Posted inଜାତୀୟ

୨ ସନ୍ଦିଗ୍ଧ ଆତଙ୍କବାଦୀ ଗିରଫ

ଗୁଆହାଟୀ,୧୨।୯: ଆସାମରେ ଆତଙ୍କବାଦୀ ମଡ୍ୟୁଲ ବିରୋଧରେ କାର୍ଯ୍ୟାନୁଷ୍ଠାନ ଚାଲିଛି। ସୋମବାର ପୋଲିସ ଆଉ ଦୁଇଜଣ ସନ୍ଦିଗ୍ଧ ଆତଙ୍କବାଦୀଙ୍କୁ ଗିରଫ କରିଛି। ଉଭୟଙ୍କୁ ମୋରିଗାଓଁରୁ ଗିରଫ କରାଯାଇଛି। ଏହି ଦୁଇ ଆତଙ୍କବାଦୀ ମୁସାଦିକ ହୁସେନ ଏବଂ ଇକ୍ରାମୁଲ ଇସଲାମ ବୋଲି ଜଣାପଡିଛି। ଆତଙ୍କବାଦୀ ସଂଗଠନ ଅନସରୁଲ୍ଲା ବଙ୍ଗଳା ଦଳ (ଏବିଟି) ସହିତ ଉଭୟଙ୍କ ସମ୍ପର୍କ ଥିବା ପ୍ରମାଣ ମିଳିଥିବା ପୋଲିସ ଅଧୀକ୍ଷକ ଅପର୍ନା ଏନ ସୂଚନା ଦେଇଛନ୍ତି।
ଆସାମରେ ଗତ କିଛି ଦିନ ମଧ୍ୟରେ ଅନେକ ଆତଙ୍କବାଦୀଙ୍କୁ ଗିରଫ କରାଯାଇଛି। ଗିରଫ ଆତଙ୍କବାଦୀଙ୍କର ଏବିଟି ଏବଂ ଅଲ କାଏଦା ସହିତ ଲିଙ୍କ ଥିଲା।ଏହା ବ୍ୟତୀତ ଏହି ସମସ୍ତ ଆତଙ୍କବାଦୀଙ୍କ ଲିଙ୍କ ମଧ୍ୟ ଆଞ୍ଚଳିକ ମଦ୍ରାସା ସହିତ ମିଳିଥିଲା। ଏହି ମଦ୍ରାସା ମାଧ୍ୟମରେ ସେମାନେ ଆତଙ୍କବାଦୀ ସଂଗଠନ ପାଇଁ ଟଙ୍କା ଜମା କରୁଥିଲେ ଏବଂ ଯୁବକମାନଙ୍କୁ ନିୟୋଜିତ କରୁଥିଲେ। ଚଳିତ ବର୍ଷ ମାର୍ଚ୍ଚରୁ ଆସାମ ପୋଲିସ ଏକ୍ୟୁଆଇଏସ୍‌/ଏବିଟି ସହିତ ଜଡିତ ୩୭ ରୁ ଅଧିକ ଲୋକଙ୍କୁ ଗିରଫ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ମା’ ଲଙ୍କେଶ୍ୱରୀଙ୍କ ଖଣ୍ଡାବସା ପର୍ବ, ମନ୍ଦିରରେ ଲାଗିଛି ଶ୍ରଦ୍ଧାଳଙ୍କୁ ଭିଡ଼

ଭବାନୀପାଟଣା,୩ା୧୦(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ର ଅଧିଷ୍ଠାତ୍ରୀ ଦେବୀ ମା’ ଲଙ୍କେଶ୍ୱରୀଙ୍କ ଖଣ୍ଡାବସା ପର୍ବ ଶନିବାର ଅନୁଷ୍ଠିତ ହେବ। ଏଥିପାଇଁ ଦେବୀପୀଠ ଉତ୍ସବ ମୁଖର ହୋଇ…

CJP କୁ ନେଇ ଏମିତି କହିଲେ ମମତା ବାନାର୍ଜୀ, ରାଜନୀତି ହେଲାଣି ସରଗରମ

ନୂଆଦିଲ୍ଲୀ,୩।୧୦: ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ, ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ‘କକରୋଚ ଜନତା ପାର୍ଟି’ (CJP) ଦ୍ୱାରା ଚାଲିଥିବା…

ଲଜ୍‌କୁ ଡାକି ଛାତ୍ରୀଙ୍କୁ ବଳାତ୍କାର କଲେ ଯୁବକ, ଡାକ୍ତରୀମାଇନା ପରେ…

ହାଟଡିହୀ,୩ା୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ସୋସୋ ଥାନା ଅଞ୍ଚଳରେ ଜଣେ ଯୁକ୍ତ-୩ ଛାତ୍ରୀଙ୍କୁ ଲଜ୍‌ରେ ବଳାତ୍କାର କରାଯାଇଥିବା ନେଇ ଶୁକ୍ରବାର ଅଭିଯୋଗ ହୋଇଛି। ଏହି…

ଫାଇନାଲରେ ଧୋକା ଦେଲେ ବୈଭବ ସୂର୍ଯ୍ୟବଂଶୀ: ଭାରତ-ପାକିସ୍ତାନ ମହାମୁକାବିଲାରେ ମାତ୍ର ଏତିକି ରନ୍‌ କରି ଆଉଟ୍‌

ନୂଆଦିଲ୍ଲୀ,୩।୧୦: ଏସିଆନ ଗେମ୍ସ ୨୦୨୬ର ପୁରୁଷ କ୍ରିକେଟ ଫାଇନାଲରେ ଭାରତ ଓ ପାକିସ୍ତାନ ମୁହାଁମୁହିଁ ହୋଇଛନ୍ତି। ସ୍ବର୍ଣ୍ଣ ପାଇଁ ହେଉଥିବା ଏହି ବଡ଼ ମୁକାବିଲାରେ ଭାରତୀୟ ଦଳର…

କେତୁଙ୍କ ବକ୍ରି ଚଳନ: ଚମକିବ ୪ ରାଶିଙ୍କ ଭାଗ୍ୟ, ପ୍ରବଳ ଧନବର୍ଷାକୁ ବଡ଼ କମ୍ପାନୀରୁ ଅଫର୍‌

କେତୁ ଗ୍ରହ ସର୍ୱଦା ଓଲଟା ଚଳନ (ବକ୍ରୀ) କରନ୍ତି। ଆଜି କେତୁ ମଘା ନକ୍ଷତ୍ରର ଦ୍ୱିତୀୟ ପଦରୁ ପ୍ରଥମ ପଦକୁ ଚଳନ କରିବାକୁ ଯାଉଛନ୍ତି। କେତୁଙ୍କର ଏହି…

ଏସିଆନ ଗେମ୍ସରେ ଇତିହାସ ରଚିଲେ ପ୍ରଣବୀ: ଗଲ୍ଫରେ କଲେ ବଡ଼ କାରନାମା

ନୂଆଦିଲ୍ଲୀ,୩।୧୦: ଏସିଆନ ଗେମ୍ସ ୨୦୨୬ରେ ଭାରତୀୟ ଗଲ୍ଫ ପାଇଁ ଆସିଛି ବଡ଼ ସଫଳତା। ଭାରତୀୟ ଗଲ୍ଫର୍‌ ପ୍ରଣବୀ ଶରଥ ଉର୍ସ ମହିଳା ଗଲ୍ଫରେ ସ୍ବର୍ଣ୍ଣ ପଦକ ଜିତି…

ସ୍ବର୍ଣ୍ଣ ଜିତିଲେ ଆଦିବାସୀ ଝିଅ ଝରଣା: ଶ୍ରମିକ ମା’ବାପାଙ୍କ ଝିଅଙ୍କ ସଫଳତାରେ ଜିଲା ଗର୍ବିତ

ଅମରପାଲି,୩ା୧୦(ପୀତାମ୍ବର ସାହୁ):ଦୃଢ଼ ଇଚ୍ଛାଶକ୍ତି, ଅଧ୍ୟବସାୟ ଓ ନିରନ୍ତର ପରିଶ୍ରମ ଆଗରେ ହାର ମାନିଛି ଆର୍ଥିକ ଅନଟନ। ଏହାର ଉଦାହରଣ ସାଜିଛନ୍ତି ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ସଂଗ୍ରାମପୁର…

ମହିଳା ହକି ଟିମ୍‌ ଉପରେ ଟଙ୍କା ବର୍ଷା କଲେ ମୋହନ ସରକାର: ପ୍ରତ୍ୟେକ ଖେଳାଳିଙ୍କ ମିଳିବ…

ଭୁବନେଶ୍ୱର,୩।୧୦: ମହିଳା ହକି ଦଳ ଫାଇନାଲରେ ଚାଇନାକୁ ୧-୦ ଗୋଲରେ ହରାଇ ଦୀର୍ଘ ୪୪ ବର୍ଷ ପରେ ଏସିଆଡ୍‌ ସ୍ବର୍ଣ୍ଣ ପଦକ ହାସଲ କରିଛି। ଏଥିସହ ଦଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?