Posted inଜାତୀୟ

ବାଲାକୋଟ ସେକ୍ଟରରେ ଭାରତୀୟ ସେନାକୁ ସଫଳତା: ୨ ଆତଙ୍କବାଦୀ ନିହତ

ବାଲାକୋଟ,୮।୧: ଜମ୍ମୁ-କଶ୍ମୀରର ମେହେନ୍ଦରର ବାଲାକୋଟ ସେକ୍ଟରରେ ଭାରତୀୟ ସେନାକୁ ବଡ଼ ସଫଳତା ମିଳିଛି। ସୁରକ୍ଷାକର୍ମୀଙ୍କ ଗୁଳିମାଡରେ ୨ ଆତଙ୍କବାଦୀ ନିହତ ହୋଇଛନ୍ତି। ସେନା ପକ୍ଷରୁ ଅଞ୍ଚଳରେ ସର୍ଚ୍ଚ ଅପରେଶନ ଜାରି ରହିଛି।

ନିହତ ଆତଙ୍କବାଦୀମାନେ ଧନଗରୀ ଗ୍ରାମରେ ଘଟିଥିବା ଦୁଇଟି ଆତଙ୍କବାଦୀ ଆକ୍ରମଣରେ ଜଡ଼ିତ ଥିଲେ। ସେମାନଙ୍କ ଆକ୍ରମଣରେ ଦୁଇ ଦିନ ମଧ୍ୟରେ ଶିଶୁ ସମେତ ୭ଜଣ ସାଧାରଣ ନାଗରିକଙ୍କ ମୃତ୍ୟୁ ଘଟିଥିଲା। ସେମାନଙ୍କୁ ଧରିବା ଲାଗି ଭାରତୀୟ ସେନା ପକ୍ଷରୁ ଅଭିଯାନକୁ ଜୋରଦାର କରାଯାଇଥିଲା। ଏହି କ୍ରମରେ ଆତଙ୍କବାଦୀଙ୍କ ସହ ଏନକାଉଣ୍ଟର ହୋଇଥିଲା, ଯେଉଁଥିରେ ୨ ଆତଙ୍କବାଦୀ ନିହତ ହୋଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଇଲେକ୍ଟ୍ରିସିଆନକୁ ଭଲ ପାଉଥିଲେ ନାବାଳିକା, ରାଗିଯାଇ ଝିଅର ଗଳା କାଟିଦେଲେ ବାପା

ବେଙ୍ଗାଲୁରୁ,୧୮।୫: ବେଙ୍ଗାଲୁରୁରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଝିଅର ପ୍ରେମକୁ ସହିନପାରି ହତ୍ୟା କଲେ ବାପା । ଘଟଣାଟି ଆଶ୍ଚର୍ଯ୍ୟ ଲାଗିଲେ ମଧ୍ୟ ସତ…

ପ୍ରଦୂଷଣ ଓ ଜଳବାୟୁ ପରିବର୍ତ୍ତନ

ବର୍ତ୍ତମାନ ପ୍ରଦୂଷଣ ସମଗ୍ର ବିଶ୍ୱରେ ଚିନ୍ତାର କାରଣ ପାଲଟିଛି। ଏହା ଏବେ ଏଭଳି ଆକାର ଧାରଣ କରିଛି ଯେ ତାହାଦ୍ୱାରା ଜଳବାୟୁ ପ୍ରଭାବିତ ହେଉଛି। କେବଳ ସେତିକି…

୬ ମାସରେ ଭାଙ୍ଗିଯିବ TVK ସରକାର, ଷ୍ଟାଲିନ ପୁଣି ହେବେ ମୁଖ୍ୟମନ୍ତ୍ରୀ! ଜାଣନ୍ତୁ କିଏ କରିଛନ୍ତି ଏମିତି ଭବିଷ୍ୟବାଣୀ

ଚେନ୍ନାଇ,୧୮।୫: ତାମିଲନାଡୁରେ ବିଜୟଙ୍କ ସରକାର ସମ୍ପର୍କରେ ଏକ ବଡ଼ ଭବିଷ୍ୟବାଣୀ କରାଯାଇଛି। ଡିଏମକେ ଦାବି କରିଛି ଯେ ଥାଲାପତି ବିଜୟଙ୍କ ଟିଭିକେ ସରକାର ଛଅ ମାସ ମଧ୍ୟ…

ତେଲକୁ ନେଇ ମୋଦିଙ୍କ ଅପିଲ, ହାଇକୋର୍ଟକୁ ସାଇକେଲରେ ଆସିଲେ ବିଚାରପତି

କଟକ,୧୮।୫(ପ୍ରଭୁକଲ୍ୟାଣ ପାଲ୍): ହାଇକୋର୍ଟକୁ ସାଇକେଲରେ ଆସିଲେ ବିଚାରପତି। ହାଇକୋର୍ଟର ବିଚାରପତି ଜଷ୍ଟିସ ସାବିତ୍ରୀ ରଥ, ଜଷ୍ଟିସ ଭି ନରସିଂହ ଏବଂ ଜଷ୍ଟିସ ଶିବ ଶଙ୍କର ମିଶ୍ର ଆଜି…

ସହଜରେ ଦୂର ହେବ ଅବସାଦ

ଶରୀରକୁ ସୁସ୍ଥ ଓ ମଜଭୁତ ରଖିବାରେ ସୁଷମ ତଥା ଭିଟାମିନ୍‌ଯୁକ୍ତ ଖାଦ୍ୟର ଭୂମିକା ଗୁରୁତ୍ୱପୂର୍ଣ୍ଣ। ଆମେ ନିଜକୁ କେତେ ସୁସ୍ଥ ରଖିପାରିବା ତାହା ମୁଖ୍ୟତଃ ଆମେ ପ୍ରତିଦିନ…

ସନ୍ଦେହ ଜନକ ଅବସ୍ଥାରେ ଯୁବକଙ୍କ ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର

କେନ୍ଦ୍ରାପଡ଼ା,୧୮।୫(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ସଦର ଥାନା ଚାନ୍ଦୋଳ ଫାଣ୍ଡି ଅନ୍ତର୍ଗତ ଚାନ୍ଦୋଳ ବଜାରରେ ଥିବା ଏକ ବ୍ୟବସାୟିକ କମ୍ପେ୍‌କ୍ସ ନିକଟରେ ଜଣେ ଯୁବକଙ୍କର ମୃତଦେହ ଉଦ୍ଧାର କରାଯାଇଛି…

ଭିଜିଲାନ୍ସ ଜାଲରେ ମହାକାଳପଡ଼ା ଯୁଗରୁପା ସରକାରୀ ହାଇସ୍କୁଲ ପ୍ରଧାନଶିକ୍ଷକ, ଲାଞ୍ଚ ନେଇଥିବା ବେଳେ ଧରାପଡିଲେ

ମହାକାଳପଡ଼ା,୧୮।୫(ପ୍ରତାପ ଚନ୍ଦ୍ର ସ୍ବାଇଁ): ଭିଜିଲାନ୍ସ ଜାଲରେ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧିନ ସ୍ଥାନୀୟ ଚଡେଇ ଗୁଆଁ ସ୍ଥିତ ଯୁଗରୁପା ଉଚ୍ଚ ବିଦ୍ୟାପୀଠ ପ୍ରଧାନ ଶିକ୍ଷକ ରଘୁନାଥ…

ଶେଷ ହେବ ଗ୍ରୀଷ୍ମର ଯନ୍ତ୍ରଣା: ହେଲାଣି ପ୍ରବଳ ବର୍ଷା; ମାତ୍ର ୮ ଦିନ ମଧ୍ୟରେ ଦେଶରେ ପ୍ରବେଶ କରିବ ମୌସୁମୀ

ନୂଆଦିଲ୍ଲୀ,୧୮।୫: ତାମିଲନାଡୁରେ ପ୍ରବଳ ବର୍ଷା ଯୋଗୁ ଲୋକଙ୍କୁ ଗରମରୁ ଆଶ୍ୱସ୍ତି ମିଳିଛି। ଭାରତୀୟ ପାଣିପାଗ ବିଭାଗ (IMD) ପୂର୍ବାନୁମାନ କରିଛି ଯେ ଦକ୍ଷିଣ ଅଞ୍ଚଳରେ ବାୟୁମଣ୍ଡଳୀୟ ସଞ୍ଚାଳନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri