ଯୁକ୍ତ ୨ ଛାତ୍ରଙ୍କୁ ପୋଡ଼ି ହତ୍ୟା

ଫୁଲବାଣୀ ଅଫିସ/ଫିରିଙ୍ଗିଆ,୬।୧୧: କନ୍ଧମାଳ ଜିଲା ଫିରିଙ୍ଗିଆ ଥାନା ଡିଣ୍ଡିରାଗାଁ ପଞ୍ଚାୟତ ଗଞ୍ଜୁଖୋଲ ଗାଁ ନିକଟରେ ଯୁକ୍ତ ୨ ପଢୁଥିବା ଜଣେ ଛାତ୍ରଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଶନିବାର ପୋଲିସ ଜବତ କରିଛି। ସେ ହେଲେ ଗୋଚ୍ଛାପଡା ଥାନା କ୍ରାଣ୍ଡିବାଲି ଗାଁର ବଉଦୁ କହଁରଙ୍କ ସାନପୁଅ ବିଭୁଦତ୍ତ (୧୯)। ମୃତଦେହର କିଛି ଦୂରରେ ପେଟ୍ରୋଲ ବୋତଲ ଓ ଅନ୍ୟ ସାମଗ୍ରୀ ପଡିଥିବାରୁ ଏହା ଏକ ହତ୍ୟା ବୋଲି ପରିବାର ଲୋକେ ଅଭିଯୋଗ କରିଛନ୍ତି। ପ୍ରକାଶ ଯେ, ଫିରିଙ୍ଗିଆ ପଞ୍ଚାୟତ ମହାବିଦ୍ୟାଳୟରେ ଯୁକ୍ତ ୨ ଦ୍ୱିତୀୟ ବର୍ଷରେ ବିଭୁଦତ୍ତ ପଢୁଥିଲେ। ସେ ଫିରିଙ୍ଗିଆ ସହରରେ ଏକ ଘର ଭଡାନେଇ ରହୁଥିଲେ। ସକାଳେ ଗୁଖୋଲ ଗଁାର କିଛି ଲୋକ ଗଁା ପାଖ ବିଲ ନିକଟକୁ ଶୌଚ ହେବା ପାଇଁ ଯାଇଥିଲେ। ସେଠାରେ ଜଣେ ଯୁବକଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ପଡିଥିବା ଦେଖି ଫିରିଙ୍ଗିଆ ଥାନାକୁ ଖବର ଦେଇଥିଲେ। ଥାନାଧିକାରୀ ପି. ଶ୍ୟାମସୁନ୍ଦର ରାଓ ସଦଳବଳ ପହଞ୍ଚତ୍ ତଦନ୍ତ ଆରମ୍ଭ କରିଥିଲେ। ଏହାପରେ ସଦର ଏସ୍‌ଡିପିଓଙ୍କ ସହ ସାଇଣ୍ଟିଫିକ ଟିମ୍‌ ମଧ୍ୟ ସେଠାରେ ପହଞ୍ଚତ୍ଥିଲା। ଘଟଣାସ୍ଥଳରୁ ପ୍ରାୟ ୨୦୦ ମିଟର ଦୂରରେ ଯୁବକଙ୍କ ପୋଷାକ, ମୋବାଇଲ, ପୋଡିଯାଇଥିବା ମନିପର୍ସ, ଏଟିଏମ୍‌ କାର୍ଡ ସହ ପେଟ୍ରୋଲ ବୋତଲ ଓ ଅନ୍ୟ କିଛି ସାମଗ୍ରୀ ପଡିଥିବା ଦେଖିବାକୁ ମିଳିଥିଲା। ପୋଲିସ ଏସବୁ ସାମଗ୍ରୀ ଜବତ କରିଛି। ପାରିପାର୍ଶ୍ୱିକ ପରିସ୍ଥିତିକୁ ଲକ୍ଷ୍ୟ କଲେ ଏହା ଏକ ସୁପରିକଳ୍ପିତ ହତ୍ୟାକାଣ୍ଡ ବୋଲି ପୋଲିସ ସନ୍ଦେହ କରୁଥିବା ବେଳେ ମୃତକଙ୍କ ପରିବାର ଲୋକଙ୍କ ଏତଲାକ୍ରମେ ପୋଲିସ ନଂ.୧୬୩/୨୨ରେ ହତ୍ୟା ମାମଲା ରୁଜୁ କରିଛି। ତେବେ ମୃତଦେହ ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ଘଟଣାର ପ୍ରକୃତ ସତ୍ୟାସତ୍ୟ ଜଣାପଡ଼ିବ ବୋଲି ଥାନାଧିକାରୀ ପ୍ରକାଶ କରିଛନ୍ତି। ଅନ୍ୟପଟେ ପ୍ରେମ ବ୍ୟାପାରକୁ ନେଇ ଏହି ହତ୍ୟାକାଣ୍ଡ ଘଟିଥିବା ସାଧାରଣରେ ଆଲୋଚନା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ୱାମୀଙ୍କୁ ନଜଣାଇ ଟ୍ରଙ୍କରେ ରଖିଥିଲେ ୧୨ ଲକ୍ଷ, ସବୁ ଖାଇଦେଲା ମୂଷା! ତାପରେ….

ଲକ୍ଷ୍ନୌ,୨୩।୮: ତ୍ତତ୍ତରପ୍ରଦେଶର ଗୋଣ୍ଡାରୁ ଏପରି ଏକ ଘଟଣା ସାମ୍ନାକୁ ଆସିଛି, ଯାହାକୁ ନେଇ ସୋସିଆଲ ମିଡିଆରେ ବେଶ୍ ଚର୍ଚ୍ଚା ହେଉଛି । ଜଣେ ମହିଳା ପ୍ରାୟ ୮…

SIM କାର୍ଡ ନିୟମରେ ବଡ଼ ପରିବର୍ତ୍ତନ! କାଲିଠୁ ଏମାନଙ୍କର କଟିଯିବ କନେକ୍ସନ…

ଯଦି ଆପଣଙ୍କ ନାମରେ ଏକାଧିକ ମୋବାଇଲ୍ ସିମ୍ କାର୍ଡ ଅଛି, ତେବେ ଏହି ଖବର ଆପଣଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ। ସରକାର ଏବେ ନିର୍ଦ୍ଧାରିତ ସୀମାଠାରୁ ଅଧିକ ମୋବାଇଲ୍…

କ୍ୟାରିଅର ଶେଷ! ଭାରତୀୟ କ୍ରିକେଟରଙ୍କ ଅବସର ଘୋଷଣା, ଟେଷ୍ଟ, ODI,T20 ଫର୍ମାଟରେ ଟିମ ଇଣ୍ଡିଆ ପାଇଁ କରିଛନ୍ତି ଚମତ୍କାର ପ୍ରଦର୍ଶନ

ନୂଆଦିଲ୍ଲୀ,୨୩।୮: ଗୋଟିଏ ଟେଷ୍ଟ, ଦୁଇଟି ଦିନିକିଆ ଏବଂ ଗୋଟିଏ ଟି-୨୦ରେ ଭାରତର ପ୍ରତିନିଧିତ୍ୱ କରିଥିବା ଲେଗ-ସ୍ପିନର କର୍ଣ୍ଣ ଶର୍ମା ଅନ୍ତର୍ଜାତୀୟ ଏବଂ ଭାରତୀୟ ଘରୋଇ କ୍ରିକେଟରୁ ଅବସର…

ଜନ୍ତର-ମନ୍ତର ଭଳି ପୁଣି ଆନ୍ଦୋଳନର ଚେତାବନୀ ଦେଲା CJP, ଏହିଦିନ ଯୁବବର୍ଗ….

ନୂଆଦିଲ୍ଲୀ,୨୩।୮: ଜନ୍ତର ମନ୍ତରରେ ଚାଲିଥିବା ବିରୋଧ ପ୍ରଦର୍ଶନ ସମୟରେ କେନ୍ଦ୍ର ସରକାର ଦେଇଥିବା ପ୍ରତିଶ୍ରୁତି ପୂରଣ କରିବାକୁ ଦାବି କରିଛି କକ୍ରୋଚ ଜନତା ପାର୍ଟି (CJP) ।…

ନାବାଳିକାଙ୍କୁ ବଳାତ୍କାର କରି ଗର୍ଭବତୀ କରିଥିବା ଅଭିଯୋଗ: ଜଣେ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ବଞ୍ଚୋ,୨୩ା୮(ପ୍ରଦୋଷ ବିଶ୍ୱାଳ): ଜଣେ ନାବାଳିକାଙ୍କୁ ବଳାତ୍କାର କରି ଗର୍ଭବତୀ କରିଥିବା ଅଭିଯୋଗରେ ରାମଚନ୍ଦ୍ରପୁର ପୋଲିସ ଜଣେ ଅଭିଯୁକ୍ତଙ୍କୁ ଗିରଫ କରି ପୋକ୍ସୋ କୋର୍ଟକୁ ପଠାଇଛି। ଏନେଇ ରାମଚନ୍ଦ୍ରପୁର…

କେନ୍ଦ୍ରୀୟ କର୍ମଚାରୀଙ୍କ ବଢିବ ଦରମା, ରାକ୍ଷୀରେ ଆସିବ DA!

ନୂଆଦିଲ୍ଲୀ,୨୩।୮: ଦେଶବ୍ୟାପୀ ଲକ୍ଷ ଲକ୍ଷ କେନ୍ଦ୍ରୀୟ କର୍ମଚାରୀ ଏବଂ ପେନଶନଭୋଗୀ ଅଷ୍ଟମ ବେତନ ଆୟୋଗ (8th Pay Commission) ଗଠନକୁ ଅପେକ୍ଷା କରିଥିବା ବେଳେ, ବର୍ତ୍ତମାନ ସେମାନଙ୍କ…

ସାଇବର ଠକେଇର ଶିକାରଙ୍କୁ ୪୫ ଲକ୍ଷ ଟଙ୍କା ଫେରାଇଲା ସମ୍ବଲପୁର ପୋଲିସ

ସମ୍ବଲପୁର, ୨୩।୮ (ପ୍ରମୋଦ ବହିଦାର): ସମ୍ବଲପୁର ଜିଲାରେ ବଢ଼ୁଥିବା ସାଇବର ଅପରାଧ ଓ ଆର୍ଥିକ ଠକେଇ ବିରୋଧରେ ସମ୍ବଲପୁର ପୋଲିସକୁ ବଡ଼ ସଫଳତା ମିଳିଛି। ସାଇବର ଥାନା…

ୱାଘା ବର୍ଡର ବନ୍ଦ ପରେ ବି ଭାରତ ଆସିଲେ ୧୫୦ ପାକିସ୍ତାନୀ ବଧୂ! କଲେ ବିବାହ, ଜାଣନ୍ତୁ କିପରି

ନୂଆଦିଲ୍ଲୀ,୨୩।୮: ଅପରେଶନ ସିନ୍ଦୂର ପରେ ଭାରତ-ପାକିସ୍ତାନ ମଧ୍ୟରେ ଉତ୍ତେଜନା ବଢ଼ିବା ସହ ଅଟାରୀ-ୱାଘା ବର୍ଡର ବନ୍ଦ କରାଯାଇଥିଲା। ଏହାର ପ୍ରଭାବରେ ଦୁଇ ଦେଶରେ ବିବାହ ପାଇଁ ଅପେକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri