୨ ଛାତ୍ରବତ୍ସଳ ଶିକ୍ଷକଙ୍କ ଅବସର: ବିଦ୍ୟାଳୟ ପ୍ରତି ନିଷ୍ଠାକୁ ଭୂୟସୀ ପ୍ରଶଂସା

କେସିଙ୍ଗା,୧।୭(ତୁମେଶର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନୁର୍ଗତ ବାଲସି ଗ୍ରାମ ଅଧିନସ୍ଥ ଜବହାର ଉଚ୍ଚ ବିଦ୍ୟାପୀଠ-କର ଦୁଇଜଣ ଶିକ୍ଷକ ଚାକିରିରୁ ଅବସର ନେଇଛନ୍ତି। ଏହି ଉପଲକ୍ଷେ ବିଦ୍ୟାପୀଠର ସ୍କୁଲ ପରିଚାଳନା କମିଟି ଓ ଶିକ୍ଷୟିତ୍ରୀଶିକ୍ଷକମାନେ ଏକ ବିଦାୟକାଳୀନ ସମ୍ବର୍ଦ୍ଧନା ସଭାର ଆୟୋଜନ କରିଥିଲେ। ଶିକ୍ଷା କମିଟିର ସଭାପତି ଗୋପାଳ ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ସଭାରେ ପ୍ରଧାନ ଶିକ୍ଷିକ ବୁଦ୍ଧାଦେବ ପୋଢ଼ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଥିଲେ। ସମ୍ମାନୀତ ଅତିଥି ଭାବରେ କର ବାବୁ , ସ୍କୁଲ ସମସ୍ତ ଶିକ୍ଷକବୃନ୍ଦ ,ଛାତ୍ରୀଛାତ୍ରମାନେ ଅଂଶଗ୍ରହଣ କରିଥିଲେ। ବିଦ୍ୟାଳୟରେ ଶିକ୍ଷକତା ସମୟରେ ତାଙ୍କର ଛାତ୍ର ବତ୍ସଳ ସ୍ବଭାବ ବିଷୟରେ ଆଲୋକ ପାତ କରିଥିଲେ।
ବିଦାୟୀ ଦୁଇ ଜଣ ଶିକ୍ଷକ ହେଲେ ଜଣେ ସାଂକୃତିକ ଶିକ୍ଷକ ପୀତବାସ ସାହୁ ଏବଂ ହିନ୍ଦୀ ଶିକ୍ଷକ ରମେଶ ଚନ୍ଦ୍ର ସାହୁ ଗତ ମାସ ୩୧ରେ ଅବସର ନେଇଥିଲେ। ଦୁଇ ଜଣ ଶିକ୍ଷକଙ୍କୁ ସ୍ବାଗତ ସମ୍ବର୍ଦ୍ଧନା କଲା ପରେ ମଶାଣିବନ୍ଧ ଗ୍ରାମ ପରିକ୍ରମା କରି ଥିଲେ। ଉଭୟଙ୍କୁ ବିଦ୍ୟାପୀଠ ପକ୍ଷରୁ ଉପଢୌକନ ଦେଇ ସମ୍ବର୍ଦ୍ଧିତ କରାଯାଇଥିଲା। ଅତିଥ ବୃନ୍ଦ ବିଦାୟୀ ଶିକ୍ଷକଙ୍କ ତାଙ୍କର ବିଦ୍ୟାଳୟ ପ୍ରତି ନିଷ୍ଠା ବିଷୟରେ କହିବା ସହ ତାଙ୍କର ଭୂୟସୀ ପ୍ରଶଂସା କରିଥିଲେ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଧନୁଯାତ୍ରା ତୋରଣ ଭାଙ୍ଗିବା ଘଟଣା: ଚିଠିରେ ସୀମିତ ରହିଲା କାର୍ଯ୍ୟାନୁଷ୍ଠାନ, ମାରିଦେଲେ ପ୍ୟାଚ୍‌ଅପ୍‌

ବରଗଡ଼,୧।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ଥାନାଛକ ଆଗରେ ରହିଥିବା ଧନୁଯାତ୍ରା ତୋରଣ ଭାଙ୍ଗିବା ଘଟଣାକୁ ମାସେ ବିତିଯାଇଛି। ହେଲେ ଏପର୍ଯ୍ୟନ୍ତ ଏହି ଘଟଣା ପାଇଁ ଦାୟୀ କୌଣସି ଅଧିକାରୀଙ୍କ ବିରୋଧରେ…

ଛାତ୍ରୀଛାତ୍ରଙ୍କ ପ୍ରେରଣାର ଉତ୍ସ ଥିଲେ ଶଙ୍କର ପ୍ରସାଦ: ସୁପ୍ରଶାସକଙ୍କ ଭାବପୂର୍ଣ୍ଣ ଅବସର

ଦିଗପହଣ୍ଡି,୧।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଗ୍ରାମସ୍ଥିତ ବିଶ୍ୱାସ ରାୟ ବିଜ୍ଞାନ କଲେଜର ଅଧ୍ୟକ୍ଷ ମେଜର୍‌ ଡ. ଶଙ୍କର ପ୍ରସାଦ ଅଧିକାରୀଙ୍କୁ ତାଙ୍କର…

ବରଗଡ଼ ଆସିବେ ଅମିତ୍ ଶାହା: ୨ଜି ଇଥାନଲ ପ୍ଲାଣ୍ଟର କରିବେ ଉଦଘାଟନ, ଗସ୍ତ ପୂର୍ବରୁ ପ୍ରଶାସନ ତତ୍ପର

ବରଗଡ଼,୩୦।୬(ପ୍ରେମାନନ୍ଦ ଖମାରୀ)- ସ୍ଵରାଷ୍ଟ୍ର ମନ୍ତ୍ରୀ ଅମିତ୍ ଶାହା ଆସନ୍ତା ଜୁଲାଇ ମାସ ୪ତାରିଖ ବରଗଡ଼ ଗସ୍ତରେ ଆସିବାର କାର୍ଯ୍ୟକ୍ରମ ରହିଛି। ଏହି ଗସ୍ତରେ ଆସି ସେ ଭଟଲି…

ବିଦ୍ୟୁତ୍ ବିଭାଗର ଚରମ ଅବହେଳା ପ୍ରତିବାଦରେ ଉତ୍ତେଜନା: ସବଷ୍ଟେସନରେ ତାଲା ପକାଇ ଗ୍ରାମବାସୀଙ୍କ ଧାରଣା

ଦିଗପହଣ୍ଡି, ୩୦।୬(ଅଶେଷ ନାଥ ମିଶ୍ର): ବିଦ୍ୟୁତ୍ ବିଭାଗର ଚରମ ଅବହେଳାକୁ ନେଇ ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଆଡ଼ପଡା ଗ୍ରାମରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ଗତ…

ଦିଗପହଣ୍ଡି ବିଧାୟକ ସିଦ୍ଧାନ୍ତଙ୍କ ଉଦ୍ୟମରେ ମେଗା ରକ୍ତଦାନ ଶିବିର: ୪୦ ୟୁନିଟ୍ ରକ୍ତ ସଂଗ୍ରହ

ଦିଗପହଣ୍ଡି, ୩୦।୬(ଅଶେଷ ନାଥ ମିଶ୍ର): ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଯୋଗୁ ବ୍ରହ୍ମପୁର ବଡ଼ ଡାକ୍ତରଖାନା ରକ୍ତ ଭଣ୍ଡାରରେ ଦେଖାଦେଇଥିବା ରକ୍ତ ଅଭାବକୁ ଦୂର କରିବା ପାଇଁ ଏକ…

ଥୁଆମୂଳ ରାମପୁରରେ ଦୁର୍ଘଟଣା: ଗୁରୁତରଙ୍କୁ ମିଳିଲାନି ଆମ୍ବୁଲାନ୍ସ, ବେସରକାରୀ ଗାଡ଼ିରେ ମେଡିକାଲ ସ୍ଥାନାନ୍ତର, ବଢ଼ିଲା ଅସନ୍ତୋଷ

ଥୁଆମୂଳ ରାମପୁର, ୩୦।୬ (ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ଥାନା ସଦର ସ୍ଥିତ ତାଳବନ୍ଧ ପଡ଼ା ଓ କାଲି ମନ୍ଦିର ପଡ଼ା ମଝିରେ ଥିବା ଦୁଇଟି ବନ୍ଧ…

ଅଧ୍ୟକ୍ଷା ସ୍ମିତାରାଣୀଙ୍କ ଅବସର ପରେ ସୁଶାନ୍ତ ନେଲେ ଅଧ୍ୟକ୍ଷ ଦାୟିତ୍ୱ

ଭଞ୍ଜନଗର,୩୦।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସାବିତ୍ରୀ ମହିଳା ମହାବିଦ୍ୟାଳୟ ଅଧ୍ୟକ୍ଷା ଡ. ସ୍ମିତାରାଣୀ ପଣ୍ଡା ମଙ୍ଗଳବାର ଚାକିରିରୁ ଅବସର ନେଇଛନ୍ତି। ଏହି ଅବସରରେ ନୂତନ ଭାରପ୍ରାପ୍ତ…

ବରଗଡ଼ କେନାଲରେ ଆସିବ ପାଣି, ଏହି ମୁହୂର୍ତ୍ତରେ ଖୋଲିବ ଗେଟ…

ବରଗଡ଼,୩୦।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ମୁଖ୍ୟ କେନାଲକୁ ଆସନ୍ତା ଜୁଲାଇ ମାସ ୨ତାରିଖ ସକାଳ ୯ଟାରୁ ପାଣି ଛଡାଯିବ । ଏହାକୁ ଦୃଷ୍ଟିରେ ରଖି ଏହି କେନାଲ ଉପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri