Posted inଜାତୀୟ

୨ ଆତଙ୍କବାଦୀ ଗିରଫ, ୩ ହ୍ୟାଣ୍ଡ ଗ୍ରେନେଡ ସହିତ ଏକ ଲକ୍ଷ ଟଙ୍କା ଜବତ…

ଅମୃତସର,୧୭।୧୧ : ଅମୃତସର ପୋଲିସ ଆତଙ୍କବାଦୀ ନେଟୱାର୍କର ଦୁଇ ଆତଙ୍କବାଦୀଙ୍କୁ ଗିରଫ କରିଛି। ପୋଲିସ ସେମାନଙ୍କ ପାଖରୁ ତିନୋଟି ହ୍ୟାଣ୍ଡ ଗ୍ରେନେଡ, ଏକ ଲକ୍ଷ ଟଙ୍କା ଏବଂ ଗୋଟିଏ କାର ଜବତ କରିଛି। ତେବେ ଘଟଣାର ଗମ୍ଭୀରତାକୁ ଦୃଷ୍ଟିରେ ରଖି ବରିଷ୍ଠ ପୋଲିସ ଅଧିକାରୀ କିଛି ପ୍ରକାଶ କରିବାକୁ ପ୍ରସ୍ତୁତ ନୁହଁନ୍ତି। ଖୁବ ଶୀଘ୍ର ଡିଜିପି ଗୌରବ ଯାଦବ ଚଣ୍ଡିଗଡ଼ରେ ଏନେଇ ଏକ ଗଣମାଧ୍ୟମ ସମ୍ମିଳନୀ କରିପାରିବେ।

ଗିରଫ ଆତଙ୍କବାଦୀମାନେ ଫେରୋଜପୁର ଜିଲାର ବାରକେ ଗ୍ରାମର ପ୍ରକାଶ ସିଂ ଛଦ୍ମନାମ ମିଣ୍ଟୁ ଏବଂ ଫେରୋଜେପୁରର ସାଦର ପୋଲିସ ଷ୍ଟେଶନ ଅନ୍ତର୍ଗତ ଆଲିକେ ଗାଁର ବାସିନ୍ଦା ଅଙ୍ଗ୍ରେଜୀ ସିଂ ଛଦ୍ମନାମ ଗେଜା ବୋଲି ଜଣାପଡିଛି। ପୋଲିସକୁ ଗୁପ୍ତସୂଚନା ମିଳିଥିଲା ଯେ ଆତଙ୍କବଦାଦୀମାନେ ପଠାନକୋଟରୁ ଅମୃତସର ଆଡକୁ ଏକ କାରରେ ଆସୁଛନ୍ତି। ଗୁରୁବାର ସକାଳେ ମକବୁଲପୁରା ଅଞ୍ଚଳରେ ଅବରୋଧ କରି ପୋଲିସ ଗାଡି ଯାଞ୍ଚ ଆରମ୍ଭ କରିଥିଲା।

ଏହି ସମୟରେ ପଠାନକୋଟରୁ ଆସୁଥିବା ଏକ କାରକୁ ଅଟକାଇ ତଲାସୀ କରାଯାଇଥିଲା ଏବଂ କାରରୁ ତିନୋଟି ହ୍ୟାଣ୍ଡ ଗ୍ରେନେଡ ଜବତ କରାଯାଇଥିଲା। ଏହା ବ୍ୟତୀତ ପୋଲିସ ସନ୍ଦିଗ୍ଧଙ୍କ ନିକଟରୁ ଏକ ଲକ୍ଷ ଟଙ୍କା ଜବତ କରିଛି। ପୋଲିସ ସନ୍ଦେହ କରୁଛି ଯେ ଅଭିଯୁକ୍ତମାନେ ଏହି ଗ୍ରେନେଡକୁ ଜମ୍ମୁ-କଶ୍ମୀରର କିଛି ଆତଙ୍କବାଦୀ ସଂଗଠନରୁ ଆଣିଛନ୍ତି। ଉଭୟଙ୍କୁ ଗିରଫ କରିବା ପରେ ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ସରକାରଙ୍କ ବଡ଼ ଘୋଷଣା: ଏଣିକି ୩ୟ ସନ୍ତାନ ହେଲେ ମିଳିବ ୩୦ ହଜାର, ୪ର୍ଥରେ ୪୦ ହଜାର ଟଙ୍କା

ଅମରାବତି,୧୬।୫: ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଏନ୍‌. ଚନ୍ଦ୍ରବାବୁ ନାଇଡୁ ଶନିବାର ଏକ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ କ୍ରମାଗତ ଭାବେ ହ୍ରାସ ପାଉଥିବା ଜନସଂଖ୍ୟାକୁ ରୋକିବା ପାଇଁ ସରକାର…

ବଚସାରୁ ଯୁବକଙ୍କୁ ଓଭରବ୍ରିଜ୍‌ ଉପରୁ ତଳକୁ ଠେଲିଦେଲେ ଦୁର୍ବୃତ୍ତ

ଗୋପାଳପୁର, ୧୬ା୫(ନବୀନ ରାଜ ଆଚାରୀ)- ବ୍ରହ୍ମପୁର ପୋଲିସ ଜିଲା ଗତ କିଛି ମାସ ହେଲା ଅଶାନ୍ତ ହୋଇପଡିଛି। ପ୍ରତ୍ୟହ କିଛି ନା କିଛି ଅପରାଧମୂଳକ ଘଟଣା ଘଟି…

‘ଧର୍ମେନ୍ଦ୍ର ପ୍ରଧାନଙ୍କୁ ତୁରନ୍ତ ବହିଷ୍କାର କରାଯାଉ’

ନୂଆଦିଲ୍ଲୀ,୧୬।୫: ଲୋକ ସଭାରେ ବିରୋଧୀ ଦଳ ନେତା ତଥା କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ଶନିବାର ନିଟ (NEET) ପେପର ଲିକ୍‌ ମାମଲାକୁ ନେଇ ପ୍ରଧାନମନ୍ତ୍ରୀ…

ଆନ୍ଧ୍ର ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଚତୁର୍ଥ ସନ୍ତାନ ପାଇଁ ୪୦ ହଜାର

ବିଜୟଓ୍ବାଡ଼ା,୧୬ା୫: ଆନ୍ଧ୍ରପ୍ରଦେଶରେ ତୃତୀୟ ସନ୍ତାନ ଜନ୍ମ ପାଇଁ ୩୦ ହଜାର ଟଙ୍କା ଆର୍ଥତ୍କ ପ୍ରୋତ୍ସାହନ ମିଳିବାକୁ ଥିବାବେଳେ ଚତୁର୍ଥ ସନ୍ତାନ ଜନ୍ମ ହେଲେ ୪୦ ହଜାର ଟଙ୍କା…

ସୁନା ପରେ ଏବେ ରୁପା! ସରକାର ଲଗାଇଲେ ବଡ଼ କଟକଣା, ଏଣିକି ଆଉ…

ନୂଆଦିଲ୍ଲୀ,୧୬।୫: ରୁପା ଆମଦାନୀକୁ ନେଇ କେନ୍ଦ୍ର ସରକାର ଲଗାଇଛନ୍ତି କଟକଣା। ସରକାର ଏହାର ଅନେକ ଶ୍ରେଣୀ କୁ ମୁକ୍ତ ତାଲିକା (Free List)ରୁ ହଟାଇ ପ୍ରତିବନ୍ଧିତ ତାଲିକା…

ସିବିଏସ୍‌ଇ କଲା ବଡ଼ ପରିବର୍ତ୍ତନ: ୩ ଭାଷା ବାଧ୍ୟତାମୂଳକ

ନୂଆଦିଲ୍ଲୀ,୧୬ା୫: କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍‌ଇ) ପକ୍ଷରୁ ନବମ ଏବଂ ଦଶମ ଶ୍ରେଣୀ ପାଇଁ ଏକ ବଡ଼ ପରିବର୍ତ୍ତନ କରାଯାଇଛି। ଜାରି ହୋଇଥିବା ସର୍କୁଲାର ଅନୁଯାୟୀ…

ବଡ଼ ଭାଇଙ୍କ ସହ ଘରକୁ ଫେରୁଥିଲେ, ହଠାତ ହେଲା ବଜ୍ରପାତ; ଚାଲିଗଲା…

ଥୁଆମୂଳ ରାମପୁର, ୧୬ା୫ (ଦୁର୍ଗା କୀର୍ତ୍ତି): ଭାଇକୁ ଖୋଜି ବଡ଼ ଭାଇଙ୍କ ସହ ଘରକୁ ଫେରିବା ସାଜିଲା କାଳ। କାଳବୈଶାଖୀ ଜନିତ ପ୍ରବଳ ପବନ ଓ ବର୍ଷା…

ଭବାନୀପାଟଣାରେ କାଳବୈଶାଖୀ କୁଆପଥର ବର୍ଷା,କାର ଉପରେ ପଡ଼ିଲା ଗଛ

ଭବାନୀପାଟଣା,୧୬।୫(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଭବାନୀପାଟଣା ସହରରେ ଶନିବାର ଅପରାହ୍ନରେ କାଳବୈଶାଖୀ ହୋଇଥିଲା। ଏହାର ପ୍ରଭାବରେ ଜୋରରେ ପବନ ବୋହିବା ସହ କୁଆପଥର ବର୍ଷା ହୋଇଥିଲା। ପଵନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri