ଦିଲ୍ଲୀ ସାଧାରଣତନ୍ତ୍ର ପରେଡ୍‌ରେ ଯୋଗଦେବେ ପିପୁଲ୍ସ କଲେଜର ୨ ଛାତ୍ରୀ, ପ୍ରଥମଥର ପାଇଁ ହେଲେ ମନୋନୀତ

ବୁଗୁଡା, ୨୯।୧୨(କାଳିଚରଣଦାଶ): ବୁଗୁଡ଼ା ପିପୁଲ୍ସ କଲେଜର ଅଧ୍ୟାପକ ତଥା ଲେଫ୍ଟନାଣ୍ଟ ଅଜୟ କୁମାର ସାହୁଙ୍କ ନିଷ୍ଠାପର ଉଦ୍ୟମ ଯୋଗୁ ବୁଗୁଡା ପିପୁଲ୍ସ କଲେଜର ଦୁଇଜଣ ଏନସିସି କ୍ୟାଡେଟ ଦିଲ୍ଲୀରେ ଅନୁଷ୍ଠିତ ଜାତୀୟସ୍ତରୀୟ ସାଧାରଣତନ୍ତ୍ର ଦିବସ ୨୦୨୬ ପରେଡ୍‌ରେ ଯୋଗଦେବାକୁ ମନୋନୀତ ହୋଇଛନ୍ତି। ସେହି ଦୁଇଜଣ ଏନସିସି କ୍ୟାଡେଟ ହେଲେ ପିପୁଲ୍ସ କଲେଜ ପ୍ରାଣୀ ବିଜ୍ଞାନ ସମ୍ମାନ ଛାତ୍ରୀ ସପନା ରାଉତ ଓ ମଧୁସ୍ମିତା ପ୍ରଧାନ। ପିପୁଲ୍ସ କଲେଜରୁ ପ୍ରଥମଥର ପାଇଁ ଏହି ଦୁଇ ଜଣ ଛାତ୍ରୀ ସାଧାରଣତନ୍ତ୍ର ୨୦୨୬ ପରେଡ୍‌ ପାଇଁ ମନୋନୀତ ହୋଇଥିବାରୁ ପିପୁଲ୍ସ କଲେଜ ଓ ଅଂଚଳ ପାଇଁ ଗର୍ବ ଓ ଗୌରବ ଆଣିଛନ୍ତି। ୭୦,୦୦୦ ଏନସିସି କ୍ୟାଡେଟ ମଧ୍ୟରୁ ୧୨୭ ଜଣ କ୍ୟାଡେଟ ପରେଡ୍‌ରେ ଯୋଗଦେବା ପାଇଁ ମନୋନୀତ ହୋଇଥିବା ବେଳେ ସେଥିରେ ବୁଗୁଡା ପିପୁଲ୍ସ କଲେଜର ସପନା ଓ ମଧୁସ୍ମିତା ଦୁଇଜଣ ଯୋଗଦେଇଛନ୍ତି। ଏହା ସହ ଅନ୍ୟ ଏକ ଗୌରବ ବିଷୟ ହେଲା ପିପୁଲ୍ସ କଲେଜର ଆସୋସିଏଟ ଏନସିସି ଅଫିସର ଲେଫ୍ଟନାଣ୍ଟ ଅଜୟ କୁମାର ସାହୁ ମଧ୍ୟ ୧୨୭ ଜଣ କ୍ୟାଡେଟଙ୍କ ସହିତ କଣ୍ଟିଜେଣ୍ଟ ଅଫିସର ଭାବରେ ମନୋନୀତ କ୍ୟାଡେଟଙ୍କୁ ନେତୃତ୍ୱ ଦେବା ପାଇଁ ମନୋନୀତ ହୋଇ କ୍ୟାଡେଟମାନଙ୍କ ସହ ଦିଲ୍ଲୀ ଯାଇଛନ୍ତି। ଏହି ଚ୍ୟାଲେଞ୍ଜିଂ ଏବଂ କଷ୍ଟକର ୩ ମାସର ଚୟନ ସମୟରେ ନିରନ୍ତର ଉତ୍ସାହ ଏବଂ ସହଯୋଗ ପାଇଁ କ୍ୟାଡେଟ ବୃନ୍ଦ ବୁଗୁଡା ପିପୁଲ୍ସ କଲେଜର ଅଧ୍ୟକ୍ଷ ଡଃ ପୁରୁଷୋତ୍ତମ ମିଶ୍ର, ଲେଫନାଣ୍ଟ ଅଜୟ ସାର, ସମସ୍ତ ଅଧ୍ୟାପକ ଓ ଅଧ୍ୟାପିକା, କର୍ମଚାରୀ ଏବଂ ଛାତ୍ରୀଛାତ୍ରମାନଙ୍କୁ କୃତଜ୍ଞତା ଜଣାଇଛନ୍ତି।

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

ଅବସରକୁ ନେଇ ମୁହଁ ଖୋଲିଲେ ଶାମି

ନୂଆଦିଲ୍ଲୀ,୩୧ା୩: ଭେଟେରାନ ଭାରତୀୟ ପେସର ମହମ୍ମଦ ଶାମି ଏବେ ଅବସର ସମ୍ପର୍କରେ ଚିନ୍ତା କରୁ ନ ଥିବା କହିଛନ୍ତି। ସେ ତାଙ୍କର ବୟସ, ଆହତ ସମସ୍ୟା କିମ୍ବା…

ଭାଜପାରେ ଯୋଗଦେଲେ ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌

ନୂଆଦିଲ୍ଲୀ,୩୧ା୩: ଭାରତର ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌ ମଙ୍ଗଳବାର ଭାରତୀୟ ଜନତା ପାର୍ଟି (ଭାଜପା)ରେ ଯୋଗଦେଇଛନ୍ତି। ପଶ୍ଚିମବଙ୍ଗରେ ହେବାକୁଥିବା ବିଧାନସଭା ନିର୍ବାଚନ ପୂର୍ବରୁ ୫୧ ବର୍ଷୀୟ ପେସ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri