବନନ୍ତପୁରମ,୨୮ା୧୨: ଭାରତୀୟ ମହିଳା କ୍ରିକେଟ୍‌ର ଉପ-ଅଧିନାୟିକା ସ୍ମୃତି ମନ୍ଧାନା ରବିବାର ଶ୍ରୀଲଙ୍କା ବିପକ୍ଷ ମ୍ୟାଚ୍‌ରେ ଏକ ବଡ଼ କୀର୍ତ୍ତିମାନ ସ୍ଥାପନ କରିଛନ୍ତି। ସେ ଅନ୍ତର୍ଜାତୀୟ କ୍ରିକେଟର...

ଭଲିବଲ ଟୁର୍ନାମେଣ୍ଟ ଆରମ୍ଭ: ପ୍ରଥମ ମ୍ୟାଚ୍‌ରେ ବ୍ରହ୍ମପୁର ବିଜୟୀ

ଦିଗପହଣ୍ଡି,୨୮।୧୨: ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ ରବିବାର ଉଦ୍‌ଘାଟିତ ହୋଇଯାଇଛି। ଖେମୁଣ୍ଡି ସ୍ପୋର୍ଟି କ୍ଲବ ଆନୁକୂଲ୍ୟରେ...

ଭୁବନେଶ୍ବର ପରେ କଟକରେ ବିଜେଡି ମେଳି, ନାଁ ଧରି ଅସନ୍ତୋଷ ଝାଡ଼ିଲେ ଦେବାଶିଷ ସାମନ୍ତରାୟ

କଟକ,୨୮ା୧୨: ବିଜେଡି ନେତାଙ୍କର ମେଳି ପରେ ମେଳିର ଫଟୋ ସାମ୍ନାକୁ ଆସୁଛି । ବିଜେଡି ନେତାଙ୍କ ଘନ ଘନ ମେଳିକୁ ନେଇ ରାଜନୈତିକ ଚର୍ଚ୍ଚା ବଢ଼ିବାରେ...

ୟୁକ୍ରେନ୍‌କୁ ବଡ଼ ଚେତାବନୀ ଦେଲେ ପୁଟିନ୍‌

ମସ୍କୋ,୨୮ା୧୨: ରୁଷିଆ-ୟୁକ୍ରେନ୍‌ ଯୁଦ୍ଧକୁ ୪ ବର୍ଷ ପୂରିବାକୁ ଯାଉଛି। ଏହାର ପରିସମାପ୍ତି ପାଇଁ ୟୁକ୍ରେନ୍‌ ରାଷ୍ଟ୍ରପତି ଭୋଲୋଡିମିର ଜେଲେନ୍‌ସ୍କି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କୁ ଫ୍ଲୋରିଡ଼ାରେ...

ମଇଁଷିର କ୍ଷୀରରେ ତିଆରି ହେଲା ରାଇତା.. ଏବେ ରାବିଜ ଟିକା ପାଇଁ ହସ୍ପିଟାଲରେ ପୁରା ଗ୍ରାମବାସୀ, ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୨୮ା୧୨:  ଉତ୍ତର ପ୍ରଦେଶର ବଦାଉନରୁ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। କୁକୁର କାମୁଡ଼ାରେ ମୃତ୍ୟୁବରଣ କରିଥିବା ଏକ ମଇଁଷି ଏବେ ସମଗ୍ର ଗାଁ ପାଇଁ...

ବରଗଡ଼ ଧନୁଯାତ୍ରା: ପରିବହନ ବିଭାଗ ଉପରେ ଲଗାଇଲେ ୧୨ ଲକ୍ଷ ଜରିମାନା କଲେ କଂସ ମହାରାଜା

ବରଗଡ଼,୨୮ା୧୨: ବିଶ୍ୱର ସର୍ବବୃହତ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରାରେ ମହାରାଜା କଂସଙ୍କ ଶାସନ ଜାରି ରହିଛି। ନିଜର ନଗର ପରିକ୍ରମା ସମୟରେ ମହାରାଜା ବରଗଡ଼ ସରକାରୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri