ନନ୍ଦନକାନନରୁ ମିଜୋରାମ ଗଲା ୨ ବାଘ

ବାରଙ୍ଗ,୨୮।୩(ଡି.ଏନ୍‌.ଏ.):ଦୀର୍ଘଦିନର ବ୍ୟବଧାନ ପରେ ନନ୍ଦନକାନନରେ ଆରମ୍ଭ ହୋଇଛି ପଶୁପକ୍ଷୀ ଅଦଳବଦଳ ପ୍ରକ୍ରିୟା। ଏହି ପ୍ରକ୍ରିୟାରେ ନନ୍ଦନକାନନରୁ ସୋମବାର ଅପରାହ୍ନରେ ଦୁଇ ସାଧାରଣ (ନାଲି) ବାଘ ମିଜୋରାମର ଆଇଜଲ ଚିଡିଆଖାନାକୁ ପଠାଯାଇଛି। କେନ୍ଦ୍ରୀୟ ଚିଡ଼ିଆଖାନା କର୍ତ୍ତୃପକ୍ଷଙ୍କ ଅନୁମୋଦନକ୍ରମେ ନନ୍ଦନକାନନ କର୍ତ୍ତୃପକ୍ଷ ଜନ୍ତୁ ଅଦଳବଦଳ ପ୍ରକ୍ରିୟାରେ ଗୋଟିଏ ୫ବର୍ଷର ଅଣ୍ଡିରା ସାଧାରଣ(ନାଲି) ବାଘ ‘କୁନ୍ଦନ’ ଓ ଅନ୍ୟଟି ୫ବର୍ଷର ମାଈ ସାଧାରଣ(ନାଲି) ବାଘୁଣୀ ‘ଆଦାଶ୍ୟା’ଙ୍କୁ ପଠାଇଛନ୍ତି। ଏହି ବାଘ ନେବା ପାଇଁ ଆଇଜଲ ଚିଡିଆଖାନାର ୮ଜଣିଆ ଦଳ ଗତ ଶୁକ୍ରବାର ରାତିରେ ନନ୍ଦନକାନନରେ ପହଞ୍ଚତ୍ଥିଲେ। କେନ୍ଦ୍ରୀୟ ଚିଡ଼ିଆଖାନା କର୍ତ୍ତୃପକ୍ଷଙ୍କ ଚିଠି ନନ୍ଦନକାନନରେ ପହଞ୍ଚିବାରୁ କର୍ତ୍ତୃପକ୍ଷ ସୋମବାର ଦିନ କୁନ୍ଦନ ରହୁଥିବା ୩୦ନମ୍ବର ଏନକ୍ଲୋଜର ଓ ଆଦାଶ୍ୟା ରହୁଥିବା ବାଘ ସଫାରୀ ଫିଡିଙ୍ଗ ଚାମ୍ବରରେ ଦୁଇଟି ଯନ୍ତା ଭିତରେ ଜୀବନ୍ତ କୁକୁଡା ଓ ମଇଁଷି ମାଂସ ରଖି ଦୁଇଟି ବାଘକୁ କାବୁକରିବାରେ ସକ୍ଷମ ହୋଇଥିଲେ। ପରେ କ୍ରେନ ସାହାଯ୍ୟରେ ମିଜୋରାମରୁ ଆସିଥିବା ଦୁଇଟି ଟ୍ରକ ଯୋଗେ ପଠାଇଥିଲେ। ଏହି ଦୁଇ ବାଘ ପ୍ରତିବଦଳରେ ଜନ୍ତୁ ଅଦଳବଦଳ ପ୍ରକ୍ରିୟାରେ ସେଠାରୁ ତିନି ପ୍ରଜାତିର ୫ଜନ୍ତୁ (ହଳେ ହିଲକ ଗିବନ, ହଳେ ଘୁଷୁରି ଲାଞ ମାକେକ ଓ ଗୋଟିଏ ମାଈ ହିମାଳୟ କଳାଭାଲୁ) ନନ୍ଦନକାନନକୁ ଆସିବ। ଏହି ନୂତନ ଅତିଥି ଜୁନ ମାସରେ ଆଣିବା ପାଇଁ ନନ୍ଦନକାନନ କର୍ତ୍ତୃପକ୍ଷ ସ୍ଥିର କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଘର ଭିତରୁ ମିଳିଲା ମହିଳାଙ୍କ ଗଳିତ ମୃତଦେହ, ବଢ଼ିଲା ହତ୍ୟା ସନ୍ଦେହ

ବ୍ରଜରାଜନଗର,୨୦।୨(ବିଜୟ ବରାଡ଼): ଝାରସୁଗୁଡ଼ା ଜିଲା ଓରିଏଣ୍ଟ ଥାନା ଅନ୍ତର୍ଗତ ସାନଯୋବ ହନୁମାନ ମନ୍ଦିରପଡ଼ାରେ ରହୁଥିବା ଜଣେ ମହିଳାଙ୍କ ଗଳିତ ମୃତଦେହ ପୋଲିସ ଜବତ କରିଛି। ମୃତକ ହେଲେ…

ଆଲୋକମାଳାରେ ଝଲସୁଛି ବ୍ରାହ୍ମଣୀଗାଁ: ନାମଯଜ୍ଞରେ କମ୍ପୁଛି ମୁକ୍ତେଶ୍ୱରଙ୍କ ପୀଠ

ଦାରିଙ୍ଗବାଡ଼ି/ବ୍ରାହ୍ମଣୀଗାଁ,୨୦ା୨ଅରୁଣ ସାହୁ/ମନୋରଞ୍ଜନ ରଣା): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁଠାରେ ଶ୍ରୀ ଶ୍ରୀ ମୁକ୍ତେଶ୍ୱର ମହାରୁଦ୍ରଙ୍କ ଜୀର୍ଣ୍ଣୋଦ୍ଧାର ଭବ୍ୟ ମନ୍ଦିର ଓ ହନୁମାନଙ୍କ ବିଗ୍ରହ ପ୍ରତିଷ୍ଠା ମହାସମାରୋହ…

ବକ୍ସାଇଟ୍‌ ଖଣି ଖନନ ପାଇଁ ଗ୍ରାମସଭା, ଏଥିରେ ରହିଛି ମୃତକଙ୍କ ଦସ୍ତଖତ, ପ୍ରତିବାଦରେ ଉତ୍ତେଜନା

ନନ୍ଦପୁର,୨୦ା୨(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ବାଲଡ଼ା ନାଗେଶ୍ୱରୀ ପାହାଡ଼ ବକ୍ସାଇଟ ଖଣି ଖନନ ପାଇଁ ଗତ ଅକ୍ଟୋବର ୯ ତାରିଖରେ ବାଲଡ଼ା ଓ ବନୁରରେ…

୩୪ ବର୍ଷ ପରେ ପ୍ରଥମ ବାର୍ଷିକ ଉତ୍ସବ: ଛାତ୍ରୀଛାତ୍ରଙ୍କୁ ଭଲ ମଣିଷ ହେବାକୁ ପରାମର୍ଶ

ଦାରିଙ୍ଗବାଡି, ୨୦/୨(ଅରୁଣ ସାହୁ)-କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଗ୍ରୀନବାଡି ପଞ୍ଚାୟତ ପାଟ୍ଟା ଗ୍ରାମରେ ଥିବା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଥମ ବାର୍ଷିକ ଉତ୍ସବ ଶୁକ୍ରବାର ବିଦ୍ୟାଳୟର…

କଣାସରେ ପଶିଲା ଗୋଠଛଡ଼ା ହାତୀ

କଣାସ,୨୦ା୨(ବିଭୂତି ଭୂଷଣ ତ୍ରିପାଠୀ): ପ୍ରତ୍ୟେକ ବର୍ଷ ଧାନ ଫସଲ ଖାଇବା ପାଇଁ ବରୁଣେଇ ଜଙ୍ଗଲରୁ ହାତୀମାନେ କଣାସ ବ୍ଲକର ବିଭିନ୍ନ ପଞ୍ଚାୟତକୁ ଆସି ବ୍ୟାପକ ଫସଲ କ୍ଷତିଗ୍ରସ୍ତ…

ଜେଏସଡବ୍ଲୁଓ-ପୋସ୍କୋ ଷ୍ଟିଲ ପ୍ଲାଣ୍ଟ ପାଇଁ ବଡ଼ ସର୍ତ୍ତ ରଖିଲେ ଗ୍ରାମବାସୀ: ଜମି ଏକର ପିଛା ୭୫ କୋଟି ଟଙ୍କା ସହ…

ପାଟଣା,୨୦।୨(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ତହସିଲ ରେ ମେଗା ଷ୍ଟିଲ ପ୍ଲାଣ୍ଟ ପାଇଁ ତୃତୀୟ ଗ୍ରାମ ସଭା ପାଟଣା ବ୍ଲକ ଚେମେଣା ପଞ୍ଚାୟତ ରେଙ୍ଗାଳ…

ବାର୍ଷିକ କ୍ରୀଡ଼ା ପ୍ରତିଯୋଗିତା: ୧୪୦ରୁ ଊଦ୍ଧର୍‌ବ ପ୍ରତିଯୋଗୀଙ୍କ କୃତିତ୍ୱ ଅର୍ଜନ

ଭଞ୍ଜନଗର,୧୯/୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର କବିସମ୍ରାଟ ଉପେନ୍ଦ୍ର ଭଞ୍ଜ ଶିକ୍ଷକ ଶିକ୍ଷା ମହାବିଦ୍ୟାଳୟର ବାର୍ଷିକ କ୍ରୀଡ଼ା ପ୍ରତିଯୋଗିତା ଉଦଯାପିତ ହୋଇଯାଇଛି। ଏଥିରେ ଭଞ୍ଜନଗର ସବ ଟ୍ରେଜେରୀ ଅଫିସର୍‌…

୩୯ ଶିକାରିଙ୍କୁ ବାନ୍ଧିଲା ବନବିଭାଗ: ୯ ଦେଶୀ ବନ୍ଧୁକ, ୨୦ ଧନୁତୀର ଜବତ

ବାରିପଦା,୨୦।୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପ ଦକ୍ଷିଣ ଡିଭିଜନ ଅଞ୍ଚଳରେ ଶିକାର କରିବାକୁ ପ୍ରବେଶ କରିଥିବା ଶିକାରିଙ୍କୁ ବନବିଭାଗ ଗିରଫ କରଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri