୭୦% ସିଲାବସରେ ପାଠ ପଢିବେ ଯୁକ୍ତ ଦୁଇ ଛାତ୍ରୀଛାତ୍ର

ଭୁବନେଶ୍ୱର,୨୬।୮(ବ୍ୟୁରୋ): ଗତବର୍ଷ ଭଳି ଚଳିତ ମଧ୍ୟ ଯୁକ୍ତ ଦୁଇ ପିଲାଙ୍କ ପାଇଁ ୩୦% ସିଲାବସ ହ୍ରାସ କରାଯିବ। ଏନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ କାଉନସିଲ ବୈଠକରେ ଗୁରୁବାର ଏହି ନିଷ୍ପତ୍ତି ନିଆଯାଇଛି।

ବୈଠକର ନିଷ୍ପତ୍ତି ମୁତାବକ, ପ୍ରଥମ ଓ ଦ୍ୱିତୀୟ ବର୍ଷ ପାଇଁ ଇଣ୍ଟରନାଲ ବ୍ୟବସ୍ଥା ଲାଗୁ କରାଯିବ। ପ୍ରଥମ ବର୍ଷରେ ୩ଟି ଓ ଦ୍ୱିତୀୟ ବର୍ଷରେ ୩ଟି ପରୀକ୍ଷା ହେବ। ପ୍ରତି କ୍ୱାର୍ଟରରେ ୩୦ ନମ୍ବର ବିଶିଷ୍ଟ ପରୀକ୍ଷା ହେବ। ୩୦ ନମ୍ବରରୁ ୨୦ ନମ୍ବର ଥିଓରୀ ଓ ୧୦ ନମ୍ବର ପ୍ରାକ୍ଟିକାଲ ରହିବ। ସମସ୍ତ ଇଣ୍ଟରନାଲ ପରୀକ୍ଷା କଲେଜ ପରିଚାଳନା କରିବ। ପ୍ରଥମ ବର୍ଷ ଶେଷରେ ଓ ୨ୟ ବର୍ଷ ଶେଷରେ ବାର୍ଷିକ ପରୀକ୍ଷା ହେବ। ମହାମାରୀ ଭଳି ସ୍ଥିତି ନ ଉପୁଜିଲେ ବାର୍ଷିକ ପରୀକ୍ଷା ଆଧାରରେ ରେଜଲ୍ଟ ପ୍ରକାଶ ପାଇବ। ମହାମାରୀ ପାଇଁ ପରୀକ୍ଷା ବନ୍ଦ ହେଲେ ଇଣ୍ଟରନାଲ ପରୀକ୍ଷା ଭିତ୍ତିରେ ରେଜଲ୍ଟ ପ୍ରକାଶ ପାଇବ। ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଉପାଧ୍ୟକ୍ଷ ତୁଷାରକାନ୍ତି ତ୍ରିପାଠୀ ଏହି ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସମ୍ପର୍କରେ ସନ୍ଦେହ ହେଲା କାଳ, ବିଷ ମିଶା କୋଲ୍ଡ ଡ୍ରିଙ୍କ ପିଆଇ ପ୍ରେମିକାଙ୍କୁ ହତ୍ୟା

ମୁମ୍ବାଇ,୩୦ା୮: ମହାରାଷ୍ଟ୍ରର ରାଜଧାନୀ ମୁମ୍ବାଇର ଚେମ୍ବୁର ଅଞ୍ଚଳରୁ ୨୪ ବର୍ଷୀୟ ଜଣେ ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ ଘଟଣା ସାମ୍ନାକୁ ଆସିଛି । ଏହି ମାମଲାରେ ପୋଲିସ ମହିଳାଙ୍କ…

ପୁଣିଥରେ ସେଲଫି ଭିଡ଼ିଓ ଶେୟାର କରି ଚର୍ଚ୍ଚାରେ ମୋଦି, ଏଥର କିନ୍ତୁ ଦେଶରୁ ନୁହେଁ…

ତାସକେଣ୍ଟ,୩୦।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦୁଇ ଦିନିଆ ଉଜବେକିସ୍ତାନ ଗସ୍ତରେ ଅଛନ୍ତି। ତାସକେଣ୍ଟରେ ପହଞ୍ଚିବା ପରେ, ସେ ଉଜବେକିସ୍ତାନ ଯୋଗ ଫେଡେରେଶନ ଦ୍ୱାରା ଆୟୋଜିତ ଏକ ସ୍ବତନ୍ତ୍ର…

ଯୌତୁକ ନିର୍ଯାତନା: ଥାନାରେ ଏତଲା, ଅଭିଯୋଗକୁ ଶ୍ବଶୁର ଘର ଲୋକଙ୍କ ….

ଦିଗପହଣ୍ଡି,୩୦|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ତେଣ୍ଟୁଆପଡ଼ା ଗ୍ରାମର ନିରଞ୍ଜନ ପାଣିଗ୍ରାହୀଙ୍କ ଝିଅ ଅଂଶିତାଙ୍କୁ ତାଙ୍କ ସ୍ଵାମୀ,ଶାଶୁ,ଶ୍ବଶୁର ଯୌତୁକ ପାଇଁ ଶାରିରୀକ…

୨୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଲେ ଲହୁଣୀପଡ଼ା ଥାନା ଏଏସ୍‌ଆଇ ଓ ସହଯୋଗୀ

ସୁନ୍ଦରଗଡ଼, ୩୦।୮ (ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ଲହୁଣୀପଡ଼ା ଥାନାର ଏଏସ୍‌ଆଇ ମଦନ ମୋହନ ପ୍ରଧାନ ଏବଂ ତାଙ୍କ ସହଯୋଗୀ ମନଦୀପ କୁମାର ଦାସମୋଦକ (ଘରୋଇ…

ମୁଖ୍ୟମନ୍ତ୍ରୀଙ୍କ କଡ଼ା ନିର୍ଦ୍ଦେଶ, ସ୍ତ୍ରୀଙ୍କୁ ଭରଣପୋଷଣ ଟଙ୍କା ନଦେଲେ କଟିବ ଦରମା

ଭୁବନେଶ୍ବର,୩୦ା୮: ସ୍ତ୍ରୀ କିମ୍ୱା ସନ୍ତାନସନ୍ତତିଙ୍କୁ ଭରଣପୋଷଣ ସହାୟତା କିମ୍ୱା ଛାଡ଼ପତ୍ର ସମ୍ପର୍କିତ ପୋଷଣ ଖର୍ଚ୍ଚ ଠିକ୍ ଭାବରେ ଦେଉ ନଥିବା ସରକାରୀ କର୍ମଚାରୀଙ୍କ ବିରୁଦ୍ଧରେ ମୁଖ୍ୟମନ୍ତ୍ରୀଙ୍କ କଡ଼ା…

ପାକିସ୍ତାନ ସହିତ ହାତ ମିଳାଇବା ପ୍ରଶ୍ନର ଉତ୍ତରରେ ଭାରତୀୟ ମୁଖ୍ୟ ପ୍ରଶିକ୍ଷକ ଦେଲେ ଏମିତି ବିବୃତ୍ତି…

ନୂଆଦିଲ୍ଲୀ,୩୦।୮: ମହିଳା ଏସିଆ କପ ୨୦୨୬ ଚାଲିଛି। UAE ଦ୍ୱାରା ଆୟୋଜିତ, ସମ୍ପୂର୍ଣ୍ଣ ଟୁର୍ଣ୍ଣାମେଣ୍ଟ ଦୁବାଇରେ ଖେଳାଯାଉଛି। ଭାରତୀୟ ଦଳ ଅଗଷ୍ଟ ୩୦ରେ ଦୁବାଇ ଆନ୍ତର୍ଜାତୀୟ କ୍ରିକେଟ…

କନ୍ୟା ସନ୍ତାନ ଜନ୍ମଦେଲେ ୧୬ ବର୍ଷୀୟା ନାବାଳିକା: ପୋଲିସର ମାମଲା ରୁଜୁ

କେନ୍ଦୁଝର, ହାଟଡିହୀ,୩୦।୮(ନରେଶ ଚନ୍ଦ୍ର ପଟ୍ଟନାୟକ/ ଶୁଭକାନ୍ତ ନାୟକ/ନିରାକାର ପରିଡା ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଞ୍ଚଳରେ ଜଣେ ୧୬ ବର୍ଷୀୟା ନାବାଳିକା କନ୍ୟା ସନ୍ତାନକୁ ଜନ୍ମ…

ନେପାଳ ବନ୍ୟା: ବଢୁଛି ଜଳସ୍ତର, ସତର୍କ କରାଇଲେ ସରକାର

କାଠମାଣ୍ଡୁ,୩୦।୮: ବୁଧବାର ହୋଇଥିବା ଭୟଙ୍କର ବନ୍ୟା ପରେ ନେପାଳର ପରିସ୍ଥିତି ଗମ୍ଭୀର ରହିଛି। ମଧ୍ୟ ନେପାଳରେ ହଠାତ ବନ୍ୟାରେ ମୃତ୍ୟୁ ସଂଖ୍ୟା ୭୩୪ ରେ ପହଞ୍ଚିଛି, ଯେତେବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri