୨ ପଞ୍ଚାୟତକୁ ନାହିଁ ସବୁଦିନିଆ ରାସ୍ତା

ପଦ୍ମପୁର,୨୭।୮ (ଡି.ଏନ.ଏ.): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ଗୋପବନ୍ଧୁନଗର ଓ ବିନୋବାଭାବେନଗର ପଞ୍ଚାୟତକୁ ସବୁଦିନିଆ ରାସ୍ତା ନାହିଁ। ଧାମରା-ଜାମୁଝାଡ଼ି ରାସ୍ତାର କଣ୍ଟିଆନାଳିଠାରୁ ଲୁଣାବନ୍ଧ ପର୍ଯ୍ୟନ୍ତ ଥିବା ୪ କି.ମି. ମାଟି ରାସ୍ତା ଉପରେ ଦୁଇ ପଞ୍ଚାୟତର ୩ ହଜାରରୁ ଊର୍ଦ୍ଧ୍ୱ ଲୋକ ଯାତାୟାତ କରିଥାନ୍ତି। ଏଥିସହ ଦୁଇଟି ସରକାରୀ ପ୍ରାଥମିକ ବିଦ୍ୟାଳୟର ଛାତ୍ରୀଛାତ୍ର ମଧ୍ୟ ଏହି ରାସ୍ତା ଦେଇ ପ୍ରତ୍ୟେହ ସ୍କୁଲକୁ ଯିବାଆସିବା କରନ୍ତି। ବର୍ଷାଦିନେ ଉକ୍ତ ରାସ୍ତା ଅବସ୍ଥା ଶୋଚନୀୟ ହୋଇପଡୁଛି। ଅନ୍ୟ କୌଣସି ବିକଳ୍ପ ନ ଥିବାରୁ ଆଣ୍ଠୁଏ କାଦୁଅ ରାସ୍ତାରେ ଯାତାୟାତ କରିବା ପାଇଁ ଲୋକେ ବାଧ୍ୟ ହେଉଛନ୍ତି। ଜରୁରୀ ସମୟରେ ଆମ୍ବୁଲାନ୍ସ ଗ୍ରାମ ମଧ୍ୟକୁ ଯାଇପାରୁ ନାହିଁ। ଏନେଇ ଗ୍ରାମବାସୀ ବାରମ୍ବାର ଅଭିଯୋଗ କରିଥିଲେ ମଧ୍ୟ କୌଣସି ପଦକ୍ଷେପ ଗ୍ରହଣ କରାଯାଉ ନ ଥିବା କୁହାଯାଇଛି।
ଏ ସମ୍ପର୍କରେ ବିନୋବାଭାବେ ନଗର ସରପଞ୍ଚ ଆଦିତ୍ୟ ଗିରି ଓ ଗୋପବନ୍ଧୁନଗର ସରପଞ୍ଚ ବଳରାମ ଗିରିଙ୍କୁ ପଚାରିବାରୁ ସେମାନେ ଲିଖିତ ଭାବେ ବିଡିଓଙ୍କୁ ଅବଗତ କରାଇଥିବା କହିଛନ୍ତି। ଏନେଇ ବିଡିଓ ସତ୍ୟଜିତ ରାଉତ କହିଛନ୍ତି, ଦୁଇ ପଞ୍ଚାୟତର ଲୋକଙ୍କ ଯାତାୟାତ ନିମନ୍ତେ ଚଣ୍ଡିପୋଖରୀଠାରୁ ନନ୍ଦଛକ ୫ କି.ମି. ରାସ୍ତା ଗ୍ରାମ୍ୟ ଉନ୍ନୟନ ବିଭାଗକୁ ହସ୍ତାନ୍ତର କରିବା ପାଇଁ ଚିଠି ନଂ. ୨୬୭୨ ତା ୧୦।୮।୨୨ରିଖରେ ପ୍ରକଳ୍ପ ନିର୍ଦ୍ଦେଶକଙ୍କୁ ଅବଗତ କରାଇଛନ୍ତି। ପ୍ରକଳ୍ପ ନିର୍ଦ୍ଦେଶକଙ୍କ ଅନୁମତି ପରେ ଉକ୍ତ ରାସ୍ତା କାମ ଆରମ୍ଭ କରାଯିବ। ଅପରପକ୍ଷେ ତୁରନ୍ତ ଏହି ରାସ୍ତା ନିର୍ମାଣ ନ ହେଲେ ଆନ୍ଦୋଳନାତ୍ମକ ପନ୍ଥା ଆପଣେଇ ରାଜରାସ୍ତାକୁ ଓହ୍ଲାଇବେ ବୋଲି ଅଭିଳାଷ ଗିରି, ଭାକୁ ଜେନା, ବସନ୍ତ ଗିରି, ଗଣେଶ ମଣ୍ଡଳ, ଚିତ୍ତ ମାଇତି, ମନୁ ମଣ୍ଡଳ ପ୍ରମୁଖ ଗ୍ରାମବାସୀ ଚେତାବନୀ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦୋକାନ ଭିତରୁ ମିଳିଲା ମାଲିକାଣୀଙ୍କ ରକ୍ତାକ୍ତ ମୃତଦେହ, ଭାଇ ଆଣିଲେ ହତ୍ୟା ଅଭିଯୋଗ

କେନ୍ଦୁଝର,୨୩।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ଥାନା ଅଧୀନ ଘୁଟୁରୁରେ ଥିବା ଏକ ଶୋରୁମ ଭିତରୁ ଜଣେ ମହିଳାଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ତାଙ୍କ ନାମ…

ରନ୍ଧନ ଗ୍ୟାସକୁ ନେଇ କେନ୍ଦ୍ର ସରକାରଙ୍କ ବଡ଼ ନିୟମ: ଏହା ଥିଲେ ବନ୍ଦ ହେବ LPG ସିଲିଣ୍ଡର

ନୂଆଦିଲ୍ଲୀ,୨୩।୮: ଦେଶର ଘରୋଇ ରୋଷେଇ ଗ୍ୟାସ ବ୍ୟବସ୍ଥାରେ ବଡ଼ ପରିବର୍ତ୍ତନ ଆଣିବା ଦିଗରେ କେନ୍ଦ୍ର ସରକାର ପଦକ୍ଷେପ ନେଉଛନ୍ତି । ଯେଉଁ ଅଞ୍ଚଳରେ ପୂର୍ବରୁ PNG (Piped…

ସ୍କୁଲ ବନ୍ଦ କରି ଚାଲିଗଲେ ଶିକ୍ଷକ: ଭିତରେ ଫସି ରହିଲେ ଛାତ୍ରୀ, କାନ୍ଦ ବୋବାଳି….

ବଲାଙ୍ଗୀର,୨୩ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପାଟଣାଗଡ ଭାଇଁସା ସରକାରୀ ପ୍ରାଥମିକ ଉଚ୍ଚ ବିଦ୍ୟାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗତକାଲି ଶନିବାର ଦିନ…

ଡିଜିଟାଲ ଠକେଇରୁ କେମିତି ମିଳିବ ମୁକ୍ତି? ବରିଷ୍ଠ ନାଗରିକଙ୍କୁ ନେଇ…

ଛତ୍ରପୁର,୨୩ା୮(ଦିଲ୍ଲୀପ ସାମଲ): ବଢୁଥିବା ସାଇବର ଅପରାଧ ଓ ବିଶେଷକରି ଡିଜିଟାଲ ଆରେଷ୍ଟ ନାମରେ ହେଉଥିବା ଠକେଇରୁ ବରିଷ୍ଠ ନାଗରିକମାନଙ୍କୁ ସଚେତନ କରିବା ଲକ୍ଷ୍ୟରେ ଛତ୍ରପୁର ଥାନା ପକ୍ଷରୁ…

ଥୁଆମୂଳ ରାମପୁରରେ ରେକର୍ଡ ବର୍ଷା; ଯାତାୟତ ସମ୍ପୂର୍ଣ୍ଣ ଠପ୍, ପାଣିରେ ଫସିଲା ଆମ୍ବୁଲାନ୍ସ

ଥୁଆମୂଳ ରାମପୁର,୨୩ା୮(ଦୁର୍ଗା କୀର୍ତ୍ତି): ଲଘୁଚାପ ପ୍ରଭାବରେ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲାରେ ପ୍ରବଳ ବର୍ଷା ଜାରି ରହିଥିବା ବେଳେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ରେକର୍ଡ…

ଭରା ପାଣିରେ ବଞ୍ଚିବା ପାଇଁ ସଂଘର୍ଷ, ଗ୍ରାମବାସୀ ଜନପ୍ରତିନିଧିଙ୍କୁ ଅଭିଯୋଗ କରିବା ପରେ ବି…

ଗୁଡ଼ାରି,୨୩ା୮(ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକର ପେଣ୍ଡିଲି ପଞ୍ଚାୟତ ଅନ୍ତର୍ଗତ ପଞ୍ଚୁପାଣ୍ଡବ ଗ୍ରାମ ନିକଟରେ ପ୍ରବାହିତ ନାଳରେ ଲଘୁଚାପ ଜନିତ ବର୍ଷା ଯୋଗୁ ଅଧିକ…

ଆସନ୍ତାକାଲି ପ୍ରବଳ ବର୍ଷା ସହ ବଜ୍ରପାତ ସମ୍ଭାବନା: ଏହି ଜିଲାରେ ସବୁ ସ୍କୁଲ ଛୁଟି

ନବରଙ୍ଗପୁର,୨୩ା୮(ସଦାଶିବ ପ୍ରହରାଜ): ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ନବରଙ୍ଗପୁର ଜିଲାରେ ଆସନ୍ତାକାଲି ଅର୍ଥାତ୍‌ ୨୪ ଅଗଷ୍ଟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହିତ ଘଡ଼ଘଡ଼ି ଓ ବଜ୍ରପାତର…

ମାଟି ଖୋଳିଲେ ମିଳୁଛି ସୁନା! ଏହି ଗାଁରେ ପ୍ରବଳ ଭିଡ଼, ଦିନକୁ ପହଞ୍ଚୁଛନ୍ତି ୧୦ ହଜାର ଲୋକ

ନୂଆଦିଲ୍ଲୀ,୨୩।୮: କେବେ ଚିନ୍ତା କରିଛନ୍ତି କି, ମାଟି ଖୋଳୁ ଖୋଳୁ ହଠାତ୍ ସୁନା ମିଳିଯିବ ? ପଶ୍ଚିମ କେନିଆର ଚେପୋରୋର ଗାଁରେ ଏବେ ଏଭଳି ଆଶା ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri