୨ ପ୍ରକଳ୍ପ ଦୁଇଥର ଶିଳାନ୍ୟାସ

ବାହାନଗା,୧୪ା୧୧(ଡି.ଏନ.ଏ.): ବାଲେଶ୍ୱର ଜିଲା ବାହାନଗା ବ୍ଲକ ଅଧୀନ ତାଳକୁରୁଣିଆ ପଞ୍ଚାୟତରେ ଦୁଇଟି ପ୍ରକଳ୍ପକୁ ୨ ଥର ଶିଳାନ୍ୟାସ କରାଯିବା ନେଇ ରାଜନୀତି ସରଗମ ହୋଇଛି। ବିଜେଡିକୁ ପଞ୍ଚାୟତରେ ମାତ୍‌ ଦେବାପାଇଁ ଭାଜପା ସକ୍ରିୟ ହୋଇଉଠିଛି। ପଞ୍ଚାୟତର ୨ଟି ପ୍ରକଳ୍ପକୁ ଗୋଟିଏ ଦିନରେ ଦୁଇଥର ଶିଳାନ୍ୟାସ କରାଯାଇଛି। ଗତ ଶନିବାର ଏହି ପଞ୍ଚାୟତରେ ୨୩କୋଟି ୫୦ ଲକ୍ଷ ଟଙ୍କାର ଗ୍ରାମ୍ୟ ଉନ୍ନୟନ ବିଭାଗର ରାସ୍ତା ଓ ବସୁଧା ଯୋଜନାର ୧ କୋଟି ୫୦ ଲକ୍ଷ ଟଙ୍କାର ପାନୀୟ ଜଳ ପ୍ରକଳ୍ପକୁ ଶିଳାନ୍ୟାସ କରାଯିବାରଥିଲା। ପଞ୍ଚାୟତର ସରପଞ୍ଚ ଓ ସମିତି ସଭ୍ୟା ଭାଜପା ସମର୍ଥତ୍ତ ହୋଇଥିବା ବେଳେ ଏହି ଦୁଇଟି ପ୍ରକଳ୍ପକୁ ପ୍ରଶାସନ ପକ୍ଷରୁ ସ୍ଥାନୀୟ ବିଧାୟକଙ୍କ ଦ୍ୱାରା ଶିଳାନ୍ୟାସ କରାଯିବାର ଯୋଜନା ହୋଇଥିଲା। ଏଥିନିମନ୍ତେ ବିଜେଡି ପକ୍ଷରୁ ସମସ୍ତ ପ୍ରସ୍ତୁତି ହୋଇସାରିଥିଲା। ତେବେ ସ୍ଥାନୀୟ ଭାଜପା ନେତା, ସରପଞ୍ଚ ଓ ସମିତି ସଭ୍ୟା ଏହାକୁ ସହଜରେ ଗ୍ରହଣ କରିପାରି ନ ଥିଲେ। ପ୍ରଶାସନ ପକ୍ଷରୁ ବିଧାୟକଙ୍କ ଦ୍ୱାରା ଅପରାହ୍ନ ସାଢେ ୨ଟାରେ ଶିଳାନ୍ୟାସ ସମୟ ଧାର୍ଯ୍ୟ କରାଯାଇଥିଲା ା ମାତ୍ର ଭାଜପା ପକ୍ଷରୁ ପୂର୍ବାହ୍ନ ୧୦ଟାରେ ସରପଞ୍ଚ ଓ ସମିତି ସଭ୍ୟାଙ୍କ ଦ୍ୱାରା ଶିଳାନ୍ୟାସ ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଥିଲା। ସରପଞ୍ଚ ସଞ୍ଜନା ଜେନା ଓ ସମିତି ସଭ୍ୟା ଗାୟତ୍ରୀ ଜେନାଙ୍କ ନେତୃତ୍ୱରେ ଦଳୀୟ କର୍ମୀମାନେ ପଞ୍ଚାୟତ କାର୍ଯ୍ୟାଳୟରୁ ଏକ ଶୋଭାଯାତ୍ରାରେ ବାହାରି ବସୁଧା ଯୋଜନାରେ ହେବାକୁ ଥିବା ପ୍ରକଳ୍ପକୁ ଗ୍ରାମର ବରିଷ୍ଠ ବ୍ୟକ୍ତିମାନଙ୍କ ଉପସ୍ଥିତିରେ ଶିଳାନ୍ୟାସ କରିଥିଲେ। ପରେ ଗ୍ରାମ୍ୟ ଉନ୍ନୟନ ବିଭାଗ ରାସ୍ତା ସମ୍ପ୍ରସାରଣ ପ୍ରକଳ୍ପକୁ ମଧ୍ୟ ଶିଳାନ୍ୟାସ କରିଥିଲେ। ସରପଞ୍ଚ ଓ ସମିତି ସଭ୍ୟା ଏହି ଦୁଇଟି ପ୍ରକଳ୍ପକୁ ଶିଳାନ୍ୟାସ କରିସାରିବା ପରେ ପ୍ରଶାସନ ପକ୍ଷରୁ ନିର୍ଦ୍ଧାରିତ ସମୟରେ ବିଧାୟକ ପର୍ଶୁରାମ ଧଡ଼ା ଶିଳାନ୍ୟାସ କରିଥିଲେ। ଏଥିରେ ଗ୍ରାମ୍ୟ ଜଳ ଯୋଗାଣ ଓ ପରିମଳ ବିଭାଗର କନିଷ୍ଠ ଯନ୍ତ୍ରୀ ରୀତାଲି ବେହେରା ଓ ନିର୍ବାହୀ ଯନ୍ତ୍ରୀ ସମୀର କୁମାର ଦେ, ବିଜେଡି ବ୍ଲକ ସଭାପତି ଅଜୟ କୁମାର ପଣ୍ଡା, ପୂର୍ବତନ ସରପଞ୍ଚ ବିଜୟ କୁମାର ସାହୁ, ଗ୍ରାମ୍ୟ ଉନ୍ନୟନ ବିଭାଗର କନିଷ୍ଠ ଯନ୍ତ୍ରୀ ଅଣାକାର ଯେନା ପ୍ରମୁଖ ଉପସ୍ଥିତ ଥିଲେ। ତେବେ ଗୋଟିଏ ଦିନରେ ୨ଟି ପ୍ରକଳ୍ପକୁ ଦୁଇଦଳର ନେତୃବୃନ୍ଦ ଶିଳାନ୍ୟାସ କରିବା ଘଟଣା ଚର୍ଚ୍ଚାର ବିଷୟ ପାଲଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ଗୁଡ୍‌ ଫ୍ରାଇଡେ: ବାଇବେଲ ପାଠକରି ସାମୂହିକ ପ୍ରାର୍ଥନା କଲେ ଶ୍ରଦ୍ଧାଳୁ

ଦାରିଙ୍ଗବାଡି,୨୯।୩ (ଅରୁଣ ସାହୁ ): ଆଜି ଗୁଡ୍‌ ଫ୍ରାଇଡେ। ଏହାକୁ ଶ୍ରଦ୍ଧାଳୁମାନେ ରୀତିନୀତି ଅନୁସାରେ ପାଳନ କରିଛନ୍ତି। ଯିଶୁଖ୍ରୀଷ୍ଟଙ୍କୁ ଆଜିର ଦିନରେ କାଲବରୀ ନାମକ ଏକ...

ବିଜେଡି-ଭାଜପା-କଂଗ୍ରେସକୁ ମୟୂରଭଞ୍ଜରେ ଟକ୍କର ଦେବ ଏହି ଦଳ, ଘୋଷଣା କଲା ପ୍ରାର୍ଥୀ

ମୟୂରଭଞ୍ଜ,୨୯।୩: ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବୁ ସୋରେନଙ୍କ ଝିଅ ପୁଣିଥରେ ଚଳିତ ନିର୍ବାଚନରେ ମଇଦାନକୁ ଓହ୍ଲାଇଛନ୍ତି। ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚା(JMM) ଶିବୁ ସୋରେନଙ୍କ ଝିଅ ଅଞ୍ଜନି...

ପୈତୃକ ଗାଁରୁ ପ୍ରଚାର ମଇଦାନକୁ ଓହ୍ଲାଇଲେ ପ୍ରଦୀପ

ବରଗଡ଼,୨୯।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଲୋକସଭା ଆସନ ପାଇଁ ଭାଜପା ପ୍ରଦୀପ ପୁରୋହିତଙ୍କୁ ପ୍ରାର୍ଥୀ କରିଛି। ବରଗଡ଼ ଲୋକସଭା କ୍ଷେତ୍ର ଅଧୀନ ବିଜେପୁର ନିର୍ବାଚନ ମଣ୍ଡଳି ପୈତୃକ...

ନବବିବାହିତ ଯୁବକଙ୍କୁ ଗଳାକାଟି ହତ୍ୟା

ଗଜପତି,୨୯।୩(ଗିରିଧାରୀ ପରିଛା): ଗଜପତି ଜିଲା ଗୋସାଣି ବ୍ଲକ ଗୁରାଣ୍ଡି ଥାନା ଅଧୀନ ତୋଟାଗୁମ୍ବୁଡା ଗାଁରେ ଏକ ଅଘଟଣ ଘଟିଛି। ଜଣେ ନବବିବାହିତ ଯୁବକଙ୍କୁ ଗଳାକାଟି ଅତି...

ଗୁଡ୍‌ ଫ୍ରାଇଡେରେ ପ୍ରାର୍ଥନା କରି ନିର୍ବାଚନ ପ୍ରଚାର ଆରମ୍ଭ କଲେ ଦିଲୀପ ତିର୍କୀ

ସୁନ୍ଦରଗଡ,୨୭ା୩(ଜୟ ନାରାୟଣ ମେଣ୍ଡୁଳି): ଚର୍ଚ୍ଚରେ ପ୍ରାର୍ଥନା କରି ପ୍ରଚାର ଆରମ୍ଭ କରିଛନ୍ତି ବିଜେଡି ଲୋକସଭା ପ୍ରାର୍ଥୀ ଦିଲୀପ ତିର୍କୀ। ପ୍ରାର୍ଥୀ ଘୋଷଣା ହେବା ପରେ ଶୁକ୍ରବାର...

ଭାଜପା ଛାଡ଼ିବା କାରଣ କହିଲେ ପ୍ରକାଶ

ଭୁବନେଶ୍ୱର,୨୯।୩: ଭାଜପା ଛାଡ଼ିବା ପରେ ମୁହଁ ଖୋଲିଛନ୍ତି ସାଲେପୁରର ପୂର୍ବତନ ବିଧାୟକ ପ୍ରକାଶ ବେହେରା। ସେ କହିଛନ୍ତି, ଲୋକଙ୍କ ସେବା କରିବା ସହ ସଙ୍ଗଠନକୁ ମଜଭୁତ...

ଭାଜପା ଛାଡ଼ିଲେ ନୀଳଗିରି ବିଧାୟକ ସୁକାନ୍ତ ନାୟକ, ବିଜେଡିରେ ହୋଇପାରନ୍ତି ସାମିଲ

ନୀଳଗିରି, ୨୯।୩(ପ୍ରଶାନ୍ତ କୁମାର ବିଶ୍ବାଳ): ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟାଇ ଭାରତୀୟ ଜନତା ପାର୍ଟି(ଭାଜପା)ରୁ ଇସ୍ତଫା ଦେଇଛନ୍ତି ନୀଳଗିରି ବିଧାୟକ ଛାଡିଲେ ସୁକାନ୍ତ। ଶୁକ୍ରବାର...

ନିର୍ବାଚନ ପୂର୍ବରୁ ବିବାଦୀୟ କୋଟିଆରେ ଡିଜିଟାଲ ମିଟର ବଣ୍ଟନ ଆରମ୍ଭ କଲା ଆନ୍ଧ୍ର

ଭୁବନେଶ୍ୱର,୨୯।୩: ଓଡ଼ିଶାର କୋରାପୁଟ ଜିଲାର ପଟାଙ୍ଗୀ ବ୍ଲକ ଅନ୍ତର୍ଗତ କୋଟିଆ ଅଂଚଳରେ ଆନ୍ଧ୍ରପ୍ରଦେଶ ବିବାଦୀୟ ଅଞ୍ଚଳରେ କ୍ରମାଗତ ଭାବରେ ଅନୁପ୍ରବେଶ କରୁଛି ଏବଂ ସ୍ଥାନୀୟ ବାସିନ୍ଦାଙ୍କୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri