ବିଦ୍ୟୁତ୍‌ ତାର ଲାଗି ଚାଲିଗଲା ୨ ଛାତ୍ରଙ୍କ ଜୀବନ

ମାଲକାନଗିରି,୨୧ା୪(ଡି.ଏନ୍‌.ଏ.): ମାଲକାନଗିରି ଜିଲା ପଡ଼ିଆ ବ୍ଲକ କାଲିମେଳା ଥାନା ଅଧୀନ ଉଣ୍ଡୁରୁକୋଣ୍ଡା ପଞ୍ଚାୟତ ରୋଡ଼ଗୁଡ଼ା ଗ୍ରାମରେ ଶୁକ୍ରବାର ଏକ ଅଘଟଣ ଘଟିଛି। ଚଢ଼େଇ ଛୁଆ ଧରିବାକୁ ଯାଇ ବିଦ୍ୟୁତ୍‌ ତାର ଲାଗି ୨ଜଣ ଛାତ୍ରଙ୍କ ମୃତ୍ୟୁ ଘଟିଛି। ଏହି ଘଟଣା ଅଞ୍ଚଳରେ ଆଲୋଡନ ଖେଳାଇ ଦେଇଛି।

ମିଳିଥିବା ସୂଚନା ମୁତାବକ, ରୋଡଗୁଡ଼ା ଗ୍ରାମର ଦୁଲା ପଡିଆମିଙ୍କ ପୁଅ ଚନ୍ଦନ (୮) ଓ ଲାସା ମାଡିଙ୍କ ପୁଅ ମାନା(୧୨) ନିକଟସ୍ଥ ଉଣ୍ଡୁରୁକୋଣ୍ଡା ସାପ୍ତାହିକ ହାଟ ନିକଟସ୍ଥ ଜଙ୍ଗଲକୁ କେତେଜଣ ସାଙ୍ଗଙ୍କ ସହ ଚଢ଼େଇ ଧରିବାକୁ ଯାଇଥିଲେ। ଉଭୟେ ଏକ କୁସୁମ ଗଛରେ ଚଢ଼ି ଚଢେଇ ଛୁଆଙ୍କୁ ଆଣିବାକୁ ଉଦ୍ୟମ କରୁଥିଲେ। ସେତିକିବେଳେ ଗଛକୁ ଲାଗି ଯାଇଥିବା ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ଉଭୟେ ତଳେ ଛିଟିକି ପଡିଥିଲେ। ଏହି ସମୟରେ ଗଛ ତଳେ ଥିବା ଏକ ପଥରରେ ଉଭୟେ ପଡିବାରୁ ସେମାନଙ୍କ ମୁଣ୍ଡ ଏବଂ ଶରୀରର ବିଭିନ୍ନ ସ୍ଥାନରେ ଗଭୀର ଆଘାତ ଲାଗିଥିଲା।

ତାଙ୍କ ସହ ଯାଇଥିବା ସାଙ୍ଗଙ୍କଠାରୁ ଘଟଣା ସମ୍ପର୍କରେ ଖବର ଜାଣି ପରିବାର ଲୋକେ ଓ ଗ୍ରାମବାସୀ ଜଙ୍ଗଲରେ ପହଞ୍ଚି ଉଭୟଙ୍କୁ ଉଦ୍ଦାର କରି କାଲିମେଳା ଡାକ୍ତରଖାନା ଆଣିଥିଲେ। ସେଠାରେ ଡାକ୍ତର ଉଭୟଙ୍କୁ ମୃତ ଘୋଷଣା କରିଥିଲେ। କାଲିମେଳା ପୋଲିସ ଡାକ୍ତରଖାନାରେ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରିଛି। ଏନେଇ ପୋଲିସ ଏକ ମାମଲା ରୁଜୁକରି ଘଟଣାର ତଦନ୍ତ ଆରମ୍ଭ କରିଛି। ସୂଚନାଯୋଗ୍ୟ, ମାନା ଉଣ୍ଡୁରୁକୋଣ୍ଡା ସ୍କୁଲରେ ତୃତୀୟ ଶ୍ରେଣୀରେ ପଢୁଥିବା ବେଳେ ଚନ୍ଦନ ସପ୍ତମ ଶ୍ରେଣୀରେ ପଢୁଥିଲେ। ଏବେ ସ୍କୁଲ ଛୁଟି ଥିବାରୁ ଉଭୟେ ସାଙ୍ଗସାଥୀଙ୍କ ସହ ଜଙ୍ଗଲକୁ ଚଢ଼େଇ ଧରିବାକୁ ଯାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗଣିତ ଦକ୍ଷତା ବୃଦ୍ଧି ପାଇଁ ରୂପରେଖ ପ୍ରସ୍ତୁତ

ଭୁବନେଶ୍ୱର, ୨୫।୪(ଅସମାପିକା ସାହୁ)ଗଣିତ ଶିକ୍ଷାରେ କିପରି ସରକାରୀ ଏବଂ ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟର ଛାତ୍ରୀଛାତ୍ର ଦକ୍ଷ ହେବା ସହ ଉନ୍ନତ ପ୍ରଦର୍ଶନ କରିବେ ସେଥିପାଇଁ ବିଦ୍ୟାଳୟ...

ଅମରେନ୍ଦ୍ରଙ୍କୁ ଖୋଲା ଚ୍ୟାଲେଞ୍ଜ କଲେ ଚିରଞ୍ଜୀବ

ଜଗତ୍‌ସିଂହପୁର, ୨୫ା୪(ପ୍ରମୋଦ କୁମାର ନାୟକ)ବରିଷ୍ଠ କଂଗ୍ରେସ ନେତା ଚିରଞ୍ଜୀବ ବିଶ୍ୱାଳ ଦଳ ଛାଡ଼ି ବିଜେଡିରେ ମିଶିଥିଲେ ସୁଦ୍ଧା ୨୦୨୪ ସାଧାରଣ ନିର୍ବାଚନରେ ପ୍ରାର୍ଥୀ ହୋଇନାହାନ୍ତି। କିନ୍ତୁ...

ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରେ ଟଳିପଡିଲେ ୨ ମାଓବାଦୀ

ଘଣ୍ଟାପଡ଼ା, ୨୫।୪: (ପ୍ରଭାତ କୁମାର ସାହୁ): କଣ୍ଟାମାଳ ଥାନା ଅନ୍ତର୍ଗତ ବରଗାଁ ପଞ୍ଚାୟତର ପାଢ଼େଲ ଡ୍ୟାମ ନିକଟ ଜଙ୍ଗଲରେ ଗୁରୁବାର ଏସଓଜିଓ ଡିଭିଏଫ ମିଳିତ କମ୍ବିଂ...

ସକାଳ ସାଢେ ୮ଟାରୁ ପାରଦ ଛୁଇଁଲା ୩୬, ୫ ଦିନ ଅସହ୍ୟ ହେବ ତାତି

ଭୁବନେଶ୍ୱର,୨୫।୪: ସକାଳୁ ଅସହ୍ୟ ତାତି। ସାଢ଼େ ୮ଟା ସୁଦ୍ଧା ୩୬ ଛୁଇଁଲା ପାରଦ। ବାଲେଶ୍ୱରର ତାମପାତ୍ରା ଗୁରୁବାର ସକାଳୁ ୩୬ ଡିଗ୍ରୀ ଛୁଇଁଛି । ଖାଲି...

ନିର୍ବାଚନ ହାରୁଥିବା ଜାଣି ମିଛ ଅଭିଯୋଗ ଆଣିଛି ଭାଜପା: ବିଜେଡି

ଭୁବନେଶ୍ୱର,୨୫ା୪(ଅନିଲ ଦାସ)ଓଡ଼ିଶା ଭାରତୀୟ ଜନତା ପାର୍ଟିର ନେତାମାନେ ଯେତେବେଳେ ନିର୍ବାଚନ ହାରୁଥିବା ଅନୁଭବ କରନ୍ତି, ସେତେବେଳେ ସେମାନେ ବିନା କୌଣସି ତଥ୍ୟ ଆଧାରରେ ମିଥ୍ୟା, ଭିତ୍ତିହୀନ...

‘କେନ୍ଦ୍ର ପାଇଁ ଓଡ଼ିଶା କେବଳ ଏକ ବିନ୍ଦୁ’

ଛେଣ୍ଡିପଦା, ୨୫।୪ (ଅଜିତ ଧଳ)/ ଅନୁଗୋଳ, (ଅମିତ କୁମାର ସାମଲ)ସମ୍ବଲପୁର ବିଜେଡି ଏମ୍‌ପି ପ୍ରାର୍ଥୀ ତଥା ବିଜେଡି ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ...

ବାରବାଟୀ-କଟକ ନଚେତ ସାଲେପୁରରୁ ପ୍ରାର୍ଥୀ ହୋଇପାରନ୍ତି ଅରିନ୍ଦମ

କଟକ, ୨୫ା୪(ଶିଳ୍ପା ପ୍ରିୟଦର୍ଶିନୀ)ଆସନ୍ତା ନିର୍ବାଚନ ପାଇଁ ଭାଜପା ପକ୍ଷରୁ ଷ୍ଟାର୍‌ ପ୍ରଚାରକ ତାଲିକା ପ୍ରକାଶ ପାଇବା ପରେ ଏବେ ରୋଚକ ମୋଡ ନେବାରେ ଲାଗିଛି କଟକ...

ରୋଚକ ସ୍ଥିତିରେ ତ୍ରିମୁଖୀ ଲଢ଼େଇ

ନୟାଗଡ଼,୨୫।୪(ଲୋକନାଥ ମିଶ୍ର)ନୟାଗଡ଼ ବିଧାନସଭା କ୍ଷେତ୍ରରେ ବିଧାୟକ ଅରୁଣ କୁମାର ସାହୁଙ୍କ ଅପରାଜେୟ ରେକର୍ଡ ଭାଙ୍ଗିବାକୁ ଭାଜପା ଓ କଂଗ୍ରେସ ପକ୍ଷରୁ ଉଦ୍ୟମ ଆରମ୍ଭ ହୋଇଛି। ଅରୁଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri