୨ ଚୋରି ମାମଲାର ପର୍ଦ୍ଦାଫାଶ, ୪ ଅଭିଯୁକ୍ତ ଗିରଫ, ଚୋରି ସାମଗ୍ରୀ ଜବତ

ଖଜୁରୀପଡ଼ା,୧୫।୬(ବିଦୁର ବେହେରା): କନ୍ଧମାଳ ଜିଲା ଖଜୁରୀପଡ଼ା ଥାନା ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଅଞ୍ଚଳରେ ଘଟିଥିବା ଦୁଇଟି ପୃଥକ ଚୋରି ମାମଲାର ତଦନ୍ତ କରି ପୋଲିସ ୪ଜଣ ଅଭିଯୁକ୍ତଙ୍କୁ ଗିରଫ କରିବା ସହ ସମସ୍ତ ଚୋରି ସାମଗ୍ରୀ ଜବତ କରିବାରେ ସଫଳ ହୋଇଛି।

ମିଳିଥିବା ସୂଚନା ଅନୁଯାୟୀ, ଗତ ମେ’ ୬ ତାରିଖରେ ଖଜୁରୀପଡ଼ା ଥାନା ଅନ୍ତର୍ଗତ ଗୁଦାରି ଆୟୁଷ୍ମାନ ଆରୋଗ୍ୟ ମନ୍ଦିରରୁ ଏକ ରେଫ୍ରିଜେରେଟର, ଏକ ପ୍ରିଣ୍ଟର, ୨ଟି ବ୍ୟାଟେରୀ ଏବଂ ଏକ ଇନଭର୍ଟର ମେଶିନ ଚୋରି ହୋଇଯାଇଥିଲା।

ଏ ନେଇ ହସ୍ପିଟାଲର ସିଏଚ୍‌ଓ(CHO) କମଳିନୀ ବୈସାଲ ଖଜୁରୀପଡ଼ା ଥାନାରେ ଲିଖିତ ଅଭିଯୋଗ ଦେଇଥିଲେ। ଅଭିଯୋଗକୁ ଭିତ୍ତି କରି ପୋଲିସ ଏକ ମାମଲା(ନଂ ୮୩/୨୬) ରୁଜୁ କରି ତଦନ୍ତ ଆରମ୍ଭ କରିଥିଲା।

ତଦନ୍ତ ବେଳେ ପୋଲିସ ଚୋରି ଘଟଣାରେ ସମ୍ପୃକ୍ତ ଥିବା ଗୁଦାରି ଗ୍ରାମର ଶୁଭେନ୍ଦୁ ବେହେରା ଏବଂ ଚନ୍ଦନ ଦିଗାଲଙ୍କୁ ପୋଲିସ ଗିରଫ କରିବା ସହ ସେମାନଙ୍କ ନିକଟରୁ ସମସ୍ତ ଚୋରି ସାମଗ୍ରୀ ଜବତ କରିଛି।

ସେହିପରି ପୋଲିସର ଏହି ଧରପଗଡ଼ ଓ ତଦନ୍ତ ସମୟରେ ଅନ୍ୟ ଏକ ଚୋରି ମାମଲା ମଧ୍ୟ ସାମ୍ନାକୁ ଆସିଛି। ଗୁଦାରି ଆର୍‌ଆଇ ଅଫିସ ସମ୍ମୁଖରେ ଥିବା ଶ୍ରୀ ଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷା କେନ୍ଦ୍ର ସ୍କୁଲରୁ ଗୁଦାରି ଗ୍ରାମର କାଳିଆ କହଁର ଓ ରାଜା କହଁର ୩ ବଣ୍ଡଲ ତାର ଜାଲି ବାଡ଼ କାଢି ଚୋରି କରି ନେ୨ଉଥିବା ବେଳେ ପୋଲିସ ହାତରେ ଧରାପଡ଼ିଥିଲେ।

ପୋଲିସ ସେମାନଙ୍କଠାରୁ ଚୋରି ହୋଇଥିବା ୩ ବଣ୍ଡଲ ତାର ଜାଲି ଜବତ କରିବା ସହ ଏକ ମାମଲା(ନଂ.୧୧୩/୨୬) ରୁଜୁ କରି ଦୁଇ ଅଭିଯୁକ୍ତଙ୍କୁ ଗିରଫ କରିଛି। ଉଭୟ ମାମଲାରେ ଗିରଫ ହୋଇଥିବା ୪ଜଣ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କରାଯାଇଥିବା ନେଇ ଖଜୁରୀପଡ଼ା ଥାନା ଅଧିକାରୀ ଚାପଧାରୀ ପ୍ରଧାନ ସୂଚନା ଦେଇଛନ୍ତି। ପୋଲିସର ଏଭଳି ତତ୍ପରତାକୁ ସ୍ଥାନୀୟ ଅଞ୍ଚଳରେ ପ୍ରଶଂସା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଫିଫା ବିଶ୍ୱକପ୍‌ରେ ୨୫ ବର୍ଷୀୟ ଭାରତୀୟ ବଂଶୋଦ୍ଭବ ଖେଳାଳିଙ୍କ ପଦାର୍ପଣ

ମଣ୍ଟେରି,୧୫ା୬: ଭାରତୀୟ ବଂଶୋଦ୍ଭବ ଖେଳାଳି ନିଶାନ ଭେଲୁପିଲେ ଅଷ୍ଟ୍ରେଲିଆ ପାଇଁ ଫିଫା ବିଶ୍ୱକପ୍‌ରେ ପଦାର୍ପଣ କରିଛନ୍ତି। ତାଙ୍କ ପ୍ରତିନିଧିତ୍ୱରେ ଅଷ୍ଟ୍ରେଲିଆ ଗ୍ରୁପ୍‌-ଡି’ ମ୍ୟାଚ୍‌ରେ ଶକ୍ତିଶାଳୀ ତୁର୍କୀକୁ ୨-୦…

ଅନ୍ତିମ ମିନିଟ୍‌ରେ ମ୍ୟାଚ ଜିତିଲା ଆଇଭରି କୋଷ୍ଟ

ଫିଲାଡେଲଫିଆ,୧୫ା୬: ୧୨ ବର୍ଷରେ ପ୍ରଥମ ଥର ପାଇଁ ବିଶ୍ୱକପ୍‌ରେ ଖେଳୁଥିବା ଆଇଭରି କୋଷ୍ଟ ବିଜୟ ସହ ଅଭିଯାନ ଆରମ୍ଭ କରିଛି। ୬୮,୨୭୪ ଦର୍ଶକଙ୍କ ଉପସ୍ଥିତିରେ ଲିଙ୍କନ ଫାଇନାନ୍‌ସିଆଲ…

ଦେବଦେବୀଙ୍କୁ ନିଉତା ଦେଲେ ନୃସିଂହ ଠାକୁର

ସମ୍ବଲପୁର,୧୫ା୬(ବି.ଶଙ୍କର): ନନ୍ଦପଡା ଶ୍ରୀଶ୍ରୀ ବମ ବରାଡ ବାଲୁଙ୍କେଶ୍ୱର ବାବାଙ୍କ ବିବାହର ନିଆରା ପରମ୍ପରା ନୃସିଂହ ନିଉତା (ନିମନ୍ତ୍ରଣ) ସୋମବାର ରାତିରେ ସମ୍ପନ୍ନ ହୋଇଛି। ଜ୍ୟେଷ୍ଠ ମଳମାସର ଅମାବାସ୍ୟା…

ଦିଗପହଣ୍ଡି ବ୍ଲକରେ ବେନିୟମ ବିବାହ ପଞ୍ଜିକରଣ ଅଭିଯୋଗ, ମାତିଛନ୍ତି ଦଲାଲ

ଦିଗପହଣ୍ଡି,୧୫|୬(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କାର୍ଯ୍ୟାଳୟରେ ବେନିୟମ ଭାବେ ବିବାହ ପଞ୍ଜିକରଣ କରାଯାଉଥିବା ବେଳେ ପଞ୍ଜିକରଣ ପାଇଁ ଦଲାଲଗିରି ବହୁ ମାତ୍ରାରେ…

ରାସ୍ତା ପାର୍‌ ହେଉଥିବା ବେଳେ ଦ୍ରୁତଗତିରେ ମାଡ଼ି ଆସି ଭାଲୁକୁ ଧକ୍କା ଦେଲା ଗାଡ଼ି, ଆଉ ତା’ପରେ…

କୋକସରା,୧୫।୬(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବିଜୁ ଏକ୍ସପ୍ରେସ ୱେ ସାନ ପୋଡାଗୁଡ଼ା-ରାଜୀବ କଲୋନୀ ମଝିରେ ଅଜଣା ଗାଡ଼ି ଧକ୍କାରେ ଏକ ଭାଲୁର ମୃତ୍ୟୁ…

ସୈନିକ ସ୍କୁଲ ରାସ୍ତାରେ ଭୟଙ୍କର ସିରିଜ ଦୁର୍ଘଟଣା, ୪ଜଣଙ୍କ ଉପରେ ମାଡ଼ିଗଲା କାର

ଭୁବନେଶ୍ୱର,୧୫।୬: ରାଜଧାନୀ ଭୁବନେଶ୍ୱରସ୍ଥିତ ସୈନିକ ସ୍କୁଲ ରାସ୍ତାରେ ଏକ ଭୟଙ୍କର ସିରିଜ୍‌ ଦୁର୍ଘଟଣା ଘଟିଛି। ସୋମବାର ରାତିରେ ଏକ କାର ଦ୍ରୁତଗତିରେ ମାଡ଼ି ଆସି ଚା’ ପିଉଥିବା…

କାନୀଗୁମା ନିକଟରେ ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା, ଭବାନୀପାଟଣାର ଯୁବକଙ୍କ ମୃତ୍ୟୁ

ଥୁଆମୂଳ ରାମପୁର,୧୫।୬(ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ଥାନା କାନୀଗୁମା କଫି ନର୍ସରୀ ନିକଟସ୍ଥ ବାଙ୍କ ବୁଲାଣି ରାସ୍ତାରେ ଦୁଇଟି ମୋଟରସାଇକେଲ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି ।…

ବସୁଧା ଯୋଜନା ଫେଲ୍: ଝରଣା ପାଣି ଭରସା, ଭୋଟ ବର୍ଜନ ଚେତାବନୀ ଦେଲେ ଗ୍ରାମବାସୀ

ଥୁଆମୂଳ ରାମପୁର,୧୫ା୬(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ବିରିକୋଟ ଗ୍ରାମପଞ୍ଚାୟତର ତୁମୋନୀଖୋଲ ଗ୍ରାମରେ ପାନୀୟ ଜଳ ସମସ୍ୟା ଉତ୍କଟ ରୂପ ଧାରଣ କରିଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri