୨ ପ୍ରକଳ୍ପ ଦୁଇଥର ଶିଳାନ୍ୟାସ

ବାହାନଗା,୧୪ା୧୧(ଡି.ଏନ.ଏ.): ବାଲେଶ୍ୱର ଜିଲା ବାହାନଗା ବ୍ଲକ ଅଧୀନ ତାଳକୁରୁଣିଆ ପଞ୍ଚାୟତରେ ଦୁଇଟି ପ୍ରକଳ୍ପକୁ ୨ ଥର ଶିଳାନ୍ୟାସ କରାଯିବା ନେଇ ରାଜନୀତି ସରଗମ ହୋଇଛି। ବିଜେଡିକୁ ପଞ୍ଚାୟତରେ ମାତ୍‌ ଦେବାପାଇଁ ଭାଜପା ସକ୍ରିୟ ହୋଇଉଠିଛି। ପଞ୍ଚାୟତର ୨ଟି ପ୍ରକଳ୍ପକୁ ଗୋଟିଏ ଦିନରେ ଦୁଇଥର ଶିଳାନ୍ୟାସ କରାଯାଇଛି। ଗତ ଶନିବାର ଏହି ପଞ୍ଚାୟତରେ ୨୩କୋଟି ୫୦ ଲକ୍ଷ ଟଙ୍କାର ଗ୍ରାମ୍ୟ ଉନ୍ନୟନ ବିଭାଗର ରାସ୍ତା ଓ ବସୁଧା ଯୋଜନାର ୧ କୋଟି ୫୦ ଲକ୍ଷ ଟଙ୍କାର ପାନୀୟ ଜଳ ପ୍ରକଳ୍ପକୁ ଶିଳାନ୍ୟାସ କରାଯିବାରଥିଲା। ପଞ୍ଚାୟତର ସରପଞ୍ଚ ଓ ସମିତି ସଭ୍ୟା ଭାଜପା ସମର୍ଥତ୍ତ ହୋଇଥିବା ବେଳେ ଏହି ଦୁଇଟି ପ୍ରକଳ୍ପକୁ ପ୍ରଶାସନ ପକ୍ଷରୁ ସ୍ଥାନୀୟ ବିଧାୟକଙ୍କ ଦ୍ୱାରା ଶିଳାନ୍ୟାସ କରାଯିବାର ଯୋଜନା ହୋଇଥିଲା। ଏଥିନିମନ୍ତେ ବିଜେଡି ପକ୍ଷରୁ ସମସ୍ତ ପ୍ରସ୍ତୁତି ହୋଇସାରିଥିଲା। ତେବେ ସ୍ଥାନୀୟ ଭାଜପା ନେତା, ସରପଞ୍ଚ ଓ ସମିତି ସଭ୍ୟା ଏହାକୁ ସହଜରେ ଗ୍ରହଣ କରିପାରି ନ ଥିଲେ। ପ୍ରଶାସନ ପକ୍ଷରୁ ବିଧାୟକଙ୍କ ଦ୍ୱାରା ଅପରାହ୍ନ ସାଢେ ୨ଟାରେ ଶିଳାନ୍ୟାସ ସମୟ ଧାର୍ଯ୍ୟ କରାଯାଇଥିଲା ା ମାତ୍ର ଭାଜପା ପକ୍ଷରୁ ପୂର୍ବାହ୍ନ ୧୦ଟାରେ ସରପଞ୍ଚ ଓ ସମିତି ସଭ୍ୟାଙ୍କ ଦ୍ୱାରା ଶିଳାନ୍ୟାସ ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଥିଲା। ସରପଞ୍ଚ ସଞ୍ଜନା ଜେନା ଓ ସମିତି ସଭ୍ୟା ଗାୟତ୍ରୀ ଜେନାଙ୍କ ନେତୃତ୍ୱରେ ଦଳୀୟ କର୍ମୀମାନେ ପଞ୍ଚାୟତ କାର୍ଯ୍ୟାଳୟରୁ ଏକ ଶୋଭାଯାତ୍ରାରେ ବାହାରି ବସୁଧା ଯୋଜନାରେ ହେବାକୁ ଥିବା ପ୍ରକଳ୍ପକୁ ଗ୍ରାମର ବରିଷ୍ଠ ବ୍ୟକ୍ତିମାନଙ୍କ ଉପସ୍ଥିତିରେ ଶିଳାନ୍ୟାସ କରିଥିଲେ। ପରେ ଗ୍ରାମ୍ୟ ଉନ୍ନୟନ ବିଭାଗ ରାସ୍ତା ସମ୍ପ୍ରସାରଣ ପ୍ରକଳ୍ପକୁ ମଧ୍ୟ ଶିଳାନ୍ୟାସ କରିଥିଲେ। ସରପଞ୍ଚ ଓ ସମିତି ସଭ୍ୟା ଏହି ଦୁଇଟି ପ୍ରକଳ୍ପକୁ ଶିଳାନ୍ୟାସ କରିସାରିବା ପରେ ପ୍ରଶାସନ ପକ୍ଷରୁ ନିର୍ଦ୍ଧାରିତ ସମୟରେ ବିଧାୟକ ପର୍ଶୁରାମ ଧଡ଼ା ଶିଳାନ୍ୟାସ କରିଥିଲେ। ଏଥିରେ ଗ୍ରାମ୍ୟ ଜଳ ଯୋଗାଣ ଓ ପରିମଳ ବିଭାଗର କନିଷ୍ଠ ଯନ୍ତ୍ରୀ ରୀତାଲି ବେହେରା ଓ ନିର୍ବାହୀ ଯନ୍ତ୍ରୀ ସମୀର କୁମାର ଦେ, ବିଜେଡି ବ୍ଲକ ସଭାପତି ଅଜୟ କୁମାର ପଣ୍ଡା, ପୂର୍ବତନ ସରପଞ୍ଚ ବିଜୟ କୁମାର ସାହୁ, ଗ୍ରାମ୍ୟ ଉନ୍ନୟନ ବିଭାଗର କନିଷ୍ଠ ଯନ୍ତ୍ରୀ ଅଣାକାର ଯେନା ପ୍ରମୁଖ ଉପସ୍ଥିତ ଥିଲେ। ତେବେ ଗୋଟିଏ ଦିନରେ ୨ଟି ପ୍ରକଳ୍ପକୁ ଦୁଇଦଳର ନେତୃବୃନ୍ଦ ଶିଳାନ୍ୟାସ କରିବା ଘଟଣା ଚର୍ଚ୍ଚାର ବିଷୟ ପାଲଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗଣଶିକ୍ଷା ବିଭାଗର ବଡ଼ ଘୋଷଣା, ଛାତ୍ରୀଛାତ୍ରଙ୍କୁ ମିଳିବ ସମ୍ପୂର୍ଣ୍ଣ ନୂଆ ବହି

ଭୁବନେଶ୍ୱର,୧।୭: ଛାତ୍ରଛାତ୍ରୀଙ୍କୁ ମିଳିବ ସମ୍ପୂର୍ଣ୍ଣ ନୂଆ ବହି । ଚଳିତ ବର୍ଷରେ ହିଁ ନୂଆ ବହି ଯୋଗାଇ ଦେବେ ସରକାର । ଯଥା  ସମ୍ଭବ ଛାତ୍ରୀଛାତ୍ରଙ୍କୁ ବହି…

ଆଜିଠୁ ଶସ୍ତା ହେଲା ୫ କେଜିଆ ଗ୍ୟାସ୍ ସିଲିଣ୍ଡର, ଜାଣନ୍ତୁ ଆପଣଙ୍କ ସହରର ନୂଆ ଦର!

ନୂଆଦିଲ୍ଲୀ,୧।୭: ମହଙ୍ଗା ମାଡ଼ ମଧ୍ୟରେ ଏବେ ଏଲପିଜି (LPG) ଗ୍ରାହକଙ୍କୁ ସାମାନ୍ୟ ଆଶ୍ୱସ୍ତି ମିଳିଛି। ଆଜି କମର୍ସିଆଲ ଗ୍ୟାସ୍ ସିଲିଣ୍ଡର ସହିତ ‘ଛୋଟ ଗ୍ୟାସ୍ ସିଲିଣ୍ଡର’ ମଧ୍ୟ…

ମୟୂରଭଞ୍ଜ ଜିଲା ମୁଖ୍ୟ ଚିକିତ୍ସାଳୟରେ ଡାକ୍ତରୀ ସେବା ସମ୍ପୂର୍ଣ୍ଣ ଠପ: ଓମସାର କାର୍ଯ୍ୟବନ୍ଦ ଆନ୍ଦୋଳନ

ବାରିପଦା, ୧।୭ (ନୀଳାଦ୍ରି ବିହାରୀ ଦଣ୍ଡପାଟ): ଓଡ଼ିଶା ମେଡିକାଲ ସର୍ଭିସେସ ଆସୋସିଏସନ (ଓମସା)ର କାର୍ଯ୍ୟବନ୍ଦ ଆନ୍ଦୋଳନ ଯୋଗୁଁ ରାଜ୍ୟ ସମେତ ମୟୂରଭଞ୍ଜ ଜିଲା ମୁଖ୍ୟ ଚିକିତ୍ସାଳୟରେ  …

ଆନନ୍ଦପୁର ବ୍ଲକରେ ଭାଜପାର ଦୁଇ ଗୋଷ୍ଠୀ ମଧ୍ୟରେ ହାତାହାତି: ବିଡିଓଙ୍କ ବିରୋଧରେ ଉଠିଥିବା ଅଭିଯୋଗକୁ…

ବଞ୍ଚୋ, ୧।୭ (ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ବ୍ଲକ ପରିସରରେ ଭାଜପାର ଦୁଇ ଗୋଷ୍ଠୀ ମଧ୍ୟରେ ଘଟିଥିବା ହାତାହାତି ଘଟଣାକୁ ନେଇ ବ୍ଲକ ବିକାଶ ଅଧିକାରୀ (ବିଡିଓ)ଙ୍କ ବିରୋଧରେ…

ଅଲାରନାଥ ମନ୍ଦିରରେ ଭକ୍ତଙ୍କ ଭିଢ଼, କାହିଁକି ବର୍ଷକରେ…

ବ୍ରହ୍ମଗିରି,୧ା୭: ସ୍ନାନପୂର୍ଣ୍ଣିମାରେ ସୋମବାର ଦାରୁଦିଅଁ ୧୦୮ କଳସୀ ଜଳରେ ମହାସ୍ନାନ କରି ଏବେ ଅଣସରପିଣ୍ଡିରେ ଗୁପ୍ତସେବା ପାଉଛନ୍ତି। ଏପଟେ ପୁରୀ ଜିଲାର ବ୍ରହ୍ମଗିରିସ୍ଥିତ ଅଲାରନାଥ ମନ୍ଦିରରେ ମହାପ୍ରଭୁ…

କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି: ଆଜିଠୁ ବଦଳିଲା ‘ମନରେଗା’ ଯୋଜନା, ନୂଆ ‘VB-G RAM G’ ଆକ୍ଟରେ ଏବେ ପ୍ରତିଦିନ ମିଳିବ…

ନୂଆଦିଲ୍ଲୀ,୧।୭: ଗ୍ରାମୀଣ ରୋଜଗାର କ୍ଷେତ୍ରରେ କେନ୍ଦ୍ର ସରକାର ଆଜି ଅର୍ଥାତ୍ ୧ ଜୁଲାଇ ୨୦୨୬ରୁ ଏକ ଐତିହାସିକ ତଥା ବଡ଼ ନୀତିଗତ ପରିବର୍ତ୍ତନ କାର୍ଯ୍ୟକାରୀ କରିଛନ୍ତି। ଦେଶର…

ଦ୍ରୁତଗତି ସାଜିଲା କାଳ: ବର୍ଷାରେ ହଠାତ୍‌ ବ୍ରେକ୍‌ ମାରିବାରୁ, ଘଟିଲା…

ଦାରିଙ୍ଗବାଡି,୧।୭ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଦେଇ ଯାଇଥିବା ୫୯ ନଂ ଜାତୀୟ ରାଜପଥର ସିମନବାଡି ପଞ୍ଚାୟତ ବୁଡ଼ାଗୁଡା ଛକରେ ଏକ କାର ଦୁର୍ଘଟଣାଗ୍ରସ୍ତ ହୋଇଛି।…

୩ରେ ଆସି ୫ରେ ଫେରିବେ ଶାହା: ଜାଣନ୍ତୁ ସମ୍ପୂର୍ଣ୍ଣ କାର୍ଯ୍ୟକ୍ରମ

ଭୁବନେଶ୍ୱର,୧ା୭(ସୁନିତ୍‌ ମିଶ୍ର):ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ୩ ତାରିଖ ସା ୮ଟା ୪୦ରେ ଝାରସୁଗୁଡ଼ା ଠାରେ ପହଞ୍ଚିବେ। ଏହାପରେ ସ୍ଥାନୀୟ ଏକ ଘରୋଇ ହୋଟେଲରେ ରାତ୍ରିଯାପନ କରିବେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri