ବିଦ୍ୟୁତ୍‌ ତାର ଲାଗି ଚାଲିଗଲା ୨ ଛାତ୍ରଙ୍କ ଜୀବନ

ମାଲକାନଗିରି,୨୧ା୪(ଡି.ଏନ୍‌.ଏ.): ମାଲକାନଗିରି ଜିଲା ପଡ଼ିଆ ବ୍ଲକ କାଲିମେଳା ଥାନା ଅଧୀନ ଉଣ୍ଡୁରୁକୋଣ୍ଡା ପଞ୍ଚାୟତ ରୋଡ଼ଗୁଡ଼ା ଗ୍ରାମରେ ଶୁକ୍ରବାର ଏକ ଅଘଟଣ ଘଟିଛି। ଚଢ଼େଇ ଛୁଆ ଧରିବାକୁ ଯାଇ ବିଦ୍ୟୁତ୍‌ ତାର ଲାଗି ୨ଜଣ ଛାତ୍ରଙ୍କ ମୃତ୍ୟୁ ଘଟିଛି। ଏହି ଘଟଣା ଅଞ୍ଚଳରେ ଆଲୋଡନ ଖେଳାଇ ଦେଇଛି।

ମିଳିଥିବା ସୂଚନା ମୁତାବକ, ରୋଡଗୁଡ଼ା ଗ୍ରାମର ଦୁଲା ପଡିଆମିଙ୍କ ପୁଅ ଚନ୍ଦନ (୮) ଓ ଲାସା ମାଡିଙ୍କ ପୁଅ ମାନା(୧୨) ନିକଟସ୍ଥ ଉଣ୍ଡୁରୁକୋଣ୍ଡା ସାପ୍ତାହିକ ହାଟ ନିକଟସ୍ଥ ଜଙ୍ଗଲକୁ କେତେଜଣ ସାଙ୍ଗଙ୍କ ସହ ଚଢ଼େଇ ଧରିବାକୁ ଯାଇଥିଲେ। ଉଭୟେ ଏକ କୁସୁମ ଗଛରେ ଚଢ଼ି ଚଢେଇ ଛୁଆଙ୍କୁ ଆଣିବାକୁ ଉଦ୍ୟମ କରୁଥିଲେ। ସେତିକିବେଳେ ଗଛକୁ ଲାଗି ଯାଇଥିବା ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ଉଭୟେ ତଳେ ଛିଟିକି ପଡିଥିଲେ। ଏହି ସମୟରେ ଗଛ ତଳେ ଥିବା ଏକ ପଥରରେ ଉଭୟେ ପଡିବାରୁ ସେମାନଙ୍କ ମୁଣ୍ଡ ଏବଂ ଶରୀରର ବିଭିନ୍ନ ସ୍ଥାନରେ ଗଭୀର ଆଘାତ ଲାଗିଥିଲା।

ତାଙ୍କ ସହ ଯାଇଥିବା ସାଙ୍ଗଙ୍କଠାରୁ ଘଟଣା ସମ୍ପର୍କରେ ଖବର ଜାଣି ପରିବାର ଲୋକେ ଓ ଗ୍ରାମବାସୀ ଜଙ୍ଗଲରେ ପହଞ୍ଚି ଉଭୟଙ୍କୁ ଉଦ୍ଦାର କରି କାଲିମେଳା ଡାକ୍ତରଖାନା ଆଣିଥିଲେ। ସେଠାରେ ଡାକ୍ତର ଉଭୟଙ୍କୁ ମୃତ ଘୋଷଣା କରିଥିଲେ। କାଲିମେଳା ପୋଲିସ ଡାକ୍ତରଖାନାରେ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରିଛି। ଏନେଇ ପୋଲିସ ଏକ ମାମଲା ରୁଜୁକରି ଘଟଣାର ତଦନ୍ତ ଆରମ୍ଭ କରିଛି। ସୂଚନାଯୋଗ୍ୟ, ମାନା ଉଣ୍ଡୁରୁକୋଣ୍ଡା ସ୍କୁଲରେ ତୃତୀୟ ଶ୍ରେଣୀରେ ପଢୁଥିବା ବେଳେ ଚନ୍ଦନ ସପ୍ତମ ଶ୍ରେଣୀରେ ପଢୁଥିଲେ। ଏବେ ସ୍କୁଲ ଛୁଟି ଥିବାରୁ ଉଭୟେ ସାଙ୍ଗସାଥୀଙ୍କ ସହ ଜଙ୍ଗଲକୁ ଚଢ଼େଇ ଧରିବାକୁ ଯାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜାଗରରେ ବଡ଼ ଅଘଟଣ: ମର୍ଣ୍ଣିଂଓ୍ୱାକ୍ ବେଳେ ଟଳିପଡ଼ିଲେ ଦଶମ ଶ୍ରେଣୀ ଛାତ୍ର

ଖଲ୍ଲିକୋଟ,୧୫।୨(ପ୍ରଶାନ୍ତ କୁମାର ମିଶ୍ର): ମର୍ଣ୍ଣିଂଓ୍ୱାକ୍ ବେଳେ ଟଳିପଡ଼ିଲେ ଦଶମ ଶ୍ରେଣୀ ଛାତ୍ର । ମୃତକ ହେଲେ ଖଲ୍ଲିକୋଟ ଶ୍ରୀଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷା କେନ୍ଦ୍ରର ଦଶମ ଶ୍ରେଣୀ ଛାତ୍ର…

ଶୀତଳ ଭଣ୍ଡାରରେ ଭାୟାବହ ଅଗ୍ନିକାଣ୍ଡ: ୧୦ କୋଟିରୁ ଉର୍ଦ୍ଧ୍ବ ଟଙ୍କାର ସମ୍ପତ୍ତି ନଷ୍ଟ, ନିଆଁ ଲିଭାଉଛି ରୋବର୍ଟ

କୁଚିଣ୍ଡା,୧୫।୨(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା ବାମରା ନିକଟସ୍ଥ ନୁଁନୁନିଆମୁଣ୍ଡା ସ୍ଥିତ ଲାଠ ଶୀତଳ ଭଣ୍ଡାରରେ ରଵିବାର ସକାଳେ ସର୍ଟସର୍କିଟ ଯୋଗୁଁ ଅଗ୍ନିକାଣ୍ଡ ହୋଇଛି । ଏଥିରେ କୋଟି…

ମହାଶିବରାତ୍ରି: ଵାଲୀ ଲୋକନାଥ-ଝାଡ଼େଶ୍ୱର ଓ ବଟେଶ୍ୱର ଶୈବପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼

ଗଞ୍ଜାମ,୧୫ା୨(ବିଦ୍ୟାଧର ସାହୁ ): ସମଗ୍ର ରାଜ୍ୟରେ ମହା ଶିବରାତ୍ରି ଜାଗର ଯାତ୍ରା ପାଳିତ ହେଉଥିବା ବେଳେ ଗଞ୍ଜାମରେ ମଧ୍ୟ ଏହି ଜାଗର ଯାତ୍ରା ମହା ଆଡମ୍ବରରେ ପାଳିତ…

ଜୀବିତ ସାବିତ୍ରୀଙ୍କୁ ମୃତ ଦର୍ଶାଇଲା ପ୍ରଶାସନ, ଧରିତ୍ରୀରେ ଖବର ପ୍ରକାଶ ପରେ…

ଥୁଆମୂଳ ରାମପୁର,୧୫ା୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଓଡରୀ ପଞ୍ଚାୟତ ଦୋଳଗୁଡ଼ା ଗ୍ରାମର ଜଣେ ଅସହାୟା ମହିଳାଙ୍କୁ ନେଇ ପ୍ରଶାସନର ଚରମ ଅବହେଳା…

ଟି୨୦ ବିଶ୍ୱକପ୍‌ ମଝିରେ ଏହି ଦଳକୁ ଝଟ୍‌କା: ହଠାତ୍‌ ଘରକୁ ଫେରିଗଲେ…

ଚେନ୍ନାଇ,୧୫।୨: ଟି-୨୦ ବିଶ୍ୱକପ୍‌ରେ ନ୍ୟୁଜିଲ୍ୟାଣ୍ଡ ଦଳର ସବୁଠାରୁ ସଫଳ ବୋଲର ଲକି ଫର୍ଗୁସନ ଅଧାରୁ ଟୁର୍ନାମେଣ୍ଟ ଛାଡ଼ି ଘରକୁ ଫେରିଛନ୍ତି। ଫେବୃଆରୀ ୧୪ରେ ଦକ୍ଷିଣ ଆଫ୍ରିକା ବିପକ୍ଷ…

ବିଜେଡି ମହିଳା ସାଂଗଠନିକ କର୍ମକର୍ତ୍ତାଙ୍କୁ ଦାୟିତ୍ୱ ବଣ୍ଟନ: ଜାଣନ୍ତୁ କାହାକୁ କେଉଁଠି ମିଳିଲା…

ଭୁବନେଶ୍ୱର,୧୫ା୨: ବିଜୁ ମହିଳା ଜନତା ଦଳ (BMJD) ସାଂଗଠନିକ କର୍ମକର୍ତ୍ତାଙ୍କୁ ଦାୟିତ୍ୱ ବଣ୍ଟନ କରାଯାଇଛି। ଜିଲା ସଭାନେତ୍ରୀ ଓ କାର୍ଯ୍ୟକାରୀ ସଭାନେତ୍ରୀ ଭାବେ ଦାୟିତ୍ୱ ବଣ୍ଟନ କରିଛନ୍ତି…

ଈଶାନ କିଶନଙ୍କ ବିବାହ ପକ୍କା, ବିଶ୍ୱକପ୍‌ ପରେ ଏହି ସୁନ୍ଦରୀଙ୍କ ଧରିବେ ହାତ; ବୋହୂ ଭାବେ…

ନୂଆଦିଲ୍ଲୀ,୧୫।୨: ଟି-୨୦ ବିଶ୍ୱକପରେ ପାକିସ୍ତାନ ବିପକ୍ଷ ହାଇଭୋଲଟେଜ୍‌ ମ୍ୟାଚ୍‌ ପାଇଁ ପ୍ରସ୍ତୁତି ଚାଲିଥିବା ବେଳେ, କ୍ରିକେଟର ଈଶାନ କିଶନଙ୍କ ବିବାହକୁ ନେଇ ଆସିଛି ଏକ ବଡ଼ ଅପଡେଟ।…

ଜାଗରରେ ଅଘଟଣ: ଦୀପରୁ ମହିଳାଙ୍କ ଦେହରେ ଲାଗିଲା ନିଆଁ, ଆଉ ତା’ ପରେ…

ଖଇରା,୧୫ା୨(ଉତ୍କଳ ବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅଧୀନ ଗଣ୍ଡିବେଡ଼ସ୍ଥିତ ଲଙ୍କେଶ୍ୱର ଶିବ ମନ୍ଦିର ପ୍ରାଙ୍ଗଣରେ ଦୀପରୁ ନିଆଁ ଲାଗିବା ଯୋଗୁ ଗଣ୍ଡିବେଡ଼ ଗ୍ରାମର ଭଗବାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri