୨ ମାଓବାଦୀଙ୍କ ଆତ୍ମସମର୍ପଣ

ମାଲକାନଗିରି,୩ା୭(ଦୁର୍ଯ୍ୟୋଧନ ପାତ୍ର): ଛତିଶଗଡ଼ ସୁକ୍‌ମା ଜିଲା ପୋଲିସ ନିକଟରେ ୨ ମାଓବାଦୀ ବୁଧବାର ଆତ୍ମସମର୍ପଣ କରଛନ୍ତି । ଏ ସମ୍ପର୍କରେ ସୁକ୍‌ମା ପୋଲିସ ଦେଇଥିବା ସୂଚନା ଅନୁଯାୟୀ, ସୁକ୍‌ମା ଜିଲା କୋଣ୍ଟା ଅଞ୍ଚଳର ୫ ଲକ୍ଷ ଟଙ୍କା ପୁରସ୍କାର ଘୋଷିତ ମାଓବାଦୀ ସୋଡି ଗଜେନ୍ଦ୍ର ଓରଫ ହଡମା ଓ ମହିଳା ମାଓବାଦୀ ସୋଡି ମଞ୍ଜୁଲା ଓରଫ ମଡକମ ମଞ୍ଜୁଲା। ଏହି ୨ଜଣ ସୁକ୍‌ମା ଏସ୍‌ପି କିରଣ ଚୌହାନ ଓ ସୁକ୍‌ମା ଉପ ମହାନିରୀକ୍ଷକ ସୁରଜ ପାଲଙ୍କ ନିକଟରେ ଆତ୍ମସମର୍ପଣ କରିଛନ୍ତି। ଏହି ୨ଜଣ ମାଓବାଦୀଙ୍କ ମଧ୍ୟରୁ ସୋଡି ଗଜେନ୍ଦ୍ର ୨୦୧୪ ରେ ବିରାରଭଟି ସିଏନ୍‌ଏମ୍‌ ସଦସ୍ୟ ଓ ପରେ ୨୦୧୬ ରୁ ୨୦୧୯ ପର୍ଯ୍ୟନ୍ତ କୋଣ୍ଟା ଏରିଆ କମିଟି ଜନତାନା ସରକାର ପାର୍ଟି ସଦସ୍ୟ ଓ ୨୦୧୯ରୁ ୨୦୨୨ ପର୍ଯ୍ୟନ୍ତ କୋଣ୍ଟା ଏରିଆ କମିଟି ଅନ୍ତର୍ଗତ କୋଣ୍ଟା ଏଲ୍‌ଓଏସ୍‌ ଜନମିଲିସିଆ କମାଣ୍ଡର ଭାବେ କାର୍ଯ୍ୟକରି ଆସୁଥିଲେ। ସେହିପରି ସୋଡି ମଞ୍ଜୁଲା ମଧ୍ୟ ୨୦୦୨ରୁ ମାଓବାଦୀଙ୍କ ବିଭିନ୍ନ ସଂଗଠନରେ ସଦସ୍ୟା ଓ କମାଣ୍ଡର ଭାବେ କାର୍ଯ୍ୟ କରୁଥିଲେ। ବର୍ତ୍ତମାନ ପୋଲିସ ଦ୍ୱାରା ବିଭିନ୍ନ ସ୍ଥାନରେ କ୍ୟାମ୍ପ ପ୍ରତିଷ୍ଠା ଗତ ୩ ମାସ ମଧ୍ୟରେ ପୋଲିସ ଗୁଳିରେ ବହୁ ମାଓବାଦୀ ନିହତ ହେବା, ସାମଗ୍ରୀ ଜବତ ହେବା ସହ ସଙ୍ଗଠନରେ ପୂର୍ବ ଆଦର୍ଶ ନ ଥିବା ଯୋଗୁ ଏହି ୨ଜଣ ଆତ୍ମସମର୍ପଣ କରିଥିବା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?