ପିଏମ୍‌ କିଶାନ ଯୋଜନାରେ ଗଞ୍ଜାମର ୨.୬୦ ଲକ୍ଷ ଚାଷୀଙ୍କ ଆକାଉଣ୍ଟକୁ ଗଲା ୨ହଜାର ଟଙ୍କା

ଛତ୍ରପୁର, ୧୮।୬(ଦିଲୀପ ସାମଲ/ସନ୍ତୋଷ ପାଢ଼ୀ )- ତୃତୀୟ ଥର ପାଇଁ ଭାରତର ପ୍ରଧାନମନ୍ତ୍ରୀ ଭାବେ ନରେନ୍ଦ୍ର ମୋଦି ଦାୟିତ୍ୱ ଗ୍ରହଣ କରିବା ପରେ ପ୍ରଥମେ ପିଏମ୍‌ କିଷାନ ସମ୍ମାନ ନିଧି ପ୍ରଦାନ ସମ୍ବନ୍ଧୀୟ ଫାଇଲରେ ଦସ୍ତଖତ କରିଥିଲେ । ମଙ୍ଗଳବାର ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଯୋଜନାର ୧୭ ତମ କିସ୍ତି ସହ କୃଷି ସଖୀ ପ୍ରମାଣ ପତ୍ର ପ୍ରଦାନ କରିଛନ୍ତି । ଡିବିଟି ମାଧ୍ୟମରେ ସିଧାସଳଖ କୃଷକଙ୍କ ବ୍ୟାଙ୍କ ଖାତାକୁ ୨ ହଜାର ଟଙ୍କା ଯାଇଛି ।

ଏହି ଯୋଜନାରେ ଚାଷୀମାନେ ବର୍ଷକୁ ୬ ହଜାର ଟଙ୍କା ପାଇବେ। ଏହା ତିନୋଟି କିସ୍ତିରେ ମିଳିବ । ଏହି ଅବସରରେ ରାଜ୍ୟର ବିଭିନ୍ନ ହିତାଧିକାରୀମାନଙ୍କୁ ସହାୟତା ରାଶି ପ୍ରଦାନ କରାଯାଇଛି । ଖୁସି ହେଲେ କୃଷକ … ରାଷ୍ଟ୍ର ହେବ ଉନ୍ନତ ଉଦେଶ୍ୟ ନେଇ ବାରଣାସୀଠାରୁ ପ୍ରଧାନମନ୍ତ୍ରୀ ଶୁଭାରମ୍ଭ କରିଛନ୍ତି। ଏହି ଦିବସକୁ ପିଏମ୍‌ କିଷାନ ଉତ୍ସବ ଭାବେ ପାଳନ ସହକାରେ ଗଞ୍ଜାମ ଜିଲାର ଛତ୍ରପୁର ସ୍ଥିତ ଋଷିକୂଲ୍ୟା ସମ୍ମିଳନୀ କକ୍ଷରେ ସିଧା ପ୍ରସାରଣ ହୋଇଥିଲା। ଏହି ଅବସରରେ ଆୟୋଜିତ କାର୍ଯ୍ୟକ୍ରମରେ ଓଡିଶା ସରକାରଙ୍କ ବାଣିଜ୍ୟ , ପରିବହନ ,ଇସ୍ପାତ ଓ ଖଣି ବିଭାଗର ମନ୍ତ୍ରୀ ବିଭୂତି ଭୁଷଣ ଜେନା ଯୋଗଦେଇ ଏହି ଯୋଜନା ସଂପର୍କରେ ଆଲୋକପାତ କରିଥିଲେ । ଏହାସହିତ ପ୍ରଧାନମନ୍ତ୍ରୀ କରିଥିବା ବିଭିନ୍ନ ଯୋଜନା ସମ୍ପର୍କରେ ମଧ୍ୟ ସେ କହିଥିଲେ । ଗଞ୍ଜାମ ଜିଲାରେ ଜଳସେଚନ ସୁବିଧା ନ ଥିବାରୁ ଅଧା ଚାଷ ଜମିରେ ଚାଷ ହୋଇପାରୁ ନାହିଁ । ଏହାର ସମାଧାନ ଦିଗରେ ଆମ ସରକାର କାର୍ଯ୍ୟ କରିବ ବୋଲି ମଧ୍ୟ ସେ କହିଥିଲେ ।

ଗଞ୍ଜାମ ଜିଲାରେ ୨ଲକ୍ଷ ୬୦ହଜାର ୧୧୦ ଜଣ ଚାଷୀଙ୍କ ଖାତାକୁ ଏହି ଟଙ୍କା ଯାଇଥିବା କୁହାଯାଇଛି । ଆୟୋଜିତ କାର୍ଯ୍ୟକ୍ରମରେ ଆସିକା ସାଂସଦ ଅନିତା ଶୁଭଦର୍ଶିନୀ ପଟ୍ଟନାୟକ, ଛତ୍ରପୁର ବିଧାୟକ କୃଷ୍ଣଚନ୍ଦ୍ର ନାୟକ, ବ୍ରହ୍ମପୁର ବିଧାୟକ କେ.ଅନିଲ, ଗଞ୍ଜାମ ଜିଲାପାଳ ଦିବ୍ୟଜ୍ୟୋତି ପରିଡା ଗଞ୍ଜାମ ଜିଲାପରିଷଦର ସିଡିଓ ମଧୁମିତା, ଗଞ୍ଜାମ ଜିଲା ମୁଖ୍ୟ କୃଷି ଅଧିକାରୀ ସୁଧାଂଶୁ କୁମାର ନନ୍ଦଙ୍କ ସମେତ ଅନ୍ୟାନ୍ୟ ଅଧିକାରୀ ମାନେ ଯୋଗଦେଇ କାର୍ଯ୍ୟକ୍ରମ ସମ୍ପର୍କରେ ଆଲୋକପାତ କରିଥିଲେ । ଶେଷରେ ଉଦ୍ୟାନ ବିଭାଗର ଉପନିର୍ଦେଶକ କନ୍ଧ ଜେନା ଧନ୍ୟବାଦ ଅର୍ପଣ କରିଥିଲେ । ଏହି କାର୍ଯ୍ୟକ୍ରମ ଜିଲାର ବହୁ କୃଷକ ଉପସ୍ଥିତ ଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଉପକୂଳରେ ଘୂର୍ଣ୍ଣିବଳୟ, ଦୁଇଟି ଟ୍ରଫ୍‌: ଆସନ୍ତା ୫ ଦିନ ଯାଏ ଏସବୁ ଜିଲାରେ ପ୍ରବଳ ବର୍ଷା, ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୧ା୭ (ବନ୍ଦନା ସେଠୀ)- ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହା ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏଥିସହ ଦୁଇଟି ଟ୍ରଫ୍‌…

ଦକ୍ଷିଣମୋଡ଼ ହେଲା ଦର୍ପଦଳନ, ଅଧାରେ ଅଟକିଲା ତାଳଧ୍ୱଜ: ନନ୍ଦିଘୋଷ… 

ପୁରୀ,୨୧ା୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ରଥାରୂଢ଼ ହୋଇ ଆସି ଶ୍ରୀଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି। ରଥଯାତ୍ରାର…

ଛାତ୍ରଙ୍କ ଉପରେ ଲାଠିଚାର୍ଜକୁ ନେଇ କ୍ଷୁବ୍ଧ ଅରିଜିତ, କହିଲେ– ‘ନିଜକୁ ଭଗବାନ ଭାବୁଛନ୍ତି କି?’

ନୂଆଦିଲ୍ଲୀ,୨୧।୭: ଦିଲ୍ଲୀରେ ୨୦ ଜୁଲାଇରେ କକରୋଚ୍ ଜନତା ପାର୍ଟି (CJP)ର ଆହ୍ୱାନରେ ଆୟୋଜିତ ସଂସଦ ମାର୍ଚ୍ଚ ସମୟରେ ଛାତ୍ର ଓ ପୋଲିସ ମଧ୍ୟରେ ଉତ୍ତେଜନା ସୃଷ୍ଟି ହୋଇଥିଲା।…

କୋର୍ଟରେ ହୋଇ ନ ଥିଲେ ହାଜର, ୩ ୱାରେଣ୍ଟିଙ୍କୁ ବାନ୍ଧିଲା ପାଟପୁର ପୋଲିସ 

ଦିଗପହଣ୍ଡି,,୨୧।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ପୋଲିସ ବିଭିନ୍ନ ମାମଲାରେ ଫେରାର ଥିବା ୩ ଜଣ ଜାମିନବିହୀନ ୱାରେଣ୍ଟିଙ୍କୁ ଗିରଫ କରି…

ଜାଗିରି ସମ୍ପତ୍ତିକୁ ନେଇ ବିବାଦ, ଚାରି କୋର୍ଟ ଚାଲାଣ

ବାଲିପାଟଣା ୨୨।୭(ଅଭିମନ୍ୟୁ ନାୟକ): ବାଲିପାଟଣା ଥାନା ଅନ୍ତର୍ଗତ ଗାରେଡିପାଞ୍ଚଣ ଗ୍ରାମରେ ଏକ ଜାଗିରି ଜମି ଦଖଲକୁ ନେଇ ଦୁଇ ପରିବାର ମଧ୍ୟରେ ଗଣ୍ଡଗୋଳ ହୋଇଛି। ଯେଉଁଥିରେ ଜଣେ…

ଦିଗପହଣ୍ଡିରେ ଖେମୁଣ୍ଡି ଲୋକ ମହୋତ୍ସବ ଉଦଯାପିତ: ଜିଲାପାଳ କହିଲେ- ସହରରେ ନିର୍ମାଣ ହେବ ସଂସ୍କୃତି ଭବନ

ଦିଗପହଣ୍ଡି,୨୧।୭(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବଜାର ଗାନ୍ଧୀ ଛକଠାରେ ସୋମବାରଠାରୁ ଦୁଇ ଦିନ ଧରି ଚାଲିଥିବା ଖେମୁଣ୍ଡି ଲୋକ କଳା ମହୋତ୍ସବ ମଙ୍ଗଳବାର ରାତିରେ ସଫଳତାର ସହ…

ପୂଜା ସାରି ଫେରୁଥିବା ବେଳେ ମହିଳାଙ୍କୁ ମାଡ଼, ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ, ଥାନାରେ ମାମଲା

ଧାମନଗର,୨୧।୭(କାଳନ୍ଦି ବେହେରା): ଭଦ୍ରକ ଜିଲା ଧାମନଗର ଥାନା ଅନ୍ତର୍ଗତ ବରଗଡ଼ା ଗ୍ରାମରେ ପୂଜା ସାରି ଘରକୁ ଫେରୁଥିବା ଜଣେ ମହିଳାଙ୍କୁ ଆକ୍ରମଣ କରାଯିବା ଏବଂ ଚିକିତ୍ସାଧୀନ ଅବସ୍ଥାରେ…

ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଆଧାର ନିଷ୍କ୍ରିୟ; ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ…

ମୋହନା,୨୧।୭(ମନ୍ମଥ ମିଶ୍ର): ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଏଭଳି ଏକ ଆଶ୍ଚର୍ଯ୍ୟଜନକ ଘଟଣା ଗଜପତି ଜିଲା ଆର୍. ଉଦୟଗିରି ବ୍ଲକ ରଣାଲଇ ଗ୍ରାମରେ ଦେଖିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri