୨ କଲରାପତରିଆ ବାଘଛାଲ ବିକ୍ରି ପାଇଁ ଚାଲିଥିଲା ଡିଲ୍‌, ଡାଇରେକ୍ଟର ଅଫ୍‌ ରେଭିନ୍ୟୁ ବିଭାଗ ଟ୍ରାକ୍‌ କରି…

ରାୟଗଡ଼ା,୧ା୯(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା କୋଲନରା ଅଞ୍ଚଳରୁ ୨ଟି କଲରାପତରିଆ ବାଘ ଚମଡ଼ା ଜବତ ସହ ୪ ଜଣଙ୍କୁ ରାୟଗଡ଼ା ବନ ବିଭାଗ ସହାୟତାରେ ମୁମ୍ବାଇସ୍ଥିତ ଡାଇରେକ୍ଟର ଅଫ ରେଭିନ୍ୟୁ ଇଣ୍ଟେଲିଜେନ୍ସ ବିଭାଗ ଗିରଫ କରିଥିବା ଜଣାପଡ଼ିଛି । ଗିରଫ ବ୍ୟକ୍ତିମାନେ ୨ ଜଣ ରାୟଗଡ଼ା ଜିଲାର ହୋଇଥିବା ବେଳେ ୨ ଜଣ ମହାରାଷ୍ଟ୍ର ରାଜ୍ୟର ବୋଲି ଜଣାପଡ଼ିଛି।

ରାୟଗଡ଼ା ରେଞ୍ଜର କାମେଶ୍ୱର ଅଚାରୀଙ୍କ ସୂଚନାରୁ ଜଣାପଡ଼ିଛି ଗୁଣପୁର ବ୍ଲକ ପୁଟାସିଂ ଅଞ୍ଚଳର ଅଞ୍ଜରସିଂ ଗ୍ରାମର ଜିସୟ ଗମାଙ୍ଗ ଓ ମହେଶ ହୁଇକା ମାଛଖୁଣ୍ଟି ଅଞ୍ଚଳର ଅନ୍ୟ ୨ ଜଣ ବ୍ୟକ୍ତି ମହାରାଷ୍ଟ୍ର ରାଜ୍ୟର ମାତିନଗର ଅଞ୍ଚଳର ପ୍ରଭାକର ନାୟକ ଓ ରାଜ କୁମାର ଗୁପ୍ତାଙ୍କୁ ଏହି ବାଘ ଚମଡ଼ାକୁ ବିକ୍ରି କରିବା ପାଇଁ ଡିଲ୍‌ ଚାଲିଥିଲା। କୌଣସି ସୂତ୍ରରୁ ଏହି ଚାଲାଣ ସମ୍ପର୍କରେ ଖବର ପାଇ ଡାଇରେକ୍ଟର ଅଫ୍‌ ରେଭିନ୍ୟୁ ବିଭାଗ ଅଭିଯୁକ୍ତମାନଙ୍କୁ ଟ୍ରାକ୍‌ କରିଥିଲେ। ଏନେଇ ଅଗଷ୍ଟ ୩୦ ତାରିଖରେ ରାୟଗଡ଼ା ବନ ବିଭାଗକୁ ସୂଚନା ଦେଇଥିଲେ। ସୂଚନା ଆଧାରରେ ଉଭୟ ବିଭାଗ ବାଘ ଚମଡ଼ା ବିକ୍ରି କରିବା ସମୟରେ ସମସ୍ତ ଅଭିଯୁକ୍ତଙ୍କୁ ମାଡ଼ି ବସିଥିଲେ। ସମସ୍ତ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କରାଯାଇଥିବା ରେଞ୍ଜର କାମେଶ୍ବର ଆଚାରୀ ସୂଚନା ଦେଇଛନ୍ତି। ଏହି କଲରାପତରିଆ ବାଘ ଚମଡ଼ାକୁ ଗଜପତି ଜିଲାରୁ ମହାରାଷ୍ଟ୍ର ଚାଲାଣ ପାଇଁ ଅଣାଯାଇଥିଲା ବୋଲି ସୂଚନାରୁ ଜଣାପଡ଼ିଛି I ଉଭୟ ବାଘର ବୟସ ୫ରୁ ୭ ବର୍ଷ ମଧ୍ୟରେ ରହିଥିବା ଜଙ୍ଗଲ ବିଭାଗ ସୂଚନା ଦେଇଛି I ଏହି ଘଟଣାରେ ତଦନ୍ତ ଚାଲିଛି ବୋଲି ଏସିଏଫ୍‌ ଅଶୋକ ପ୍ରଧାନ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରବୋଧନ ତାଲିମ: ୨୯୪ ଶିକ୍ଷୟିତ୍ରୀ ଶିକ୍ଷକଙ୍କୁ…

ଦିଗପହଣ୍ଡି,୩୦ା୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଓଡିଶା ପାଠ୍ୟକ୍ରମ ଆଧାର ବିଦ୍ୟାଳୟ ଶିକ୍ଷା-୨୦୨୫ ଓ ୨୦୨୦ ଜାତୀୟ ଶିକ୍ଷା…

ବନୀକରଣ ପ୍ରକଳ୍ପରୁ ଲୁହାବାଡ଼ ଚୋରି: ବନ ବିଭାଗ ଜାଲରେ ୪ ଅନ୍ତଃଜିଲା ଚୋର

ଥୁଆମୂଳରାମପୁର,୩୦।୧(ଦୁର୍ଗା କୀର୍ତ୍ତି): ସରକାରୀ ସମ୍ପତ୍ତି ଲୁଟ କରିବା ଚୋରଙ୍କୁ ପଡ଼ଲା ମହଙ୍ଗା । କାଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଗୋପାଳପୁର ପଞ୍ଚାୟତସ୍ଥିତ ପାଟଜୋର ଡଙ୍ଗର ବନୀକରଣ…

Khandagiri Melaରେ ବିବାଦ ତୁଟୁନି: ପୁଣି ଚେତାବନୀ ଦେଲେ ମୀରା 

ଭୁବନେଶ୍ୱର,୩୦।୧: Khandagiri Melaରେ ବିଭିନ୍ନ ଯାତ୍ରା ପାର୍ଟି ଯାତ୍ରା ପରିବେଷଣ କରୁଛନ୍ତି। ଏହାରି ମଧ୍ୟରେ କାହ୍ନାଙ୍କ ପରେ ଯାତ୍ରା ଅଭିନେତା କ୍ଷୀତିଶ ବିଶ୍ବାଳଙ୍କୁ ମୀରା ପରିଡ଼ାଙ୍କ ଚେତାବନୀ।…

ଦିଗପହଣ୍ଡିରେ ମାତିଛି ଗୋଠଛଡ଼ା ହାତୀ: ଭୟଭୀତ ଅଞ୍ଚଳବାସୀ, ସନ୍ଧ୍ୟା ହେଲେ ପଡୁଛି ତାଟି କବାଟ…

ଦିଗପହଣ୍ଡି,୩୦।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ – ଗଜପତି ଜିଲା ସୀମାନ୍ତରେ ଗତ ୪ ଦିନ ହେବ ଗୋଟିଏ ଗୋଠଛଡ଼ା ହାତୀ ଘୁରି ବୁଲୁଛି। ସା ହେଲେ ହାତୀଟି…

ବିଦ୍ୟୁତ୍‌ ନେଲା ୫ ମଇଁଷିଙ୍କ ଜୀବନ: ବିଭାଗୀୟ ଅବହେଳାକୁ ଦାୟୀ କଲେ ଗ୍ରାମବାସୀ

ଖଜୁରିପଡ଼ା,୩୦ା୧(ବିଦୁର ବେହେରା): କନ୍ଧମାଳ ଜିଲା ଖଜୁରିପଡ଼ା ବ୍ଲକ୍‌ ଅଧୀନ ଚାରିପଡ଼ା ଗ୍ରାମରେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ୫ ମଇଁଷିଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ମିଳିଥିବା ସୂଚନା…

ବହୁ ଚର୍ଚ୍ଚିତ କ୍ଷୀର ବ୍ୟବସାୟୀ ହତ୍ୟା ମାମଲାର ରାୟ ପ୍ରକାଶ: ୫ ଅଭିଯୁକ୍ତଙ୍କୁ ଆଜୀବନ ଜେଲ

ବ୍ରହ୍ମପୁର,୩୦ା୧(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଗୋଷାଣିନୂଆଗାଁ ଥାନା ଅନ୍ତର୍ଗତ ହିଲପାଟଣାରେ କ୍ଷୀର ବ୍ୟବସାୟୀ ଲମ୍ବୋଦର ମୁନି ହତ୍ୟା ମାମଲାର ରାୟ ଶୁକ୍ରବାର ପ୍ରକାଶ ପାଇଛି। ବ୍ରହ୍ମପୁର ଅତିରିକ୍ତ…

ୱାର୍ଡସଭ୍ୟଙ୍କୁ ଦୁର୍ବ୍ୟବହାର: କର୍ମଚାରୀ କଲେ ଆନ୍ଦୋଳନ

ଖଡ଼ିଆଳ, ୩୦ା୧ (ସୁଜିତ କୁମାର ପ୍ରଧାନ)- ନୂଆପଡ଼ା ଜିଲା ଖଡିଆଳ ଏନ୍‌ଏସିର ଜଣେ ୱାର୍ଡସଭ୍ୟ ଦୁର୍ବ୍ୟବହାର କରିଥିବା ଅଭିଯୋଗ କରି ଶୁକ୍ରବାର କର୍ମଚାରୀମାନେ କଲମ ଛାଡ ଆନ୍ଦୋଳନ…

ଭୁଲ୍‌ ଇଲେକ୍ଟ୍ରି ବିଲ୍‌ ଆସୁଛି କି? ଜାଣନ୍ତୁ କେଉଁଠି କରିବେ ଅଭିଯୋଗ, ଶିଖନ୍ତୁ ଏହି ସହଜ ଉପାୟ…

ପ୍ରତ୍ୟେକ ପରିବାର ପାଇଁ ପ୍ରତି ମାସରେ ପ୍ରାପ୍ତ ହେଉଥିବା ଇଲେକ୍ଟ୍ରି ବିଲ୍‌ ଏକ ଗୁରୁତ୍ୱପୂର୍ଣ୍ଣ ଡକ୍ୟୁମେଣ୍ଟ। ଏଥିରେ ମାସିକ ଇଲେକ୍ଟ୍ରି ବ୍ୟବହାର ଏବଂ ବିଲ୍‌ ବିଷୟରେ ବିବରଣୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri