୫ ଶ୍ରେଣୀକୁ ୨ ଶିକ୍ଷକ

ନିରାକାରପୁର,୨୪ା୨(ଡି.ଏନ୍‌.ଏ.): ଘରୋଇ ବିଦ୍ୟାଳୟରେ ଅଧ୍ୟୟନ କରୁଥିବା ଛାତ୍ରୀଛାତ୍ର କିପରି ସରକାରୀ ବିଦ୍ୟାଳୟ ପ୍ରତି ଆକୃଷ୍ଟ ହେବେ ସେନେଇ ସରକାରଙ୍କ ପକ୍ଷରୁ ବିଭିନ୍ନ ପଦକ୍ଷେପ ନିଆଯାଉଛି। ଏଥିସହ ୫-ଟି ଯୋଜନାରେ ସ୍କୁଲ ରୂପାନ୍ତରଣ କରାଯାଉଛି। ଏବେ ବି ବିଦ୍ୟାଳୟ ଭିତ୍ତିଭୂମି ଅଭାବ ରହିଥିବା ବେଳେ ଅନେକ ସ୍କୁଲରେ ଶିକ୍ଷକ ଓ ଅନ୍ୟ ପଦବୀ ଖାଲିପଡ଼ିଛି। ଶିକ୍ଷକ ପଦବୀ ପୂରଣ ପାଇଁ ଅଭିଭାବକ ଓ ସ୍ଥାନୀୟ ବାସିନ୍ଦାଙ୍କ ପକ୍ଷରୁ ବାରମ୍ବାର ଉପରିସ୍ଥ ବିଭାଗୀୟ ଅଧିକାରୀଙ୍କୁ ଅଭିଯୋଗ ହେଉଥିଲେ ମଧ୍ୟ ସୁଫଳ ମିଳୁନାହିଁ। ଏଭଳି ଦୃଶ୍ୟ ଖୋର୍ଦ୍ଧା ଜିଲା ଟାଙ୍ଗୀ ବ୍ଲକ୍‌ ନିରାକାରପୁର ପଞ୍ଚାୟତରେ ଥିବା ସରକାରୀ ପ୍ରାଥମିକ ବିଦ୍ୟାଳୟରେ ଦେଖିବାକୁ ମିଳିଛି।
ସୂଚନା ମୁତାବକ, ୧୯୩୦ ମସିହାରେ ଏହି ବିଦ୍ୟାଳୟ ସ୍ଥାପିତ ହୋଇଥିବା ବେଳେ ଏଠାରେ ପ୍ରଥମରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ରହିଛି। ପ୍ରଥମରେ ୨୫ଜଣ ଛାତ୍ରୀଛାତ୍ର ରହିଥିବା ବେଳେ ଦ୍ୱିତୀୟରେ ୧୪, ତୃତୀୟରେ ୨୦, ଚତୁର୍ଥରେ ୧୬ ଏବଂ ପଞ୍ଚମରେ ୨୩ଜଣ ଛାତ୍ରୀଛାତ୍ର ଅଧ୍ୟୟନ କରୁଛନ୍ତି। ତେବେ ଏଠାରେ ପ୍ରଥମରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ରହିଥିବା ବେଳେ ଶିକ୍ଷାଦାନ ପାଇଁ ୨ଜଣ ଶିକ୍ଷକ ରହିଛନ୍ତି। ଫଳରେ ବାର୍ଷିକ ସିଲାବସ୍‌ ଶେଷ ହୋଇପାରୁ ନ ଥିବା ଜଣାପଡ଼ିଛି। ଏନେଇ ଅଭିଭାବକମାନେ ଟାଙ୍ଗୀ ବ୍ଲକ ଶିକ୍ଷାଧିକାରୀଙ୍କ ନିକଟରେ ଲିଖିତ ଅଭିଯୋଗ କରିଥିବା ଜଣାପଡିଛି ା ଅନ୍ୟପକ୍ଷରେ ଏନେଇ ବିଦ୍ୟାଳୟ ପରିଚାଳନା କମିଟି ସଭାପତି ଡମ୍ବରୁଧର ପରିଡ଼ା କହିଛନ୍ତି, କିଛିଦିନ ପରେ ପିଲାମାନଙ୍କ ବାର୍ଷିକ ପରୀକ୍ଷା। ଶିକ୍ଷକଙ୍କ ଅଭାବ ଯୋଗୁ ସିଲାବସ୍‌ ସରିନାହିଁ। ଘଟଣା ସମ୍ପର୍କରେ ବିଭାଗୀୟ ଉପରିସ୍ଥ ଅଧିକାରୀଙ୍କୁ ଜଣାଇବା ପରେ ପଦକ୍ଷେପ ନିଆଯିବ ବୋଲି ସେ କହିଛନ୍ତି। ଏ ସମ୍ପର୍କରେ ଟାଙ୍ଗୀ ଶିକ୍ଷାଧିକାରୀଙ୍କୁ ଯୋଗାଯୋଗ କରାଯାଇଥିଲେ ମଧ୍ୟ ପ୍ରତିକ୍ରିୟା ମିଳିପାରି ନାହିଁ। ତେବେ ଏବିଇଓ ସାବିତ୍ରୀ ସାହୁ କୁହନ୍ତି, ଖୁବଶୀଘ୍ର ଏହି ସମସ୍ୟାର ସମାଧାନ ପାଇଁ ଉପରିସ୍ଥ ଅଧିକାରୀଙ୍କୁ ଅବଗତ କରାଇବି।


Enter your email to get our daily news in your inbox.

All Right Reserved By Dharitri.Com

IND vs WI: ତୃତୀୟ ଦିନିକିଆ ପୂର୍ବରୁ ବଡ଼ ଝଟ୍‌କା, ବାଦ୍ ପଡ଼ିଲେ ଷ୍ଟାର୍ ଅଲରାଉଣ୍ଡର, ମାରିଥିଲେ ଦମଦାର୍ ଶତକ!

ନୂଆଦିଲ୍ଲୀ,୨।୧୦: ଭାରତ ଏବଂ ୱେଷ୍ଟଇଣ୍ଡିଜ୍ ମଧ୍ୟରେ ଖେଳାଯାଉଥିବା ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ (ODI) ସିରିଜ୍‌ରେ ଭାରତୀୟ ଦଳ ୨-୦ ରେ ଅଗ୍ରଣୀ ସହ ସିରିଜ୍ କବ୍‌ଜା…

ତୁଳା ରାଶିରେ ଶୁକ୍ରଙ୍କ ଓଲଟା ଚାଲି: ଅକ୍ଟୋବର ୩ରୁ ଏହି ୫ଟି ରାଶିର ଲୋକଙ୍କୁ ରହିବାକୁ ପଡ଼ିବ ସାବଧାନ!

୨୦୨୬ ଅକ୍ଟୋବର ୩ ତାରିଖରୁ ଶୁକ୍ର ନିଜର ସ୍ୱରାଶି ତୁଳାରେ ବକ୍ରୀ ଅର୍ଥାତ୍ ଓଲଟା ଚାଲି ଚାଲିବାକୁ ଯାଉଛନ୍ତି। ଶୁକ୍ରଙ୍କର ଏହି ଚଳନ ହେତୁ ସମ୍ପର୍କ, ଭାଗୀଦାରୀ,…

SRHର ଅଧିନାୟକ ନିଷ୍ପତ୍ତିକୁ ନେଇ ଝଡ଼! କ୍ଷୁବ୍ଧ ଅଭିଷେକ ଶର୍ମା, ଛାଡ଼ିପାରନ୍ତି ଦଳ

ନୂଆଦିଲ୍ଲୀ,୨।୧୦: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ୨୦୨୭ ସଂସ୍କରଣ ପୂର୍ବରୁ ସନ୍‌ରାଇଜର୍ସ ହାଇଦ୍ରାବାଦ (SRH) ଶିବିରରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ,…

ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ କ୍ଲଷ୍ଟର ସ୍ତରୀୟ ‘ସୁରଭି’ ମହୋତ୍ସବ ଅନୁଷ୍ଠିତ

କଲ୍ୟାଣସିଂହପୁର, ୨/୧୦ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’…

ଚୋରାରେ କଟାଯାଇଥିବା ୪ ଶାଳ ଗଛର ଗଣ୍ଡି ଜବତ

ପାଟଣା, ୨।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ ପାଟଣା ସେକ୍ସନର ମଲ୍ଲିପୋଷି ବିଟ୍‌ ଅଧୀନ ନୂଆପଡ଼ା ଗ୍ରାମ ହୁଡ଼ିରୁ ଚୋରାରେ କଟାଯାଇ…

କଙ୍କାଳ ଜବତ, ନିଖୋଜ ମହିଳାଙ୍କ କଙ୍କାଳ ବୋଲି ଅନୁମାନ

ରିଆମାଳ,୨|୧୦(ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ଥାନା ଗୁଣ୍ଡିଆପାଲି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ସାନଡଙ୍ଗାଘାଟର ମୁଣ୍ଡା ସାହି ଗୋହିରା ନାଳ ପାଖରୁ ରିଆମାଳ ଥାନା ପୁଲିସ ଏକ…

ଅନ୍ତରବା ଛକରେ ଦୁର୍ଘଟଣା, ୩ ଗୁରୁତର, ୨ ଆହତ

ମୋହନା, ୨।୧୦ (ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତରବା ଛକରେ ଗୁରୁବାର ଏକ ସଡ଼କ ଦୁର୍ଘଟଣା ଘଟି ୩ ଜଣ ଗୁରୁତର ଓ ୨…

ଭାରତ-ପାକିସ୍ତାନ ମହାମୁକାବିଲା: ଓପନର ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ବଢ଼ିଲା ଚିନ୍ତା, ସାମ୍ନାକୁ ଆସିଲା…

ନୂଆଦିଲ୍ଲୀ,୨।୧୦: ଏସିଆନ୍ ଗେମ୍ସ କ୍ରିକେଟ୍ ପ୍ରତିଯୋଗିତାର ଫାଇନାଲ୍‌ରେ ଆସନ୍ତା ଅକ୍ଟୋବର ୩ ତାରିଖରେ ଭାରତ ଓ ପାକିସ୍ତାନ ମୁହାଁମୁହିଁ ହେବାକୁ ଯାଉଛନ୍ତି। ଏହି ହାଇ-ଭୋଲ୍ଟେଜ୍ ସ୍ୱର୍ଣ୍ଣ ପଦକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?