ସ୍କୁଲରୁ ଲୁଚି ଚାଲି ଆସିଥିବା ୨ ଛାତ୍ର ଉଦ୍ଧାର

କେନ୍ଦୁଝର,୮ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): ଝୁମ୍ପୁରା ବ୍ଲକ ଅନ୍ତର୍ଗତ ବଡ଼ନେଉଳି ସରକାରୀ ନୋଡାଲ ଉଚ୍ଚ ବିଦ୍ୟାଳୟରୁ ରାତିରେ ଦୁଇ ଜଣ ଛାତ୍ର ଲୁଚି ପଳେଇ ଆସିଥିବା ଘଟଣା ଅଞ୍ଚଳରେ ଚର୍ଚ୍ଚାର ବିଷୟ ପାଲଟିଛି। କେନ୍ଦୁଝର ସହରରେ ସ୍ଥାନୀୟ ଲୋକମାନେ ଦୁଇ ଛାତ୍ରଙ୍କୁ ଶନିବାର ସକାଳେ ଦେଖିବାକୁ ପାଇଥିଲେ। ତେବେ କେନ୍ଦୁଝର ଟାଉନରୁ ଉକ୍ତ ସ୍କୁଲ ୩୦ କିମି ବୋଲି ଜଣାପଡ଼ିଛି।

ଏହି ଘଟଣା ପରେ ଜିଲା ଶିକ୍ଷାଧିକାରୀ ପୂର୍ଣ୍ଣଚନ୍ଦ୍ର ସେଠୀ କହିଛନ୍ତି, ସେମାନେ ତିନି ଦିନ ହେଲା ସ୍କୁଲ ଯାଉଥିଲେ ଓ ହଷ୍ଟେଲରେ ରହୁଥିଲେ। ଏଣୁ କାହିଁକି ଗଲେ ତାହାର ତଦନ୍ତ ପାଇଁ ଆଦେଶ କରାଯାଇଛି। ତାଙ୍କର ବାପାଙ୍କୁ ଡକାଯାଇ କଥାବାର୍ତ୍ତା କରାଯିବ। ଯଦି ପିଲାଙ୍କୁ ଏଠାରେ ଭଲ ଲାଗୁନାହିଁ ତେବେ ଘର ପାଖ ସ୍କୁଲରେ ନାମ ଲେଖାଇବାକୁ କୁହାଯିବ।

ଅନ୍ୟପକ୍ଷରେ ରାତି ଅଧରେ ଦୁଇ ନାବାଳକ ଛାତ୍ର ସ୍କୁଲ ପରିସରରୁ ଏପରି ଲୁଚି ପଳେଇ ଆସିଥିଲେ ହେଁ କିପରି କେହି ଜାଣି ପାରିଲେ ନାହିଁ ତାହାକୁ ନେଇ ପିଲାମାନଙ୍କ ସୁରକ୍ଷାକୁ ନେଇ ଅଭିଭାବକ ପ୍ରଶ୍ନ କରୁଛନ୍ତି। ତେବେ ହଷ୍ଟେଲରେ ଓ୍ବାଡନ ରହୁଛନ୍ତି କି ନାହିଁ ତଦନ୍ତ କରିବା ସହ କେଉଁ କାରଣରୁ ଲୁଚି ପକାଇ ଆସିଥିଲେ ତାହାର ତଦନ୍ତ ଦାବି ହେଉଛି। କାର୍ଯ୍ୟଦକ୍ଷତା ଉପରେ ପ୍ରଶ୍ନବାଚୀ ସୃଷ୍ଟି କରିଛି।

ପ୍ରକାଶ ଯେ, ଅନେକ ସ୍କୁଲରେ ଶିକ୍ଷକମାନେ ରହୁ ନାହାନ୍ତି। ଜଣେ ରହିଲେ ଅନ୍ୟ ଜଣେ ଦିନ ଦିନ ଧରି ଘରକୁ ପଳାଉଛନ୍ତି। ଏ ନେଇ ଦାୟିତ୍ୱରେ ଥିବା ଅଧିକାରୀମାନେ ଜାଣି ଚୁପ୍‌ ରହୁଛନ୍ତି। ଯଦି ଗ୍ରାମବାସୀ ଓ ପିଲାଙ୍କୁ ପଚରାଯାଏ ତେବେ ସତ୍ୟାସତ୍ୟ ଜଣାପଡ଼ିବ। ନଚେତ ପିଲାଙ୍କ ପାଠପଢ଼ା ବ୍ୟାହତ ହେବା ସହ ସୁରକ୍ଷା ବ୍ୟବସ୍ଥାରେ ସମସ୍ୟା ଉପୁଜିବ ବୋଲି ମତ ପ୍ରକାଶ ପାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ପାଣିପାଗର ବିଚିତ୍ର ରୂପ: ସକାଳେ ଘନ କୁହୁଡ଼ି, ଅପରାହ୍ନରେ କୁଆପଥର ମାଡ଼ ସହ କାଳବୈଶାଖୀର ତାଣ୍ଡବ

ଦିଗପହଣ୍ଡି, ୨୭।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏବଂ ସାନଖେମୁଣ୍ଡି ବ୍ଲକ ଅଞ୍ଚଳରେ ଶୁକ୍ରବାର ପାଣିପାଗର ଏକ ବଡ଼ ଧରଣର ପରିବର୍ତ୍ତନ ଦେଖିବାକୁ ମିଳିଛି।…

ରାମନବମୀରେ ଭକ୍ତିମୟ ଗଜପତି, ବିଭିନ୍ନ ମନ୍ଦିର ବୁଲି ପ୍ରଭୁଙ୍କ ଆଶୀର୍ବାଦ ନେଲେ ପାରଳା ବିଧାୟକ

ପାରଳାଖେମୁଣ୍ଡି,୨୭।୩(ଗିରିଧାରୀ ପରିଛା): ପବିତ୍ର ଶ୍ରୀରାମ ନବମୀ ଅବସରରେ ଗଜପତି ଜିଲ୍ଲାର ବିଭିନ୍ନ ପ୍ରାନ୍ତରେ ଆଧ୍ୟାତ୍ମିକ ପରିବେଶ ମଧ୍ୟରେ ପୂଜାର୍ଚ୍ଚନା ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ପାରଳାଖେମୁଣ୍ଡି ବିଧାୟକ…

ଦେଶରେ ଲାଗିବ କି ଲକ୍‌ଡାଉନ? ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେବା ପରେ ମୋଦି କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୭।୩: ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶର ପ୍ରାୟ ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀ ଏବଂ ଉପରାଜ୍ୟପାଳମାନଙ୍କ ସହିତ ଏକ ଭର୍ଚୁଆଲ ବୈଠକର ଅଧ୍ୟକ୍ଷତା କରିଥିଲେ। ଏହି ବୈଠକର…

ଗଞ୍ଜାମରେ ହିନ୍ଦୁ ହୃଦୟ ସମ୍ରାଟ ଡ଼ଃ ପ୍ରବୀଣ ଭାଇ ତୋଗଡ଼ିଆଙ୍କୁ ଭବ୍ୟ ସମ୍ବର୍ଦ୍ଧନା

ଗଞ୍ଜାମ,୨୭।୩(ବିଦ୍ୟାଧର ସାହୁ): ପବିତ୍ର ଶ୍ରୀରାମ ନବମୀ ଅବସରରେ ଗଞ୍ଜାମ ସହରରେ ଅନ୍ତଃରାଷ୍ଟ୍ରୀୟ ହିନ୍ଦୁ ପରିଷଦ ସଂସ୍ଥାପନ ଅଧକ୍ଷ ତଥା ଅଗଣିତ ହିନ୍ଦୁମାନଙ୍କ ହୃଦୟ ସମ୍ରାଟ ଡ଼ଃ ପ୍ରବୀଣ…

ଡୋକରୀଚଞ୍ଚରାରେ ଭାଙ୍ଗିଲା ୫୦ ବର୍ଷର ପରମ୍ପରା: ମନ୍ଦିର ଦ୍ୱାର ବନ୍ଦ, ବାହାରେ ପୂଜା କଲା ପ୍ରଶାସନ

କୋକସରା, ୨୭।୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକର ପ୍ରସିଦ୍ଧ ପର୍ଯ୍ୟଟନ ତଥା ଧାର୍ମିକ ପୀଠ ଗୁଡହାଣ୍ଡି ଡୋକରୀଚଞ୍ଚରାଠାରେ ଚଳିତ ବର୍ଷ ଶ୍ରୀରାମ ନବମୀ…

LPG ପରେ ଆଉ ଏକ ବଡ଼ ସଙ୍କଟ; ୧୦ରୁ ୧୫ ପ୍ରତିଶତ ଯାଏ ବଢିପାରେ ଦର…

ନୂଆଦିଲ୍ଲୀ,୨୭।୩: LPG ସଙ୍କଟ ଭିତରେ ଜନତାଙ୍କୁ ବହୁ ଜଲଦି ଆଉ ଏକ ଝଟକା ଲାଗିବାକୁ ଯାଉଛି । ପଶ୍ଚିମ ଏସିଆରେ ଚାଲୁଥିବା ଏହି ଯୁଦ୍ଧ ଯୋଗ ବର୍ତ୍ତମାନ…

ପ୍ରକାଶ ପାଇଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟର ବାର୍ଷିକ ପରୀକ୍ଷା ଫଳ; ଅଭିଭାବକ-ଶିକ୍ଷକ ସମନ୍ୱୟ ଉପରେ…

ଭଞ୍ଜନଗର,୨୭।୩(ବାବୁଲା ପ୍ରଧାନ)-ଶୁକ୍ରବାର ସମଗ୍ର ଦେଶରେ ଥିବା ବିଭିନ୍ନ କେନ୍ଦ୍ରୀୟ ବିଦ୍ୟାଳୟର ପ୍ରଥମରୁ ନବମ ଏବଂ ଏକାଦଶ ଶ୍ରେଣୀର ବାର୍ଷିକ ପରୀକ୍ଷା ଫଳ ପ୍ରକାଶିତ ହୋଇଛି। ମାଟ୍ରିକ ଏବଂ…

ବେଆଇନ ‘ସାହାରା ନର୍ସିଂହୋମ’କୁ ପୁଣି ସିଲ କଲା ପୋଲିସ: ବିନା ଲାଇସେନ୍ସରେ…

ଦିଗପହଣ୍ଡି, ୨୭।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ମୁଖ୍ୟ ରାସ୍ତାକଡ଼ରେ ଥିବା ‘ସାହାରା ନର୍ସିଂହୋମ’କୁ ଶୁକ୍ରବାର ଅପରାହ୍ନରେ ପୋଲିସ ଓ ପ୍ରଶାସନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri