୫ ଶ୍ରେଣୀକୁ ୨ ଶିକ୍ଷକ

ନିରାକାରପୁର,୨୪ା୨(ଡି.ଏନ୍‌.ଏ.): ଘରୋଇ ବିଦ୍ୟାଳୟରେ ଅଧ୍ୟୟନ କରୁଥିବା ଛାତ୍ରୀଛାତ୍ର କିପରି ସରକାରୀ ବିଦ୍ୟାଳୟ ପ୍ରତି ଆକୃଷ୍ଟ ହେବେ ସେନେଇ ସରକାରଙ୍କ ପକ୍ଷରୁ ବିଭିନ୍ନ ପଦକ୍ଷେପ ନିଆଯାଉଛି। ଏଥିସହ ୫-ଟି ଯୋଜନାରେ ସ୍କୁଲ ରୂପାନ୍ତରଣ କରାଯାଉଛି। ଏବେ ବି ବିଦ୍ୟାଳୟ ଭିତ୍ତିଭୂମି ଅଭାବ ରହିଥିବା ବେଳେ ଅନେକ ସ୍କୁଲରେ ଶିକ୍ଷକ ଓ ଅନ୍ୟ ପଦବୀ ଖାଲିପଡ଼ିଛି। ଶିକ୍ଷକ ପଦବୀ ପୂରଣ ପାଇଁ ଅଭିଭାବକ ଓ ସ୍ଥାନୀୟ ବାସିନ୍ଦାଙ୍କ ପକ୍ଷରୁ ବାରମ୍ବାର ଉପରିସ୍ଥ ବିଭାଗୀୟ ଅଧିକାରୀଙ୍କୁ ଅଭିଯୋଗ ହେଉଥିଲେ ମଧ୍ୟ ସୁଫଳ ମିଳୁନାହିଁ। ଏଭଳି ଦୃଶ୍ୟ ଖୋର୍ଦ୍ଧା ଜିଲା ଟାଙ୍ଗୀ ବ୍ଲକ୍‌ ନିରାକାରପୁର ପଞ୍ଚାୟତରେ ଥିବା ସରକାରୀ ପ୍ରାଥମିକ ବିଦ୍ୟାଳୟରେ ଦେଖିବାକୁ ମିଳିଛି।
ସୂଚନା ମୁତାବକ, ୧୯୩୦ ମସିହାରେ ଏହି ବିଦ୍ୟାଳୟ ସ୍ଥାପିତ ହୋଇଥିବା ବେଳେ ଏଠାରେ ପ୍ରଥମରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ରହିଛି। ପ୍ରଥମରେ ୨୫ଜଣ ଛାତ୍ରୀଛାତ୍ର ରହିଥିବା ବେଳେ ଦ୍ୱିତୀୟରେ ୧୪, ତୃତୀୟରେ ୨୦, ଚତୁର୍ଥରେ ୧୬ ଏବଂ ପଞ୍ଚମରେ ୨୩ଜଣ ଛାତ୍ରୀଛାତ୍ର ଅଧ୍ୟୟନ କରୁଛନ୍ତି। ତେବେ ଏଠାରେ ପ୍ରଥମରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ରହିଥିବା ବେଳେ ଶିକ୍ଷାଦାନ ପାଇଁ ୨ଜଣ ଶିକ୍ଷକ ରହିଛନ୍ତି। ଫଳରେ ବାର୍ଷିକ ସିଲାବସ୍‌ ଶେଷ ହୋଇପାରୁ ନ ଥିବା ଜଣାପଡ଼ିଛି। ଏନେଇ ଅଭିଭାବକମାନେ ଟାଙ୍ଗୀ ବ୍ଲକ ଶିକ୍ଷାଧିକାରୀଙ୍କ ନିକଟରେ ଲିଖିତ ଅଭିଯୋଗ କରିଥିବା ଜଣାପଡିଛି ା ଅନ୍ୟପକ୍ଷରେ ଏନେଇ ବିଦ୍ୟାଳୟ ପରିଚାଳନା କମିଟି ସଭାପତି ଡମ୍ବରୁଧର ପରିଡ଼ା କହିଛନ୍ତି, କିଛିଦିନ ପରେ ପିଲାମାନଙ୍କ ବାର୍ଷିକ ପରୀକ୍ଷା। ଶିକ୍ଷକଙ୍କ ଅଭାବ ଯୋଗୁ ସିଲାବସ୍‌ ସରିନାହିଁ। ଘଟଣା ସମ୍ପର୍କରେ ବିଭାଗୀୟ ଉପରିସ୍ଥ ଅଧିକାରୀଙ୍କୁ ଜଣାଇବା ପରେ ପଦକ୍ଷେପ ନିଆଯିବ ବୋଲି ସେ କହିଛନ୍ତି। ଏ ସମ୍ପର୍କରେ ଟାଙ୍ଗୀ ଶିକ୍ଷାଧିକାରୀଙ୍କୁ ଯୋଗାଯୋଗ କରାଯାଇଥିଲେ ମଧ୍ୟ ପ୍ରତିକ୍ରିୟା ମିଳିପାରି ନାହିଁ। ତେବେ ଏବିଇଓ ସାବିତ୍ରୀ ସାହୁ କୁହନ୍ତି, ଖୁବଶୀଘ୍ର ଏହି ସମସ୍ୟାର ସମାଧାନ ପାଇଁ ଉପରିସ୍ଥ ଅଧିକାରୀଙ୍କୁ ଅବଗତ କରାଇବି।


Enter your email to get our daily news in your inbox.

All Right Reserved By Dharitri.Com

୨୯ ଓଭର ହେଡ୍‌ ଟାଙ୍କି, ଲୋକଙ୍କୁ ପାଣି ମୁନ୍ଦେ ମିଳୁନି

ମାର୍ଶାଘାଇ,୨୪ା୪ (ଶୁଭେନ୍ଦୁ ପ୍ରସାଦ ଚୌଧୁରୀ):କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ବ୍ଲକ ଅଞ୍ଚଳରେ ପାନୀୟ ଜଳ ସମସ୍ୟାକୁ ନେଇ ଲୋକେ ତ୍ରାହି ତ୍ରାହି ଡାକିଲେଣି। ପ୍ରଚଣ୍ଡ ରୌଦ୍ରତାପ ସାଙ୍ଗକୁ...

ଋ଼ଣ ଖିଲାପ ପରେ ଘର ଅଧିଗ୍ରହଣ କଲା ବ୍ୟାଙ୍କ

ପାରାଦୀପ,୨୪।୪(ଶରତ ରାଉତ):ପାରାଦୀପ ଲକ୍‌ ଥାନା ଅନ୍ତର୍ଗତ ଗଡ଼ଠାରେ ମଙ୍ଗଳବାର ଏକ କୋଠାଘରକୁ ବ୍ୟାଙ୍କ କର୍ତ୍ତୃପକ୍ଷ ନିଜ ହେପାଜତକୁ ନେଇଛନ୍ତି। ଉକ୍ତ ଘର ପାଇଁ ନିଆଯାଇଥିବା ଋ଼ଣ...

ଶୁଖିଲାଣି ଜଳାଶୟ, ଉତ୍କଟ ଜଳ ସଙ୍କଟ

ଜଗତ୍‌ସିଂହପୁର, ୨୩ା୪ (ପ୍ରମୋଦ କୁମାର ନାୟକ):ପ୍ରବଳ ଗ୍ରୀଷ୍ମପ୍ରବାହ ଯୋଗୁ ଜଗତ୍‌ସିଂହପୁର ସହରରେ ଜଳସଙ୍କଟ ସୃଷ୍ଟି ହୋଇଛି। ଗଡିଆ, ପୋଖରୀଗୁଡିକ ଶୁଖିଯିବା ସହ ଭୂତଳ ଜଳସ୍ତର ହ୍ରାସ...

ବିଜେଡି, ଭାଜପାରେ ଗୋଷ୍ଠୀ କନ୍ଦଳ

ପଟ୍ଟାମୁଣ୍ଡାଇ,୨୪ା୪ (କଳ୍ପତରୁ ନାୟକ):କେନ୍ଦ୍ରାପଡ଼ା ଜିଲା ରାଜନଗର ବିଧାନସଭା ଆସନ ସବୁବେଳେ ରାଜ୍ୟ ରାଜନୀତିରେ ସମ୍ବେଦନଶୀଳ ଓ ଗୁରୁତ୍ୱପୂର୍ଣ୍ଣ ହୋଇଆସିଛି। ସବୁଥର ଏହି ଆସନରେ ବିଜେଡି ଓ...

ବିଜେଡି ଛାଡ଼ିଲେ ବରିଷ୍ଠ ନେତା ଭକ୍ତିପ୍ରସାଦ

ଅନୁଗୋଳ,୨୪।୪ (ଅମିତ କୁମାର ସାମଲ):ଅନୁଗୋଳ ଜିଲାର ବରିଷ୍ଠ ନେତା ଭକ୍ତି ପ୍ରସାଦ ଦାସ ମଙ୍ଗଳବାର ବିଜୁ ଜନତା ଦଳରୁ ଇସ୍ତଫା ଦେଇଛନ୍ତି। ଦଳରେ ତାଙ୍କୁ ଅଣଦେଖା...

ରଣେନ୍ଦ୍ରଙ୍କ ଭାଇରାଲ ଭିଡିଓକୁ ନେଇ ହଇଚଇ

ନିମାପଡ଼ା,୨୪ା୪(ରଞ୍ଜନ ପଟ୍ଟନାୟକ):ପୁରୀ ଜିଲା ବିଜେଡି ପର୍ଯ୍ୟବେକ୍ଷକ ରଣେନ୍ଦ୍ର ପ୍ରତାପ ସ୍ବାଇଁଙ୍କ ଭାଇରାଲ ଭିଡିଓକୁ ନେଇ ଏବେ ନିମାପଡ଼ା ବିଧାନସଭା ନିର୍ବାଚନମଣ୍ଡଳୀରେ ହଟଚମଟ ସୃଷ୍ଟି ହୋଇଛି। ସମ୍ପ୍ରତି...

ପଦପଦବୀ ଅପେକ୍ଷା ସମ୍ମାନ, ବିଶ୍ୱାସ ବଡ଼

ଖୋର୍ଦ୍ଧା,୨୪ା୪(ପ୍ରଭାତ ପାଣିଗ୍ରାହୀ): ପାଖେଇ ଆସୁଛି ସାଧାରଣ ନିର୍ବାଚନ। ଭୁବନେଶ୍ୱର ଲୋକ ସଭା ଆସନ ପାଇଁ ବିଜେଡି ମନ୍ମଥ ରାଉତରାୟ, ଭାଜପା ଅପରାଜିତା ଷଡ଼ଙ୍ଗୀ ଏବଂ କଂଗ୍ରେସ...

ଡବଲ ଇଞ୍ଜିନ ସରକାର କରିବାକୁ ଧର୍ମେନ୍ଦ୍ରଙ୍କ ଆହ୍ବାନ

ଝାରସୁଗୁଡ଼ା,୨୪ା୪ (ସଞ୍ଜୟ ମାଲି):ଝାରସୁଗୁଡା ଜିଲା ଲଇକେରା ବ୍ଲକରେ ମଙ୍ଗଳବାର ଭାଜପା ପକ୍ଷରୁ ଏକ ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଥିଲା। ଏଥିରେ ଲଇକେରା ବିଜେଡି ମହିଳା ନେତ୍ରୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri