୨ ଗ୍ରାମବାସୀ ପିଇବା ପାଣି ପାଇବାରୁ ବଞ୍ଚିତ୍ତ

ଧର୍ମଶାଳା,୧୬।୩(ଡି.ଏନ.ଏ.): ଧର୍ମଶାଳା ବ୍ଲକ୍‌ ଅଧୀନ କୁମାରୀ ପଞ୍ଚାୟତର ଦେଉଳି ଓ ଜାଲସୁଖା ଗ୍ରାମରେ ନିର୍ମାଣ କରାଯାଇଥିବା ସୋଲାର ପାନୀୟ ଜଳ ଯୋଗାଣ ପ୍ରକଳ୍ପ ଅଚଳ ହୋଇପଡ଼ିଛି। ଫଳରେ ୨ ଗ୍ରାମର ଅଧିବାସୀ ପିଇବା ପାଣି ପାଇବାରୁ ବଞ୍ଚତ୍ତ ହେଉଛନ୍ତି। ଏ ସମ୍ପର୍କରେ ଉଭୟ ଗ୍ରାମବାସୀ ବାରମ୍ବାର ବିଭାଗୀୟ ଅଧିକାରୀଙ୍କ ଦୃଷ୍ଟିଆକର୍ଷଣ କରିଥିଲେ ହେଁ ବିଭାଗ ପକ୍ଷରୁ ଏହାକୁ ଅଣଦେଖା କରାଯାଉଥିବା ଅଭିଯୋଗ ହୋଇଛି, ଯାହାକୁ ନେଇ ଉଭୟ ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି। ଏବେ ଗ୍ରୀଷ୍ମ ପ୍ରବାହ ବଢୁଥିବାରୁ ଲୋକେ ପାନୀୟ ଜଳ ପାଇଁ ଅସୁବିଧାର ସମ୍ମୁଖୀନ ହେଉଛନ୍ତି।
ସୂଚନା ଅନୁଯାୟୀ, ଦେଉଳି ପାହାଡ଼ ପାଦଦେଶରେ ଅବସ୍ଥିତ ଦେଉଳି ଗଁାର ୧ ନମ୍ବର ୱାର୍ଡରେ ୬ ବର୍ଷ ପୂର୍ବେ ଟାଟା କମ୍ପାନୀ ପକ୍ଷରୁ ଏକ ସୋଲାର ପାନୀୟ ଜଳ ପ୍ରକଳ୍ପ ସ୍ଥାପନ କରାଯାଇଥିଲା। ପାଇପ୍‌ ଯୋଗେ ଏହି ୱାର୍ଡର ପାଖାପାଖି ୩୦୦ ଲୋକ ପିଇବା ପାଣି ପାଉଥିଲେ। ହେଲେ ଦେଢ଼ ବର୍ଷ ହେଲା ଏହି ପ୍ରକଳ୍ପ ଅଚଳ ହୋଇଯାଇଛି। ଏନେଇ ଗ୍ରାମବାସୀ ଗ୍ରାମ୍ୟ ଜଳ ଯୋଗାଣ ବିଭାଗ ଅଧିକାରୀ, ବିଡିଓ ଓ ଲୋକପ୍ରତିନିଧିଙ୍କୁ ଗୁହାରି କରିଥିଲେ ମଧ୍ୟ କେହି କର୍ଣ୍ଣପାତ କରୁ ନ ଥିବା ଅଭିଯୋଗ ହୋଇଛି। ଏବେ ଗ୍ରୀଷ୍ମପ୍ରବାହ ବୃଦ୍ଧି ପାଉଥିବାରୁ ଶୀଘ୍ର ପାନୀୟ ଜଳ ପ୍ରକଳ୍ପ ମରାମତି କରିବାକୁ ଗ୍ରାମବାସୀ ଦାବି କରିଛନ୍ତି। ସେହିପରି ଧର୍ମଶାଳା ବ୍ଲକ୍‌ କାର୍ଯ୍ୟାଳୟଠାରୁ ମାତ୍ର ଦେଢ଼ କିମି ଦୂରରେ ଥିବା ଜାଲଶୁଖା ୧୨ ନମ୍ବର ୱାର୍ଡ ଅଧିବାସୀ ମଧ୍ୟ ପାନୀୟ ଜଳ ପାଇଁ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏଠାରେ ଥିବା ସୋଲାର ପାନୀୟ ଜଳ ପ୍ରକଳ୍ପ ୬ମାସ ହେଲା ଖରାପ ହୋଇଯାଇଛି। ଫଳରେ ପାଣି ପାଇଁ ଗ୍ରାମବାସୀ ଡହଳବିକଳ ହେଉଛନ୍ତି। ଅଚଳ ହୋଇପଡ଼ିଥିବା ସୋଲାର ବ୍ୟବସ୍ଥାକୁ ତୁରନ୍ତ ମରାମତି କରି ଏହି ଗ୍ରାମରେ ପାନୀୟ ଜଳ ଯୋଗାଣ ବ୍ୟବସ୍ଥାକୁ ସ୍ବାଭାବିକ କରିବା ପାଇଁ ଗ୍ରାମବାସୀ ଦାବି କରିଛନ୍ତି। ଏ ସମ୍ପର୍କରେ ବିଭାଗୀୟ କନିଷ୍ଠ ଯନ୍ତ୍ରୀ ଦୀପକ କୁମାର ଜେନାଙ୍କୁ ପଚାରିବାରେ ସେ କହିଛନ୍ତି, ଅଭିଯୋଗ ସମ୍ପର୍କରେ ଉଚ୍ଚ କର୍ତ୍ତୃପକ୍ଷଙ୍କୁ ଅବଗତ କରାଯାଇଛି। ଖୁବ୍‌ଶୀଘ୍ର ପ୍ରକଳ୍ପ ମରାମତି କରାଯାଇ ପାଣି ଯୋଗାଇ ଦିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଯେଉଁ ପିଚ୍‌ରେ ଜିମ୍ବାଓ୍ବେ ଅଷ୍ଟ୍ରେଲିଆକୁ ପରାସ୍ତ କରିଥିଲା, ସେହି ପିଚ୍‌ରେ ହେବ ଭାରତ-ପାକିସ୍ତାନ ମ୍ୟାଚ୍‌

କଲମ୍ବୋ,୧୪ା୨- ଭାରତ ଓ ପାକିସ୍ତାନ ମଧ୍ୟରେ ଖେଳାଯିବାକୁ ଥିବା ଟି୨୦ ବିଶ୍ୱକପ୍‌ ମ୍ୟାଚ୍‌ ଆର୍‌ ପ୍ରେମଦାସା ଷ୍ଟାଡିୟମରେ ଏକ ବ୍ୟବହୃତ ପିଚ୍‌ରେ ହେବ। ଏଣୁ ପିଚ୍‌ ଧିମା…

ନାଇକସାହିରେ ବ୍ୟାପୁଛି ଜଣ୍ଡିସ: ୯ ବର୍ଷୀୟ ଶିଶୁ ମୃତ,ଗ୍ରାମବାସୀଙ୍କ ମଧ୍ୟରେ ଆତଙ୍କ…

ବଞ୍ଚୋ, ୧୪ା୨(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ବଞ୍ଚୋ ପଞ୍ଚାୟତର ନାଇକସାହିରେ ଜଣ୍ଡିସ ରୋଗ ବ୍ୟାପିବାରୁ ଗ୍ରାମବାସୀଙ୍କ ମଧ୍ୟରେ ଆତଙ୍କ ଦେଖାଦେଇଛି। ଶୁକ୍ରବାର ୯ବର୍ଷୀୟ…

୮୦ ଲକ୍ଷ ବ୍ୟୟରେ ନିର୍ମିତ ପାନୀୟଜଳ ପ୍ରକଳ୍ପ ଅଚଳ, ଆନ୍ଦୋଳନ କରିବାକୁ ଚେତାବନୀ ଦେଲେ…

ଦିଗପହଣ୍ଡି,୧୪।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବ ଟିକରପଡ଼ା ପଞ୍ଚାୟତ ଫାସିବନ୍ଧ ଗ୍ରାମରେ ଗତ ୨୦୧୯-୨୦ ଆର୍ଥିକ ବର୍ଷରେ ବସୁଧା ଯୋଜନାରେ ପ୍ରାୟ ୮୦…

ଦମ୍‌ ଦେଖାଇଲେ ସ୍ପିନର: ସ୍କଟଲାଣ୍ଡକୁ ୫ଉଇକେଟରେ ହରାଇଲା ଇଂଲଣ୍ଡ

କୋଲକାତା,୧୪ା୨: ଭେଟେରାନ ଲେଗ୍‌ ସ୍ପିନର ଆଦିଲ ରଶିଦ(୩/୩୬)ଙ୍କ ୩ ଉଇକେଟ ସଫଳତା ଏବଂ ମିଡଲ ଓଭରରେ ଟମ୍‌ ବାଣ୍ଟନଙ୍କ ଆକର୍ଷଣୀୟ ଅପରାଜିତ ଅର୍ଦ୍ଧଶତକ ସହାୟତାରେ ଇଂଲଣ୍ଡ ଚଳିତ…

ଓଡ଼ିଶା ସୀମାନ୍ତ ଗ୍ରାମରେ ଆନ୍ଧ୍ର ପକ୍ଷରୁ କିଷାନ କାର୍ଡ ଲାଗି ଚାଲିଛି ସର୍ଭେ, ହାତ ବାନ୍ଧି ବସିଛି ପଟ୍ଟାଙ୍ଗି ବ୍ଲକ ପ୍ରଶାସନ  

ପଟ୍ଟାଙ୍ଗି,୧୪।୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ତଥା ଓଡିଶା ଅଧୀନରେ ରହିଥିବା କୋଟିଆ ପଞ୍ଚାୟତର ସୀମାନ୍ତ ମାଡକାର ଗ୍ରାମରେ ପଡୋଶୀ ଆନ୍ଧ୍ର କରୁଛି ପିଏମ୍…

ଭାରତ-ପାକିସ୍ତାନ ମ୍ୟାଚ୍‌ ଦେଖିବେ ବିସିବି ମୁଖ୍ୟ, ଜାଣନ୍ତୁ କହିଁକି…

କଲମ୍ବୋ,୧୪ା୨: ବାଂଲାଦେଶ କ୍ରିକେଟ ବୋର୍ଡ (ବିସିବି) ମୁଖ୍ୟ ଅନିମୁଲ ଇସ୍ଲାମ ବୁଲବୁଲ ରବିବାର ଭାରତ ଓ ପାକିସ୍ତାନ ମଧ୍ୟରେ ଖେଳାଯିବାକୁ ଥିବା ହାଇ ଭୋଲ୍ଟେଜ ଟି୨୦ ବିଶ୍ୱକପ୍‌…

କେନ୍ଦୁଝର ଜିଲାରେ ବ୍ୟାପୁଛି ଜଣ୍ଡିସ

ବଞ୍ଚୋ,୧୪।୨(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ହାଟଡିହି ବ୍ଲକ ଅଧୀନ ବଞ୍ଚୋ ପଞ୍ଚାୟତ ନାଇକସାହିରେ ଜଣ୍ଡିସ ରୋଗ ବ୍ୟାପିବାରେ ଲାଗିଛି। ଏନେଇ ଗ୍ରାମବାସୀ ଭୟଭିତ ହୋଇପଡିଛନ୍ତି। ଅନ୍ୟପକ୍ଷେ…

ବୁଲାଣି ରାସ୍ତାରେ ଅଘଟଣ: ଓଭରଟେକ୍‌ କରିବା ବେଳେ ଓଲଟି ପଡ଼ିଲା ବସ୍‌, ୧୪ ଯାତ୍ରୀ…

ଗଜପତି/ମୋହନା,୧୪।୨(ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର )): ଗଜପତି ଜିଲା ଚାନ୍ଦିପୁଟ କଲେଜ ନିକଟରେ ଥିବା ବୁଲାଣି ରାସ୍ତାରେ ଶନିବାର ବଡ଼ ଦୁର୍ଘଟଣା ଘଟିଛି। ରାସ୍ତାକଡ଼ରେ ଥିବା ମାଟି ଅତଡ଼ାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri