Odisha Elections 2024
Posted inଜାତୀୟ

୨ ଆତଙ୍କବାଦୀ ନିହତ

ଶ୍ରୀନଗର,୨୧।୮: ଜମ୍ମୁ କଶ୍ମୀରର ପୁଲୱାମା ଲାଏରୋ-ପ୍ୟାରିଗାମ ଅଞ୍ଚଳରେ ସୁରକ୍ଷା ବାହିନୀକୁ ସଫଳତା ମିଳିଛି। ଏଠାରେ ମିଳିତ ଅପରେଶନରେ ଦୁଇ ଆତଙ୍କବାଦୀ ନିହତ ହୋଇଛନ୍ତି। କଶ୍ମୀର ଜୋନ ପୋଲିସ ଏକ୍ସ (ଟୁଇଟର୍‌) ରେ ପୋଷ୍ଟ କରି ଏହି ସୂଚନା ଦେଇଛି।
ଏହାପୂର୍ବରୁ ଅଗଷ୍ଟ ୧୮ରେ ଉତ୍ତର କଶ୍ମୀରର କୁପୱାରାରେ ସୁରକ୍ଷା ବାହିନୀ ଏକ ବଡ଼ ସଫଳତା ପାଇଥିଲା। ଏଠାରେ ସର୍ଚ୍ଚ ଅପରେଶନ ବେଳେ ସୁରକ୍ଷା ବାହିନୀ ଏକ ବଡ଼ ଧରଣର ଅସ୍ତ୍ରଶସ୍ତ୍ର ଜବତ କରିଥିଲେ। ଗୁପ୍ତଚର ଏଜେନ୍ସିରୁ ପ୍ରାପ୍ତ ଇନପୁଟ ଉପରେ କାର୍ଯ୍ୟ କରି ସେନା, ବିଏସଏଫ ଏବଂ ପୋଲିସର ମିଳିତ ଟିମ କୁପୱାରାର ମାଖିଲ ସେକ୍ଟରରେ ୧୫ ରୁ ୧୮ ଅଗଷ୍ଟ ମଧ୍ୟରେ ଏକ ବ୍ୟାପକ ସର୍ଚ୍ଚ ଅପରେସନ ଆରମ୍ଭ କରିଥିଲେ।
ସର୍ଚ୍ଚ ଅପରେସନ ସମୟରେ ଏକ ବିରାଟ ବ୍ୟାଗ୍‌ ଜବତ କରାଯାଇଛି। ଏଥିରେ ୫ଟି ଏକେ ରାଇଫଲ, ୭ଟି ପିସ୍ତଲ, ୫ଟି ହ୍ୟାଣ୍ଡ ଗ୍ରେନେଡ ଏବଂ ଅନ୍ୟାନ୍ୟ ସାମଗ୍ରୀ ଉଦ୍ଧାର କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନ ରାଷ୍ଟ୍ରପତିଙ୍କ ବିୟୋଗରେ ମଙ୍ଗଳବାର ଦିନିକିଆ ରାଷ୍ଟ୍ରୀୟ ଶୋକ ପାଳିବ ଭାରତ

ନୂଆଦିଲ୍ଲୀ,୨୦।୫: ହେଲିକପ୍ଟର ଦୁର୍ଘଟଣାରେ ଇରାନର ରାଷ୍ଟ୍ରପତି ଇବ୍ରାହିମ ରାଇସି ଏବଂ ବୈଦେଶିକ ମନ୍ତ୍ରୀଙ୍କ ମୃତ୍ୟୁ ପରେ ଇରାନରେ ୫ ଦିନିଆ ରାଷ୍ଟ୍ରୀୟ ଶୋକ ପାଳନ କରାଯିବାକୁ...

ପତ୍ନୀ ସୁନୀତାଙ୍କ ସହ କେଜ୍‌ରିଓ୍ବାଲଙ୍କ ପ୍ରଥମ ରୋଡ ଶୋ’, କହିଲେ ମୋଦି ଜୀ…

ନୂଆଦିଲ୍ଲୀ,୨୦।୫: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲ ସୋମବାର ପତ୍ନୀ ସୁନୀତା କେଜ୍‌ରିଓ୍ବାଲଙ୍କ ସହ ଏକ ରୋଡ ଶୋ’ କରିଛନ୍ତି। ଏହି ସମୟରେ ସେ କହିଛନ୍ତି, ଭଲ...

ଭୋଟ୍‌ ବର୍ଜନ କରିଥିବା ଭୋଟରଙ୍କୁ ବୁଝାଇବାକୁ ରାଏବରେଲି ଯାଇଥିଲେ ରାହୁଲ, ଶୁଭିଲା ଜୟ ଶ୍ରୀ ରାମ ନାରା, ଆଉ ତା’ପରେ…

ନୂଆଦିଲ୍ଲୀ,୨୦।୫: ସୋମବାର ଲୋକ ସଭା ନିର୍ବାଚନ ୨୦୨୪ର ପଞ୍ଚମ ପର୍ଯ୍ୟାୟ ପାଇଁ ମତଦାନ ହୋଇଛି। ଏହି ସମୟରେ ଉତ୍ତରପ୍ରଦେଶର ହଟ ସିଟ ରାଏବରେଲିରେ ଏକ ଗାଁର...

ଯେଉଁ ମନ୍ଦିରକୁ ଯାଉଛନ୍ତି କଙ୍ଗନା, ସେହି ମନ୍ଦିରକୁ ସଫା କରିବା ଜରୁରୀ, ବିକ୍ରମାଦିତ୍ୟ ସିଂଙ୍କ ବିବାଦୀୟ ବୟାନ

ମଣ୍ଡି,୨୦।୫: ହିମାଚଳ ପ୍ରଦେଶର ମଣ୍ଡି ସଂସଦୀୟ ଆସନରୁ କଂଗ୍ରେସ ପ୍ରାର୍ଥୀ ବିକ୍ରମାଦିତ୍ୟ ସିଂ ଭାଜପା ପ୍ରାର୍ଥୀ କଙ୍ଗନା ରାଣାଓ୍ବତଙ୍କୁ ଟାର୍ଗେଟ କରିଛନ୍ତି। ଦେବ ସମାଜ ବିଷୟରେ...

୨୦ ଫୁଟ୍‌ ଖାଲକୁ ଖସିଲା ପିକ୍‌ଅପ୍‌:୧୭ ମୃତ

ରାୟପୁର,୨୦।୫: ଛତିଶଗଡର କାୱାର୍ଡା ଜିଲାର କୁକଦୁରରେ ସୋମବାର ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏଠାରେ ଏକ ପିକଅପ ଗାଡି ୨୦ ଫୁଟ୍‌ ଖାଇକୁ ଓଲଟି ପଡ଼ିବାରୁ...

ଅହମଦାବାଦ ବିମାନ ବନ୍ଦରରେ ବଡ ଆକ୍ସନ, ଧରାହେଲେ ଇସଲାମିକ ଷ୍ଟେଟର ୪ ଆତଙ୍କବାଦୀ

ଅହମଦାବାଦ,୨୦।୫: ଗୁଜୁରାଟର ଅହମଦାବାଦରେ ଇସଲାମିକ ଷ୍ଟେଟର ୪ ଆତଙ୍କବାଦୀ ଧରାପଡିଛନ୍ତି। ଗୁଜୁରାଟ ଏଟିଏସ ଅହମଦାବାଦ ବିମାନବନ୍ଦରରୁ ସମସ୍ତ ୪ ଆତଙ୍କବାଦୀଙ୍କୁ ଗିରଫ କରିଛି। ଏହି ଆତଙ୍କବାଦୀଙ୍କ...

ଯଦି ଆପଣ କୋଭାକ୍ସିନ ନେଇଛନ୍ତି, ତେବେ ଭୟ କରିବାର ଆବଶ୍ୟକତା ନାହିଁ

ନୂଆଦିଲ୍ଲୀ,୨୦।୫: ନିକଟରେ କରୋନା ଟିକା ସମ୍ବନ୍ଧରେ ଅନେକ ଭୟାନକ ଦାବି ସାମ୍ନାକୁ ଆସିଛି। ବର୍ତ୍ତମାନ ଆଇସିଏମଆର ଏହି ଦାବିକୁ ଭୁଲ ବୋଲି କହିଛି। କୋଭାକ୍ସିନର ପାର୍ଶ୍ୱ...

ଏଥର ଭବିଷ୍ୟବାଣୀ ପୂରଣ ନ ହେଲେ ମୁହଁରେ ଗୋବର ବୋଳିବାକୁ ପ୍ରସ୍ତୁତ ପ୍ରଶାନ୍ତ କିଶୋର

ନୂଆଦିଲ୍ଲୀ,୨୦।୫: ଲୋକ ସଭା ନିର୍ବାଚନ ୨୦୨୪ ଏବଂ ଆନ୍ଧ୍ରପ୍ରଦେଶ ବିଧାନସଭା ନିର୍ବାଚନର ଫଳାଫଳକୁ ନେଇ ରାଜନୈତିକ ରଣନୀତିଜ୍ଞ ବା ରାଜନୀତିର ଚାଣକ୍ୟ କୁହାଯାଉଥିବା ପ୍ରଶାନ୍ତ କିଶୋର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri