୨ କଲରାପତରିଆ ବାଘଛାଲ ବିକ୍ରି ପାଇଁ ଚାଲିଥିଲା ଡିଲ୍‌, ଡାଇରେକ୍ଟର ଅଫ୍‌ ରେଭିନ୍ୟୁ ବିଭାଗ ଟ୍ରାକ୍‌ କରି…

ରାୟଗଡ଼ା,୧ା୯(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା କୋଲନରା ଅଞ୍ଚଳରୁ ୨ଟି କଲରାପତରିଆ ବାଘ ଚମଡ଼ା ଜବତ ସହ ୪ ଜଣଙ୍କୁ ରାୟଗଡ଼ା ବନ ବିଭାଗ ସହାୟତାରେ ମୁମ୍ବାଇସ୍ଥିତ ଡାଇରେକ୍ଟର ଅଫ ରେଭିନ୍ୟୁ ଇଣ୍ଟେଲିଜେନ୍ସ ବିଭାଗ ଗିରଫ କରିଥିବା ଜଣାପଡ଼ିଛି । ଗିରଫ ବ୍ୟକ୍ତିମାନେ ୨ ଜଣ ରାୟଗଡ଼ା ଜିଲାର ହୋଇଥିବା ବେଳେ ୨ ଜଣ ମହାରାଷ୍ଟ୍ର ରାଜ୍ୟର ବୋଲି ଜଣାପଡ଼ିଛି।

ରାୟଗଡ଼ା ରେଞ୍ଜର କାମେଶ୍ୱର ଅଚାରୀଙ୍କ ସୂଚନାରୁ ଜଣାପଡ଼ିଛି ଗୁଣପୁର ବ୍ଲକ ପୁଟାସିଂ ଅଞ୍ଚଳର ଅଞ୍ଜରସିଂ ଗ୍ରାମର ଜିସୟ ଗମାଙ୍ଗ ଓ ମହେଶ ହୁଇକା ମାଛଖୁଣ୍ଟି ଅଞ୍ଚଳର ଅନ୍ୟ ୨ ଜଣ ବ୍ୟକ୍ତି ମହାରାଷ୍ଟ୍ର ରାଜ୍ୟର ମାତିନଗର ଅଞ୍ଚଳର ପ୍ରଭାକର ନାୟକ ଓ ରାଜ କୁମାର ଗୁପ୍ତାଙ୍କୁ ଏହି ବାଘ ଚମଡ଼ାକୁ ବିକ୍ରି କରିବା ପାଇଁ ଡିଲ୍‌ ଚାଲିଥିଲା। କୌଣସି ସୂତ୍ରରୁ ଏହି ଚାଲାଣ ସମ୍ପର୍କରେ ଖବର ପାଇ ଡାଇରେକ୍ଟର ଅଫ୍‌ ରେଭିନ୍ୟୁ ବିଭାଗ ଅଭିଯୁକ୍ତମାନଙ୍କୁ ଟ୍ରାକ୍‌ କରିଥିଲେ। ଏନେଇ ଅଗଷ୍ଟ ୩୦ ତାରିଖରେ ରାୟଗଡ଼ା ବନ ବିଭାଗକୁ ସୂଚନା ଦେଇଥିଲେ। ସୂଚନା ଆଧାରରେ ଉଭୟ ବିଭାଗ ବାଘ ଚମଡ଼ା ବିକ୍ରି କରିବା ସମୟରେ ସମସ୍ତ ଅଭିଯୁକ୍ତଙ୍କୁ ମାଡ଼ି ବସିଥିଲେ। ସମସ୍ତ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କରାଯାଇଥିବା ରେଞ୍ଜର କାମେଶ୍ବର ଆଚାରୀ ସୂଚନା ଦେଇଛନ୍ତି। ଏହି କଲରାପତରିଆ ବାଘ ଚମଡ଼ାକୁ ଗଜପତି ଜିଲାରୁ ମହାରାଷ୍ଟ୍ର ଚାଲାଣ ପାଇଁ ଅଣାଯାଇଥିଲା ବୋଲି ସୂଚନାରୁ ଜଣାପଡ଼ିଛି I ଉଭୟ ବାଘର ବୟସ ୫ରୁ ୭ ବର୍ଷ ମଧ୍ୟରେ ରହିଥିବା ଜଙ୍ଗଲ ବିଭାଗ ସୂଚନା ଦେଇଛି I ଏହି ଘଟଣାରେ ତଦନ୍ତ ଚାଲିଛି ବୋଲି ଏସିଏଫ୍‌ ଅଶୋକ ପ୍ରଧାନ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଡେଙ୍ଗୁ ରୋଗୀଙ୍କ ପାଇଁ ହସ୍ପିଟାଲରେ ମିଳୁନି ସ୍ଥାନ, ଚଟାଣରେ ଚାଲିଛି ଚିକିତ୍ସା; ୧୮ ଦିନରେ ୭୯ ମୃତ୍ୟୁ

ଢାକା,୧୯।୯: ବର୍ତ୍ତମାନ ବାଂଲାଦେଶ ଏକ ଭୟଙ୍କର ଡେଙ୍ଗୁ ପ୍ରକୋପର ସାମ୍ନା କରୁଛି। ରାଜଧାନୀ ଢାକା ଏବଂ ଏହାର ଆଖପାଖ ଅଞ୍ଚଳରେ ଏହି ରୋଗ ଦ୍ରୁତ ଗତିରେ ବ୍ୟାପୁଥିବାରୁ…

ଦୁଇ ମୋଟରସାଇକେଲ ମୁହାଁମୁହିଁ, ଶିକ୍ଷକ ଗୁରୁତର ହୋଇ…

ପଟ୍ଟାଙ୍ଗି,୧୯ା୯(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଥାନା ଅନ୍ତର୍ଗତ ପଡାଲଗୁଡ଼ା ଛକ ନିକଟରେ ଦୁଇ ମୋଟରସାଇକେଲ ମୁହାଁମୁହିଁ ଧକ୍କା ହେବା ଫଳରେ ବିଦ୍ୟାଳୟକୁ ଯାଉଥିବା ଶିକ୍ଷକ…

ଅକ୍ଟୋବର ୧୫ରୁ ବଦଳିଯିବ UPI ପେମେଣ୍ଟ କରିବାର ପଦ୍ଧତି; ଗ୍ୟାସ ସିଲିଣ୍ଡର ପାଇଁ ନଗଦ ଟଙ୍କା ଦେବାକୁ ପଡ଼ିବ ନା ନାହିଁ? ଜାଣନ୍ତୁ…

ନୂଆଦିଲ୍ଲୀ,୧୯।୯: ସାରା ଦେଶରେ LPG ସିଲିଣ୍ଡରର ବହୁଳ ବ୍ୟବହାର ହୋଇଥାଏ; ତେଣୁ, ଯଦି ଆପଣ ମଧ୍ୟ ଘରେ LPG ସିଲିଣ୍ଡର ବ୍ୟବହାର କରନ୍ତି, ତେବେ ଏହି ସୂଚନା…

୨୧ରେ ଅବପାତ, ୨୨ରେ ଗଭୀର ଅବପାତ ସମ୍ଭାବନା: ପ୍ରବଳ ବର୍ଷିବ

ଭୁବନେଶ୍ୱର,୧୯ ।୯: ଉତ୍ତର ଆଣ୍ଡାମାନ ସାଗର ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଆଜି ସନ୍ଧ୍ୟା ସୁଦ୍ଧା ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା…

ଘରେ ଶୋଇଥିଲେ ମହିଳା, ଚୋଟ ମାରିଲା ସାପ, ଆଉ ତା’ ପରେ…

ପୁରୁଷୋତ୍ତମପୁର,୧୯ା୯(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ କେଏନପୁର ଗ୍ରାମରେ ଶନିବାର ସାପ କାମୁଡ଼ି ଜଣେ ମହିଳାଙ୍କର ମୃତ୍ୟୁ ଘଟିଛି। ସେ ହେଲେ ଭାସି ବେହେରା…

ସ୍କ୍ରବ୍‌ ଟାଇଫସ୍‌କୁ ନେଇ ଏମିତି କହିଲେ ସ୍ୱାସ୍ଥ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୯/୯: ରାଜ୍ୟର କେତେକ ଅଞ୍ଚଳରେ ସ୍କ୍ରବ୍‌ ଟାଇଫସ୍‌କୁ ନେଇ ଚିନ୍ତା ପ୍ରକାଶ ପାଉଥିବା ବେଳେ ଲୋକଙ୍କୁ ଭୟଭୀତ ନ ହେବାକୁ ପରାମର୍ଶ ଦେଇଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ଡା.…

ଚର୍ଚ୍ଚାରେ ନୀତା ଅମ୍ବାନୀଙ୍କ ହାର, ତିଆରି କରିବାକୁ ଲାଗିଥିଲା ୩ ବର୍ଷ, ଗଢ଼ିଛନ୍ତି ୧୪ କାରିଗର, ଦାମ୍‌ ଜାଣିଲେ…

ମୁମ୍ବାଇ,୧୯ା୯: ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍‌ ମାଲିକ ମୁକେଶ ଅମ୍ବାନୀଙ୍କ ସ୍ତ୍ରୀ ନୀତା ଅମ୍ବାନୀଙ୍କୁ କୌଣସି ପରିଚୟର ଆବଶ୍ୟକତା ନାହିଁ। ୬୦ ବର୍ଷ ବୟସରେ ନୀତା ଅମ୍ବାନୀ ତାଙ୍କର ପ୍ରତ୍ୟେକ…

ମଧ୍ୟପ୍ରଦେଶ ବୁଲିବାକୁ ଯାଇ ୭ ଓଡ଼ିଆ ମୃତ, ଦୁଃଖ ପ୍ରକାଶ କରି ନବୀନ କହିଲେ…

ଭୁବନେଶ୍ୱର,୧୯ା୯: ମଧ୍ୟପ୍ରଦେଶ ବୁଲିବାକୁ ଯାଇ ୭ ଓଡ଼ିଆଙ୍କ ମୃତ୍ୟୁ ଘଟିଥିବା ନେଇ ବିରୋଧୀଦଳ ନେତା ନବୀନ ପଟ୍ଟନାୟକ ଦୁଃଖ ପ୍ରକାଶ କରିଛନ୍ତି। ନବୀନ ଶୋକସନ୍ତପ୍ତ ପରିବାର ସଦସ୍ୟଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?