ଶଙ୍ଖ ଭବନ ଉଦ୍‌ଘାଟନରେ ଯୋଗଦେଇ ଅଡୁଆରେ ୨ ଶିକ୍ଷକ

ବେଗୁନିଆପଡ଼ା,୨୪ା୪: ବିଜେଡିର ରାଜ୍ୟ କାର୍ଯ୍ୟାଳୟ ‘ଶଙ୍ଖ ଭବନ’ର ଉଦ୍‌ଘାଟନ ହୋଇଛି। ଏଥିରେ ମନ୍ତ୍ରୀ, ଏମ୍‌ପି, ବିଧାୟକ ଓ ଦଳର ବରିଷ୍ଠ କର୍ମକର୍ତ୍ତା, ଛାମୁଆ ସଂଗଠନର ନେତୃବୃନ୍ଦ ଓ କର୍ମୀମାନେ ଉପସ୍ଥିତ ଥିଲେ। ଗଞ୍ଜାମ ଜିଲା ବେଗୁନିଆପଡ଼ା ବ୍ଲକର ୨ ଜଣ ସରକାରୀ ଶିକ୍ଷକ ଉକ୍ତ ଉଦ୍‌ଘାଟନୀ କାର୍ଯ୍ୟକ୍ରମରେ ଯୋଗଦେଇ ବିଧାୟିକା ଓ ବିଜେଡି କର୍ମକର୍ତ୍ତାଙ୍କ ସହ ଫଟୋ ଉଠାଇଥିବା ନେଇ ସୋସିଆଲମିଡିଆରେ ଭାଇରାଲ ହେବା ପରେ ଚର୍ଚ୍ଚା ଜୋର ଧରିଛି। ସରକାରୀ ଶିକ୍ଷକ ହୋଇ ରାଜନୈତିକ କାର୍ଯ୍ୟକ୍ରମରେ ବେଗୁନିଆପଡ଼ା ବ୍ଲକର ପାଇକପଡ଼ା ବଟେଶ୍ୱର ହାଇସ୍କୁଲର ଶିକ୍ଷକ ପ୍ରକାଶ ଚନ୍ଦ୍ର ନାୟକ ଓ ଏନ୍‌ .ଗୁଞ୍ଜବଳା ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ପୂର୍ଣ୍ଣଚନ୍ଦ୍ର ପ୍ରଧାନ ଯୋଗଦେଇଛନ୍ତି। ସରକାର ଏ ଘଟଣା ଉପରେ ଦୃଷ୍ଟି ଦେଇ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଭାଜପା ଯୁବମୋର୍ଚ୍ଚାର ସାଧାରଣ ସମ୍ପାଦକ ଆଲୋକ ଶତପଥୀ ଦାବି କରିଛି। ଏ ନେଇ ଗଞ୍ଜାମ ଜିଲା ଶିକ୍ଷା ଅଧିକାରିଣୀ ବିନୀତା ସେନାପତିଙ୍କୁ ପଚାରିବାରୁ ଏହା ବେଆଇନ କାର୍ଯ୍ୟ ଏବଂ ଅଭିଯୋଗ ପାଇବା ପରେ ତଦନ୍ତ କରାଯିବ ବୋଲି ସେ କହିଛନ୍ତି। ଅନ୍ୟପଟେ ପ୍ରଧାନ ଶିକ୍ଷକ ପୂର୍ଣ୍ଣଚନ୍ଦ୍ର କହିଛନ୍ତି, ଭବନଟି କେମିତି ହୋଇଛି ବୋଲି ଦେଖିବାକୁ ଆମେ ଯାଇଥିଲୁ। ଫଟୋ ଉଠାଇବା କଥାକୁ ଏଡ଼ାଇ ଦେଇଛନ୍ତି। ଶିକ୍ଷକ ପ୍ରକାଶ ଚନ୍ଦ୍ର ନାୟକ କହିଛନ୍ତି, ବିଦ୍ୟାଳୟର ପରିଚାଳନା କମିଟି ପାଇଁ ପ୍ରୋସେସିଂ ଚାଲିଥିବାରୁ ସେ ବିଧାୟିକାଙ୍କ ପାଖକୁ ଯାଇଥିଲେ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମା’ଙ୍କୁ ହରାଇଲେ ଭଉଣୀଭାଇ, ପାଳିବା ଚିନ୍ତାରେ ଆଈ

ବ୍ରହ୍ମପୁର,୨୮ା୩(ଅଶୋକ କୁମାର ସାହୁ): ନୟାଗଡ଼ ଜିଲା ଦଶପଲ୍ଲା ଥାନା ଅଧୀନ ଟାକେରା ପିଠାଖାଇ ଘାଟିରେ ଟୁରିଷ୍ଟ ବସ୍‌ ଦୁର୍ଘଟଣାରେ ମୃତକଙ୍କ ମଧ୍ୟରେ ବ୍ରହ୍ମପୁର ଧୋବାବନ୍ଧ ସାହିର ସୁମନ୍ତି…

ରୁଷିଆ ପାଇଁ ଆମେରିକାକୁ ଡ଼ରୁନାହିଁ ଇରାନ, ହଟିବାକୁ ନାରାଜ ମୋଜତାବା, ଆମେରିକା ପାଇଁ ବିପଦର ଘଣ୍ଟି!

ମସ୍କୋ/ତେହେରାନ,୨୮।୩: ବିଶ୍ୱ ରାଜନୀତିରେ ଏକ ନୂଆ ସମୀକରଣ ଦେଖିବାକୁ ମିଳିଛି। ପାଶ୍ଚାତ୍ୟ ଦେଶଗୁଡ଼ିକର କଠୋର ପ୍ରତିବନ୍ଧକ ସତ୍ତ୍ୱେ ରୁଷିଆ ଏବଂ ଇରାନ ମଧ୍ୟରେ ବନ୍ଧୁତା ଦିନକୁ ଦିନ…

ଆକ୍ସନରେ ପୋଲିସ: ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ସସ୍‌ପେଣ୍ଡ

ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଏସ୍‌ପି ଅଭିଳାଷ ଜିଙ୍କ ଏକ ବଡ଼ ସୂଚନା ଦେଇଛନ୍ତି। ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ପ୍ରେମଚାନ୍ଦ ନାଗଙ୍କୁ ସସ୍‌ପେଣ୍ଡ କରାଯାଇଥିବା ଏସ୍‌ପି ଶନିବାର…

ଭେଡେନ ଓକିଲ ସଂଘ: ଅଶ୍ବିନୀ ସଭାପତି ନିର୍ବାଚିତ

ଭେଡେନ,୨୮।୩(ହୃଷିକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଓକିଲ ସଂଘର ନିର୍ବାଚନ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅଶ୍ୱିନୀ କୁମାର ଦାଶ ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି ।…

ମାନସିକ ବିକୃତ ଯୁବତୀ ଗର୍ଭବତୀ ମାମଲା: ଶିକ୍ଷକଙ୍କ ପରେ ଆଉ ଜଣେ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ଗଞ୍ଜାମ,୨୮ା୩ (ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ହୁମା ଫାଣ୍ଡି ଅଞ୍ଚଳରେ ଜଣେ ମାନସିକ ବିକୃତ ଯୁବତୀ ଗର୍ଭବତୀ ହେବା ଘଟଣାରେ ଜଣେ ଶିକ୍ଷକ ଗିରଫ…

ମା’ ଠାକୁରାଣୀଙ୍କ ଚୈତ୍ର ଯାତ୍ରା

ଥୁଆମୂଳ ରାମପୁର, ୨୮ା୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ତାଲବନ୍ଦ ପଡ଼ାରେ ମା’ ଠାକୁରାଣୀଙ୍କ ଚୈତ୍ର ଯାତ୍ରା ବା ଘଣ୍ଟ ଯାତ୍ରାର…

କବାଡ଼ି ପ୍ରିମିୟର ଲିଗ୍‌ ସିଜନ-୨ ଆରମ୍ଭ

ନୂଆପଡ଼ା,୨୮ା୩(ମକାରୁ ବେମାଲ): ନୂଆପଡ଼ା କବାଡ଼ି ଖେଳାଳି ସଂଘ ପକ୍ଷରୁ ପୁରୁଷ ଓ ମହିଳା ବିଭାଗରେ କବାଡ଼ି ପ୍ରିମିୟର ଲିଗ ସିଜନ-୨ ଶୁକ୍ରବାର ସାରେ ଉଦ୍‌ଘାଟିତ ହୋଇଯାଇଛି। ଜିଲା…

ଖଳିଆପାଲି ଛକ ବୁଲାଣିରେ କେମିକାଲ ବୋଝେଇ ଟ୍ୟାଙ୍କର ଲିକେଜ, ଲୋକେ ଭୟଭୀତ…

ଜୁନାଗଡ଼,୨୮।୩(ସୁନୀଲ କୁମାର ସିଂହ)-କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ଖଳିଆପାଲି ଛକ ବୁଲାଣି ଠାରେ ଶନିବାର ସନ୍ଧ୍ୟାରେ ଏକ କେମିକାଲ ବୋଝେଇ ଟ୍ୟାଙ୍କରରୁ ହଟାତ ଗ୍ୟାସ ଲିକେଜ ହୋଇଥିଲା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri