୨ ହଜାର ନୂଆ ଡାକ୍ତର ପଦବୀକୁ ମଞ୍ଜୁରୀ

ଭୁବନେଶ୍ୱର,୨୦।୧୧(ବ୍ୟୁରୋ): ରାଜ୍ୟ ସରକାର ଆଉ ୨ ହଜାର ନୂଆ ଡାକ୍ତରୀ ପଦବୀ ସୃଷ୍ଟିକୁ ମଞ୍ଜୁରୀ ପ୍ରଦାନ କରିଛନ୍ତି । ଏଥିସହ ରାଜ୍ୟରେ ମୋଟ ମଞ୍ଜୁରୀପ୍ରାପ୍ତ ଡାକ୍ତରୀ ପଦବୀ ସଂଖ୍ୟା ୧୦୭୧୯କୁ ବୃଦ୍ଧି ପାଇଛି । ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସଚିବ ଶାଳିନୀ ପଣ୍ଡିତ ରାଜ୍ୟରେ ଓଡ଼ିଶା ମେଡିକାଲ ଓ ସ୍ବାସ୍ଥ୍ୟ ସେବା କ୍ୟାଡ଼ରରେ ଆଉ ୨ହଜାର ଏଲଟିଆରଏମଓ (ଲିଭ୍‌ ଟ୍ରେନିଂ ରିଜର୍ଭ ମେଡିକାଲ ଅଫିସର) ଡାକ୍ତରୀ ପଦବୀ ଗ୍ରୁପ୍‌ – କ (ଜୁନିୟର ବ୍ରାଞ୍ଚ) ପାହ୍ୟାରେ ସୃଷ୍ଟି କରାଯାଇଥିବା ନେଇ ଶନିବାର ପ୍ରିନ୍ସିପାଲ ଆକାଉଣ୍ଟାଣ୍ଟ ଜେନେରାଲ(ଏଜି)ଙ୍କୁ ଚିଠି ଲେଖି ଅବଗତ କରାଇଛନ୍ତି । ଏହି ୨୦୦୦ ନୂଆ ଡାକ୍ତରୀ ପଦବୀ ମଧ୍ୟରୁ ସମସ୍ତ ୩୦ଟି ଜିଲ୍ଲା ମୁଖ୍ୟ ହସ୍ପିଟାଲ ନିମନ୍ତେ ୫୦ଟି ଲେଖାଏ ଡାକ୍ତରୀ ପଦବୀ ଅର୍ଥାତ ମୋଟ ୧୫୦୦ ପଦବୀ ଉଦ୍ଦିଷ୍ଟ ରହିବ । ରାଉରକେଲା ସରକାରୀ ହସ୍ପିଟାଲ(ଆରଜିଏଚ) ପାଇଁ ୨୦ଟି ଡାକ୍ତରୀ ପଦବୀ ଏବଂ ୩୨ଟି ଉପଖଣ୍ଡ ହସ୍ପିଟାଲରେ ୧୫ଟି ଲେଖାଏ ଡାକ୍ତରୀ ପଦବୀ ଅର୍ଥାତ ମୋଟ ୪୮୦ଟି ଡାକ୍ତରୀ ପଦବୀ ସୃଷ୍ଟିକୁ ରାଜ୍ୟ ସରକାର ମଞ୍ଜୁରୀ ଦେଇଛନ୍ତି । ୨୦୧୯ ଅଗଷ୍ଟ ମାସରେ ରାଜ୍ୟ ସରକାର ଅନୁରୂପ ଭାବେ ୨ହଜାର ଏଲଟିଆରଏମଓ ପଦବୀ ସୃଷ୍ଟି କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଦିଗପହଣ୍ଡି ଏନଏସି କାଉନସିଲ ପକ୍ଷରୁ ପରିବର୍ଦ୍ଧିତ ସଭାରେ ଯୋଗଦେଲେ ବିଧାୟକ, ବିଦ୍ୟୁତ-ପାନୀୟ….

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି କାଉନସିଲର ୨୨ ତମ ପରିବର୍ଦ୍ଧିତ ଆଲୋଚନା ସଭା ବୁଧବାର ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା, ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ LPG ଗ୍ୟାସ, କେତେ ଟଙ୍କା?

ଭୁବନେଶ୍ବର,୮।୪: ୫ କେଜିଆ ଗ୍ୟାସ ସିଲିଣ୍ଡର ନେଇ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ବଡ଼ ଘୋଷଣା କରିଛନ୍ତି । ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ ଏଲ୍‌ପିଜି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri