ସୌମ୍ୟଶ୍ରୀଙ୍କୁ ନିଆଁ ଭିତରକୁ ଠେଲି ଦେଇଥିବା ୨ ଛାତ୍ରଙ୍କୁ ଚାଲିଛି ମାରଥନ ଜେରା: ମିଳିବକି ସାଙ୍ଘାତିକ…

ବାଲେଶ୍ୱର,୧୨।୮: ବାଲେଶ୍ୱର FM କଲେଜ ଘଟଣାରେ ରିମାଣ୍ଡରେ ଥିବା ଦୁଇ ଅଭିଯୁକ୍ତଙ୍କୁ ଜେରା ଚାଲିଛି। ରିମାଣ୍ଡରେ ଥିବା ଜଣେ ଛାତ୍ର ଓ ଅଣଛାତ୍ରଙ୍କୁ ଚାଲିଛି ମାରାଥନ ଜେରା ଚାଲିଛି। ଏସଏଫଏସଏଲ୍ର ଗୋଟିଏ ଟିମ ମଧ୍ୟ ଜେରାରେ ସାମିଲ ଥିବା ସୂଚନା ମିଳତଛି।

ଆତ୍ମାହୁତି ଉଦ୍ୟମରେ ସହଯୋଗ କରିଥିବା ଦୁଇ ଜଣ ଛାତ୍ରଙ୍କୁ ଗିରଫ କରାଯାଇଛି ।  ଗିରଫ ଛାତ୍ର ହେଲେ ଜ୍ୟୋତି ପ୍ରକାଶ ବିଶ୍ୱାଳ ଓ ଶୁଭ୍ର ସମ୍ବିତ ନାୟକ । ଉଭୟଙ୍କୁ ବାଲେଶ୍ୱର ଏସଡ଼ିଜେଏମଙ୍କ ଆବାସିକ କାର୍ଯ୍ୟାଳୟରେ ହଜାର କରାଯାଇଥିଲା ।ଜାମିନ ନାମଞ୍ଜୁର ହେବାରୁ ଦୁହିଁକୁ  ବିଚାର ବିଭାଗୀୟ ହାଜତକୁ ପଠାଯାଇଥିଲା।

ଜ୍ୟୋତି ପ୍ରକାଶ ପୀଡିତା ସୌମ୍ୟାଶ୍ରୀଙ୍କୁ ଉଦ୍ଧାର କରିବାକୁ ଯାଇ ଆହତ ହୋଇଥିଲେ । କଟକ ମେଡିକାଲରେ ଚିକିତ୍ସିତ ହୋଇ କିଛି ଦିନ ପୂର୍ବରୁ ଘରକୁ ଫେରିଥିଲେ।  ଚିକିତ୍ସାଧୀନ ଅବସ୍ଥାରେ ମେଡିକାଲରେ ତାଙ୍କୁ କ୍ରାଇମବ୍ରାଞ୍ଚ ଟିମ ପକ୍ଷରୁ ଘଟଣା ସମ୍ପର୍କରେ ପଚରାଉଚୁରା କରାଯାଇଥିଲା। ଅପରପକ୍ଷରେ ଶୁଭ୍ର ସମ୍ବିତ ଏବିଭିପି ଛାତ୍ର ସଂଗଠନର ରାଜ୍ୟ ଯୁଗ୍ମ ସମ୍ପାଦକ ଦାୟିତ୍ୱରେ ରହିଛନ୍ତି।

ବିଭାଗୀୟ ଏଚଓଡି ସମୀର ସାହୁଙ୍କ ନିର୍ଯାତନାର ଶିକାର ହୋଇଥିଲେ ସୌମ୍ୟାଶ୍ରୀ । ନ୍ୟାୟ ନପାଇ ଗତ ଜୁଲାଇ ୧୨ ତାରିଖରେ ଅଧ୍ୟକ୍ଷଙ୍କ କାର୍ଯ୍ୟାଳୟ ସମ୍ମୁଖରେ ନିଜ ଦେହରେ ପେଟ୍ରୋଲ ଢାଳି ସେ ପୋଡି ହୋଇଥିଲେ। ୧୪ ରେ ଚିକିତ୍ସାଧୀନ ଅବସ୍ଥାରେ ଭୁବନେଶ୍ୱର ଏମ୍ସରେ ତାଙ୍କର ମୃତ୍ୟୁ ଘଟିଥିଲା। ଏହି ସମ୍ବେଦନଶିଳ ଘଟଣା ରାଜ୍ୟରେ ହଇଚଇ ସୃଷ୍ଟି କରିଥିଲା।

ପୋଲିସ ଏଚଓଡି ସମୀର ସାହୁ ଓ ଅଧ୍ୟକ୍ଷ ଦିଲ୍ଲୀପ ଘୋଷଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲା। କ୍ରାଇମବ୍ରାଞ୍ଚ , ଉଚ୍ଚ ଶିକ୍ଷା ବିଭାଗର ଏକ ଟିମ ଓ ୟୁଜିସି ଫ୍ୟାକ୍ଟ ଫାଇଣ୍ଡିଂ ଟିମ କଲେଜରେ ପହଞ୍ଚି ଘଟଣାର ବିଭିନ୍ନ ଦିଗ ଉପରେ ତଦନ୍ତ ଆରମ୍ଭ କରିଥିଲେ। ଆତ୍ମାହୁତି ନିମନ୍ତେ ଗିରଫ ଛାତ୍ର ଦ୍ବୟଙ୍କ ସମ୍ପୃକ୍ତି ନେଇ କ୍ରାଇମବ୍ରାଞ୍ଚ ପ୍ରମାଣ ପାଇଥିବା କୁହାଯାଉଛି। ଛାତ୍ରୀ ଜଣକ ନ୍ୟାୟ ପାଇଁ ଲଢେଇ କରୁଥିବାବେଳେ କିଛି ଛାତ୍ର ଓ ସହଯୋଗୀ ଆତ୍ମହତ୍ୟା ପାଇଁ ପ୍ରବର୍ତ୍ତାଇ ଥିଲେ। ଘଟଣା ଦିନ ସୌମ୍ୟାଶ୍ରୀଙ୍କ ପାଖରେ ରହି ଜ୍ୟୋତି ପ୍ରକାଶ ମୋବାଇଲରେ ଭିଡିଓ ଉତ୍ତୋଳନ କରିବା ସହ ଉଦ୍ଧାର କରିବାକୁ ଯାଇ ଆହତ ହୋଇଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

T20 ବିଶ୍ୱକପ ପୂର୍ବରୁ ଭାରତ ବିରୋଧରେ ବଡ଼ ଷଡଯନ୍ତ୍ର: ଖୋଲିଗଲା ପାକିସ୍ତାନର ପୋଲ୍‌

ଇସଲାମାବାଦ୍‌,୩୦।୧: ଭାରତରେ ଫେବୃଆରୀ ୭ରୁ ଆରମ୍ଭ ହେଉଥିବା T20 ବିଶ୍ୱକପ ପୂର୍ବରୁ ପଡ଼ୋଶୀ ପାକିସ୍ତାନ ନିପା ଭାଇରସ ସମ୍ପର୍କରେ ଭାରତ ବିରୋଧରେ ଏକ ନକଲି ଅଭିଯାନ ଚଳାଇଛି।…

ଭାଜପା ଏମ୍‌ପିଙ୍କ ବଡ଼ ବୟାନ, ‘ଯଦି ସୁନେତ୍ରା ପାୱାରଙ୍କୁ ଉପମୁଖ୍ୟମନ୍ତ୍ରୀ ପଦବୀ ଦିଆଯାଏ, ତା’ହେଲେ…’

ନୂଆଦିଲ୍ଲୀ,୩୦।୧: ଅଜିତ ପାୱାରଙ୍କ ଦେହାନ୍ତ ପରେ ଦୁଇ ଏନସିପି ଗୋଷ୍ଠୀ ଏକାଠି ହେବାର ଆଲୋଚନା ହୋଉଛି। ଏହି ସମୟରେ, ଭାଜପା ରାଜ୍ୟ ସଭା ଏମ୍‌ପି ଧନଞ୍ଜୟ ମହାଦିକ…

ଆଧାରକାର୍ଡ କରିଦେବେ କହି ଦିବ୍ୟାଙ୍ଗଙ୍କ ନାଁରେ ଲୋନ କରି କିଣିନେଲେ ଗାଡ଼ି, ସରକାରୀ ସାହାଯ୍ୟ ଦେବା ଆଶାରେ…

ଧର୍ମଶାଳା,୩୦।୧(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅନ୍ତର୍ଗତ ଚାନ୍ଦପୁର ଗ୍ରାମର ଅନଗ୍ରସର ବ୍ୟକ୍ତି ଦୁର୍ଯ୍ୟୋଧନ ମଳିକ ଠକାମିର ଶିକାର ହୋଇଥିବା ଥାନାରେ ଅଭିଯୋଗ କରିଛନ୍ତି। ଅଭିଯୋଗ…

କାର୍‌ ରେସିଂର କରୁଣ ପରିଣତି: ବିଦ୍ୟୁତ୍‌ ଖୁଣ୍ଟକୁ ଧକ୍କାଦେଇ ବାଇକ୍‌, ସ୍କୁଟି ଉପରକୁ ମାଡ଼ିଗଲା କାର୍‌

ସମ୍ବଲପୁର,୨୪୧(ପ୍ରମୋଦ ବହିଦାର): ସମ୍ବଲପୁର ଅଇଁଠାପାଲି ବଜାର ଛକରେ ଶୁକ୍ରବାର ଏକ ଭୟଙ୍କର ଦୁର୍ଘଟଣା ଘଟିଛି। ଏକ କାର(ନଂ.ଓଡି୧୫ଇ-୫୩୫୪) ଦ୍ରୁତଗତିରେ ଆସି ଅଇଁଠାପାଲି ଦୈନିକ ବଜାର ଛକ ରାସ୍ତା…

ଚଢାଉ କରି ବିପୁଳ ପରିମାଣର କାଠ ଜବତ କଲା ବନବିଭାଗ, କାଠର ଆନୁମାନିକ ମୂଲ୍ୟ ହେବ…

ମୋହନା,୩୦।୧( ମନ୍ମଥ ମିଶ୍ର ): ଗଜପତି ଜିଲା ଚନ୍ଦ୍ରଗିରି ବନାଞ୍ଚଳ ପକ୍ଷରୁ ଚଢ଼ାଉ କରି ବିପୁଳ ପରିମାଣର ମୂଲ୍ୟବାନ କାଠ ଗଣ୍ଡି ଜବତ ହୋଇଛି। ଗୁରୁବାର ବିଳମ୍ବିତ…

ଖରାଦିନ ଆରମ୍ଭରୁ ସମସ୍ୟା: ୧୦ ହଜାରରୁ ଊର୍ଦ୍ଧ୍ୱ ଟ୍ୟୁବ୍‌ୱେଲରୁ ବାହାରୁଛି ଲୁଣାପାଣି

କେନ୍ଦ୍ରାପଡ଼ା,୩୦ା୧(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲାରେ ୯ଟି ମେଗା ପାନୀୟ ଜଳ ପ୍ରକଳ୍ପ ନିର୍ମାଣ ଅବଧି ବହୁ ପୂର୍ବରୁ ସରିଛି। ମାତ୍ର ଗୋଟିଏ ବି ପ୍ରକଳ୍ପ ଅଦ୍ୟାବଧି ସମ୍ପୂର୍ଣ୍ଣ…

BJB ହଷ୍ଟେଲ ଖାଦ୍ୟରେ ପୋକ: ଛାତ୍ରୀଙ୍କ ମଧ୍ୟରେ ଅସନ୍ତୋଷ

ଭୁବନେଶ୍ୱର, ୩୦।୧: BJB ଯୁକ୍ତ ଦୁଇ କଲେଜ ଛାତ୍ରୀଙ୍କ ମଧ୍ୟରେ ଅସନ୍ତୋଷ। ଏକାଧିକ ବାର ହଷ୍ଟେଲ ଖାଦ୍ୟରୁ ପୋକ ବାହାରୁଥିବା ଅଭିଯୋଗ ହୋଇଛି । ହଷ୍ଟେଲ ଅଧୀକ୍ଷକଙ୍କୁ…

ପୁରୀ ଜିଲାପାଳଙ୍କୁ ଅଦାଲତ ଅବମାନନା ନୋଟିସ

ପୁରୀ,୩୦ା୧: ପୁରୀ ଜିଲାପାଳ ଦିବ୍ୟଜ୍ୟୋତି ପରିଡ଼ାଙ୍କୁ ହାଇକୋର୍ଟଙ୍କ ଅଦାଲତ ଅବମାନନା ନୋଟିସ ଜାରି ହୋଇଛି। ଅଦାଲତ ଅବମାନନା ମାମଲାରେ କାହିଁକି ଦଣ୍ଡିତ କରାଯିବନି ଜବାବ ତଲବ କରିଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri