୨ ଯବାନଙ୍କୁ ଆକ୍ରମଣ କରି ବନ୍ଧୁକ ଛଡ଼ାଇନେଲେ ମାଓବାଦୀ

ମାଲକାନଗିରି,୩ା୧୧(ଦୁର୍ଯ୍ୟୋଧନ ପାତ୍ର): ଛତିଶଗଡ଼ ସୁକ୍‌ମା ଜିଲାରେ ମାଓବାଦୀଙ୍କ ଆକ୍ରମଣରେ ୨ ଯବାନ ରବିବାର ଗୁରୁତର ହୋଇଛନ୍ତି। ଏହାସହ ସେମାନଙ୍କ ବନ୍ଧୁକ ମଧ୍ୟ ମାଓବାଦୀମାନେ ଛଡାଇ ନେଇଥିବା ଜଣାପଡିଛି। ଗୁରୁତର ଦ୍ୱୟ ହେଲେ କର୍ତ୍ତମ ଦେବା ଓ ସୋଢି କୁନା । ଏହି ଖବର ଜଣାପଡିବା ପରେ ପୋଲିସ କର୍ମଚାରୀମାନେ ପହଞ୍ଚି ସେମାନଙ୍କୁ ପ୍ରଥମେ ଜଗରଗୋଣ୍ଡା ସ୍ବାସ୍ଥ୍ୟକେନ୍ଦ୍ରକୁ ନେଇଥିଲେ। ତେବେ ଅବସ୍ଥା ଗୁରୁତର ଥିବାରୁ ସେମାନଙ୍କୁ ହେଲିକପ୍ଟର ଯୋଗେ ରାୟପୁର ସ୍ଥାନାନ୍ତର କରାଯାଇଥିବା ସୁକୁମା ଏସ୍‌ପି କିରଣ ଚୌହାନ ସୂଚନା ଦେଇଛନ୍ତି ।

ସୂଚନା ଅନୁଯାୟୀ, ସୁକ୍‌ମା ଜିଲା ଜଗରଗୋଣ୍ଡା ସାପ୍ତାହିକ ହାଟ ଚାଲିଥିବା ସମୟରେ ସେଠାରେ ଡିଆରଜିର ଯବାନ ପହରା ଦେଉଥିଲେ। ଏହି ସମୟରେ ସେଠାରେ କେତେକ ସଶସ୍ତ୍ର ମାଓବାଦୀ ପହଞ୍ଚି ପହରା ଦେଉଥିବା ୨ ଯବାନଙ୍କ ଉପରେ ଅତର୍କିତ ଆକ୍ରମଣ କରିଥିଲେ। ଫଳରେ ଘଟଣାସ୍ଥଳରେ କର୍ତ୍ତମ ଦେବା ଓ ସୋଢି କୁନା ଗୁରୁତର ହୋଇଥିଲା ବେଳେ ତାଙ୍କ ବନ୍ଧୁକ ମଧ୍ୟ ମାଓବାଦୀମାନେ ଛଡାଇ ନେଇ ଯାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶିକ୍ଷକ ସମ୍ମାନ ସମାରୋହ: ଆଦର୍ଶ ଶିକ୍ଷୟିତ୍ରୀ-ଶିକ୍ଷକ ସମ୍ବର୍ଦ୍ଧିତ

କଟକସଦର,୫ା୯(ସୁଶାନ୍ତ କୁମାର ଜେନା): ପବିତ୍ର ଗୁରୁଦିବସ ଉପଲକ୍ଷେ କଟକ ସଦର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବ୍ରହ୍ମପୁରଠାରେ ଶନିବାର ଶିକ୍ଷକ ସମ୍ମାନ ସମାରୋହ- ୨୦୨୬ର ଆୟୋଜନ କରାଯାଇଥିଲା। ଏହି…

ପୁଇଁତୋଳା ପରିଚାଳନା କମିଟି ପକ୍ଷରୁ ଗଣେଶ ପୂଜା ପ୍ରସ୍ତୁତି: ଯୋଗଦେବେ ଛତ୍ରପୁର ବିଧାୟକ, ଟପ୍ପର ବିଦ୍ୟାର୍ଥୀଙ୍କୁ …

୫।୯ (ବିଦ୍ୟାଧର ସାହୁ): ଆସନ୍ତା ୧୪ ତାରିଖରେ ଅଗ୍ରପୂଜ୍ୟ ଗଜାନନଙ୍କ ଶ୍ରୀଗଣେଶ ଚତୁର୍ଥୀ। ଏଥିପାଇଁ ଗାଁଠୁ ସହର ସବୁଠି ଉତ୍ସବର ମାହୋଲ ଦେଖାଦେଇଛି। ଆକର୍ଷଣୀୟ ମେଢ଼ ସାଙ୍ଗକୁ…

ବାଘୁଆମନ୍ଦିରରୁ ଚୋରି, ଦେଉଳରୁ ସୁନା, ରୁପା…

ଗୁଣୁପୁର, ୫।୯ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣୁପୁର ସହରର ପୁରୁଣା ବସ୍‌ଷ୍ଟାଣ୍ଡ ନିକଟରେ ଥିବା ପୁରାତନ ଶୈବପୀଠ ବାଘୁଆ ମନ୍ଦିର ତଥା ଉମା ରାମଲିଙ୍ଗେଶ୍ୱର ମନ୍ଦିରରୁ…

ରାଜରାସ୍ତାରେ ଶିକ୍ଷକଙ୍କ ରଣହୁଙ୍କାର, ଲୋୟର ପିଏମ୍‌ଜିରେ ହଜାର ହଜାର ଶିକ୍ଷକଙ୍କ ବିକ୍ଷୋଭ

ଭୁବନେଶ୍ୱର, ୫।୯: ଯେଉଁ ଦିନଟି ଶିକ୍ଷକଙ୍କୁ ସମ୍ମାନ ଓ ଶ୍ରଦ୍ଧା ଜଣାଇବାର ଦିନ, ସେହି ଗୁରୁଦିବସରେ ରାଜରାସ୍ତାକୁ ଓହ୍ଲାଇ ନିଜ ହକ୍‌ ପାଇଁ ଗର୍ଜିଲେ ରାଜ୍ୟର ହଜାର…

ଅନନ୍ୟ ଗୁରୁ: ଅବସର ପରେ ବି ଛାତ୍ରୀଛାତ୍ରଙ୍କୁ ଦେଉଛନ୍ତି ସାମାଜିକ ଶୃଙ୍ଖଳାର ବାର୍ତ୍ତା

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ଆଜି ପବିତ୍ର ଗୁରୁଦିବସ ଏହି ସମୟରେ ଅଞ୍ଚଳରେ ରହିଥିବା ଅନେକ ବର୍ଷୀୟାନ ଗୁରୁ ଅବସର ନେବା ପରେ ମଧ୍ୟ ଜାରି ରଖିଛନ୍ତି ଛାତ୍ରୀଛାତ୍ରଙ୍କୁ ଉତ୍ତମ…

ଜୁନ୍‌ରେ ଅବସରପ୍ରାପ୍ତ ଶିକ୍ଷକଙ୍କ ଘରୁ ଚୋରି କରିଥିଲେ ଲକ୍ଷାଧିକ ଟଙ୍କାର ସୁନାଗହଣା: ୨ ଜଣଙ୍କୁ ଧରି…

ଝରିଗାଁ,୫ା୯(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ପୋଲିସକୁ ମିଳିଛି ବଡ଼ ସଫଳତା। ଝରିଗାଁ ଥାନା ଅଞ୍ଚଳରେ ଗତ ଜୁନ୍‌ ମାସରେ ଲକ୍ଷାଧିକ ଟଙ୍କା ସହ ସୁନା…

ସିମନବାଡ଼ି ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଗୁରୁଦିବସ: ବର୍ଷୀୟାନ ଶିକ୍ଷକଙ୍କୁ…

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ସର୍ବପଲ୍ଲୀ ରାଧାକ୍ରିଷ୍ଣନ୍‌ଙ୍କ ଜନ୍ମଦିବସ ତଥା ପବିତ୍ର ଗୁରୁଦିବସ ବିଭିନ୍ନ ସରକାରୀ ଓ ବେସରକାରୀ ଅନୁଷ୍ଠାନରେ ପାଳିତ ହୋଇଯାଇଛି। ଏହି ଅବସରରେ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି…

ମିଳିଲାନି ଝଡ଼ବର୍ଷା କ୍ଷତିପୂରଣ: ରାଜରାସ୍ତାକୁ ଓହ୍ଲାଇଲେ କ୍ଷତିଗ୍ରସ୍ତ

ବରଗଡ଼,୫ା୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ଚକରକେନ୍ଦ ଗ୍ରାମରେ ଗତ ଜୁଲାଇ ୨୮ ତାରିଖ ସାରେ ହୋଇଥିବା ଝଡ଼ବର୍ଷାରେ ବ୍ୟାପକ କ୍ଷୟକ୍ଷତି ହୋଇଥିଲା। ଘରଦ୍ୱାର ଭାଙ୍ଗିବା ସହିତ ଚାଷଜମି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri