ସୌମ୍ୟଶ୍ରୀଙ୍କୁ ନିଆଁ ଭିତରକୁ ଠେଲି ଦେଇଥିବା ୨ ଛାତ୍ରଙ୍କୁ ଚାଲିଛି ମାରଥନ ଜେରା: ମିଳିବକି ସାଙ୍ଘାତିକ…

ବାଲେଶ୍ୱର,୧୨।୮: ବାଲେଶ୍ୱର FM କଲେଜ ଘଟଣାରେ ରିମାଣ୍ଡରେ ଥିବା ଦୁଇ ଅଭିଯୁକ୍ତଙ୍କୁ ଜେରା ଚାଲିଛି। ରିମାଣ୍ଡରେ ଥିବା ଜଣେ ଛାତ୍ର ଓ ଅଣଛାତ୍ରଙ୍କୁ ଚାଲିଛି ମାରାଥନ ଜେରା ଚାଲିଛି। ଏସଏଫଏସଏଲ୍ର ଗୋଟିଏ ଟିମ ମଧ୍ୟ ଜେରାରେ ସାମିଲ ଥିବା ସୂଚନା ମିଳତଛି।

ଆତ୍ମାହୁତି ଉଦ୍ୟମରେ ସହଯୋଗ କରିଥିବା ଦୁଇ ଜଣ ଛାତ୍ରଙ୍କୁ ଗିରଫ କରାଯାଇଛି ।  ଗିରଫ ଛାତ୍ର ହେଲେ ଜ୍ୟୋତି ପ୍ରକାଶ ବିଶ୍ୱାଳ ଓ ଶୁଭ୍ର ସମ୍ବିତ ନାୟକ । ଉଭୟଙ୍କୁ ବାଲେଶ୍ୱର ଏସଡ଼ିଜେଏମଙ୍କ ଆବାସିକ କାର୍ଯ୍ୟାଳୟରେ ହଜାର କରାଯାଇଥିଲା ।ଜାମିନ ନାମଞ୍ଜୁର ହେବାରୁ ଦୁହିଁକୁ  ବିଚାର ବିଭାଗୀୟ ହାଜତକୁ ପଠାଯାଇଥିଲା।

ଜ୍ୟୋତି ପ୍ରକାଶ ପୀଡିତା ସୌମ୍ୟାଶ୍ରୀଙ୍କୁ ଉଦ୍ଧାର କରିବାକୁ ଯାଇ ଆହତ ହୋଇଥିଲେ । କଟକ ମେଡିକାଲରେ ଚିକିତ୍ସିତ ହୋଇ କିଛି ଦିନ ପୂର୍ବରୁ ଘରକୁ ଫେରିଥିଲେ।  ଚିକିତ୍ସାଧୀନ ଅବସ୍ଥାରେ ମେଡିକାଲରେ ତାଙ୍କୁ କ୍ରାଇମବ୍ରାଞ୍ଚ ଟିମ ପକ୍ଷରୁ ଘଟଣା ସମ୍ପର୍କରେ ପଚରାଉଚୁରା କରାଯାଇଥିଲା। ଅପରପକ୍ଷରେ ଶୁଭ୍ର ସମ୍ବିତ ଏବିଭିପି ଛାତ୍ର ସଂଗଠନର ରାଜ୍ୟ ଯୁଗ୍ମ ସମ୍ପାଦକ ଦାୟିତ୍ୱରେ ରହିଛନ୍ତି।

ବିଭାଗୀୟ ଏଚଓଡି ସମୀର ସାହୁଙ୍କ ନିର୍ଯାତନାର ଶିକାର ହୋଇଥିଲେ ସୌମ୍ୟାଶ୍ରୀ । ନ୍ୟାୟ ନପାଇ ଗତ ଜୁଲାଇ ୧୨ ତାରିଖରେ ଅଧ୍ୟକ୍ଷଙ୍କ କାର୍ଯ୍ୟାଳୟ ସମ୍ମୁଖରେ ନିଜ ଦେହରେ ପେଟ୍ରୋଲ ଢାଳି ସେ ପୋଡି ହୋଇଥିଲେ। ୧୪ ରେ ଚିକିତ୍ସାଧୀନ ଅବସ୍ଥାରେ ଭୁବନେଶ୍ୱର ଏମ୍ସରେ ତାଙ୍କର ମୃତ୍ୟୁ ଘଟିଥିଲା। ଏହି ସମ୍ବେଦନଶିଳ ଘଟଣା ରାଜ୍ୟରେ ହଇଚଇ ସୃଷ୍ଟି କରିଥିଲା।

ପୋଲିସ ଏଚଓଡି ସମୀର ସାହୁ ଓ ଅଧ୍ୟକ୍ଷ ଦିଲ୍ଲୀପ ଘୋଷଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲା। କ୍ରାଇମବ୍ରାଞ୍ଚ , ଉଚ୍ଚ ଶିକ୍ଷା ବିଭାଗର ଏକ ଟିମ ଓ ୟୁଜିସି ଫ୍ୟାକ୍ଟ ଫାଇଣ୍ଡିଂ ଟିମ କଲେଜରେ ପହଞ୍ଚି ଘଟଣାର ବିଭିନ୍ନ ଦିଗ ଉପରେ ତଦନ୍ତ ଆରମ୍ଭ କରିଥିଲେ। ଆତ୍ମାହୁତି ନିମନ୍ତେ ଗିରଫ ଛାତ୍ର ଦ୍ବୟଙ୍କ ସମ୍ପୃକ୍ତି ନେଇ କ୍ରାଇମବ୍ରାଞ୍ଚ ପ୍ରମାଣ ପାଇଥିବା କୁହାଯାଉଛି। ଛାତ୍ରୀ ଜଣକ ନ୍ୟାୟ ପାଇଁ ଲଢେଇ କରୁଥିବାବେଳେ କିଛି ଛାତ୍ର ଓ ସହଯୋଗୀ ଆତ୍ମହତ୍ୟା ପାଇଁ ପ୍ରବର୍ତ୍ତାଇ ଥିଲେ। ଘଟଣା ଦିନ ସୌମ୍ୟାଶ୍ରୀଙ୍କ ପାଖରେ ରହି ଜ୍ୟୋତି ପ୍ରକାଶ ମୋବାଇଲରେ ଭିଡିଓ ଉତ୍ତୋଳନ କରିବା ସହ ଉଦ୍ଧାର କରିବାକୁ ଯାଇ ଆହତ ହୋଇଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ବିହାରରେ ଅସଦାଚରଣ! ବାଇକରେ ଯାଉଥିବା ନାବାଳିକା ଛାତ୍ରୀଙ୍କୁ ବ୍ୟାଡ ଟଚ୍‌; ଭିଡିଓ ଭାଇରାଲ

ପାଟନା,୨୧।୯: ବିହାରର ଜାମୁଇ ଜିଲାରେ ଏକ ରାସ୍ତା ଉପରେ ଜଣେ ନାବାଳିକା ଛାତ୍ରୀଙ୍କୁ ହଇରାଣ-ହରକତ ଓ ଅଶାଳୀନ ବ୍ୟବହାର କରାଯିବା ଏବଂ ତାଙ୍କ ସହ ଜଣେ ନାବାଳକ…

ବସ୍ତା ରେଳ ଷ୍ଟେଶନ୍‌ରେ ଅଘଟଣ; ୨ ମହିଳାଙ୍କୁ ଧକ୍କା ଦେଲା ଟ୍ରେନ, ତାପରେ…

ବାଲେଶ୍ୱର,୨୧।୯( ବାଞ୍ଛାନିଧି ଦେ): ଦକ୍ଷିଣପୂର୍ବ ରେଳପଥର ଖଡ଼ଗପୁର ଡିଭିଜନ ଅନ୍ତର୍ଗତ ବସ୍ତା ରେଳ ଷ୍ଟେଶନ ନିକଟରେ ବଡ଼ ଦୁର୍ଘଟଣା ଘଟିଯାଇଛି । ସୋମବାର ଟ୍ରେନ ଧକ୍କାରେ ଦୁଇ…

ସମଗ୍ର ପୃଥିବୀରେ କୋଣାର୍କ ସର୍ବାପେକ୍ଷା ଅଧିକ ଅଳଂକୃତ ମନ୍ଦିର

ଉପରେ ଯେଉଁ ଶୀର୍ଷକ ବ୍ୟବହାର କରିଛୁ, ତାହା ଫର୍ଗୁସନ୍‌ଙ୍କ ମତ। ସେ ମଧ୍ୟ ଶ୍ରୀପଦ୍ମକେଶର ମନ୍ଦିର ଶବ୍ଦ ବ୍ୟବହାର କରିନାହାନ୍ତି। ଜଣେ ଭାରତୀୟ ମନମୋହନ ଗାଙ୍ଗୁଲି ମଧ୍ୟ…

ନିଜ ନାଗରିକଙ୍କ ପାଇଁ ଆଡଭାଇଜରୀ ଜାରି କଲା ଆମେରିକା; ମଧ୍ୟ-ପୂର୍ବରେ ପରିସ୍ଥିତି ଜଟିଳ ହେବାର ଆଶଙ୍କା

ଓ୍ବାଶିଂଟନ,୨୧।୯: ଆମେରିକା ନିଜ ନାଗରିକମାନଙ୍କ ପାଇଁ ଏକ ନୂତନ ଆଡଭାଇଜରୀ ଜାରି କରି ଇରାନ ଗସ୍ତ ନ କରିବାକୁ ଅନୁରୋଧ କରିଛି। ଏଥିରେ ଆମେରିକୀୟ ନାଗରିକମାନଙ୍କୁ ଯେକୌଣସି…

ଗଞ୍ଜାମରେ ପ୍ରକାଶ ପାଇଲା ଚୂଡ଼ାନ୍ତ ଭୋଟର ତାଲିକା, ବାଦ୍ ପଡ଼ିଲା ୧.୮୮ ଲକ୍ଷ…

ଛତ୍ରପୁର,୨୧।୯(ଦିଲ୍ଲୀପ ସାମଲ/ଦ୍ଵାରକା ପଟ୍ଟନାୟକ) : ଗଞ୍ଜାମ ଜିଲାରେ ଦୀର୍ଘ ସାଢ଼େ ତିନି ମାସ ଧରି ଚାଲିଥିବା ସ୍ୱତନ୍ତ୍ର ସଘନ ଭୋଟର ତାଲିକା ସଂଶୋଧନ ପ୍ରକ୍ରିୟା ଶେଷ ହେବା…

ବଡ଼ ବିମାନ ଦୁର୍ଘଟଣା, ୨ ଭାରତୀୟ ଛାତ୍ରଙ୍କ ମୃତ୍ୟୁ

ନୂଆଦିଲ୍ଲୀ,୨୧।୯: କାନାଡାରେ ଫ୍ଲାଇଟ୍ ଟ୍ରେନିଂ ସମୟରେ ବିମାନ ଦୁର୍ଘଟଣା ହୋଇଛି । ଏଥିରେ ୨ ଭାରତୀୟ ଛାତ୍ରଙ୍କ ମୃତ୍ୟୁ ହୋଇଛି । ମୃତକଙ୍କ ମଧ୍ୟରେ ତାମିଲନାଡୁର ମନୋଜ…

୭୮ ଘରୋଇ ହସ୍ପିଟାଲରୁ କଟିଯିବ ଆୟୁଷ୍ମାନ, ନାମ ଗୋପନ ରଖି କର୍ତ୍ତୃପକ୍ଷ କହିଲେ ସରକାର ଯେତେବେଳେ…

ଭୁବନେଶ୍ୱର,୨୧।୯(ରବିନାରାୟଣ ଜେନା): ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ପକ୍ଷରୁ ଓଡ଼ିଶା ଡେଭଲପ୍‌ମେଣ୍ଟ ଅଥରିଟି(ଓଡିଏ)ଆକ୍ଟକୁ ନେଇ ଜୋରଦାର ଖୋଳତାଡ଼ ଆରମ୍ଭ ହୋଇଛି। ଏହି କ୍ରମରେ ବିଏମ୍‌ସି ପକ୍ଷରୁ ୭,୩୦୦ ବେଆଇନ…

ପାଟଣା-ସାହାରପଡ଼ା ବ୍ଲକ ବିଜେଡିର ନୂଆ କର୍ମକର୍ତ୍ତା ନିଯୁକ୍ତ, ରଞ୍ଜନ-ମଧବାଙ୍କୁ ବଡ଼ ଦାୟିତ୍ବ ଦେଲା ବିଜେଡି

ପାଟଣା,୨୧ା୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ନିର୍ବାଚନମଣ୍ଡଳୀ ଅଧୀନ ପାଟଣା ଓ ସାହାରପଡ଼ା ବ୍ଲକ ବିଜେଡିର କାର୍ଯ୍ୟକାରୀ କମିଟିକୁ ଗତ ଶନିବାର ଦଳର ବରିଷ୍ଠ ଉପସଭାପତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?