୨ ଚୋରି ମାମଲାର ପର୍ଦ୍ଦାଫାଶ, ୪ ଅଭିଯୁକ୍ତ ଗିରଫ, ଚୋରି ସାମଗ୍ରୀ ଜବତ

ଖଜୁରୀପଡ଼ା,୧୫।୬(ବିଦୁର ବେହେରା): କନ୍ଧମାଳ ଜିଲା ଖଜୁରୀପଡ଼ା ଥାନା ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଅଞ୍ଚଳରେ ଘଟିଥିବା ଦୁଇଟି ପୃଥକ ଚୋରି ମାମଲାର ତଦନ୍ତ କରି ପୋଲିସ ୪ଜଣ ଅଭିଯୁକ୍ତଙ୍କୁ ଗିରଫ କରିବା ସହ ସମସ୍ତ ଚୋରି ସାମଗ୍ରୀ ଜବତ କରିବାରେ ସଫଳ ହୋଇଛି।

ମିଳିଥିବା ସୂଚନା ଅନୁଯାୟୀ, ଗତ ମେ’ ୬ ତାରିଖରେ ଖଜୁରୀପଡ଼ା ଥାନା ଅନ୍ତର୍ଗତ ଗୁଦାରି ଆୟୁଷ୍ମାନ ଆରୋଗ୍ୟ ମନ୍ଦିରରୁ ଏକ ରେଫ୍ରିଜେରେଟର, ଏକ ପ୍ରିଣ୍ଟର, ୨ଟି ବ୍ୟାଟେରୀ ଏବଂ ଏକ ଇନଭର୍ଟର ମେଶିନ ଚୋରି ହୋଇଯାଇଥିଲା।

ଏ ନେଇ ହସ୍ପିଟାଲର ସିଏଚ୍‌ଓ(CHO) କମଳିନୀ ବୈସାଲ ଖଜୁରୀପଡ଼ା ଥାନାରେ ଲିଖିତ ଅଭିଯୋଗ ଦେଇଥିଲେ। ଅଭିଯୋଗକୁ ଭିତ୍ତି କରି ପୋଲିସ ଏକ ମାମଲା(ନଂ ୮୩/୨୬) ରୁଜୁ କରି ତଦନ୍ତ ଆରମ୍ଭ କରିଥିଲା।

ତଦନ୍ତ ବେଳେ ପୋଲିସ ଚୋରି ଘଟଣାରେ ସମ୍ପୃକ୍ତ ଥିବା ଗୁଦାରି ଗ୍ରାମର ଶୁଭେନ୍ଦୁ ବେହେରା ଏବଂ ଚନ୍ଦନ ଦିଗାଲଙ୍କୁ ପୋଲିସ ଗିରଫ କରିବା ସହ ସେମାନଙ୍କ ନିକଟରୁ ସମସ୍ତ ଚୋରି ସାମଗ୍ରୀ ଜବତ କରିଛି।

ସେହିପରି ପୋଲିସର ଏହି ଧରପଗଡ଼ ଓ ତଦନ୍ତ ସମୟରେ ଅନ୍ୟ ଏକ ଚୋରି ମାମଲା ମଧ୍ୟ ସାମ୍ନାକୁ ଆସିଛି। ଗୁଦାରି ଆର୍‌ଆଇ ଅଫିସ ସମ୍ମୁଖରେ ଥିବା ଶ୍ରୀ ଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷା କେନ୍ଦ୍ର ସ୍କୁଲରୁ ଗୁଦାରି ଗ୍ରାମର କାଳିଆ କହଁର ଓ ରାଜା କହଁର ୩ ବଣ୍ଡଲ ତାର ଜାଲି ବାଡ଼ କାଢି ଚୋରି କରି ନେ୨ଉଥିବା ବେଳେ ପୋଲିସ ହାତରେ ଧରାପଡ଼ିଥିଲେ।

ପୋଲିସ ସେମାନଙ୍କଠାରୁ ଚୋରି ହୋଇଥିବା ୩ ବଣ୍ଡଲ ତାର ଜାଲି ଜବତ କରିବା ସହ ଏକ ମାମଲା(ନଂ.୧୧୩/୨୬) ରୁଜୁ କରି ଦୁଇ ଅଭିଯୁକ୍ତଙ୍କୁ ଗିରଫ କରିଛି। ଉଭୟ ମାମଲାରେ ଗିରଫ ହୋଇଥିବା ୪ଜଣ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କରାଯାଇଥିବା ନେଇ ଖଜୁରୀପଡ଼ା ଥାନା ଅଧିକାରୀ ଚାପଧାରୀ ପ୍ରଧାନ ସୂଚନା ଦେଇଛନ୍ତି। ପୋଲିସର ଏଭଳି ତତ୍ପରତାକୁ ସ୍ଥାନୀୟ ଅଞ୍ଚଳରେ ପ୍ରଶଂସା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଥମେ କବାଟ ବାଡ଼େଇଲେ, ଖୋଲିବାରୁ ଦମ୍ପତିଙ୍କୁ ଅତର୍କିତ ଆକ୍ରମଣ କଲେ ଦୁଇ ଦୁର୍ବୃତ୍ତ, ଗୁରୁତର ହୋଇ…

ମଜାକାଳପଡ଼ା,୯ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ତନ୍ତିଅପାଳ ସାମୁଦ୍ରିକ ଥାନା ଅଧୀନ ବଳିଗଣ୍ଡ ଗାଁର ଜଣେ ବ୍ୟକ୍ତିଙ୍କ ଘରେ ବୁଧବାର ବିଳମ୍ବିତ ରାତିରେ ପଶି…

ବୈଭବ ସୂର୍ଯ୍ୟବଂଶୀଙ୍କ ସ୍ବପ୍ନ ଆଜି ହେବ ସାକାର! ନିଷ୍ପତ୍ତି ନେବେ ଆୟର

ରାଞ୍ଚି,୯।୧୦: ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ଚାଲିଥିବା ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ୍‌ର ଦ୍ୱିତୀୟ ମୁକାବିଲା ଆଜି ରାଞ୍ଚିରେ ଖେଳାଯିବ। ପ୍ରଥମ ମ୍ୟାଚ୍‌ରେ ବିଜୟ ହାସଲ…

ବିକ୍ଷୋଭ ବେଳେ ଦୁଇ କଂଗ୍ରେସ ନେତ୍ରୀଙ୍କ ମଧ୍ୟରେ ମାରପିଟ, ପରସ୍ପରକୁ ମାରିଲେ ଚାପୁଡ଼ା

ନୂଆଦିଲ୍ଲୀ,୯ା୧୦: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ଇସ୍ତଫା ଏବଂ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (SIR)ରେ ଅନିୟମିତତା ଅଭିଯୋଗକୁ ନେଇ ହରିୟାଣାର ଫରିଦାବାଦରେ ବିରୋଧୀ…

ଭଦ୍ରକର ଏହି ଦୁଇ କଲେଜର ନିର୍ବାଚନ ବାତିଲ

ଭଦ୍ରକ,୯ା୧୦(ସନାତନ ରାଉତ): ଛାତ୍ର ସଂସଦ ନିର୍ବାଚନ ପାଇଁ ଶୁକ୍ରବାର ପ୍ରାର୍ଥିପତ୍ର ଦାଖଲ କରିବା ପାଇଁ ଦିନ ଧାର୍ଯ୍ୟ ହୋଇଥିଲା। କିନ୍ତୁ ଶୁକ୍ରବାର ଭଦ୍ରକ ଜିଲାର ଦୁଇଟି କଲେଜରେ…

କୋହଲିଙ୍କ ଏହି ସ୍କିଲ୍‌ ଚୋରାଇବାକୁ ଚାହୁଁଛନ୍ତି ଅଭିଷେକ: କହୁ କହୁ କହିଦେଲେ ମନର କଥା

ନୂଆଦିଲ୍ଲୀ,୯।୧୦: ଭାରତୀୟ କ୍ରିକେଟ୍‌ର ଯୁବ ତାରକା ଅଭିଷେକ ଶର୍ମା ନିଜ ବିସ୍ଫୋରକ ବ୍ୟାଟିଂ ପାଇଁ ବେଶ ପରିଚିତ। ଛକା ଓ ଚୌକା ବର୍ଷା କରିବାରେ ମାହିର ଏହି…

୧୦ମ-ଯୁକ୍ତ ୨ ଶିକ୍ଷା ପଦ୍ଧତିକୁ ନେଇ କଟକ ଜିଲା ଶିକ୍ଷାଧିକାରୀଙ୍କ ଚାଞ୍ଚଲ୍ୟକର ବୟାନ, ରାଜ୍ୟରେ ଆଲୋଡ଼ନ

କଟକ ସଦର,୯ା୧୦(ସୁଶାନ୍ତ କୁମାର ଜେନା): ସାରା ରାଜ୍ୟରେ ୧୦ମ ଯୁକ୍ତ ୨ ଶିକ୍ଷା ପଦ୍ଧତି ଭୂ-୧୯୮୩ରେ ପ୍ରଚଳନ କରାଯାଇଥିଲା। ସେହିଦିନଠାରୁ ଅଦ୍ୟାବଧି ଏହି ବ୍ୟବସ୍ଥା ଅନୁଯାୟୀ ମାଟ୍ରିକ…

ବଢ଼ିଲା ଶ୍ରମିକଙ୍କ ଭତ୍ତା: ଏଣିକି ଦିନକୁ ମିଳିବ…

ଭୁବନେଶ୍ୱର,୯ା୧୦(ରବିନାରାୟଣ ଜେନା):ରାଜ୍ୟର ବିଭିନ୍ନ ସଂଗଠିତ ଓ ଅଣସଂଗଠିତ କ୍ଷେତ୍ରରେ ନିୟୋଜିତ କର୍ମଜୀବୀଙ୍କ ହିତକୁ ଦୃଷ୍ଟିରେ ରଖି ସରକାର ଗୁରୁବାର ମହଙ୍ଗାଭତ୍ତା ବୃଦ୍ଧି କରିଛନ୍ତି। ଶ୍ରମ ଓ କର୍ମଚାରୀ…

ଜିନ୍‌ ଥେରାପି କ୍ଷେତ୍ରରେ ବିଜ୍ଞାନୀଙ୍କ ବଡ଼ ସଫଳତା, ଦୃଷ୍ଟିହୀନଙ୍କୁ ମିଳିବ ଆଂଶିକ ଦୃଷ୍ଟିଶକ୍ତି

ଲଣ୍ଡନ/ୱାଶିଂଟନ,୯।୧୦: ଆଲୋକ ବ୍ୟବହାର କରି ସ୍ନାୟୁ କୋଷ (ନର୍ଭ ସେଲ୍‌) ଗୁଡ଼ିକୁ ସକ୍ରିୟ ଓ ନିଷ୍କ୍ରିୟ କରିବା ପ୍ରକ୍ରିୟା ଉପରେ ଆଧାରିତ ‘ଓପ୍ଟୋଜେନେଟିକ୍‌ ଥେରାପି’ ଦୃଷ୍ଟିହୀନ ଲୋକଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?