କୁଆଖାଇରେ ବୁଡ଼ିଗଲେ ୨ ଛାତ୍ର: ୪ ଲକ୍ଷ ଟଙ୍କା ଲେଖାଏ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୬।୨(ସୁଚିସ୍ମିତା ସାହୁ): ରାଜଧାନୀ ଉପକଣ୍ଠ ବାଲିଅନ୍ତା ବ୍ଲକ ସତ୍ୟଭାମାପୁର ପଞ୍ଚାୟତ ଅଧୀନ ରଙ୍ଗବଜାର ନିକଟ କୁଆଖାଇ ନଦୀରେ ସରସ୍ବତୀ ମୂର୍ତ୍ତି ବିସର୍ଜନ ବେଳେ ପାଣିରେ ବୁଡି ଦୁଇ ଛାତ୍ରଙ୍କ ମୃତ୍ୟୁ ଘଟିଛି। ଏହି ଘଟଣାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦୁଃଖ ପ୍ରକାଶ କରିବା ସହିତ ମୃତକଙ୍କ ପରିବାର ପ୍ରତି ସମବେଦନା ଜଣାଇଛନ୍ତି। ଏଥିସହ ରାଜ୍ୟ ସରକାରଙ୍କ ପକ୍ଷରୁ ରାଜ୍ୟ ବିପର୍ଯ୍ୟୟ ପାଣ୍ଠିରୁ ମୃତ ଛାତ୍ରଙ୍କ ପରିବାରକୁ ୪ ଲକ୍ଷ ଟଙ୍କା ଲେଖାଏ ସହାୟତା ରାଶି ଘୋଷଣା କରିଛନ୍ତି।

ବାଳକାଟୀ/ବାଲିଅନ୍ତା,୬।୨ (ମନୋଜ ମଣ୍ଡଳ/ ନୀଳମାଧବ ସାହୁ): ବାଲିଅନ୍ତା ଥାନା ଅଧୀନ ରଙ୍ଗବଜାର ନିକଟ କୁଆଖାଇ ନଦୀରେ ବୁଡ଼ି ବୁଧବାର ୨ ଜଣ ୧୦ମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ ହୋଇଛି। ମୃତକ ଦୁହେଁ ଭୁବନେଶ୍ୱର କ୍ୟାପିଟାଲ ଥାନା ଅଧୀନ ୟୁନିଟ୍‌-୬ କାଳୀ ମନ୍ଦିର ଅଞ୍ଚଳରେ ରହୁଥିବା ଦିବ୍ୟଜ୍ୟୋତି ମହାଳିକ (୧୫) ଓ ଗଙ୍ଗନଗରରେ ରହୁଥିବା ସିକୁନ ସେନାପତି (୧୫) ବୋଲି ଜଣାପଡ଼ିଛି। ବାଲିଅନ୍ତା ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ କରାଇ ପରିବାରକୁ ହସ୍ତାନ୍ତର କରିଥିବା ଜଣାପଡ଼ିଛି। ଏନେଇ ପୋଲିସ ଏକ ଅପମୃତ୍ୟୁ ମାମଲା (୪/୨୫ ଓ ୫/୨୫)ରୁଜୁ କରି ତଦନ୍ତ ଚଳାଇଛି।
ସୂଚନା ଅନୁଯାୟୀ, ଦିବ୍ୟଜ୍ୟୋତି ଓ ସିକୁନ ସରସ୍ବତୀଙ୍କ ମୂର୍ତ୍ତି ବିସର୍ଜନ ପାଇଁ ଟ୍ୟୁଶନ ସାର୍‌ଙ୍କ ସମେତ ୬ ଜଣ ସାଙ୍ଗ ମିଶି ପୂର୍ବାହ୍ନ ସମୟରେ ରଙ୍ଗବଜାର ନିକଟ କୁଆଖାଇ ନଦୀକୁ ଆସିଥିଲେ। ବିସର୍ଜନ ପାଇଁ ନଦୀ ଭିତରକୁ ଯାଇଥିବାବେଳେ ୨ ଜଣ ସାଙ୍ଗ ବୁଡ଼ି ଯାଇଥିଲେ। ଏହା ଦେଖି ଟ୍ୟୁଶନ ସାର୍‌ ସ୍ଥାନୀୟ ଲୋକଙ୍କୁ ଡାକିଥିଲେ। ସ୍ଥାନୀୟ ଲୋକେ ପହଞ୍ଚି ଖୋଜାଖୋଜି କରିବା ସହ ଅଗ୍ନିଶମ ବାହିନୀକୁ ଖବର ଦେଇଥିଲେ। ବାଲିଅନ୍ତା ଅଗ୍ନିଶମ ବିଭାଗର ଏକ ଟିମ୍‌ ସେଠାରେ ପହଞ୍ଚି ନଦୀରେ ଖୋଜାଖୋଜି କରି ଉଭୟଙ୍କୁ ଅଚେତ ଅବସ୍ଥାରେ ଉଦ୍ଧାର କରି କ୍ୟାପିଟାଲ ହସ୍ପିଟାଲ ପଠାଇଥିଲା। ସେଠାରେ ଡାକ୍ତର ଦୁହିଁଙ୍କୁ ମୃତ ଘୋଷଣା କରିଥିଲେ। ଖବର ପାଇ ବାଲିଅନ୍ତା ପୋଲିସ ଡାକ୍ତରଖାନାରେ ପହଞ୍ଚିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଉପକୂଳରେ ଘୂର୍ଣ୍ଣିବଳୟ, ଦୁଇଟି ଟ୍ରଫ୍‌: ଆସନ୍ତା ୫ ଦିନ ଯାଏ ଏସବୁ ଜିଲାରେ ପ୍ରବଳ ବର୍ଷା, ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୧ା୭ (ବନ୍ଦନା ସେଠୀ)- ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହା ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏଥିସହ ଦୁଇଟି ଟ୍ରଫ୍‌…

ଦକ୍ଷିଣମୋଡ଼ ହେଲା ଦର୍ପଦଳନ, ଅଧାରେ ଅଟକିଲା ତାଳଧ୍ୱଜ: ନନ୍ଦିଘୋଷ… 

ପୁରୀ,୨୧ା୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ରଥାରୂଢ଼ ହୋଇ ଆସି ଶ୍ରୀଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି। ରଥଯାତ୍ରାର…

ଛାତ୍ରଙ୍କ ଉପରେ ଲାଠିଚାର୍ଜକୁ ନେଇ କ୍ଷୁବ୍ଧ ଅରିଜିତ, କହିଲେ– ‘ନିଜକୁ ଭଗବାନ ଭାବୁଛନ୍ତି କି?’

ନୂଆଦିଲ୍ଲୀ,୨୧।୭: ଦିଲ୍ଲୀରେ ୨୦ ଜୁଲାଇରେ କକରୋଚ୍ ଜନତା ପାର୍ଟି (CJP)ର ଆହ୍ୱାନରେ ଆୟୋଜିତ ସଂସଦ ମାର୍ଚ୍ଚ ସମୟରେ ଛାତ୍ର ଓ ପୋଲିସ ମଧ୍ୟରେ ଉତ୍ତେଜନା ସୃଷ୍ଟି ହୋଇଥିଲା।…

ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଆଧାର ନିଷ୍କ୍ରିୟ; ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ…

ମୋହନା,୨୧।୭(ମନ୍ମଥ ମିଶ୍ର): ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଏଭଳି ଏକ ଆଶ୍ଚର୍ଯ୍ୟଜନକ ଘଟଣା ଗଜପତି ଜିଲା ଆର୍. ଉଦୟଗିରି ବ୍ଲକ ରଣାଲଇ ଗ୍ରାମରେ ଦେଖିବାକୁ…

ରାଜ୍ୟ ରାଜନୀତିରେ ଚହଳ: ଧର୍ମେନ୍ଦ୍ରଙ୍କ ଇସ୍ତଫା ଦାବି କଲେ ନବୀନ

ନୂଆଦିଲ୍ଲୀ/ ଭୁବନେଶ୍ୱର:୨୧।୭: ଓଡ଼ିଶା ତଥା ଜାତୀୟ ରାଜନୀତିରେ ଏକ ବଡ଼ ଧରଣର ହଟଚମଟ ସୃଷ୍ଟି ହୋଇଛି। ପୂର୍ବତନ ମୁଖ୍ୟମନ୍ତ୍ରୀ, ଓଡ଼ିଶା ବିଧାନସଭାର ବିରୋଧୀ ଦଳ ନେତା ନବୀନ…

ପୋଲିସ ଟେକିନେବାରୁ ରାଗିଗଲେ ରାହୁଲ, ଏମିତି କହିଲେ ରାଜନୀତିରେ ଚହଳ!

ନୂଆଦିଲ୍ଲୀ,୨୧।୭: ପ୍ରଧାନମନ୍ତ୍ରୀଙ୍କ ବାସଭବନ ଆଗରେ ମଙ୍ଗଳବାର ବିକ୍ଷୋଭ ପ୍ରଦର୍ଶନରେ ବସିଥିବା କଂଗ୍ରେସ ନେତା ରାହୁଲ ଗାନ୍ଧୀ, ପ୍ରିୟଙ୍କା ଗାନ୍ଧୀ, ସମାଜବାଦୀ ପାର୍ଟି (SP) ମୁଖିଆ ଅଖିଲେଶ ଯାଦବ…

ଅଧିନାୟଙ୍କ ବଡ଼ ଦାବି , ଜିମ୍ବାଓ୍ବେ ପାଖରେ ସିରିଜ୍‌ ଜିତିବାର ସୁଯୋଗ ରହିଛି

ହରାରେ,୨୧ା୭: ଆସନ୍ତା ଗୁରୁବାର ଭାରତ ଓ ଜିମ୍ବାଓ୍ବେ ମଧ୍ୟରେ ୩ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜ୍‌ର ପ୍ରଥମ ମ୍ୟାଚ୍‌ ଖେଳାଯିବ। ଜିମ୍ବାଓ୍ବେ ଅଧିନାୟକ ଶିକନ୍ଦର ରାଜାଙ୍କ ମତରେ…

ଚାମ୍ପିୟନ ସ୍ପେନ୍‌ ଦଳକୁ ଭବ୍ୟ ସ୍ବାଗତ

ମାଡ୍ରିଡ୍‌,୨୧ା୭: ସ୍ପେନ୍‌ର ବିଶ୍ୱ ଚାମ୍ପିୟନ ଫୁଟବଲ ଦଳ ମଙ୍ଗଳବାର ସ୍ବଦେଶ ଫେରିଛି। ଦଳକୁ ସ୍ବାଗତ କରିବା ପାଇଁ ପାଖାପାଖି ୨୦ ଲକ୍ଷ ପ୍ରଶଂସକ ମାଡ୍ରିଡ୍‌ ରାସ୍ତାରେ ଏକତ୍ରିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri