ଓଡ଼ିଶାରେ ୨ ସ୍ବାଇନ୍‌ ଫ୍ଲୁ ରୋଗୀ ଚିହ୍ନଟ

ଭୁବନେଶ୍ୱର,୩।୬(ବ୍ୟୁରୋ): ରାଜ୍ୟରେ ୨ ଜଣ ସ୍ବାଇନ୍‌ ଫ୍ଲୁ ରୋଗୀ ଚିହ୍ନଟ ହୋଇଛନ୍ତି। ରାଜଧାନୀ ଭୁବନେଶ୍ୱରେ ସ୍ବାଇନ୍‌ ଫ୍ଲୁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଜଣେ ୩୮ବର୍ଷୀୟ ପୁରୁଷ ହୋଇଥିବା ବେଳେ ଆଉ ଜଣେ ୨୮ ବର୍ଷୀୟ ମହିଳା । ଉଭୟେ ଏବେ ହସ୍ପିଟାଲରେ ଚିକିତ୍ସାଧୀନ ଅଛନ୍ତି ଏବଂ ସ୍ବାସ୍ଥ୍ୟବସ୍ଥା ଠିକ୍‌ ଅଛି ବୋଲି ଜନ ସ୍ବାସ୍ଥ୍ୟ ନିର୍ଦେଶକ ନିରଞ୍ଜନ ମିଶ୍ର ସୂଚନା ଦେଇଛନ୍ତି। ସେ କହିଛନ୍ତି, ଚିହ୍ନଟ ୨ ରୋଗୀଙ୍କର କୌଣସି ଟ୍ରାଭେଲ ହିଷ୍ଟ୍ରି ନାହିଁ। ତେବେ ଲକ୍ଷଣ ଦେଖାଗଲେ ଆଇସୋଲେଶନରେ ରହିବାକୁ ଜନ ସ୍ବାସ୍ଥ୍ୟ ନିର୍ଦେଶକ ପରାମର୍ଶ ଦେଇଛନ୍ତି।